ଦିତୀୟ ବଂଶାବଳୀ 16 : 1 (IRVOR)
ଇସ୍ରାଏଲ ସହ ବିବାଦ ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
ଦିତୀୟ ବଂଶାବଳୀ 16 : 2 (IRVOR)
ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ,
ଦିତୀୟ ବଂଶାବଳୀ 16 : 3 (IRVOR)
“ମୋ’ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋ’ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗି ଦିଅ, ତହିଁରେ ସେ ମୋ’ ନିକଟରୁ ପ୍ରସ୍ଥାନ କରିବ।”
ଦିତୀୟ ବଂଶାବଳୀ 16 : 4 (IRVOR)
ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍-ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ।
ଦିତୀୟ ବଂଶାବଳୀ 16 : 5 (IRVOR)
ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷାନ୍ତ ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା।
ଦିତୀୟ ବଂଶାବଳୀ 16 : 6 (IRVOR)
ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ।
ଦିତୀୟ ବଂଶାବଳୀ 16 : 7 (IRVOR)
ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।
ଦିତୀୟ ବଂଶାବଳୀ 16 : 8 (IRVOR)
କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ୱାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
ଦିତୀୟ ବଂଶାବଳୀ 16 : 9 (IRVOR)
କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
ଦିତୀୟ ବଂଶାବଳୀ 16 : 10 (IRVOR)
ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
ଦିତୀୟ ବଂଶାବଳୀ 16 : 11 (IRVOR)
ଆସାଙ୍କ ରାଜତ୍ୱର ସମାପ୍ତି ଦେଖ, ଏହି ଆସାଙ୍କର ଆଦ୍ୟନ୍ତ କ୍ରିୟାର ବୃତ୍ତାନ୍ତ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକରେ ଲେଖା ଅଛି।
ଦିତୀୟ ବଂଶାବଳୀ 16 : 12 (IRVOR)
ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ।
ଦିତୀୟ ବଂଶାବଳୀ 16 : 13 (IRVOR)
ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବର ପ୍ରାପ୍ତ ହେଲେ।
ଦିତୀୟ ବଂଶାବଳୀ 16 : 14 (IRVOR)
ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।
❮
❯
1
2
3
4
5
6
7
8
9
10
11
12
13
14