ଦିତୀୟ ବଂଶାବଳୀ 15 : 1 (IRVOR)
ଆସାଙ୍କ ଧାର୍ମିକ ସଂସ୍କାର ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;
ଦିତୀୟ ବଂଶାବଳୀ 15 : 2 (IRVOR)
ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋ’ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
ଦିତୀୟ ବଂଶାବଳୀ 15 : 3 (IRVOR)
ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।
ଦିତୀୟ ବଂଶାବଳୀ 15 : 4 (IRVOR)
ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।
ଦିତୀୟ ବଂଶାବଳୀ 15 : 5 (IRVOR)
ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ।
ଦିତୀୟ ବଂଶାବଳୀ 15 : 6 (IRVOR)
ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବ ପ୍ରକାର ସଂକଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।
ଦିତୀୟ ବଂଶାବଳୀ 15 : 7 (IRVOR)
ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”
ଦିତୀୟ ବଂଶାବଳୀ 15 : 8 (IRVOR)
ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍ବକ୍ତାର ଭବିଷ୍ୟତ୍ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।
ଦିତୀୟ ବଂଶାବଳୀ 15 : 9 (IRVOR)
ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ।
ଦିତୀୟ ବଂଶାବଳୀ 15 : 10 (IRVOR)
ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।
ଦିତୀୟ ବଂଶାବଳୀ 15 : 11 (IRVOR)
ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ
ଦିତୀୟ ବଂଶାବଳୀ 15 : 12 (IRVOR)
ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,
ଦିତୀୟ ବଂଶାବଳୀ 15 : 13 (IRVOR)
ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ।
ଦିତୀୟ ବଂଶାବଳୀ 15 : 14 (IRVOR)
ଆହୁରି ସେମାନେ ଉଚ୍ଚୈଃସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।
ଦିତୀୟ ବଂଶାବଳୀ 15 : 15 (IRVOR)
ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
ଦିତୀୟ ବଂଶାବଳୀ 15 : 16 (IRVOR)
ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।
ଦିତୀୟ ବଂଶାବଳୀ 15 : 17 (IRVOR)
ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।
ଦିତୀୟ ବଂଶାବଳୀ 15 : 18 (IRVOR)
ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।
ଦିତୀୟ ବଂଶାବଳୀ 15 : 19 (IRVOR)
ପୁଣି, ଆସାଙ୍କ ରାଜତ୍ଵର ପଞ୍ଚତିରିଶ ବର୍ଷ ପର୍ଯ୍ୟନ୍ତ ଆଉ ଯୁଦ୍ଧ ହେଲା ନାହିଁ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19