ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 1 (IRVOR)
ମଣ୍ଡଳୀର ଉପାସନା ବିଧି ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ୱରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 2 (IRVOR)
ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 3 (IRVOR)
ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 4 (IRVOR)
ସମସ୍ତେ ଯେପରି ପରିତ୍ରାଣ ଓ ସତ୍ୟ ବିଷୟରେ ଜ୍ଞାନ ପାଇ ପାରନ୍ତି, ଏହା ସେ ଇଚ୍ଛା କରନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 5 (IRVOR)
କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 6 (IRVOR)
ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 7 (IRVOR)
ସେଥିପାଇଁ ମୁଁ ଜଣେ ପ୍ରଚାରକ, ପ୍ରେରିତ ପୁଣି, ବିଶ୍ୱାସ ଓ ସତ୍ୟ ବିଷୟରେ ଅଣଯିହୂଦୀମାନଙ୍କର ଜଣେ ଶିକ୍ଷକ ଭାବେ ନିଯୁକ୍ତ ହେଲି, ମୁଁ ସତ କହୁଅଛି, ମିଛ କହୁ ନାହିଁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 8 (IRVOR)
ଏଣୁ ମୋହର ଇଚ୍ଛା, ପୁରୁଷମାନେ ଶୁଚି ହସ୍ତ ଉତ୍ତୋଳନ କରି କ୍ରୋଧ ଓ ବିତର୍କ ବିନା ସର୍ବତ୍ର ପ୍ରାର୍ଥନା କରନ୍ତୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 9 (IRVOR)
ସେହିପରି ମଧ୍ୟ ସ୍ତ୍ରୀମାନେ କେଶବିନ୍ୟାସ ଏବଂ ସୁନା କି ମୁକ୍ତା କି ମୂଲ୍ୟବାନ ବସ୍ତ୍ରରେ ଆପଣା ଆପଣାକୁ ଭୂଷିତା ନ କରି ଲଜ୍ଜା ଓ ଉତ୍ତମ ବୁଦ୍ଧିର ସହକାରେ ପରିପାଟୀ ପରିଚ୍ଛଦ ପିନ୍ଧି
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 10 (IRVOR)
ଧର୍ମପରାୟଣା ସ୍ତ୍ରୀମାନଙ୍କ ଉପଯୋଗୀ ଉତ୍ତମ କର୍ମରୂପ ଭୂଷଣରେ ଆପଣା ଆପଣାକୁ ଭୂଷିତା କରନ୍ତୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 11 (IRVOR)
ସ୍ତ୍ରୀ ପୂର୍ଣ୍ଣ ବଶ୍ୟତା ସ୍ୱୀକାର କରି ନିରବରେ ଶିକ୍ଷା ଗ୍ରହଣ କରୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 12 (IRVOR)
ମୁଁ ସ୍ତ୍ରୀକୁ ଶିକ୍ଷା ଦେବା ପାଇଁ ଅବା ପୁରୁଷ ଉପରେ କର୍ତ୍ତାପଣ କରିବା ପାଇଁ ଅନୁମତି ଦେଉ ନାହିଁ, ମାତ୍ର ସେ ନିରବରେ ରହୁ ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 13 (IRVOR)
କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 14 (IRVOR)
ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ;
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2 : 15 (IRVOR)
କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବ ।

1 2 3 4 5 6 7 8 9 10 11 12 13 14 15