ଦିତୀୟ ବଂଶାବଳୀ 18 : 1 (IRVOR)
{ଯିହୋଶାଫଟ୍ ଓ ଆହାବଙ୍କ ମୈତ୍ରୀ } ଏହିରୂପେ ଯିହୋଶାଫଟ୍ ଅତିଶୟ ଧନବାନ୍ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
ଦିତୀୟ ବଂଶାବଳୀ 18 : 2 (IRVOR)
ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
ଦିତୀୟ ବଂଶାବଳୀ 18 : 3 (IRVOR)
ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋ’ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”
ଦିତୀୟ ବଂଶାବଳୀ 18 : 4 (IRVOR)
ଆହୁରି ଯିହୋଶାଫଟ୍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”
ଦିତୀୟ ବଂଶାବଳୀ 18 : 5 (IRVOR)
ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଚାରି ଶହ ଲୋକଙ୍କୁ ଏକତ୍ରିତ କରି ସେମାନଙ୍କୁ ପଚାରିଲେ; ଆମ୍ଭେମାନେ କ’ଣ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି ? ତହିଁରେ ସେମାନେ କହିଲେ, “ଯାଉନ୍ତୁ, କାରଣ ପରମେଶ୍ୱର ତାହା ରାଜାଙ୍କ ହସ୍ତରେ ସମର୍ପଣ କରିବେ।”
ଦିତୀୟ ବଂଶାବଳୀ 18 : 6 (IRVOR)
ମାତ୍ର ଯିହୋଶାଫଟ୍ କହିଲେ, “ଏମାନଙ୍କ ଛଡ଼ା ଆମ୍ଭେମାନେ ଯାହାକୁ ପଚାରି ପାରୁ, ସଦାପ୍ରଭୁଙ୍କର ଏପରି ଭବିଷ୍ୟଦ୍ବକ୍ତା କେହି କି ଏଠାରେ ନାହିଁ ?”
ଦିତୀୟ ବଂଶାବଳୀ 18 : 7 (IRVOR)
ତହିଁରେ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଆଉ ଜଣେ ଅଛି, ତାହା ଦ୍ୱାରା ଆମ୍ଭେମାନେ ସଦାପ୍ରଭୁଙ୍କୁ ପଚାରିପାରୁ; ମାତ୍ର ମୁଁ ତାହାକୁ ଘୃଣା କରେ; କାରଣ ସେ ମୋ’ ବିଷୟରେ କେବେ ମଙ୍ଗଳର ନୁହେଁ, ମାତ୍ର ସବୁବେଳେ ଅମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ; ସେ ଇମ୍ଲର ପୁତ୍ର ମୀଖାୟ,” ତହିଁରେ ଯିହୋଶାଫଟ୍ କହିଲେ, “ରାଜା ଏପରି ନ କହନ୍ତୁ।”
ଦିତୀୟ ବଂଶାବଳୀ 18 : 8 (IRVOR)
ସେତେବେଳେ ଇସ୍ରାଏଲର ରାଜା ଏକ ଅଧ୍ୟକ୍ଷକୁ ଡାକି କହିଲେ, “ଇମ୍ଲର ପୁତ୍ର ମୀଖାୟକୁ ଶୀଘ୍ର ଆଣ।”
ଦିତୀୟ ବଂଶାବଳୀ 18 : 9 (IRVOR)
ଏଥି ମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରୁଥିଲେ,
ଦିତୀୟ ବଂଶାବଳୀ 18 : 10 (IRVOR)
ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”
ଦିତୀୟ ବଂଶାବଳୀ 18 : 11 (IRVOR)
ତହିଁରେ ସବୁ ଭବିଷ୍ୟଦ୍ବକ୍ତା ତଦ୍ରୂପ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”
ଦିତୀୟ ବଂଶାବଳୀ 18 : 12 (IRVOR)
ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”
ଦିତୀୟ ବଂଶାବଳୀ 18 : 13 (IRVOR)
ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋ’ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
ଦିତୀୟ ବଂଶାବଳୀ 18 : 14 (IRVOR)
ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି ?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
ଦିତୀୟ ବଂଶାବଳୀ 18 : 15 (IRVOR)
ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
ଦିତୀୟ ବଂଶାବଳୀ 18 : 16 (IRVOR)
ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
ଦିତୀୟ ବଂଶାବଳୀ 18 : 17 (IRVOR)
ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋ’ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ ?”
ଦିତୀୟ ବଂଶାବଳୀ 18 : 18 (IRVOR)
ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।”
ଦିତୀୟ ବଂଶାବଳୀ 18 : 19 (IRVOR)
ତହିଁରେ ସଦାପ୍ରଭୁ କହିଲେ, “ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ ? ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
ଦିତୀୟ ବଂଶାବଳୀ 18 : 20 (IRVOR)
ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, “ମୁଁ ତାହାକୁ ଫୁସୁଲାଇବି।” ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?”
ଦିତୀୟ ବଂଶାବଳୀ 18 : 21 (IRVOR)
ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।
ଦିତୀୟ ବଂଶାବଳୀ 18 : 22 (IRVOR)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
ଦିତୀୟ ବଂଶାବଳୀ 18 : 23 (IRVOR)
ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋ’ଠାରୁ କେଉଁ ବାଟେ ଗଲେ ?”
