ଦିତୀୟ ବଂଶାବଳୀ 35 : 1 (IRVOR)
ଯୋଶୀୟଙ୍କ ନିସ୍ତାର ପର୍ବ ପାଳନ ଏଥିଉତ୍ତାରେ ଯୋଶୀୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯିରୂଶାଲମରେ ନିସ୍ତାର ପର୍ବ ପାଳନ କଲେ ଓ ଲୋକମାନେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ।
ଦିତୀୟ ବଂଶାବଳୀ 35 : 2 (IRVOR)
ପୁଣି, ସେ ଯାଜକମାନଙ୍କୁ ସେମାନଙ୍କ ରକ୍ଷଣୀୟ ସ୍ଥାନରେ ନିଯୁକ୍ତ କଲେ ଓ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କରିବାକୁ ସେମାନଙ୍କୁ ସାହସ ଦେଲେ।
ଦିତୀୟ ବଂଶାବଳୀ 35 : 3 (IRVOR)
ପୁଣି, ଯେଉଁ ଲେବୀୟମାନେ ସମଗ୍ର ଇସ୍ରାଏଲକୁ ଶିକ୍ଷା ଦେଲେ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହୋଇଥିଲେ, ସେମାନଙ୍କୁ ସେ କହିଲେ, “ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କର ନିର୍ମିତ ଗୃହ ମଧ୍ୟରେ ପବିତ୍ର ସିନ୍ଦୁକ ରଖ; ତୁମ୍ଭମାନଙ୍କ ସ୍କନ୍ଧରେ ଆଉ ଭାର ରହିବ ନାହିଁ; ଏବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ସେବା କର।
ଦିତୀୟ ବଂଶାବଳୀ 35 : 4 (IRVOR)
ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।
ଦିତୀୟ ବଂଶାବଳୀ 35 : 5 (IRVOR)
ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।
ଦିତୀୟ ବଂଶାବଳୀ 35 : 6 (IRVOR)
ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।”
ଦିତୀୟ ବଂଶାବଳୀ 35 : 7 (IRVOR)
ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।
ଦିତୀୟ ବଂଶାବଳୀ 35 : 8 (IRVOR)
ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍କିୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।
ଦିତୀୟ ବଂଶାବଳୀ 35 : 9 (IRVOR)
ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍ ଓ ଯୋଷାବଦ୍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।
ଦିତୀୟ ବଂଶାବଳୀ 35 : 10 (IRVOR)
ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।
ଦିତୀୟ ବଂଶାବଳୀ 35 : 11 (IRVOR)
ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯା’ନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।
ଦିତୀୟ ବଂଶାବଳୀ 35 : 12 (IRVOR)
ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।
ଦିତୀୟ ବଂଶାବଳୀ 35 : 13 (IRVOR)
ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।
ଦିତୀୟ ବଂଶାବଳୀ 35 : 14 (IRVOR)
ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।
ଦିତୀୟ ବଂଶାବଳୀ 35 : 15 (IRVOR)
ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।
ଦିତୀୟ ବଂଶାବଳୀ 35 : 16 (IRVOR)
ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।
ଦିତୀୟ ବଂଶାବଳୀ 35 : 17 (IRVOR)
ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।
ଦିତୀୟ ବଂଶାବଳୀ 35 : 18 (IRVOR)
ପୁଣି, ଶାମୁୟେଲ ଭବିଷ୍ୟଦ୍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।
ଦିତୀୟ ବଂଶାବଳୀ 35 : 19 (IRVOR)
ଯୋଶୀୟଙ୍କର ରାଜତ୍ୱର ଅଠର ବର୍ଷରେ ଏହି ନିସ୍ତାର ପର୍ବ ପ୍ରତିପାଳିତ ହେଲା।
ଦିତୀୟ ବଂଶାବଳୀ 35 : 20 (IRVOR)
ରାଜା ଯୋଶୀୟଙ୍କର ରାଜତ୍ୱର ସମାପ୍ତି ଏହିସବୁର ଉତ୍ତାରେ, ଅର୍ଥାତ୍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍ ନଦୀ ନିକଟସ୍ଥ କର୍କମୀଶ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ;
ଦିତୀୟ ବଂଶାବଳୀ 35 : 21 (IRVOR)
ମାତ୍ର ସେ ତାଙ୍କ ନିକଟକୁ ଦୂତ ପଠାଇ କହିଲା, “ହେ ଯିହୁଦାର ରାଜନ୍, ତୁମ୍ଭ ସଙ୍ଗେ ମୋହର କ’ଣ କରିବାର ଅଛି ? ମୁଁ ଆଜି ତୁମ୍ଭ ବିରୁଦ୍ଧରେ ଆସି ନାହିଁ, ମାତ୍ର ଯେଉଁ ବଂଶ ସଙ୍ଗେ ମୋହର ଯୁଦ୍ଧ ଅଛି, ତାହା ବିରୁଦ୍ଧରେ ଆସିଅଛି; ଆଉ ପରମେଶ୍ୱର ଶୀଘ୍ର କରିବା ପାଇଁ ମୋତେ ଆଜ୍ଞା କରିଅଛନ୍ତି; ମୋହର ସହବର୍ତ୍ତୀ ପରମେଶ୍ୱର ଯେପରି ତୁମ୍ଭକୁ ବିନାଶ ନ କରନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କଠାରୁ ନିରସ୍ତ ହୁଅ;”
ଦିତୀୟ ବଂଶାବଳୀ 35 : 22 (IRVOR)
ତଥାପି ଯୋଶୀୟ ତାହାଠାରୁ ବିମୁଖ ହେବାକୁ ସମ୍ମତ ନୋହିଲେ, ମାତ୍ର ତାହା ସଙ୍ଗେ ଯୁଦ୍ଧ କରିବା ପାଇଁ ଛଦ୍ମବେଶ ଧାରଣ କଲେ, ଆଉ ପରମେଶ୍ୱରଙ୍କ ମୁଖ ନିର୍ଗତ ନଖୋର ବାକ୍ୟରେ ମନୋଯୋଗ ନ କରି ମଗିଦ୍ଦୋ ଉପତ୍ୟକାରେ ଯୁଦ୍ଧ କରିବା ପାଇଁ ଉପସ୍ଥିତ ହେଲେ।
ଦିତୀୟ ବଂଶାବଳୀ 35 : 23 (IRVOR)
ଏଥିଉତ୍ତାରେ ଧନୁର୍ଦ୍ଧରମାନେ ଯୋଶୀୟ ରାଜାଙ୍କୁ ତୀର ମାରିଲେ; ତହିଁରେ ରାଜା ଆପଣା ଦାସମାନଙ୍କୁ କହିଲେ, ମୋତେ ନେଇଯାଅ, ମୁଁ ଅତ୍ୟନ୍ତ ଆହତ ହୋଇଅଛି।
ଦିତୀୟ ବଂଶାବଳୀ 35 : 24 (IRVOR)
ତହୁଁ ତାଙ୍କର ଦାସମାନେ ସେହି ରଥରୁ ତାଙ୍କୁ ନେଇ ତାଙ୍କର ଦ୍ୱିତୀୟ ରଥରେ ଚଢ଼ାଇ ଯିରୂଶାଲମକୁ ଆଣିଲେ; ଆଉ ସେ ମଲେ ଓ ଆପଣା ପିତୃଲୋକଙ୍କର କବରରେ କବର ପାଇଲେ। ଏଥିରେ ଯୋଶୀୟଙ୍କ ଲାଗି ସମଗ୍ର ଯିହୁଦା ଓ ଯିରୂଶାଲମ ଶୋକ କଲେ।
ଦିତୀୟ ବଂଶାବଳୀ 35 : 25 (IRVOR)
ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।
ଦିତୀୟ ବଂଶାବଳୀ 35 : 26 (IRVOR)
ଏହି ଯୋଶୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁଯାୟୀ ତାଙ୍କର ସୁକର୍ମ
ଦିତୀୟ ବଂଶାବଳୀ 35 : 27 (IRVOR)
ଓ ତାଙ୍କର ଆଦ୍ୟନ୍ତ କ୍ରିୟାସକଳ, ଦେଖ, ଇସ୍ରାଏଲ ଓ ଯିହୁଦା-ରାଜାଗଣର ଇତିହାସ-ପୁସ୍ତକରେ ଲିଖିତ ଅଛି।
❮
❯