ଦିତୀୟ ଶାମୁୟେଲ 12 : 1 (IRVOR)
ନାଥନଙ୍କ ବାର୍ତ୍ତା ଓ ଦାଉଦଙ୍କ ଅନୁତାପ ଏଥିଉତ୍ତାରେ ସଦାପ୍ରଭୁ ଦାଉଦଙ୍କ ନିକଟକୁ ନାଥନଙ୍କୁ ପ୍ରେରଣ କଲେ। ତହୁଁ ସେ ତାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏକ ନଗରରେ ଦୁଇ ଲୋକ ଥିଲେ; ଜଣେ ଧନୀ ଓ ଜଣେ ଦରିଦ୍ର।
ଦିତୀୟ ଶାମୁୟେଲ 12 : 2 (IRVOR)
ଧନୀ ଲୋକର ଅତି ପ୍ରଚୁର ଗୋମେଷାଦି ଓ ପଲ ଥିଲା;
ଦିତୀୟ ଶାମୁୟେଲ 12 : 3 (IRVOR)
ମାତ୍ର ଦରିଦ୍ର ଲୋକର ଗୋଟିଏ ସାନ ମେଷବତ୍ସା ବିନା ଅନ୍ୟ ଆଉ କିଛି ନ ଥିଲା, ଯାହା ସେ କିଣି ପାଳିଥିଲା; ତାହା ସଙ୍ଗେ ଓ ତାହାର ବାଳକମାନଙ୍କ ସଙ୍ଗେ ସେ ଏକତ୍ର ବଢ଼ିଲା; ସେ ତାହାର ନିଜ ତୁଣ୍ଡର ଆହାରରୁ ଖାଇଲା ଓ ତାହାର ନିଜ ପାତ୍ରରୁ ପାନ କଲା ଓ ତାହାର କୋଳରେ ଶୟନ କଲା, ପୁଣି ତାହା ପ୍ରତି ସେ କନ୍ୟା ତୁଲ୍ୟ ଥିଲା।
ଦିତୀୟ ଶାମୁୟେଲ 12 : 4 (IRVOR)
ଦିନେ ସେହି ଧନୀ ଲୋକ ନିକଟକୁ ଜଣେ ଯାତ୍ରୀ ଆସିଲା, କିନ୍ତୁ ସେ ଧନୀ ଲୋକ ଆପଣା ନିକଟକୁ ଆଗତ ପଥିକ ପାଇଁ ରାନ୍ଧିବାକୁ ନିଜ ପଲରୁ ଓ ନିଜ ଗୋଠରୁ ନେବାକୁ କୁଣ୍ଠିତ ହେଲା, ମାତ୍ର ସେହି ଦରିଦ୍ର ଲୋକର ମେଷବତ୍ସାଟିକୁ ନେଇ ଆଗନ୍ତୁକ ଲୋକ ପାଇଁ ରାନ୍ଧିଲା।”
ଦିତୀୟ ଶାମୁୟେଲ 12 : 5 (IRVOR)
ଏଥିରେ ସେହି ଧନୀ ଲୋକ ପ୍ରତି ଦାଉଦଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା; ପୁଣି ସେ ନାଥନଙ୍କୁ କହିଲେ, “ଯେଉଁ ବ୍ୟକ୍ତି ଏହା କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ମୃତ୍ୟୁୁର ଯୋଗ୍ୟ;
ଦିତୀୟ ଶାମୁୟେଲ 12 : 6 (IRVOR)
ସେ ଏହି କର୍ମ କରିବାରୁ ଓ ସେ କିଛି ଦୟା ନ କରିବାରୁ ସେହି ମେଷବତ୍ସାର ଚାରିଗୁଣ ଫେରାଇ ଦେବ।”
ଦିତୀୟ ଶାମୁୟେଲ 12 : 7 (IRVOR)
ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସେହି ବ୍ୟକ୍ତି ତ ତୁମ୍ଭେ। ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ, ଆମ୍ଭେ ତୁମ୍ଭକୁ ଶାଉଲଙ୍କ ହସ୍ତରୁ ରକ୍ଷା କଲୁ;
ଦିତୀୟ ଶାମୁୟେଲ 12 : 8 (IRVOR)
ପୁଣି ଆମ୍ଭେ ତୁମ୍ଭକୁ ତୁମ୍ଭ ପ୍ରଭୁର ଗୃହ ଓ ତୁମ୍ଭ କୋଳରେ ତୁମ୍ଭ ପ୍ରଭୁର ଭାର୍ଯ୍ୟାମାନଙ୍କୁ ଦେଲୁ, ପୁଣି ଇସ୍ରାଏଲ ଓ ଯିହୁଦା ବଂଶ ମଧ୍ୟ ତୁମ୍ଭକୁ ଦେଲୁ; ଆଉ ଯଦି ଏହା ଅଳ୍ପ ହୋଇଥା’ନ୍ତା, ତେବେ ଆମ୍ଭେ ତୁମ୍ଭକୁ ଆହୁରି ଅନ୍ୟାନ୍ୟ ବିଷୟ ଦେଇଥା’ନ୍ତୁ।
ଦିତୀୟ ଶାମୁୟେଲ 12 : 9 (IRVOR)
ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ ସନ୍ତାନଗଣର ଖଡ୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।
ଦିତୀୟ ଶାମୁୟେଲ 12 : 10 (IRVOR)
ଏହେତୁ ତୁମ୍ଭ ଗୃହରୁ ଖଡ୍ଗ କେବେ ଯିବ ନାହିଁ; କାରଣ ତୁମ୍ଭେ ଆମ୍ଭକୁ ତୁଚ୍ଛ କରି ତୁମ୍ଭ ଭାର୍ଯ୍ୟା ହେବା ପାଇଁ ହିତ୍ତୀୟ ଊରୀୟର ଭାର୍ଯ୍ୟାକୁ ନେଇଅଛ।’
ଦିତୀୟ ଶାମୁୟେଲ 12 : 11 (IRVOR)
ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।
ଦିତୀୟ ଶାମୁୟେଲ 12 : 12 (IRVOR)
ତୁମ୍ଭେ ଏହା ଗୋପନରେ କଲ, ମାତ୍ର ଆମ୍ଭେ ଏହି କର୍ମ ସମୁଦାୟ ଇସ୍ରାଏଲ ଆଗରେ ଓ ପ୍ରକାଶ୍ୟରେ କରିବା।’ ”
ଦିତୀୟ ଶାମୁୟେଲ 12 : 13 (IRVOR)
ସେତେବେଳେ ଦାଉଦ ନାଥନଙ୍କୁ କହିଲେ, “ମୁଁ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛି।” ଏଥିରେ ନାଥନ ଦାଉଦଙ୍କୁ କହିଲେ, “ସଦାପ୍ରଭୁ ତୁମ୍ଭର ପାପ ମଧ୍ୟ ଦୂର କରିଅଛନ୍ତି; ତୁମ୍ଭେ ମରିବ ନାହିଁ।
ଦିତୀୟ ଶାମୁୟେଲ 12 : 14 (IRVOR)
ତଥାପି ଏହି କର୍ମ ଦ୍ୱାରା ତୁମ୍ଭେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”
ଦିତୀୟ ଶାମୁୟେଲ 12 : 15 (IRVOR)
ଏଥିଉତ୍ତାରେ ନାଥନ ଆପଣା ଗୃହକୁ ଚାଲିଗଲେ। ଏଥିଉତ୍ତାରେ ସଦାପ୍ରଭୁ ଊରୀୟର ଭାର୍ଯ୍ୟାଠାରୁ ଜାତ ଦାଉଦଙ୍କର ପୁତ୍ରକୁ ଆଘାତ କରନ୍ତେ, ସେ ଅତ୍ୟନ୍ତ ପୀଡ଼ିତ ହେଲା।
ଦିତୀୟ ଶାମୁୟେଲ 12 : 16 (IRVOR)
ଦାଉଦଙ୍କ ପୁତ୍ରର ମୃତ୍ୟୁୁ ଏହେତୁ ଦାଉଦ ବାଳକ ନିମନ୍ତେ ପରମେଶ୍ୱରଙ୍କ ନିକଟରେ ନିବେଦନ କଲେ ଓ ଦାଉଦ ଉପବାସ କଲେ ଓ ଭିତରେ ଯାଇ ସାରା ରାତି ଭୂମିରେ ପଡ଼ି ରହିଲେ।
ଦିତୀୟ ଶାମୁୟେଲ 12 : 17 (IRVOR)
ଏଥିରେ ଦାଉଦଙ୍କ ଗୃହସ୍ଥ ପ୍ରାଚୀନମାନେ ଉଠି ତାଙ୍କୁ ଭୂମିରୁ ଉଠାଇବା ପାଇଁ ତାଙ୍କ ନିକଟରେ ଛିଡ଼ା ହେଲେ; ମାତ୍ର ସେ ଉଠିଲେ ନାହିଁ, କିଅବା ସେମାନଙ୍କ ସଙ୍ଗେ ଭୋଜନ କଲେ ନାହିଁ।
ଦିତୀୟ ଶାମୁୟେଲ 12 : 18 (IRVOR)
ଏଉତ୍ତାରେ ସପ୍ତମ ଦିନରେ ବାଳକ ମଲା। ମାତ୍ର ବାଳକ ଯେ ମରିଅଛି, ଏହି କଥା ଦାଉଦଙ୍କୁ ଜଣାଇବା ପାଇଁ ତାଙ୍କର ଦାସମାନେ ଭୟ କଲେ; କାରଣ ସେମାନେ କହିଲେ, “ଦେଖ, ବାଳକ ବଞ୍ଚିଥିବା ବେଳେ ଆମ୍ଭେମାନେ ବହୁତ କହିଲେ ହେଁ ସେ ଆମ୍ଭମାନଙ୍କ ରବ ଶୁଣିଲେ ନାହିଁ; ଏବେ ବାଳକ ମରିଅଛି, ଏ କଥା ତାଙ୍କୁ ଜଣାଇଲେ, ସେ ଆପଣାର କି ଅନିଷ୍ଟ ନ କରିବେ ?”
ଦିତୀୟ ଶାମୁୟେଲ 12 : 19 (IRVOR)
ମାତ୍ର ଦାଉଦ ଆପଣା ଦାସମାନଙ୍କୁ ପରସ୍ପର ଫୁସ୍ଫୁସ୍ ହେଉଥିବାର ଦେଖି ଅନୁମାନ କଲେ ଯେ, ବାଳକ ମରିଅଛି; ଏଣୁ ଦାଉଦ ଆପଣା ଦାସମାନଙ୍କୁ ପଚାରିଲେ, “ବାଳକ ମଲାଣି କି ?” ସେମାନେ କହିଲେ, “ମଲାଣି।”
ଦିତୀୟ ଶାମୁୟେଲ 12 : 20 (IRVOR)
ଏଥିରେ ଦାଉଦ ଭୂମିରୁ ଉଠି ସ୍ନାନ ଓ ମର୍ଦ୍ଦନ ଓ ବସ୍ତ୍ର ପରିବର୍ତ୍ତନ କରି ସଦାପ୍ରଭୁଙ୍କ ଗୃହକୁ ଯାଇ ପ୍ରଣାମ କଲେ; ତହିଁ ଉତ୍ତାରୁ ସେ ଆପଣା ଗୃହକୁ ଆସି ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କ ସମ୍ମୁଖରେ ଖାଦ୍ୟଦ୍ରବ୍ୟ ରଖିଲେ, ତହୁଁ ସେ ଭୋଜନ କଲେ।
ଦିତୀୟ ଶାମୁୟେଲ 12 : 21 (IRVOR)
ଏଥିରେ ତାଙ୍କର ଦାସମାନେ ତାଙ୍କୁ କହିଲେ, “ଆପଣ ଏ କି ପ୍ରକାର କର୍ମ କଲେ ? ବାଳକ ବଞ୍ଚିଥିବା ବେଳେ ଆପଣ ତାହା ପାଇଁ ଉପବାସ ଓ ରୋଦନ କଲେ; ମାତ୍ର ବାଳକ ମଲା ଉତ୍ତାରେ ଆପଣ ଉଠି ଭୋଜନ କଲେ।”
ଦିତୀୟ ଶାମୁୟେଲ 12 : 22 (IRVOR)
ତହିଁରେ ସେ କହିଲେ, “ବାଳକ ବଞ୍ଚିଥିବା ବେଳେ ମୁଁ ଉପବାସ ଓ ରୋଦନ କଲି; କାରଣ ମୁଁ କହିଲି, “କେଜାଣି ସଦାପ୍ରଭୁ ମୋ’ ପ୍ରତି କୃପା କଲେ, ମୋହର ବାଳକଟି ବଞ୍ଚି ପାରିବ।”
ଦିତୀୟ ଶାମୁୟେଲ 12 : 23 (IRVOR)
ମାତ୍ର ଏବେ ତ ସେ ମଲା, ମୁଁ କାହିଁକି ଉପବାସ କରିବି ? ମୁଁ କି ତାକୁ ଫେରାଇ ଆଣି ପାରିବି ? ମୁଁ ତାହା ନିକଟକୁ ଯିବି, ମାତ୍ର ସେ ମୋ’ ନିକଟକୁ ଫେରି ଆସିବ ନାହିଁ।”
ଦିତୀୟ ଶାମୁୟେଲ 12 : 24 (IRVOR)
ଶଲୋମନଙ୍କ ଜନ୍ମ ଏଥିଉତ୍ତାରେ ଦାଉଦ ଆପଣା ଭାର୍ଯ୍ୟା ବତ୍ଶେବାକୁ ସାନ୍ତ୍ୱନା କଲେ ଓ ତାହା ନିକଟକୁ ଯାଇ ତାହାର ସହବାସ କଲେ; ଏଥିଉତ୍ତାରେ ବତ୍ଶେବା ପୁତ୍ର ପ୍ରସବ କରନ୍ତେ, ଦାଉଦ ତାହାର ନାମ ଶଲୋମନ ଦେଲେ, ଆଉ ସଦାପ୍ରଭୁ ତାହାକୁ ପ୍ରେମ କଲେ।
ଦିତୀୟ ଶାମୁୟେଲ 12 : 25 (IRVOR)
ପୁଣି ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କ ଦ୍ୱାରା କହି ପଠାନ୍ତେ, ସଦାପ୍ରଭୁଙ୍କ ସକାଶୁ ସେ ତାହାର ନାମ ଯିଦିଦୀୟ* ଯିଦିଦୀୟ ଅର୍ଥାତ୍ ସଦାପ୍ରଭୁଙ୍କ ପ୍ରିୟ ଦେଲେ।
ଦିତୀୟ ଶାମୁୟେଲ 12 : 26 (IRVOR)
ଦାଉଦଙ୍କ ରବ୍ବା ନଗରୀ ଦଖଲ ଏଥି ମଧ୍ୟରେ ଯୋୟାବ ଅମ୍ମୋନ ସନ୍ତାନଗଣର ରବ୍ବା ନଗର ପ୍ରତିକୂଳରେ ଯୁଦ୍ଧ କରି ରାଜନଗର ଅଧିକାର କଲା।
ଦିତୀୟ ଶାମୁୟେଲ 12 : 27 (IRVOR)
ପୁଣି ଯୋୟାବ ଦାଉଦଙ୍କ ନିକଟକୁ ଦୂତଗଣ ପଠାଇ କହିଲା, “ମୁଁ ରବ୍ବା ବିରୁଦ୍ଧରେ ଯୁଦ୍ଧ କରିଅଛି, ଆହୁରି ଜଳନଗର ଅଧିକାର କରିଅଛି।
ଦିତୀୟ ଶାମୁୟେଲ 12 : 28 (IRVOR)
ଏହେତୁ ଆପଣ ଅବଶିଷ୍ଟ ଲୋକମାନଙ୍କୁ ଏକତ୍ର କରି ନଗର ନିକଟରେ ଛାଉଣି ସ୍ଥାପନ କରି ତାହା ଅଧିକାର କରନ୍ତୁ, ନୋହିଲେ ମୁଁ ସେ ନଗର ଅଧିକାର କଲେ, ତାହା ମୋ’ ନାମାନୁସାରେ ଖ୍ୟାତ ହେବ।”
ଦିତୀୟ ଶାମୁୟେଲ 12 : 29 (IRVOR)
ଏଣୁ ଦାଉଦ ସମସ୍ତ ଲୋକଙ୍କୁ ଏକତ୍ର କରି ରବ୍ବାକୁ ଗଲେ ଓ ତହିଁ ବିରୁଦ୍ଧରେ ଯୁଦ୍ଧ କରି ତାହା ଅଧିକାର କଲେ।
ଦିତୀୟ ଶାମୁୟେଲ 12 : 30 (IRVOR)
ପୁଣି ଦାଉଦ ସେମାନଙ୍କର ରାଜାର ମସ୍ତକରୁ ମୁକୁଟ କାଢ଼ି ନେଲେ; ତାହା ଏକ ତାଳନ୍ତ† ପ୍ରାୟ 33 କିଲୋଗ୍ରାମ୍ ପରିମିତ ସୁବର୍ଣ୍ଣ ଓ ତହିଁରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା; ଆଉ ତାହା ଦାଉଦଙ୍କର ମସ୍ତକରେ ଦିଆଗଲା। ପୁଣି ସେ ସେହି ନଗରରୁ ପ୍ରଚୁର ଲୁଟିତ ଦ୍ରବ୍ୟ ବାହାର କରି ଆଣିଲେ।
ଦିତୀୟ ଶାମୁୟେଲ 12 : 31 (IRVOR)
ଆହୁରି ଦାଉଦ ନଗର ମଧ୍ୟରୁ ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହା ମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା ଦଣ୍ଡ ଦେଲେ ଓ ସେମାନଙ୍କୁ ଇଟା ଭାଟିରେ କାମ କରାଇଲେ; ସେ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି ଏହି ପ୍ରକାର କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।
❮
❯