ଦିତୀୟ ବଂଶାବଳୀ 23 : 1 (IRVOR)
{ଅଥଲୀୟାଙ୍କ ବିରୁଦ୍ଧରେ ବିଦ୍ରୋହ} [PS] ଏଥିଉତ୍ତାରେ ସପ୍ତମ ବର୍ଷରେ ଯିହୋୟାଦା ଆପଣାକୁ ବଳବାନ କରି ଯିରୋହମର ପୁତ୍ର ଅସରୀୟ ଓ ଯିହୋହାନନ୍‍ର ପୁତ୍ର ଇଶ୍ମାୟେଲ, ଓବେଦ୍‍ର ପୁତ୍ର ଅସରୀୟ ଓ ଅଦାୟାର ପୁତ୍ର ମାସେୟ ଓ ସିଖ୍ରିର ପୁତ୍ର ଇଲୀଶାଫଟ୍‍, ଏହି ଶତପତିମାନଙ୍କୁ ଆପଣା ସଙ୍ଗେ ନିୟମରେ ଆବଦ୍ଧ କଲା।
ଦିତୀୟ ବଂଶାବଳୀ 23 : 2 (IRVOR)
ତହିଁରେ ସେମାନେ ଯିହୁଦାର ଚାରିଆଡ଼େ ଭ୍ରମଣ କରି ଯିହୁଦାର ସମସ୍ତ ନଗରରୁ ଲେବୀୟମାନଙ୍କୁ ଓ ଇସ୍ରାଏଲର ପିତୃବଂଶର ପ୍ରଧାନମାନଙ୍କୁ ଏକତ୍ର କଲେ, ତହୁଁ ସେମାନେ ଯିରୂଶାଲମକୁ ଆସିଲେ।
ଦିତୀୟ ବଂଶାବଳୀ 23 : 3 (IRVOR)
ଏଉତ୍ତାରେ ସମଗ୍ର ସମାଜ ପରମେଶ୍ୱରଙ୍କ ଗୃହରେ ରାଜାଙ୍କ ସଙ୍ଗେ ନିୟମ କଲେ। ପୁଣି ଯିହୋୟାଦା ସେମାନଙ୍କୁ କହିଲା, ଦେଖ, ଦାଉଦଙ୍କର ସନ୍ତାନଗଣ ବିଷୟରେ ସଦାପ୍ରଭୁ ଯାହା କହିଅଛନ୍ତି, ତଦନୁସାରେ ରାଜପୁତ୍ର ରାଜ୍ୟ କରିବେ।
ଦିତୀୟ ବଂଶାବଳୀ 23 : 4 (IRVOR)
ତୁମ୍ଭେମାନେ ଏହି କର୍ମ କରିବ; ତୁମ୍ଭମାନଙ୍କ ମଧ୍ୟରୁ ଯେଉଁ ଯାଜକମାନେ ଓ ଲେବୀୟମାନେ ବିଶ୍ରାମବାରରେ ଆସନ୍ତି, ସେମାନଙ୍କର ତୃତୀୟାଂଶ ଦ୍ୱାରପାଳ ହେବେ।
ଦିତୀୟ ବଂଶାବଳୀ 23 : 5 (IRVOR)
ଓ ତୃତୀୟାଂଶ ରାଜଗୃହରେ ରହିବେ ଓ ତୃତୀୟାଂଶ ଭିତ୍ତିମୂଳ-ଦ୍ୱାରରେ ରହିବେ; ଆଉ ସମଗ୍ର ଲୋକ ସଦାପ୍ରଭୁଙ୍କ ଗୃହର ନାନା ପ୍ରାଙ୍ଗଣରେ ରହିବେ।
ଦିତୀୟ ବଂଶାବଳୀ 23 : 6 (IRVOR)
ମାତ୍ର ଯାଜକମାନଙ୍କର ଓ ପରିଚର୍ଯ୍ୟାକାରୀ ଲେବୀୟମାନଙ୍କର ବ୍ୟତୀତ ଆଉ କାହାକୁ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କରିବାକୁ ଦିଅ ନାହିଁ; ସେମାନେ ପବିତ୍ର, ଏଥିପାଇଁ ସେମାନେ ପ୍ରବେଶ କରିବେ; ମାତ୍ର ସମଗ୍ର ଲୋକ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କରିବେ।
ଦିତୀୟ ବଂଶାବଳୀ 23 : 7 (IRVOR)
ପୁଣି ଲେବୀୟମାନଙ୍କର ପ୍ରତ୍ୟେକେ ଆପଣା ଆପଣା ହାତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କୁ ଚତୁର୍ଦ୍ଦିଗରେ ବେଷ୍ଟନ କରିବେ; ଆଉ ଯେକେହି ଗୃହ ଭିତରକୁ ଆସେ, ସେ ହତ ହେଉ; ପୁଣି ରାଜା ଭିତରକୁ ଆସିବା ବେଳେ ଓ ବାହାରକୁ ଯିବା ବେଳେ ତୁମ୍ଭେମାନେ ତାଙ୍କ ସଙ୍ଗେ ଥାଅ।
