ଦିତୀୟ ବଂଶାବଳୀ 17 : 1 (IRVOR)
{ଯିହୁଦାର ରାଜା ଯିହୋଶାଫଟ୍‍ } ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍‍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।
ଦିତୀୟ ବଂଶାବଳୀ 17 : 2 (IRVOR)
ପୁଣି ସେ ଯିହୁଦାର ସକଳ ପ୍ରାଚୀରବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ ଦଳ ସ୍ଥାପନ କଲେ।
ଦିତୀୟ ବଂଶାବଳୀ 17 : 3 (IRVOR)
ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
ଦିତୀୟ ବଂଶାବଳୀ 17 : 4 (IRVOR)
ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।
ଦିତୀୟ ବଂଶାବଳୀ 17 : 5 (IRVOR)
ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।
ଦିତୀୟ ବଂଶାବଳୀ 17 : 6 (IRVOR)
ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।
ଦିତୀୟ ବଂଶାବଳୀ 17 : 7 (IRVOR)
ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;
ଦିତୀୟ ବଂଶାବଳୀ 17 : 8 (IRVOR)
ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍‍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍‍, ଯିହୋନାଥନ୍‍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍‍ ଯାଜକକୁ ପଠାଇଲେ।
ଦିତୀୟ ବଂଶାବଳୀ 17 : 9 (IRVOR)
ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।
ଦିତୀୟ ବଂଶାବଳୀ 17 : 10 (IRVOR)
ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।
ଦିତୀୟ ବଂଶାବଳୀ 17 : 11 (IRVOR)
ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।
ଦିତୀୟ ବଂଶାବଳୀ 17 : 12 (IRVOR)
ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ୍ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।
ଦିତୀୟ ବଂଶାବଳୀ 17 : 13 (IRVOR)
ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।
ଦିତୀୟ ବଂଶାବଳୀ 17 : 14 (IRVOR)
ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।
ଦିତୀୟ ବଂଶାବଳୀ 17 : 15 (IRVOR)
ତାହା ଉତ୍ତାରେ ଯିହୋହାନନ୍‍ ସେନାପତି ଥିଲା, ତାହା ସଙ୍ଗରେ ଦୁଇ ଲକ୍ଷ ଅଶୀ ହଜାର ଲୋକ ଥିଲେ।
ଦିତୀୟ ବଂଶାବଳୀ 17 : 16 (IRVOR)
ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;
ଦିତୀୟ ବଂଶାବଳୀ 17 : 17 (IRVOR)
ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;
ଦିତୀୟ ବଂଶାବଳୀ 17 : 18 (IRVOR)
ଆଉ ତାହା ଉତ୍ତାରେ ଯିହୋଷାବଦ୍‍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।
ଦିତୀୟ ବଂଶାବଳୀ 17 : 19 (IRVOR)
ରାଜା ଯିହୁଦାର ସର୍ବତ୍ର ପ୍ରାଚୀରବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19