କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 1 (IRVOR)
ନୂତନ ନିୟମର ସେବକ ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ ? କିମ୍ବା କାହାରି କାହାରି ପରି କ'ଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 2 (IRVOR)
ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ୱରୂପ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 3 (IRVOR)
ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 4 (IRVOR)
ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 5 (IRVOR)
ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ୱରଙ୍କଠାରୁ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 6 (IRVOR)
ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାଁନ୍ତି, ମାତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ,ମାତ୍ର ଆତ୍ମା ଜୀବନଦାୟକ;
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 7 (IRVOR)
ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ମୋଶାଙ୍କ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିିତ ହୋଇଥିଲା ଯେ, ଇସ୍ରାଏଲ ସନ୍ତାନମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 8 (IRVOR)
ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ ?
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 9 (IRVOR)
କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ,ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 10 (IRVOR)
ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 11 (IRVOR)
କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା,ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 12 (IRVOR)
ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 13 (IRVOR)
ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହିକ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣାମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 14 (IRVOR)
କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 15 (IRVOR)
ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 16 (IRVOR)
କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 17 (IRVOR)
ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କଆତ୍ମା ସେଠାରେ ସ୍ୱାଧୀନତା ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3 : 18 (IRVOR)
କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି ।

1 2 3 4 5 6 7 8 9 10 11 12 13 14 15 16 17 18