ଦିତୀୟ ଶାମୁୟେଲ 1 : 1 (IRVOR)
ଶାଉଲଙ୍କ ମୃତ୍ୟୁୁରେ ଦାଉଦଙ୍କ ପ୍ରତିକ୍ରିୟା ଶାଉଲଙ୍କ ମୃତ୍ୟୁୁ ପରେ, ଦାଉଦ ଅମାଲେକୀୟମାନଙ୍କୁ ବଧକରି ଫେରି ସିକ୍ଲଗ୍‍ ନଗରରେ ଦୁଇ ଦିନ ରହିଲେ।
ଦିତୀୟ ଶାମୁୟେଲ 1 : 2 (IRVOR)
ତୃତୀୟ ଦିନରେ ଶାଉଲଙ୍କ ଛାଉଣି ଭିତରୁ ଜଣେ ଲୋକ ଆପଣା ବସ୍ତ୍ର ଚିରି ଓ ମସ୍ତକରେ ମାଟି ଦେଇ ଆସିଲା; ପୁଣି ସେ ଦାଉଦଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ଭୂମିରେ ପଡ଼ି ପ୍ରଣାମ କଲା।
ଦିତୀୟ ଶାମୁୟେଲ 1 : 3 (IRVOR)
ତହିଁରେ ଦାଉଦ ତାହାକୁ କହିଲେ, “ତୁମ୍ଭେ କେଉଁଠାରୁ ଆସିଅଛ ?” ତହୁଁ ସେ କହିଲା, “ମୁଁ ଇସ୍ରାଏଲ ଛାଉଣିରୁ ପଳାଇ ଆସିଲି।”
ଦିତୀୟ ଶାମୁୟେଲ 1 : 4 (IRVOR)
ତହିଁରେ ଦାଉଦ ତାହାକୁ କହିଲେ, “କଥା କଅଣ, ମୋତେ କହିଲ ?” ତହୁଁ ସେ ଉତ୍ତର କଲା, “ଲୋକମାନେ ଯୁଦ୍ଧରୁ ପଳାଇଲେ, ପୁଣି ଅନେକ ଲୋକ ପତିତ ହେଲେ ଓ ମଲେ, ଆଉ ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଧ୍ୟ ମଲେ।”
ଦିତୀୟ ଶାମୁୟେଲ 1 : 5 (IRVOR)
ତହିଁରେ ଦାଉଦ ସେହି ଯୁବାକୁ କହିଲେ, “ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ମଲେ ବୋଲି ତୁମ୍ଭେ କିପରି ଜାଣିଲ ?”
ଦିତୀୟ ଶାମୁୟେଲ 1 : 6 (IRVOR)
ତହିଁରେ ସେହି ଯୁବା ତାଙ୍କୁ କହିଲା, “ମୁଁ ଅଚାନକ ଗିଲ୍‍ବୋୟ ପର୍ବତରେ ଉପସ୍ଥିତ ହୁଅନ୍ତେ, ଶାଉଲ ଆପଣା ବର୍ଚ୍ଛା ଉପରେ ଆଉଜି ପଡ଼ିଅଛନ୍ତି; ରଥ ଓ ଅଶ୍ୱାରୋହୀମାନେ ତାଙ୍କ ପଛେ ଲାଗି ରହିଅଛନ୍ତି।
ଦିତୀୟ ଶାମୁୟେଲ 1 : 7 (IRVOR)
ଶାଉଲ ପଛକୁ ଅନାନ୍ତେ, ମୋତେ ଦେଖି ଡାକିଲେ। ତହିଁରେ ମୁଁ ଉତ୍ତର କଲି, “ଏଠାରେ ମୁଁ ଅଛି।”
ଦିତୀୟ ଶାମୁୟେଲ 1 : 8 (IRVOR)
ତେଣୁ ସେ ମୋତେ କହିଲେ, “ତୁମ୍ଭେ କିଏ ?” ମୁଁ ଉତ୍ତର କଲି, “ମୁଁ ଜଣେ ଅମାଲେକୀୟ ଲୋକ।”
ଦିତୀୟ ଶାମୁୟେଲ 1 : 9 (IRVOR)
ତେବେ ସେ ମୋତେ କହିଲେ, “ବିନୟ କରୁଅଛି, ମୋ’ ଉପରେ ଠିଆ ହୋଇ ମୋତେ ବଧ କର, ମୋତେ ବଡ଼ କଷ୍ଟ ହେଉଅଛି; କାରଣ ଏପର୍ଯ୍ୟନ୍ତ ମୋ’ଠାରେ ପ୍ରାଣ ସମ୍ପୂର୍ଣ୍ଣ ରହିଅଛି।”
ଦିତୀୟ ଶାମୁୟେଲ 1 : 10 (IRVOR)
ତହିଁରେ ମୁଁ ତାଙ୍କ ଉପରେ ଠିଆ ହୋଇ ତାଙ୍କୁ ବଧ କଲି; କାରଣ ସେ ପତନ ହେଲା ଉତ୍ତାରେ ସେ ଆଉ ବଞ୍ଚିବେ ନାହିଁ ବୋଲି ମୁଁ ଜାଣିଲି; ପୁଣି ମୁଁ ତାଙ୍କ ମସ୍ତକର ମୁକୁଟ ଓ ବାହୁର ବାଜୁ ନେଇ ଏଠାକୁ ମୋ’ ସ୍ୱାମୀଙ୍କ କତିକି ଆଣିଅଛି।