ଦିତୀୟ ବଂଶାବଳୀ 23 : 8 (IRVOR)
ତହୁଁ ଲେବୀୟମାନେ ଓ ସମଗ୍ର ଯିହୁଦା, ଯିହୋୟାଦା ଯାଜକର ଆଜ୍ଞା ପ୍ରମାଣେ ସମସ୍ତ କର୍ମ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକଙ୍କୁ ନେଲେ; କାରଣ ଯିହୋୟାଦା ଯାଜକ ଲୋକମାନଙ୍କୁ ପାଳିରୁ ବିଦାୟ କରି ନ ଥିଲା।
ଦିତୀୟ ବଂଶାବଳୀ 23 : 9 (IRVOR)
ଆଉ, ଦାଉଦ ରାଜାଙ୍କର ଯେଉଁ ବର୍ଚ୍ଛା ଓ ଢାଲ ଓ ଚର୍ମ ପରମେଶ୍ୱରଙ୍କ ଗୃହରେ ଥିଲା, ତାହାସବୁ ଯିହୋୟାଦା ଯାଜକ ଶତପତିମାନଙ୍କୁ ଦେଲା।
ଦିତୀୟ ବଂଶାବଳୀ 23 : 10 (IRVOR)
ଆଉ, ସେ ସମସ୍ତ ଲୋକଙ୍କୁ, ସ୍ୱହସ୍ତରେ ଅସ୍ତ୍ରଧାରୀ ପ୍ରତି ଜଣକୁ ଗୃହର ଦକ୍ଷିଣ ପାର୍ଶ୍ଵର ବାମ ପାର୍ଶ୍ଵ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ରାଜାଙ୍କର ଚତୁର୍ଦ୍ଦିଗରେ ସ୍ଥାପନ କଲା।
ଦିତୀୟ ବଂଶାବଳୀ 23 : 11 (IRVOR)
ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।
ଦିତୀୟ ବଂଶାବଳୀ 23 : 12 (IRVOR)
ଏଥିରେ ଅଥଲୀୟା ଲୋକମାନଙ୍କ ଦୌଡ଼ା ଦୌଡ଼ିର ଓ ରାଜାଙ୍କର ପ୍ରଶଂସା କରିବାର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲେ;
ଦିତୀୟ ବଂଶାବଳୀ 23 : 13 (IRVOR)
ଆଉ, ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ଦ୍ୱାର-ପ୍ରବେଶ ସ୍ଥାନରେ ଆପଣା ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଅଛନ୍ତି ଓ ତୂରୀ ଅଛି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉ ଅଛନ୍ତି; ମଧ୍ୟ ଗାୟକମାନେ ବାଦ୍ୟଯନ୍ତ୍ର ବଜାଇ ପ୍ରଶଂସାଗାନ କରୁଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ, ରାଜଦ୍ରୋହ ବୋଲି ଡାକ ପକାଇଲେ।
ଦିତୀୟ ବଂଶାବଳୀ 23 : 14 (IRVOR)
ତହିଁରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ବାହାରକୁ ଆଣି କହିଲା, ସୈନ୍ୟଶ୍ରେଣୀ ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେକେହି ତାହାର ପଶ୍ଚାଦ୍‍ଗାମୀ ହୁଏ, ସେ ଖଡ୍ଗରେ ହତ ହେଉ; କାରଣ ଯାଜକ କହିଲା, ସଦାପ୍ରଭୁଙ୍କ ଗୃହ ଭିତରେ ତାହାକୁ ବଧ କର ନାହିଁ।
