ଦିତୀୟ ବଂଶାବଳୀ 8 : 1 (IRVOR)
ଶଲୋମନଙ୍କ କୃତୀତ୍ୱ ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।
ଦିତୀୟ ବଂଶାବଳୀ 8 : 2 (IRVOR)
ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ ସନ୍ତାନଗଣକୁ ବାସ କରାଇଲେ।
ଦିତୀୟ ବଂଶାବଳୀ 8 : 3 (IRVOR)
ଏଥିଉତ୍ତାରେ ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ।
ଦିତୀୟ ବଂଶାବଳୀ 8 : 4 (IRVOR)
ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ।
ଦିତୀୟ ବଂଶାବଳୀ 8 : 5 (IRVOR)
ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ;
ଦିତୀୟ ବଂଶାବଳୀ 8 : 6 (IRVOR)
ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ।
ଦିତୀୟ ବଂଶାବଳୀ 8 : 7 (IRVOR)
ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ,
ଦିତୀୟ ବଂଶାବଳୀ 8 : 8 (IRVOR)
ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ।
ଦିତୀୟ ବଂଶାବଳୀ 8 : 9 (IRVOR)
ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ।
ଦିତୀୟ ବଂଶାବଳୀ 8 : 10 (IRVOR)
ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ।
ଦିତୀୟ ବଂଶାବଳୀ 8 : 11 (IRVOR)
ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର।
ଦିତୀୟ ବଂଶାବଳୀ 8 : 12 (IRVOR)
ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ;
ଦିତୀୟ ବଂଶାବଳୀ 8 : 13 (IRVOR)
ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ।
ଦିତୀୟ ବଂଶାବଳୀ 8 : 14 (IRVOR)
ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ।
ଦିତୀୟ ବଂଶାବଳୀ 8 : 15 (IRVOR)
ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ।
ଦିତୀୟ ବଂଶାବଳୀ 8 : 16 (IRVOR)
ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା।
ଦିତୀୟ ବଂଶାବଳୀ 8 : 17 (IRVOR)
ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତକୁ ଗଲେ।
ଦିତୀୟ ବଂଶାବଳୀ 8 : 18 (IRVOR)
ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18