ଦିତୀୟ ବଂଶାବଳୀ 18 : 24 (IRVOR)
ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”
ଦିତୀୟ ବଂଶାବଳୀ 18 : 25 (IRVOR)
ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍ ଓ ରାଜପୁତ୍ର ଯୋୟାଶ୍ ନିକଟକୁ ନେଇ ଯାଅ;”
ଦିତୀୟ ବଂଶାବଳୀ 18 : 26 (IRVOR)
ପୁଣି କୁହ, ରାଜା ଏହି କଥା କହନ୍ତି, “ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।”
ଦିତୀୟ ବଂଶାବଳୀ 18 : 27 (IRVOR)
ତହିଁରେ ମୀଖାୟ କହିଲା, “ଯେବେ ତୁମ୍ଭେ କୌଣସି ରୂପେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ’ ଦ୍ୱାରା କହି ନାହାନ୍ତି। ଆହୁରି ସେ କହିଲା, ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
ଦିତୀୟ ବଂଶାବଳୀ 18 : 28 (IRVOR)
ଆହାବଙ୍କ ପରାଜୟ ଓ ମୃତ୍ୟୁୁ ଏଥିଉତ୍ତାରେ ଇସ୍ରାଏଲର ରାଜା ଓ ଯିହୁଦାର ଯିହୋଶାଫଟ୍ ରାଜା ରାମୋତ୍-ଗିଲୀୟଦକୁ ଗଲେ।
ଦିତୀୟ ବଂଶାବଳୀ 18 : 29 (IRVOR)
ପୁଣି, ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ମୁଁ ଛଦ୍ମବେଶ ଧରି ଯୁଦ୍ଧକୁ ଯିବି; ମାତ୍ର ତୁମ୍ଭେ ଆପଣା ରାଜବସ୍ତ୍ର ପିନ୍ଧ।” ତହୁଁ ଇସ୍ରାଏଲର ରାଜା ଛଦ୍ମବେଶ ଧରିଲେ ଓ ସେମାନେ ଯୁଦ୍ଧକୁ ଗଲେ।
ଦିତୀୟ ବଂଶାବଳୀ 18 : 30 (IRVOR)
ମାତ୍ର ଅରାମର ରାଜା ଆପଣାର ରଥାଧ୍ୟକ୍ଷମାନଙ୍କୁ ଆଜ୍ଞା କରି କହିଥିଲା, “ତୁମ୍ଭେମାନେ କେବଳ ଇସ୍ରାଏଲର ରାଜା ଛଡ଼ା ସାନ କି ବଡ଼ କାହା ସଙ୍ଗେ ଯୁଦ୍ଧ ନ କର।”
ଦିତୀୟ ବଂଶାବଳୀ 18 : 31 (IRVOR)
ଏଣୁ ରଥାଧ୍ୟକ୍ଷମାନେ ଯିହୋଶାଫଟ୍ଙ୍କୁ ଦେଖି କହିଲେ, “ଏ ଇସ୍ରାଏଲର ରାଜା।” ତେଣୁ ସେମାନେ ତାଙ୍କ ସଙ୍ଗେ ଯୁଦ୍ଧ କରିବା ପାଇଁ ତାଙ୍କ ଆଡ଼କୁ ଫେରିଲେ; ମାତ୍ର ଯିହୋଶାଫଟ୍ ଡାକ ପକାଇଲେ ଓ ସଦାପ୍ରଭୁ ତାଙ୍କର ସାହାଯ୍ୟ କଲେ; ଆଉ ପରମେଶ୍ୱର ସେମାନଙ୍କୁ ତାଙ୍କ ନିକଟରୁ ଫେରି ଯିବା ପାଇଁ ପ୍ରବର୍ତ୍ତାଇଲେ।
ଦିତୀୟ ବଂଶାବଳୀ 18 : 32 (IRVOR)
ତହୁଁ ସେ ଇସ୍ରାଏଲର ରାଜା ନୁହନ୍ତି ବୋଲି ରଥାଧ୍ୟକ୍ଷମାନେ ଦେଖି ତାଙ୍କୁ ଗୋଡ଼ାଇବାରୁ କ୍ଷାନ୍ତ ହେଲେ।
ଦିତୀୟ ବଂଶାବଳୀ 18 : 33 (IRVOR)
ଏପରି ସମୟରେ ଜଣେ ସନ୍ଧାନ ବିନା ଧନୁର୍ଗୁଣ ଟାଣି ସାଞ୍ଜୁଆର ଯୋଡ଼ ମଧ୍ୟରେ ଇସ୍ରାଏଲ-ରାଜାଙ୍କୁ ଆଘାତ କଲା; ତେଣୁ ସେ ଆପଣା ସାରଥିକୁ କହିଲେ, “ତୁମ୍ଭେ ଆପଣା ହାତ ଫେରାଇ ସୈନ୍ୟ ମଧ୍ୟରୁ ମୋତେ ନେଇଯାଅ; କାରଣ ମୁଁ ଅତିଶୟ ଆଘାତ ପାଇଲି।”
ଦିତୀୟ ବଂଶାବଳୀ 18 : 34 (IRVOR)
ସେହି ଦିନ ଯୁଦ୍ଧ ପ୍ରବଳ ହେଲା; ତଥାପି ଇସ୍ରାଏଲର ରାଜା ଆପଣା ରଥରେ ସନ୍ଧ୍ୟା ପର୍ଯ୍ୟନ୍ତ ଅରାମୀୟମାନଙ୍କ ସମ୍ମୁଖରେ ଆପଣାକୁ ଠିଆ କରି ରଖିଲେ; ପୁଣି, ପ୍ରାୟ ସୂର୍ଯ୍ୟାସ୍ତ ସମୟରେ ସେ ମଲେ।
❮
❯