ଦିତୀୟ ବଂଶାବଳୀ 9 : 1 (IRVOR)
ଶିବା ଦେଶର ରାଣୀଙ୍କ ପରିଦର୍ଶନ ଏଥିଉତ୍ତାରେ ଶିବା ଦେଶର ରାଣୀ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ଯିରୂଶାଲମରେ ଶଲୋମନଙ୍କର ପରୀକ୍ଷା କରିବା ପାଇଁ ସୁଗନ୍ଧି ଦ୍ରବ୍ୟ ଓ ବିସ୍ତର ସୁବର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା।
ଦିତୀୟ ବଂଶାବଳୀ 9 : 2 (IRVOR)
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ ଓ ଶଲୋମନଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ଯାହା ସେ ତାହାକୁ କହିଲେ ନାହିଁ।
ଦିତୀୟ ବଂଶାବଳୀ 9 : 3 (IRVOR)
ପୁଣି ଶିବାର ରାଣୀ ଶଲୋମନଙ୍କର ଜ୍ଞାନ ଓ ତାଙ୍କ ନିର୍ମିତ ଗୃହ
ଦିତୀୟ ବଂଶାବଳୀ 9 : 4 (IRVOR)
ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କର ଆସନ ଓ ତାଙ୍କର ମନ୍ତ୍ରୀମାନଙ୍କର ସେବା ଓ ସେମାନଙ୍କର ବସ୍ତ୍ର ଓ ତାଙ୍କର ପାତ୍ରବାହକଗଣ ଓ ସେମାନଙ୍କର ବସ୍ତ୍ର ଓ ସଦାପ୍ରଭୁଙ୍କ ଗୃହକୁ ଉଠିଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ହତଜ୍ଞାନ ହେଲା।
ଦିତୀୟ ବଂଶାବଳୀ 9 : 5 (IRVOR)
ତହୁଁ ସେ ରାଜାଙ୍କୁ କହିଲା, “ଆମ୍ଭେ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲୁ, ତାହା ସତ୍ୟ।
ଦିତୀୟ ବଂଶାବଳୀ 9 : 6 (IRVOR)
ତଥାପି ଆମ୍ଭେ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ଲୋକମାନଙ୍କର କଥା ବିଶ୍ୱାସ କଲୁ ନାହିଁ; ଆଉ ଦେଖନ୍ତୁ, ଆପଣଙ୍କ ଜ୍ଞାନର ଅର୍ଦ୍ଧେକ ମାହାତ୍ମ୍ୟ ଆମ୍ଭକୁ କୁହାଯାଇ ନଥିଲା; ଆମ୍ଭ ଶୁଣିବାର ଅପେକ୍ଷା ଆପଣଙ୍କ ସୁଖ୍ୟାତି ଅଧିକ।
ଦିତୀୟ ବଂଶାବଳୀ 9 : 7 (IRVOR)
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କର ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଠିଆ ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
ଦିତୀୟ ବଂଶାବଳୀ 9 : 8 (IRVOR)
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ଯେ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହୋଇ ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ପକ୍ଷରେ ରାଜା ହେବାକୁ ଆପଣା ସିଂହାସନରେ ଆପଣଙ୍କୁ ବସାଇ ଅଛନ୍ତି; ଯେଣୁ ଆପଣଙ୍କ ପରମେଶ୍ୱର ଇସ୍ରାଏଲକୁ ଅନନ୍ତ କାଳସ୍ଥାୟୀ କରିବା ନିମନ୍ତେ ସେମାନଙ୍କୁ ପ୍ରେମ କରନ୍ତି; ଏହି ହେତୁରୁ ବିଚାର ଓ ନ୍ୟାୟ କରିବାକୁ ସେ ସେମାନଙ୍କ ଉପରେ ଆପଣଙ୍କୁ ରାଜା କଲେ।”
ଦିତୀୟ ବଂଶାବଳୀ 9 : 9 (IRVOR)
ଏଉତ୍ତାରେ ସେ ରାଜାଙ୍କୁ ଏକ ଶହ କୋଡ଼ିଏ ତାଳନ୍ତ ସୁନା ଓ ଅତି ବିସ୍ତର ସୁଗନ୍ଧି ଦ୍ରବ୍ୟ ଓ ମଣି ଦେଲା; ଶିବାର ରାଣୀ ଶଲୋମନ ରାଜାଙ୍କୁ ଯେଉଁ ପ୍ରକାର ସୁଗନ୍ଧି ଦ୍ରବ୍ୟ ଦେଲା, ସେପ୍ରକାର ସୁଗନ୍ଧି ଦ୍ରବ୍ୟ ଆଉ ନ ଥିଲା।
ଦିତୀୟ ବଂଶାବଳୀ 9 : 10 (IRVOR)
ପୁଣି ହୂରମ୍‍ର ଯେଉଁ ଦାସମାନେ ଓ ଶଲୋମନଙ୍କର ଯେଉଁ ଦାସମାନେ ଓଫୀରରୁ ସୁବର୍ଣ୍ଣ ଆଣିଲେ, ସେମାନେ ମଧ୍ୟ ଚନ୍ଦନ କାଷ୍ଠ ଓ ମଣି ଆଣିଲେ।
ଦିତୀୟ ବଂଶାବଳୀ 9 : 11 (IRVOR)
ଆଉ ରାଜା ସେହି ଚନ୍ଦନ କାଷ୍ଠ ଦ୍ୱାରା ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ପାଇଁ ସୋପାନ ଓ ଗାୟକମାନଙ୍କ ନିମନ୍ତେ ବୀଣା ଓ ନେବଲ ପ୍ରସ୍ତୁତ କଲେ; ଏପରି ଚନ୍ଦନ କାଷ୍ଠ ପୂର୍ବରେ ଯିହୁଦା ଦେଶରେ ଦେଖାଯାଇ ନ ଥିଲା।
ଦିତୀୟ ବଂଶାବଳୀ 9 : 12 (IRVOR)
ପୁଣି ଶିବାର ରାଣୀ ଯାହା ଯାହା ମାଗିଲା, ତାହାର ମନୋବାଞ୍ଛାନୁସାରେ ଶଲୋମନ ରାଜା ତାହାସବୁ ତାହାକୁ ଦେଲେ, (ତାହା ଛଡ଼ା ରାଜାଙ୍କ ନିକଟକୁ ତାହାର ଆନୀତ ଦ୍ରବ୍ୟର ପ୍ରତିଦାନ କଲେ) ଏଥିଉତ୍ତାରେ ରାଣୀ ଓ ତାହାର ଦାସମାନେ ଫେରି ଆପଣା ଦେଶକୁ ଗଲେ।
ଦିତୀୟ ବଂଶାବଳୀ 9 : 13 (IRVOR)
ରାଜା ଶଲୋମନଙ୍କ ଧନସମ୍ପତ୍ତି ବର୍ଷକ ମଧ୍ୟରେ ଶଲୋମନଙ୍କ ନିକଟକୁ ଛଅ ଶହ ଛଷଠି ତାଳନ୍ତ* ପ୍ରାୟ 22,000 କିଲୋ ସୁନା ପରିମିତ ସୁନା ଆସେ;
ଦିତୀୟ ବଂଶାବଳୀ 9 : 14 (IRVOR)
ତାହା ଛଡ଼ା ପାଇକର ଓ ବଣିକମାନେ ସୁନା ଆଣିଲେ; ପୁଣି ଆରବୀୟ ସମସ୍ତ ରାଜା ଓ ଦେଶାଧ୍ୟକ୍ଷମାନେ ଶଲୋମନଙ୍କ ନିକଟକୁ ସୁନା ଓ ରୂପା ଆଣିଲେ।
ଦିତୀୟ ବଂଶାବଳୀ 9 : 15 (IRVOR)
ତହିଁରେ ଶଲୋମନ ରାଜା ପିଟାସୁନାରେ ଦୁଇ ଶହ ବଡ଼ ଢ଼ାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଳରେ ଛଅ ଶହ ଶେକଲ ପ୍ରାୟ ଛଅ କିଲୋ ଛଅ ଶହ ଗ୍ରାମ୍ ସୁନା ଲାଗିଲା।
ଦିତୀୟ ବଂଶାବଳୀ 9 : 16 (IRVOR)
ପୁଣି, ସେ ପିଟାସୁନାରେ ତିନି ଶହ ଢାଲ ପ୍ରସ୍ତୁତ କଲେ; ପ୍ରତ୍ୟେକ ଢାଲରେ ତିନି ମିନାସ୍ ଏକ ମିନାର ଓଜନ ପ୍ରାୟ ଛଅ ଶହ ଗ୍ରାମ୍ ଅଟେ, ତ ତିନି ମିନାର ପରିମାଣ ପ୍ରାୟ ଏକ କିଲୋ ଆଠ ଶହ ଗ୍ରାମ୍ ଅଟେ ସୁନା ଲାଗିଲା; ଆଉ, ରାଜା ଲିବାନୋନ ଅରଣ୍ୟ-ଗୃହରେ ତାହାସବୁ ରଖିଲେ।
ଦିତୀୟ ବଂଶାବଳୀ 9 : 17 (IRVOR)
ଆହୁରି, ରାଜା ହସ୍ତୀଦନ୍ତର ଗୋଟିଏ ବୃହତ୍ ସିଂହାସନ ନିର୍ମାଣ କରି ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ।
ଦିତୀୟ ବଂଶାବଳୀ 9 : 18 (IRVOR)
ସେହି ସିଂହାସନରେ ଏକ ସ୍ୱର୍ଣ୍ଣମୟ ପାଦପୀଠ ସହିତ ଛଅ ପାହାଚ ସିଂହାସନ ସଂଯୁକ୍ତ ହୋଇଥିଲା, ଆଉ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
ଦିତୀୟ ବଂଶାବଳୀ 9 : 19 (IRVOR)
ସେହି ଛଅ ପାହାଚ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ନୋହିଲା।
ଦିତୀୟ ବଂଶାବଳୀ 9 : 20 (IRVOR)
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ ଅରଣ୍ୟ-ଗୃହର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
ଦିତୀୟ ବଂଶାବଳୀ 9 : 21 (IRVOR)
କାରଣ ହୂରମ୍‍ର ଦାସମାନଙ୍କ ସଙ୍ଗେ ରାଜାଙ୍କର ତର୍ଶୀଶ୍‍ଗାମୀ ଜାହାଜମାନ ଥିଲେ; ସେହି ତର୍ଶୀଶ୍‍ର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା ଓ ହସ୍ତୀଦନ୍ତ, ପୁଣି ବାନର ଓ ମୟୂର ନେଇ ଆସନ୍ତି।
ଦିତୀୟ ବଂଶାବଳୀ 9 : 22 (IRVOR)
ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କ ଅପେକ୍ଷା ମହାନ୍ ହେଲେ।
ଦିତୀୟ ବଂଶାବଳୀ 9 : 23 (IRVOR)
ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତହିଁର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ରାଜା ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
ଦିତୀୟ ବଂଶାବଳୀ 9 : 24 (IRVOR)
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣାର ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର, ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
ଦିତୀୟ ବଂଶାବଳୀ 9 : 25 (IRVOR)
ଆଉ ଶଲୋମନଙ୍କର ଅଶ୍ୱ ଓ ରଥ ନିମନ୍ତେ ଚାରି ହଜାର ଶାଳା ଥିଲା ଓ ବାର ହଜାର ଅଶ୍ୱାରୂଢ଼ ଥିଲେ, ଏସବୁକୁ ସେ ରଥ ନଗରମାନରେ ଓ ଯିରୂଶାଲମରେ ରାଜାଙ୍କ ନିକଟରେ ରଖିଲେ।
ଦିତୀୟ ବଂଶାବଳୀ 9 : 26 (IRVOR)
ଆଉ, ସେ (ଫରାତ୍‍) ନଦୀଠାରୁ ପଲେଷ୍ଟୀୟମାନଙ୍କର ଦେଶ ଓ ମିସରର ସୀମା ପର୍ଯ୍ୟନ୍ତ ସମସ୍ତ ରାଜା ଉପରେ ରାଜତ୍ୱ କଲେ।
ଦିତୀୟ ବଂଶାବଳୀ 9 : 27 (IRVOR)
ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ।
ଦିତୀୟ ବଂଶାବଳୀ 9 : 28 (IRVOR)
ଆଉ ଲୋକମାନେ ମିସରରୁ ଓ ସମସ୍ତ ଦେଶରୁ ଶଲୋମନଙ୍କ ପାଇଁ ଅଶ୍ୱ ଆଣିଲେ।
ଦିତୀୟ ବଂଶାବଳୀ 9 : 29 (IRVOR)
ଶଲୋମନଙ୍କର ରାଜତ୍ୱର ବିବରଣୀ ଶଲୋମନଙ୍କର ଅବଶିଷ୍ଟ ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ନାଥନ ଭବିଷ୍ୟଦ୍‍ବକ୍ତାଙ୍କର ଇତିହାସ ପୁସ୍ତକରେ ଓ ଶୀଲୋନୀୟ ଅହୀୟର ଭବିଷ୍ୟଦ୍‍-ବାକ୍ୟରେ ଓ ନବାଟର ପୁତ୍ର ଯାରବୀୟାମ୍‍ଙ୍କ ବିଷୟକ ଇଦ୍ଦୋ ଦର୍ଶକର ଦର୍ଶନ ମଧ୍ୟରେ କ’ଣ ଲେଖା ନାହିଁ ?
ଦିତୀୟ ବଂଶାବଳୀ 9 : 30 (IRVOR)
ଶଲୋମନ ଯିରୂଶାଲମରେ ଚାଳିଶ ବର୍ଷ କାଳ ସମଗ୍ର ଇସ୍ରାଏଲ ଉପରେ ରାଜତ୍ୱ କଲେ।
ଦିତୀୟ ବଂଶାବଳୀ 9 : 31 (IRVOR)
ପୁଣି ଶଲୋମନ ଆପଣା ପିତୃଲୋକଙ୍କ ସହିତ ଶୟନ କରି ଆପଣା ପିତା ଦାଉଦଙ୍କର ନଗରରେ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ରିହବୀୟାମ ତାଙ୍କର ପଦରେ ରାଜ୍ୟ କଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31