ଦିତୀୟ ଶାମୁୟେଲ 4 : 1 (IRVOR)
{ଈଶ୍‍ବୋଶତଙ୍କ ହତ୍ୟା } ଆଉ ଶାଉଲଙ୍କର ପୁତ୍ର ଈଶ୍‍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍‍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ।
ଦିତୀୟ ଶାମୁୟେଲ 4 : 2 (IRVOR)
ପୁଣି ଶାଉଲଙ୍କର ପୁତ୍ର ଈଶ୍‍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍ ବଂଶଜାତ ବେରୋତୀୟ ରିମ୍ମୋନ୍‍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍‍ର ଅଧିକାରରେ ଗଣିତ;
ଦିତୀୟ ଶାମୁୟେଲ 4 : 3 (IRVOR)
ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।)
ଦିତୀୟ ଶାମୁୟେଲ 4 : 4 (IRVOR)
ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ି ଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍‍।
ଦିତୀୟ ଶାମୁୟେଲ 4 : 5 (IRVOR)
ଏଥିଉତ୍ତାରେ ଈଶ୍‍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ।
ଦିତୀୟ ଶାମୁୟେଲ 4 : 6 (IRVOR)
ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇ ଗଲେ।
ଦିତୀୟ ଶାମୁୟେଲ 4 : 7 (IRVOR)
(ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରାବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ।
ଦିତୀୟ ଶାମୁୟେଲ 4 : 8 (IRVOR)
ଏଉତ୍ତାରେ ସେମାନେ ଈଶ୍‍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍‍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।”
ଦିତୀୟ ଶାମୁୟେଲ 4 : 9 (IRVOR)
ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍‍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋ’ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି,
ଦିତୀୟ ଶାମୁୟେଲ 4 : 10 (IRVOR)
ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେକରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍‍ଠାରେ ବଧ କଲି।
ଦିତୀୟ ଶାମୁୟେଲ 4 : 11 (IRVOR)
ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି ?”
ଦିତୀୟ ଶାମୁୟେଲ 4 : 12 (IRVOR)
ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍‍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍‍ନର-କବରରେ କବର ଦେଲେ।

1 2 3 4 5 6 7 8 9 10 11 12