ପିତରଙ୍କ ଦିତୀୟ ପତ୍ର 1 : 1 (IRVOR)
ଅଭିବାଦନ ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
ପିତରଙ୍କ ଦିତୀୟ ପତ୍ର 1 : 2 (IRVOR)
ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ ।
ପିତରଙ୍କ ଦିତୀୟ ପତ୍ର 1 : 3 (IRVOR)
ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର ରଖିବା ଯେ ଆପଣା ଗୌରବ ଓ ସଦ୍‍ଗୁଣରେ ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ତାହାଙ୍କ ବିଷୟକ ଜ୍ଞାନ ଦ୍ୱାରା ତାହାଙ୍କ ଐଶ୍ୱରିକ ଶକ୍ତି ଆମ୍ଭମାନଙ୍କୁ ଜୀବନ ଓ ଧର୍ମପରାୟଣତା ନିମନ୍ତେ ସମସ୍ତ ଆବଶ୍ୟକୀୟ ବିଷୟ ଦାନ କରିଅଛି ।
ପିତରଙ୍କ ଦିତୀୟ ପତ୍ର 1 : 4 (IRVOR)
ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ ।
ପିତରଙ୍କ ଦିତୀୟ ପତ୍ର 1 : 5 (IRVOR)
ହଁ, ଏହି କାରଣରୁ ତୁମ୍ଭେମାନେ ଅତି ଯତ୍ନ ସହକାରେ ବିଶ୍ୱାସ ସହିତ ସଦ୍‍ଗୁଣ, ସଦ୍‍ଗୁଣ ସହିତ ଜ୍ଞାନ,
ପିତରଙ୍କ ଦିତୀୟ ପତ୍ର 1 : 6 (IRVOR)
ଜ୍ଞାନ ସହିତ ସଂଯମ, ସଂଯମ ସହିତ ଧୈର୍ଯ୍ୟ, ଧୈର୍ଯ୍ୟ ସହିତ ଧର୍ମପରାୟଣତା,
ପିତରଙ୍କ ଦିତୀୟ ପତ୍ର 1 : 7 (IRVOR)
ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି, ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର ।
ପିତରଙ୍କ ଦିତୀୟ ପତ୍ର 1 : 8 (IRVOR)
ଏହି ସବୁ ତୁମ୍ଭମାନଙ୍କଠାରେ ବୃଦ୍ଧି ପାଇଲେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନରେ ପୂର୍ଣ୍ଣତା ଲାଭ କରିବା ନିମନ୍ତେ ତୁମ୍ଭମାନଙ୍କୁ ଶିଥିଳ ଓ ଫଳଶୂନ୍ୟ ହେବାକୁ ଦେବ ନାହିଁ।
ପିତରଙ୍କ ଦିତୀୟ ପତ୍ର 1 : 9 (IRVOR)
ମାତ୍ର ଏହି ସବୁ ଯାହାଠାରେ ନାହିଁ, ସେ ଦୂରଦର୍ଶୀ ନ ହୋଇ ଅନ୍ଧ ହୋଇଅଛି, ପୁଣି, ଆପଣା ପୂର୍ବକୃତ ପାପରୁ ପରିଷ୍କୃତ ହେବା ବିଷୟ ପାସୋରି ଯାଇଅଛି ।
ପିତରଙ୍କ ଦିତୀୟ ପତ୍ର 1 : 10 (IRVOR)
ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ,
ପିତରଙ୍କ ଦିତୀୟ ପତ୍ର 1 : 11 (IRVOR)
ଆଉ ଏହି ପ୍ରକାରେ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନନ୍ତ ରାଜ୍ୟରେ ସ୍ୱଚ୍ଛନ୍ଦରେ ପ୍ରବେଶ କରିବାକୁ ତୁମ୍ଭମାନଙ୍କୁ ଦିଆଯିବ ।
ପିତରଙ୍କ ଦିତୀୟ ପତ୍ର 1 : 12 (IRVOR)
ପିତରଙ୍କ ଶେଷ ସମୟ ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।
ପିତରଙ୍କ ଦିତୀୟ ପତ୍ର 1 : 13 (IRVOR)
ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ମୋତେ ଯେପରି ଜଣାଇ ଅଛନ୍ତି, ତଦନୁସାରେ ଶୀଘ୍ର ମୋତେ ଏହି ଶରୀରରୂପ ତମ୍ବୁ ଯେ ତ୍ୟାଗ କରିବାକୁ ହେବ,
ପିତରଙ୍କ ଦିତୀୟ ପତ୍ର 1 : 14 (IRVOR)
ଏହା ଜାଣି, ଯେପର୍ଯ୍ୟନ୍ତ ଏହି ତମ୍ବୁରେ ଥାଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ସ୍ମରଣ କରାଇ ଜାଗ୍ରତ କରାଇବା ବିହିତ ମନେ କରୁଅଛି ।
ପିତରଙ୍କ ଦିତୀୟ ପତ୍ର 1 : 15 (IRVOR)
ଆଉ ମୋହର ମହାପ୍ରସ୍ଥାନ ଉତ୍ତାରେ ତୁମ୍ଭେମାନେ ଏହି ସମସ୍ତ ବିଷୟ ଯେପରି ସର୍ବଦା ସ୍ମରଣରେ ଆଣି ପାରିବ, ଏଥି ନିମନ୍ତେ ମୁଁ ଯତ୍ନ କରିବି ।
ପିତରଙ୍କ ଦିତୀୟ ପତ୍ର 1 : 16 (IRVOR)
ଖ୍ରୀଷ୍ଟଙ୍କ ମହିମା ଏବଂ ଈଶ୍ୱରଙ୍କ ବାକ୍ୟ କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ ।
ପିତରଙ୍କ ଦିତୀୟ ପତ୍ର 1 : 17 (IRVOR)
ଯେଣୁ ଯେତେବେଳେ ମହା ଗୌରବ ମଧ୍ୟରୁ ତାହାଙ୍କ ପ୍ରତି ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ସେତେବେଳେ ସେ ପିତା ଈଶ୍ୱରଙ୍କଠାରୁ ସମ୍ଭ୍ରମ ଓ ଗୌରବପ୍ରାପ୍ତ ହେଲେ;
ପିତରଙ୍କ ଦିତୀୟ ପତ୍ର 1 : 18 (IRVOR)
ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ ।
ପିତରଙ୍କ ଦିତୀୟ ପତ୍ର 1 : 19 (IRVOR)
ଏଥିରେ ଭାବବାଣୀ ଆମ୍ଭମାନଙ୍କ ନିକଟରେ ଅଧିକ ଦୃଢ଼ ହୋଇଅଛି; ତୁମ୍ଭେମାନେ ତାହା ଅନ୍ଧକାରମୟ ସ୍ଥାନରେ ପ୍ରଜ୍ୱଳିତ ହେଉଥିବା ପ୍ରଦୀପ ସଦୃଶ ମନେ କରି ରାତ୍ରି ପାହାନ୍ତା ନ ହେବା ପର୍ଯ୍ୟନ୍ତ ଓ ତୁମ୍ଭମାନଙ୍କ ହୃଦୟରେ ପ୍ରଭାତୀତାରା ଉଦିତ ନ ହେବା ପର୍ଯ୍ୟନ୍ତ ତାହା ପ୍ରତି ମନୋଯୋଗ କଲେ ଭଲ ହେବ ।
ପିତରଙ୍କ ଦିତୀୟ ପତ୍ର 1 : 20 (IRVOR)
ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
ପିତରଙ୍କ ଦିତୀୟ ପତ୍ର 1 : 21 (IRVOR)
କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ୱର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21