ଦିତୀୟ ଶାମୁୟେଲ 1 : 11 (IRVOR)
ଏଥିରେ ଦାଉଦ ଦୁଖଃ ସକାଶୁ ଆପଣା ବସ୍ତ୍ର ଧରି ଚିରିଲେ ଓ ତାଙ୍କ ସଙ୍ଗୀ ଲୋକମାନେ ମଧ୍ୟ ସେହିପରି କଲେ;
ଦିତୀୟ ଶାମୁୟେଲ 1 : 12 (IRVOR)
ପୁଣି ଶାଉଲ ଓ ତାଙ୍କର ପୁତ୍ର ଯୋନାଥନ ଓ ସଦାପ୍ରଭୁଙ୍କ ଲୋକମାନେ ଓ ଇସ୍ରାଏଲ ବଂଶ ଖଡ୍ଗରେ ପତିତ* ଅର୍ଥାତ୍ ଯୁଦ୍ଧରେ ମୃତ୍ୟୁ ହେବା ସକାଶୁ ହେବାରୁ ଦାଉଦ ଓ ତାଙ୍କ ସଙ୍ଗୀମାନେ ସେମାନଙ୍କ ନିମନ୍ତେ ବିଳାପ ଓ ରୋଦନ କଲେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଉପବାସ କଲେ।
ଦିତୀୟ ଶାମୁୟେଲ 1 : 13 (IRVOR)
ଏଉତ୍ତାରେ ଦାଉଦ ସେହି ଯୁବାକୁ କହିଲେ, “ତୁମ୍ଭେ କେଉଁ ସ୍ଥାନର ଲୋକ ?” ସେ ଉତ୍ତର କଲା, “ମୁଁ ଜଣେ ବିଦେଶୀ ଅମାଲେକୀୟ ଲୋକର ପୁତ୍ର।”
ଦିତୀୟ ଶାମୁୟେଲ 1 : 14 (IRVOR)
ତହୁଁ ଦାଉଦ ତାହାକୁ କହିଲେ, “ତୁମ୍ଭେ ଯେ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ନାଶ କରିବା ପାଇଁ ଆପଣା ହସ୍ତ ବଢ଼ାଇବାକୁ ଭୟ ନ କଲ, ଏ କିପରି ?”
ଦିତୀୟ ଶାମୁୟେଲ 1 : 15 (IRVOR)
ଏଥିରେ ଦାଉଦ ଯୁବାମାନଙ୍କ ମଧ୍ୟରୁ ଜଣକୁ ଡାକି କହିଲେ, “ପାଖକୁ ଯାଇ ତାକୁ ଆକ୍ରମଣ କର।” ତହିଁରେ ସେ ତାକୁ ଆଘାତ କରନ୍ତେ, ସେ ଅମାଲେକୀୟ ମଲା।
ଦିତୀୟ ଶାମୁୟେଲ 1 : 16 (IRVOR)
ପୁଣି ଦାଉଦ ମୃତ ଅମାଲେକୀୟକୁ କହିଲେ, “ତୁମ୍ଭ ରକ୍ତ ତୁମ୍ଭ ମସ୍ତକରେ ବର୍ତ୍ତୁ; କାରଣ ତୁମ୍ଭର ମୁଖ ତୁମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଅଛି, ମୁଁ ସଦାପ୍ରଭୁଙ୍କ ଅଭିଷିକ୍ତଙ୍କୁ ବଧ କରିଅଛି।”
ଦିତୀୟ ଶାମୁୟେଲ 1 : 17 (IRVOR)
ଶାଉଲ ଓ ଯୋନାଥନ ପାଇଁ ଦାଉଦଙ୍କ ଶୋକ ଏଥିଉତ୍ତାରେ ଦାଉଦ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନଙ୍କ ମୃତ୍ୟୁୁରେ ବିଳାପ କଲେ;
ଦିତୀୟ ଶାମୁୟେଲ 1 : 18 (IRVOR)
ପୁଣି ଯିହୁଦା-ସନ୍ତାନମାନଙ୍କୁ ସେହି ଧନୁର୍ଗୀତ ଶିଖାଇବାକୁ ଆଜ୍ଞା ଦେଲେ; ଦେଖ, ତାହା ଯାଶେର୍‍ ପୁସ୍ତକରେ ଲେଖା ଅଛି।
ଦିତୀୟ ଶାମୁୟେଲ 1 : 19 (IRVOR)
“ହେ ଇସ୍ରାଏଲ, ତୁମ୍ଭର ଭୂଷଣ ସ୍ୱରୂପ, ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ ! ବୀରମାନେ କିପରି ପତିତ ଅର୍ଥାତ୍ ମରିଲେ ହେଲେ !
ଦିତୀୟ ଶାମୁୟେଲ 1 : 20 (IRVOR)
ଗାଥ୍‍ରେ ଏହା ନ ଜଣାଅ, ଅସ୍କିଲୋନର ଦାଣ୍ଡରେ ଏହା ପ୍ରଚାର ନ କର; କଲେ ପଲେଷ୍ଟୀୟ କନ୍ୟାମାନେ ଆନନ୍ଦ କରିବେ ଓ ଅସୁନ୍ନତମାନଙ୍କ କନ୍ୟାଗଣ ଜୟଧ୍ୱନି କରିବେ।
ଦିତୀୟ ଶାମୁୟେଲ 1 : 21 (IRVOR)
ହେ ଗିଲ୍‍ବୋୟ ପର୍ବତଗଣ, ତୁମ୍ଭମାନଙ୍କ ଉପରେ କାକର କି ବୃଷ୍ଟି ନ ପଡ଼ୁ କିଅବା ଉପହାରଜନକ କ୍ଷେତ୍ର ନ ହେଉ; କାରଣ ସେଠାରେ ବୀରମାନଙ୍କର ଢାଲ ମଳିନ ହେଲା, ଶାଉଲଙ୍କର ଢାଲ ତୈଳରେ ଅନଭିଷିକ୍ତ ରହିଲା।
ଦିତୀୟ ଶାମୁୟେଲ 1 : 22 (IRVOR)
ହତ ଲୋକମାନଙ୍କ ରକ୍ତରୁ, ବୀରମାନଙ୍କ ମେଦରୁ ଯୋନାଥନଙ୍କ ଧନୁ ଫେରେ ନାହିଁ ଓ ଶାଉଲଙ୍କର ଖଡ୍ଗ ଖାଲି ହୋଇ ଫେରେ ନାହିଁ।
ଦିତୀୟ ଶାମୁୟେଲ 1 : 23 (IRVOR)
ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।
ଦିତୀୟ ଶାମୁୟେଲ 1 : 24 (IRVOR)
ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ମଣ୍ଡିଲେ।
ଦିତୀୟ ଶାମୁୟେଲ 1 : 25 (IRVOR)
ବୀରମାନେ ଯୁଦ୍ଧ ମଧ୍ୟରେ କିପରି ମରିଅଛନ୍ତି। ଯୋନାଥନ ତୁମ୍ଭ ଉଚ୍ଚସ୍ଥଳୀରେ ହତ ହେଲେ।
ଦିତୀୟ ଶାମୁୟେଲ 1 : 26 (IRVOR)
ହେ ମୋହର ଭାଇ ଯୋନାଥନ, ମୁଁ ତୁମ୍ଭ ଲାଗି ବ୍ୟାକୁଳ ହେଉଅଛି; ତୁମ୍ଭେ ମୋହର ଅତି ତୁଷ୍ଟିଜନକ ଥିଲ; ମୋ’ ପ୍ରତି ତୁମ୍ଭର ପ୍ରେମ ଆଶ୍ଚର୍ଯ୍ୟ, ତାହା ସ୍ତ୍ରୀମାନଙ୍କ ପ୍ରେମରୁ ବଳିଗଲା।
ଦିତୀୟ ଶାମୁୟେଲ 1 : 27 (IRVOR)
ବୀରମାନେ କିପରି ପତିତ ହେଲେ ଓ ଯୁଦ୍ଧାସ୍ତ୍ରସକଳ ବିନଷ୍ଟ ହେଲା।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27