ଦିତୀୟ ବଂଶାବଳୀ 23 : 15 (IRVOR)
ତହୁଁ ଲୋକମାନେ ତାଙ୍କ ପାଇଁ ପଥ ଛାଡ଼ନ୍ତେ, ସେ ରାଜଗୃହର ଅଶ୍ୱଦ୍ୱାରର ପ୍ରବେଶ ସ୍ଥାନକୁ ଗଲେ; ଆଉ ସେଠାରେ ସେମାନେ ତାଙ୍କୁ ବଧ କଲେ। [PS]
ଦିତୀୟ ବଂଶାବଳୀ 23 : 16 (IRVOR)
{ଯିହୋୟାଦା କରିଥିବା ସଂସ୍କାର} [PS] ଏଥିଉତ୍ତାରେ ସମସ୍ତେ ଯେପରି ସଦାପ୍ରଭୁଙ୍କର ଲୋକ ହେବେ, ଏଥିପାଇଁ ଯିହୋୟାଦା ଆପଣାର, ପୁଣି ସମଗ୍ର ଲୋକଙ୍କର ଓ ରାଜାଙ୍କର ମଧ୍ୟରେ ଏକ ନିୟମ କଲା।
ଦିତୀୟ ବଂଶାବଳୀ 23 : 17 (IRVOR)
ଏଉତ୍ତାରେ ସମଗ୍ର ଲୋକ ବାଲ୍‍-ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ, ସେମାନେ ତାହାର ଯଜ୍ଞବେଦି ଓ ପ୍ରତିମାସବୁ ଚୂର୍ଣ୍ଣ କଲେ ଓ ଯଜ୍ଞବେଦି ସମ୍ମୁଖରେ ବାଲ୍‍ର ଯାଜକ ମତ୍ତନକୁ ବଧ କଲେ।
ଦିତୀୟ ବଂଶାବଳୀ 23 : 18 (IRVOR)
ଆଉ, ଦାଉଦଙ୍କର ବିଧାନମତେ ଆନନ୍ଦ ଓ ଗାନ ସହିତ ମୋଶାଙ୍କ ବ୍ୟବସ୍ଥାର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିବାକୁ ଦାଉଦ ଯେଉଁ ଲେବୀୟ ଯାଜକମାନଙ୍କୁ ସଦାପ୍ରଭୁଙ୍କ ଗୃହରେ ବିଭାଗ କରିଥିଲେ, ସେମାନଙ୍କ ହସ୍ତାଧୀନରେ ଯିହୋୟାଦା ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କାର୍ଯ୍ୟ ସ୍ଥାପନ କଲା।
ଦିତୀୟ ବଂଶାବଳୀ 23 : 19 (IRVOR)
ଆଉ, କୌଣସି ବିଷୟରେ ଅଶୁଚି କୌଣସି ଲୋକ ଯେପରି ପ୍ରବେଶ କରି ନ ପାରେ, ଏଥିପାଇଁ ସେ ସଦାପ୍ରଭୁଙ୍କ ଗୃହର ଦ୍ୱାରସବୁରେ ଦ୍ୱାରପାଳମାନଙ୍କୁ ନିଯୁକ୍ତ କଲା।
ଦିତୀୟ ବଂଶାବଳୀ 23 : 20 (IRVOR)
ଏଥିଉତ୍ତାରେ ସେ ଶତପତିମାନଙ୍କୁ ଓ କୁଳୀନମାନଙ୍କୁ ଓ ଲୋକମାନଙ୍କର ଶାସନକର୍ତ୍ତାମାନଙ୍କୁ ଓ ଦେଶର ସମଗ୍ର ଲୋକଙ୍କୁ ନେଇ ରାଜାଙ୍କୁ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ଆଉ, ସେମାନେ ଉପର ଦ୍ୱାର ଦେଇ ରାଜଗୃହକୁ ଆସି ରାଜସିଂହାସନରେ ରାଜାଙ୍କୁ ବସାଇଲେ।
ଦିତୀୟ ବଂଶାବଳୀ 23 : 21 (IRVOR)
ସେତେବେଳେ ଦେଶର ସମସ୍ତ ଲୋକ ଆନନ୍ଦ କଲେ ଓ ନଗର ସୁସ୍ଥିର ହେଲା; ଆଉ, ସେମାନେ ଅଥଲୀୟାଙ୍କୁ ଖଡ୍ଗରେ ବଧ କଲେ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: