ଦିତୀୟ ଶାମୁୟେଲ 22 : 1 (IRVOR)
ଦାଉଦଙ୍କ ବିଜୟ ଗୀତ ଯେଉଁ ସମୟରେ ସଦାପ୍ରଭୁ ସମସ୍ତ ଶତ୍ରୁ ହସ୍ତରୁ ଓ ଶାଉଲଙ୍କର ହସ୍ତରୁ ଦାଉଦଙ୍କୁ ଉଦ୍ଧାର କଲେ, ସେହି ସମୟରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ;
ଦିତୀୟ ଶାମୁୟେଲ 22 : 2 (IRVOR)
ସେ କହିଲେ, “ସଦାପ୍ରଭୁ ମୋହର ଶୈଳ ଓ ମୋହର ଗଡ଼ ଓ ମୋହର ରକ୍ଷାକର୍ତ୍ତା,
ଦିତୀୟ ଶାମୁୟେଲ 22 : 3 (IRVOR)
ମୋହର ଶୈଳ ସ୍ୱରୂପ ପରମେଶ୍ୱର, ମୁଁ ତାହାଙ୍କଠାରେ ଆଶ୍ରୟ ନେବି। ମୋହର ଢାଲ ଓ ମୋହର ପରିତ୍ରାଣ ସ୍ୱରୂପ ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ ଓ ମୋହର ଆଶ୍ରୟ; ମୋହର ତ୍ରାଣକର୍ତ୍ତା, ତୁମ୍ଭେ ମୋତେ ଦୌରାତ୍ମ୍ୟରୁ ଉଦ୍ଧାର କରିଥାଅ।
ଦିତୀୟ ଶାମୁୟେଲ 22 : 4 (IRVOR)
ମୁଁ ସଦାପ୍ରଭୁଙ୍କୁ ଆହ୍ୱାନ କରିବି, ସେ ପ୍ରଶଂସିତ ହେବା ଯୋଗ୍ୟ; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ଉଦ୍ଧାର ପାଇବି।
ଦିତୀୟ ଶାମୁୟେଲ 22 : 5 (IRVOR)
କାରଣ ମୃତ୍ୟୁୁରୂପ ଲହରୀ ମୋତେ ବେଷ୍ଟନ କଲା, ଦୁଷ୍ଟମାନଙ୍କ ପ୍ଲାବନ(ଜୁଆର) ମୋତେ ଭୀତ କଲା।
ଦିତୀୟ ଶାମୁୟେଲ 22 : 6 (IRVOR)
ପାତାଳର ବନ୍ଧନ ମୋତେ ବେଷ୍ଟନ କଲା, ମୃତ୍ୟୁୁର ଫାନ୍ଦ ମୋହର ସମ୍ମୁଖବର୍ତ୍ତୀ ହେଲା।
ଦିତୀୟ ଶାମୁୟେଲ 22 : 7 (IRVOR)
ମୋହର ସଙ୍କଟ ବେଳେ ମୁଁ ସଦାପ୍ରଭୁଙ୍କୁ ଡାକିଲି, ହଁ, ମୁଁ ଆପଣା ପରମେଶ୍ୱରଙ୍କୁ ଡାକିଲି; ତହୁଁ ସେ ଆପଣା ମନ୍ଦିରରେ ଥାଇ ମୋହର ରବ ଶୁଣିଲେ ଓ ମୋହର ଆର୍ତ୍ତନାଦ ତାହାଙ୍କ କର୍ଣ୍ଣରେ ଉପସ୍ଥିତ ହେଲା।
ଦିତୀୟ ଶାମୁୟେଲ 22 : 8 (IRVOR)
ସେତେବେଳେ ପୃଥିବୀ ଟଳମଳ ଓ କମ୍ପିତ ହେଲା, ଗଗନମଣ୍ଡଳର ମୂଳସକଳ ଉଦ୍‍ବିଗ୍ନ ଓ ଟଳମଳ ହେଲା, କାରଣ ସଦାପ୍ରଭୁ ପ୍ରଜ୍ୱଳିତ ହୋଇ ଉଠିଲେ।
ଦିତୀୟ ଶାମୁୟେଲ 22 : 9 (IRVOR)
ତାହାଙ୍କ ନାସାରନ୍ଧ୍ରରୁ ଧୂମ ନିର୍ଗତ ହେଲା ଓ ତାହାଙ୍କ ମୁଖରୁ ନିର୍ଗତ ଅଗ୍ନି ଗ୍ରାସ କଲା; ତଦ୍ଦ୍ୱାରା ଅଙ୍ଗାର ପ୍ରଜ୍ୱଳିତ ହେଲା।
ଦିତୀୟ ଶାମୁୟେଲ 22 : 10 (IRVOR)
ମଧ୍ୟ ସେ ଆକାଶମଣ୍ଡଳକୁ ମେଲା କରି ଓହ୍ଲାଇ ଆସିଲେ ଓ ନିବିଡ଼ ଅନ୍ଧକାର ତାହାଙ୍କ ପାଦ ତଳେ ଥିଲା।
ଦିତୀୟ ଶାମୁୟେଲ 22 : 11 (IRVOR)
ପୁଣି ସେ କିରୂବ ଉପରେ ଆରୋହଣ କରି ଉଡ୍‍ଡୀୟମାନ ହେଲେ; ହଁ, ସେ ବାୟୁର ପକ୍ଷ ଉପରେ ଦେଖାଗଲେ।
ଦିତୀୟ ଶାମୁୟେଲ 22 : 12 (IRVOR)
ସେ ଅନ୍ଧକାରକୁ, ଅର୍ଥାତ୍‍, ଜଳରାଶି ଓ ଆକାଶର ନିବିଡ଼ ମେଘକୁ ଆପଣା ଚତୁର୍ଦ୍ଦିଗସ୍ଥ କୁଟୀର ସ୍ୱରୂପ କଲେ।
ଦିତୀୟ ଶାମୁୟେଲ 22 : 13 (IRVOR)
ତାହାଙ୍କ ସମ୍ମୁଖବର୍ତ୍ତୀ ତେଜରେ ଆଗ୍ନେୟ-ଅଙ୍ଗାର ପତିତ ହେଲା।
ଦିତୀୟ ଶାମୁୟେଲ 22 : 14 (IRVOR)
ସଦାପ୍ରଭୁ ଆକାଶରୁ ଗର୍ଜ୍ଜନ କଲେ ଓ ସର୍ବୋପରିସ୍ଥ ଯେ, ସେ ଆପଣା ରବ ଉଚ୍ଚାରଣ କଲେ।
ଦିତୀୟ ଶାମୁୟେଲ 22 : 15 (IRVOR)
ପୁଣି ସେ ବାଣ ନିକ୍ଷେପ କରି ସେମାନଙ୍କୁ ଛିନ୍ନଭିନ୍ନ କଲେ; ବିଜୁଳି ଦ୍ୱାରା ସେମାନଙ୍କୁ ବିଚ୍ଛିନ୍ନ କଲେ।
ଦିତୀୟ ଶାମୁୟେଲ 22 : 16 (IRVOR)
ସେତେବେଳେ ସଦାପ୍ରଭୁଙ୍କ ତର୍ଜ୍ଜନରେ ଓ ତାହାଙ୍କ ନାସିକାର ପ୍ରଶ୍ୱାସ ବାୟୁରେ ସମୁଦ୍ରର ଗର୍ଭ ପ୍ରକାଶ ପାଇଲା ଓ ଭୂମଣ୍ଡଳର ମୂଳସକଳ ଦେଖାଗଲା।
ଦିତୀୟ ଶାମୁୟେଲ 22 : 17 (IRVOR)
ସେ ଉର୍ଦ୍ଧ୍ବରୁ (ହାତ) ବଢ଼ାଇଲେ, ସେ ମୋତେ ଧରିଲେ; ସେ ଅପାର ଜଳ ମଧ୍ୟରୁ ମୋତେ ଟାଣି ନେଲେ।
ଦିତୀୟ ଶାମୁୟେଲ 22 : 18 (IRVOR)
ସେ ମୋହର ବଳବାନ ଶତ୍ରୁଠାରୁ ଓ ମୋହର ଘୃଣାକାରୀମାନଙ୍କଠାରୁ ମୋତେ ରକ୍ଷା କଲେ; କାରଣ ସେମାନେ ମୋ’ଠାରୁ ଅତି ବଳବାନ ଥିଲେ।
ଦିତୀୟ ଶାମୁୟେଲ 22 : 19 (IRVOR)
ସେମାନେ ମୋହର ବିପଦ ଦିନରେ ମୋର ସମ୍ମୁଖବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ମୋର ସହାୟ ହେଲେ।
ଦିତୀୟ ଶାମୁୟେଲ 22 : 20 (IRVOR)
ସେ ମଧ୍ୟ ମୋତେ ବାହାର କରି ପ୍ରଶସ୍ତ ସ୍ଥାନକୁ ପହଞ୍ଚାଇଲେ; ସେ ମୋତେ ରକ୍ଷା କଲେ, କାରଣ ସେ ମୋ’ଠାରେ ସନ୍ତୁଷ୍ଟ ହେଲେ।
ଦିତୀୟ ଶାମୁୟେଲ 22 : 21 (IRVOR)
ସଦାପ୍ରଭୁ ମୋର ଧାର୍ମିକତାନୁସାରେ ମୋତେ ପୁରସ୍କାର ଦେଲେ; ମୋର ହସ୍ତର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
ଦିତୀୟ ଶାମୁୟେଲ 22 : 22 (IRVOR)
କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଲି ଓ ଦୁଷ୍ଟତାପୂର୍ବକ ମୁଁ ଆପଣା ପରମେଶ୍ୱରଙ୍କୁ ତ୍ୟାଗ କଲି ନାହିଁ।
ଦିତୀୟ ଶାମୁୟେଲ 22 : 23 (IRVOR)
ଯେହେତୁ ତାହାଙ୍କର ସମସ୍ତ ଶାସନ ମୋହର ସମ୍ମୁଖରେ ଥିଲା ଓ ତାହାଙ୍କର ବିଧିସକଳ ମୁଁ ପରିତ୍ୟାଗ କଲି ନାହିଁ।
ଦିତୀୟ ଶାମୁୟେଲ 22 : 24 (IRVOR)
ମୁଁ ମଧ୍ୟ ତାହାଙ୍କ ପ୍ରତି ସିଦ୍ଧ ଥିଲି ଓ ମୁଁ ଆପଣା ଅଧର୍ମରୁ ଆପଣାକୁ ରକ୍ଷା କଲି।
ଦିତୀୟ ଶାମୁୟେଲ 22 : 25 (IRVOR)
ଏହେତୁ ସଦାପ୍ରଭୁ ମୋର ଧାର୍ମିକତାନୁସାରେ ଓ ତାହାଙ୍କ ଦୃଷ୍ଟିରେ ମୋହର ପବିତ୍ରତାନୁସାରେ ମୋତେ ଫଳ ଦେଲେ।
ଦିତୀୟ ଶାମୁୟେଲ 22 : 26 (IRVOR)
ତୁମ୍ଭେ ଦୟାଳୁ ପ୍ରତି ଆପଣାକୁ ଦୟାଳୁ ଓ ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ।
ଦିତୀୟ ଶାମୁୟେଲ 22 : 27 (IRVOR)
ଶୁଚି ଲୋକ ପ୍ରତି ତୁମ୍ଭେ ଆପଣାକୁ ଶୁଚି ଦେଖାଇବ ଓ କୁଟିଳ ଲୋକ ପ୍ରତି ତୁମ୍ଭେ ଆପଣାକୁ ଚତୁର ଦେଖାଇବ।
ଦିତୀୟ ଶାମୁୟେଲ 22 : 28 (IRVOR)
ତୁମ୍ଭେ ଦୁଃଖୀ ଲୋକମାନଙ୍କୁ ଉଦ୍ଧାର କର; ମାତ୍ର ଉଦ୍ଧତ ଲୋକମାନଙ୍କୁ ନତ କରିବାକୁ ସେମାନଙ୍କ ଉପରେ ତୁମ୍ଭର ଦୃଷ୍ଟି ଥାଏ।
ଦିତୀୟ ଶାମୁୟେଲ 22 : 29 (IRVOR)
ହେ ସଦାପ୍ରଭୁ, ତୁମ୍ଭେ ମୋହର ପ୍ରଦୀପ; ପୁଣି ସଦାପ୍ରଭୁ ମୋହର ଅନ୍ଧକାର ଆଲୋକମୟ କରିବେ।
ଦିତୀୟ ଶାମୁୟେଲ 22 : 30 (IRVOR)
କାରଣ ମୁଁ ତୁମ୍ଭ ଦ୍ୱାରା ସୈନ୍ୟ ଉପରେ ଦୌଡ଼େ; ମୁଁ ଆପଣା ପରମେଶ୍ୱରଙ୍କ ଦ୍ୱାରା ପାଚେରୀ ଡିଏଁ।
ଦିତୀୟ ଶାମୁୟେଲ 22 : 31 (IRVOR)
ସେ ପରମେଶ୍ୱର, ତାହାଙ୍କ ପଥ ଯଥାର୍ଥ; ସଦାପ୍ରଭୁଙ୍କ ବାକ୍ୟ ପରୀକ୍ଷାସିଦ୍ଧ; ସେ ଆପଣା ଆଶ୍ରିତ ସମସ୍ତଙ୍କର ଢାଲ।
ଦିତୀୟ ଶାମୁୟେଲ 22 : 32 (IRVOR)
ସଦାପ୍ରଭୁଙ୍କ ବିନା ଆଉ କିଏ ପରମେଶ୍ୱର ? ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଆଉ କିଏ ଶୈଳ ?
ଦିତୀୟ ଶାମୁୟେଲ 22 : 33 (IRVOR)
ପରମେଶ୍ୱର ମୋହର ଦୃଢ଼ ଆଶ୍ରୟ; ସେ ସିଦ୍ଧ ଲୋକଙ୍କୁ ଆପଣା ପଥରେ କଢ଼ାଇ ନିଅନ୍ତି।
ଦିତୀୟ ଶାମୁୟେଲ 22 : 34 (IRVOR)
ସେ ମୋ’ର ପାଦକୁ ହରିଣୀର ପାଦ ତୁଲ୍ୟ କରନ୍ତି ଓ ସେ ମୋତେ ମୋ’ର ଉଚ୍ଚସ୍ଥଳୀରେ ବସାନ୍ତି।
ଦିତୀୟ ଶାମୁୟେଲ 22 : 35 (IRVOR)
ସେ ମୋ’ ହସ୍ତକୁ ଯୁଦ୍ଧ କରିବା ପାଇଁ ଶିଖାନ୍ତି; ତହିଁରେ ମୋହର ବାହୁ ପିତ୍ତଳ ଧନୁ ବଙ୍କା କରେ।
ଦିତୀୟ ଶାମୁୟେଲ 22 : 36 (IRVOR)
ତୁମ୍ଭେ ମଧ୍ୟ ମୋତେ ନିଜ ପରିତ୍ରାଣରୂପ ଢାଲ ଦେଇଅଛ; ତୁମ୍ଭର ନମ୍ରତା (ଦୟା) ମୋତେ ବୃଦ୍ଧିପ୍ରାପ୍ତ କରିଅଛି।
ଦିତୀୟ ଶାମୁୟେଲ 22 : 37 (IRVOR)
ତୁମ୍ଭେ ମୋ’ ତଳେ ମୋର ପାଦ-ରଖିବା ସ୍ଥାନ ପ୍ରଶସ୍ତ କରିଅଛ ଓ ମୋହର ଗୋଇଠି ଖସି ଯାଇ ନାହିଁ।
ଦିତୀୟ ଶାମୁୟେଲ 22 : 38 (IRVOR)
ମୁଁ ଆପଣା ଶତ୍ରୁମାନଙ୍କ ପଛେ ପଛେ ଗୋଡ଼ାଇ ସେମାନଙ୍କୁ ବିନାଶ କରିଅଛି ଓ ସେମାନେ ସଂହାରିତ ହେବା ପର୍ଯ୍ୟନ୍ତ ମୁଁ ଫେରିଲି ନାହିଁ।
ଦିତୀୟ ଶାମୁୟେଲ 22 : 39 (IRVOR)
ମୁଁ ସେମାନଙ୍କୁ ଏପରି ସଂହାର ଓ ଚୂର୍ଣ୍ଣ କରିଅଛି ଯେ, ସେମାନେ ଆଉ ଉଠି ନ ପାରନ୍ତି; ହଁ, ସେମାନେ ମୋର ପାଦ ତଳେ ପତିତ ହୋଇଅଛନ୍ତି।
ଦିତୀୟ ଶାମୁୟେଲ 22 : 40 (IRVOR)
ତୁମ୍ଭେ ଯୁଦ୍ଧ ନିମନ୍ତେ ବଳରୂପ ବନ୍ଧନୀରେ କଟି ପରି ବଳ ଦେଇଅଛ; ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କୁ ମୋହର ବଶୀଭୂତ କରିଅଛ।
ଦିତୀୟ ଶାମୁୟେଲ 22 : 41 (IRVOR)
ତୁମ୍ଭେ ମଧ୍ୟ ମୋହର ଶତ୍ରୁମାନଙ୍କ ପିଠି ମୋ’ ଆଡ଼େ ଫେରାଇଲ, ତହିଁରେ ମୁଁ ଆପଣା ଘୃଣାକାରୀମାନଙ୍କୁ ଉଚ୍ଛିନ୍ନ କଲି।
ଦିତୀୟ ଶାମୁୟେଲ 22 : 42 (IRVOR)
ସେମାନେ କ୍ରନ୍ଦନ କଲେ, ମାତ୍ର ଉଦ୍ଧାରକର୍ତ୍ତା କେହି ନ ଥିଲା; ସଦାପ୍ରଭୁଙ୍କ ପ୍ରତି ମଧ୍ୟ (ଅନାଇଲେ), ମାତ୍ର ସେ ସେମାନଙ୍କୁ ଉତ୍ତର ଦେଲେ ନାହିଁ।
ଦିତୀୟ ଶାମୁୟେଲ 22 : 43 (IRVOR)
ତହୁଁ ମୁଁ ପୃଥିବୀର ଧୂଳି ପରି ସେମାନଙ୍କୁ ଚୂର୍ଣ୍ଣ କଲି, ମୁଁ ସଡ଼କର କାଦୁଅ ପରି ସେମାନଙ୍କୁ ଦଳିଲି ଓ ସେମାନଙ୍କୁ ଛିନ୍ନଭିନ୍ନ କଲି।
ଦିତୀୟ ଶାମୁୟେଲ 22 : 44 (IRVOR)
ତୁମ୍ଭେ ମଧ୍ୟ ମୋ’ ଲୋକମାନଙ୍କ ବିବାଦରୁ ମୋତେ ରକ୍ଷା କରିଅଛ; ତୁମ୍ଭେ ମୋତେ ଅନ୍ୟ ଦେଶୀୟମାନଙ୍କ ମସ୍ତକ ହେବା ପାଇଁ ରଖିଅଛ; ମୋହର ଅପରିଚିତ ଲୋକମାନେ ମୋହର ସେବା କରିବେ।
ଦିତୀୟ ଶାମୁୟେଲ 22 : 45 (IRVOR)
ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କଲେ; ସେମାନେ ମୋ’ ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେଲେ।
ଦିତୀୟ ଶାମୁୟେଲ 22 : 46 (IRVOR)
ବିଦେଶୀୟମାନେ ଆପଣାମାନଙ୍କ ଗୁପ୍ତ ସ୍ଥାନରୁ ଥରହର ହୋଇ ବାହାରି ଆସିଲେ।
ଦିତୀୟ ଶାମୁୟେଲ 22 : 47 (IRVOR)
ସଦାପ୍ରଭୁ ନିତ୍ୟଜୀବୀ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋ’ ପରିତ୍ରାଣର ଶୈଳ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ।
ଦିତୀୟ ଶାମୁୟେଲ 22 : 48 (IRVOR)
ସେହି ପରମେଶ୍ୱର ମୋ’ ପକ୍ଷରେ ପରିଶୋଧ ନିଅନ୍ତି ଓ ଗୋଷ୍ଠୀୟମାନଙ୍କୁ ମୋ’ ତଳେ ନତ କରନ୍ତି।
ଦିତୀୟ ଶାମୁୟେଲ 22 : 49 (IRVOR)
ପୁଣି ସେ ମୋ’ ଶତ୍ରୁଗଣଠାରୁ ମୋତେ ବାହାର କରି ଆଣନ୍ତି; ହଁ, ତୁମ୍ଭେ ମୋ’ ବିରୁଦ୍ଧରେ ଉତ୍‍ଥିତ ଲୋକମାନଙ୍କ ଉପରେ ମୋତେ ଉଚ୍ଚୀକୃତ କରୁଅଛ; ତୁମ୍ଭେ ଉପଦ୍ରବୀ ଲୋକଠାରୁ ମୋତେ ରକ୍ଷା କରୁଅଛ।
ଦିତୀୟ ଶାମୁୟେଲ 22 : 50 (IRVOR)
ଏହେତୁ ହେ ସଦାପ୍ରଭୁ, ମୁଁ ଗୋଷ୍ଠୀୟମାନଙ୍କ ମଧ୍ୟରେ ତୁମ୍ଭର ଧନ୍ୟବାଦ କରିବି ଓ ତୁମ୍ଭ ନାମର ପ୍ରଶଂସାଗାନ କରିବି।
ଦିତୀୟ ଶାମୁୟେଲ 22 : 51 (IRVOR)
ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ଓ ତାହାର ବଂଶ ପ୍ରତି ଅନନ୍ତ କାଳ ଦୟା ପ୍ରକାଶ କରନ୍ତି।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51