ଦିତୀୟ ବଂଶାବଳୀ 21 : 1 (IRVOR)
ଏଥିଉତ୍ତାରେ ଯିହୋଶାଫଟ୍‍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସଙ୍ଗେ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କଲେ। ଯିହୁଦାର ରାଜା ଯିହୋରାମ୍‍ [PE][PS]
ଦିତୀୟ ବଂଶାବଳୀ 21 : 2 (IRVOR)
ଯିହୋଶାଫଟ୍‍ଙ୍କ ଔରସଜାତ ଅସରୀୟ, ଯିହୀୟେଲ, ଜିଖରୀୟ, ଅସରୀୟାହ, ମୀଖାୟେଲ ଓ ଶଫଟୀୟ ତାଙ୍କର ଭାଇ ଥିଲେ; ଏସମସ୍ତେ ଇସ୍ରାଏଲର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଥିଲେ।
ଦିତୀୟ ବଂଶାବଳୀ 21 : 3 (IRVOR)
ପୁଣି, ସେମାନଙ୍କର ପିତା ସେମାନଙ୍କୁ ମହାସମ୍ପତ୍ତି, ରୂପା ଓ ସୁନା ଓ ବହୁମୂଲ୍ୟ ଦ୍ରବ୍ୟ ଓ ଯିହୁଦାଦେଶସ୍ଥ ପ୍ରାଚୀରବେଷ୍ଟିତ ନଗର ଦାନ କଲେ; ମାତ୍ର ଯିହୋରାମ୍‍ ଜ୍ୟେଷ୍ଠ ହେବାରୁ ତାଙ୍କୁ ରାଜ୍ୟ ଦେଲେ।
ଦିତୀୟ ବଂଶାବଳୀ 21 : 4 (IRVOR)
ଏହି ଯିହୋରାମ୍‍ ଆପଣା ପିତାଙ୍କର ରାଜ୍ୟରେ ଅଧିଷ୍ଟିତ ହୋଇ ଆପଣାକୁ ବଳବାନ କରନ୍ତେ, ଆପଣାର ସମସ୍ତ ଭ୍ରାତାଙ୍କୁ, ମଧ୍ୟ ଇସ୍ରାଏଲର କେତେକ ଅଧିପତିଙ୍କୁ ଖଡ୍ଗରେ ବଧ କଲେ।
ଦିତୀୟ ବଂଶାବଳୀ 21 : 5 (IRVOR)
ଯିହୋରାମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ; ଆଉ, ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ।
ଦିତୀୟ ବଂଶାବଳୀ 21 : 6 (IRVOR)
ପୁଣି ସେ ଆହାବଙ୍କର ବଂଶ ତୁଲ୍ୟ ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କଲେ; କାରଣ ସେ ଆହାବଙ୍କର କନ୍ୟାକୁ ବିବାହ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
ଦିତୀୟ ବଂଶାବଳୀ 21 : 7 (IRVOR)
ତଥାପି ସଦାପ୍ରଭୁ ଦାଉଦଙ୍କ ସଙ୍ଗେ ଯେଉଁ ନିୟମ କରିଥିଲେ, ତହିଁ ସକାଶୁ, ପୁଣି ତାଙ୍କୁ ଓ ତାଙ୍କର ସନ୍ତାନଗଣକୁ ନିତ୍ୟ ଏକ ପ୍ରଦୀପ ଦେବାକୁ ଯେଉଁ ପ୍ରତିଜ୍ଞା କରିଥିଲେ, ତଦନୁସାରେ ଦାଉଦ-ବଂଶକୁ ବିନାଶ କରିବା ପାଇଁ ସମ୍ମତ ନୋହିଲେ।
ଦିତୀୟ ବଂଶାବଳୀ 21 : 8 (IRVOR)
ତାଙ୍କ ସମୟରେ ଇଦୋମୀୟ ଲୋକମାନେ ଯିହୁଦାର ଅଧୀନତାର ବିଦ୍ରୋହୀ ହୋଇ ଆପଣାମାନଙ୍କ ଉପରେ ଏକ ରାଜା କଲେ।
ଦିତୀୟ ବଂଶାବଳୀ 21 : 9 (IRVOR)
ତହିଁରେ ଯିହୋରାମ୍‍ ଆପଣା ସେନାପତିମାନଙ୍କୁ ଓ ଆପଣା ସଙ୍ଗେ ସମସ୍ତ ରଥ ନେଇ ଯାତ୍ରା କଲେ; ପୁଣି ସେ ରାତ୍ରିକାଳେ ଉଠି ଆପଣାର ଚତୁର୍ଦ୍ଦିଗବେଷ୍ଟିତ ଇଦୋମୀୟମାନଙ୍କୁ ଓ ରଥାଧ୍ୟକ୍ଷମାନଙ୍କୁ ସଂହାର କଲେ।
ଦିତୀୟ ବଂଶାବଳୀ 21 : 10 (IRVOR)
ଏହିରୂପେ ଇଦୋମ ଆଜି ପର୍ଯ୍ୟନ୍ତ ଯିହୁଦାର ଅଧୀନତାର ବିଦ୍ରୋହୀ ହେଲା; ସେହି ସମୟରେ ମଧ୍ୟ ଲିବ୍‍ନା ତାହାର ଅଧୀନତାର ବିଦ୍ରୋହୀ ହେଲା; ଯେହେତୁ ସେ ସଦାପ୍ରଭୁ ଆପଣା ପିତୃଗଣର ପରମେଶ୍ୱରଙ୍କୁ ପରିତ୍ୟାଗ କରିଥିଲେ।
ଦିତୀୟ ବଂଶାବଳୀ 21 : 11 (IRVOR)
ଆହୁରି, ସେ ଯିହୁଦାର ନାନା ପର୍ବତରେ ଉଚ୍ଚସ୍ଥଳୀ ନିର୍ମାଣ କଲେ ଓ ଯିରୂଶାଲମ-ନିବାସୀମାନଙ୍କୁ ବ୍ୟଭିଚାର କରାଇଲେ ଓ ଯିହୁଦାକୁ ବିପଥରେ ନେଲେ।
ଦିତୀୟ ବଂଶାବଳୀ 21 : 12 (IRVOR)
ଏଉତ୍ତାରେ ତାଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍‍ବକ୍ତାଙ୍କଠାରୁ ଏକ ପତ୍ର ଆସିଲା, ଯଥା, ସଦାପ୍ରଭୁ ତୁମ୍ଭ ପିତା ଦାଉଦର ପରମେଶ୍ୱର ଏହି କଥା କହନ୍ତି, ତୁମ୍ଭେ ଆପଣା ପିତା ଯିହୋଶାଫଟ୍‍ର ପଥରେ କିଅବା ଯିହୁଦାର ରାଜା ଆସାର ପଥରେ ଗମନ କରି ନାହଁ;
ଦିତୀୟ ବଂଶାବଳୀ 21 : 13 (IRVOR)
ମାତ୍ର ଇସ୍ରାଏଲର ରାଜାମାନଙ୍କ ପଥରେ ଗମନ କରିଅଛ, ପୁଣି ଆହାବର ବଂଶ ତୁଲ୍ୟ ଯିହୁଦାକୁ ଓ ଯିରୂଶାଲମ ନିବାସୀମାନଙ୍କୁ ବ୍ୟଭିଚାର କରାଇଅଛ, ମଧ୍ୟ ତୁମ୍ଭଠାରୁ ଉତ୍ତମ ତୁମ୍ଭ ପିତୃବଂଶର ଭ୍ରାତୃଗଣକୁ ବଧ କରିଅଛ;
ଦିତୀୟ ବଂଶାବଳୀ 21 : 14 (IRVOR)
ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଲୋକମାନଙ୍କୁ ଓ ତୁମ୍ଭ ସନ୍ତାନଗଣକୁ ଓ ତୁମ୍ଭ ପତ୍ନୀମାନଙ୍କୁ ଓ ତୁମ୍ଭ ସମସ୍ତ ସମ୍ପତ୍ତିକୁ ମହାଘାତରେ ସଂହାର କରିବେ।
ଦିତୀୟ ବଂଶାବଳୀ 21 : 15 (IRVOR)
ପୁଣି, ତୁମ୍ଭେ ଅନ୍ତ୍ରପୀଡ଼ାରେ ମହାପୀଡ଼ିତ ହେବ, ଶେଷରେ ସେହି ପୀଡ଼ା ସକାଶୁ ତୁମ୍ଭ ଅନ୍ତ୍ର ଦିନକୁ ଦିନ ବାହରି ପଡ଼ିବ।
ଦିତୀୟ ବଂଶାବଳୀ 21 : 16 (IRVOR)
ଏଥିଉତ୍ତାରେ ସଦାପ୍ରଭୁ ଯିହୋରାମ୍‍ଙ୍କର ପ୍ରତିକୂଳରେ ପଲେଷ୍ଟୀୟ ଓ କୂଶୀୟମାନଙ୍କ ନିକଟସ୍ଥ ଆରବୀୟମାନଙ୍କ ମନକୁ ଉତ୍ତେଜିତ କଲେ।
ଦିତୀୟ ବଂଶାବଳୀ 21 : 17 (IRVOR)
ତହିଁରେ ସେମାନେ ଯିହୁଦାର ପ୍ରତିକୂଳରେ ଆସି ତାହା ଭାଙ୍ଗି ତହିଁ ମଧ୍ୟରେ ପ୍ରବେଶ କଲେ ଓ ରାଜଗୃହରେ ପ୍ରାପ୍ତ ସକଳ ସମ୍ପତ୍ତି, ମଧ୍ୟ ପୁତ୍ରଗଣକୁ ଓ ପତ୍ନୀଗଣକୁ ନେଇଗଲେ; ତହିଁରେ ତାଙ୍କର କନିଷ୍ଠ ପୁତ୍ର ଯିହୋୟାହସ୍‍ ବ୍ୟତୀତ ଆଉ ତାଙ୍କର ଗୋଟିଏ ପୁତ୍ର ଅବଶିଷ୍ଟ ରହିଲା ନାହିଁ।
ଦିତୀୟ ବଂଶାବଳୀ 21 : 18 (IRVOR)
ଏସବୁର ଉତ୍ତାରେ ସଦାପ୍ରଭୁ ତାଙ୍କୁ ଅସାଧ୍ୟ ଅନ୍ତ୍ରବ୍ୟାଧିରେ ଆଘାତ କଲେ।
ଦିତୀୟ ବଂଶାବଳୀ 21 : 19 (IRVOR)
ତହିଁରେ ସମୟାନୁକ୍ରମେ ଦୁଇ ବର୍ଷ ଶେଷରେ ସେହି ପୀଡ଼ା ସକାଶୁ ତାଙ୍କର ଅନ୍ତ୍ର ବାହାରି ପଡ଼ିଲା ଓ ସେ ଉତ୍କଟ ପୀଡ଼ାରେ ମଲେ। ତହୁଁ ତାଙ୍କର ଲୋକମାନେ ତାଙ୍କର ପିତୃଗଣର ଦାହ ଅନୁଯାୟୀ ତାଙ୍କ ପାଇଁ ଦାହ କଲେ ନାହିଁ।
ଦିତୀୟ ବଂଶାବଳୀ 21 : 20 (IRVOR)
ସେ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବତିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଆଠ ବର୍ଷ ରାଜ୍ୟ କଲେ ଓ ସେ ପ୍ରିୟପାତ୍ର ନ ହୋଇ ମଲେ; ଆଉ ଲୋକମାନେ ତାଙ୍କୁ ଦାଉଦ-ନଗରରେ କବର ଦେଲେ, ମାତ୍ର ରାଜାମାନଙ୍କ କବରରେ ନୁହେଁ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: