ଦିତୀୟ ଶାମୁୟେଲ 8 : 1 (IRVOR)
ଦାଉଦଙ୍କ ସାମରିକ ବିଜୟ ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ ଓ ଦାଉଦ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଏବଂ ମାତୃନଗରର କର୍ତ୍ତୃତ୍ୱ ନେଲେ।
ଦିତୀୟ ଶାମୁୟେଲ 8 : 2 (IRVOR)
ପୁଣି ସେ ମୋୟାବକୁ ପରାସ୍ତ କରି ସେହି ଲୋକମାନଙ୍କୁ ଭୂମିରେ ଶୟନ କରାଇ ଦଉଡ଼ିରେ ମାପିଲେ ଓ ସେ ବଧ କରିବା ପାଇଁ ଦୁଇ ଦଉଡ଼ି ଓ ଜୀବିତ ରଖିବା ପାଇଁ ସମ୍ପୂର୍ଣ୍ଣ ଏକ ଦଉଡ଼ି ମାପିଲେ। ତହିଁରେ ମୋୟାବୀୟମାନେ ଦାଉଦଙ୍କର ଦାସ ହୋଇ ତାଙ୍କୁ କର ଦେଲେ।
ଦିତୀୟ ଶାମୁୟେଲ 8 : 3 (IRVOR)
ସୋବାର ରାଜା ରହୋବର ପୁତ୍ର ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ପୁନର୍ବାର ପାଇବାକୁ ଯିବା ସମୟରେ ଦାଉଦ ତାହାକୁ ପରାସ୍ତ କଲେ।
ଦିତୀୟ ଶାମୁୟେଲ 8 : 4 (IRVOR)
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ସାତ ଶହ ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ।
ଦିତୀୟ ଶାମୁୟେଲ 8 : 5 (IRVOR)
ଏଉତ୍ତାରେ ଦମ୍ମେଶକର ଅରାମୀୟମାନେ ସୋବାର ହଦଦେଷର ରାଜାର ସାହାଯ୍ୟ କରିବାକୁ ଆସନ୍ତେ, ଦାଉଦ ସେହି ଅରାମୀୟମାନଙ୍କର ବାଇଶ ହଜାର ଲୋକଙ୍କୁ ଆଘାତ କଲେ।
ଦିତୀୟ ଶାମୁୟେଲ 8 : 6 (IRVOR)
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ କର ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
ଦିତୀୟ ଶାମୁୟେଲ 8 : 7 (IRVOR)
ଆଉ, ଦାଉଦ ହଦଦେଷରର ଦାସମାନଙ୍କ ସୁବର୍ଣ୍ଣ ଢାଲସବୁ ନେଇ ଯିରୂଶାଲମକୁ ଆଣିଲେ।
ଦିତୀୟ ଶାମୁୟେଲ 8 : 8 (IRVOR)
ପୁଣି ଦାଉଦ ରାଜା ହଦଦେଷର-ଅଧିକାରସ୍ଥ ବେଟହ ଓ ବେରୋଥା ନଗରରୁ ବହୁ ପରିମାଣର ପିତ୍ତଳ ଆଣିଲେ।
ଦିତୀୟ ଶାମୁୟେଲ 8 : 9 (IRVOR)
ଏଥିଉତ୍ତାରେ ଦାଉଦ ହଦଦେଷରର ସମସ୍ତ ସୈନ୍ୟଦଳକୁ ପରାସ୍ତ କରିଅଛନ୍ତି, ଏହା ହମାତର ରାଜା ତୟି ଶୁଣନ୍ତେ,
ଦିତୀୟ ଶାମୁୟେଲ 8 : 10 (IRVOR)
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ନିମନ୍ତେ ଓ ହଦଦେଷର ପ୍ରତିକୂଳରେ ଯୁଦ୍ଧ କରି ପରାସ୍ତ କରିବା ସକାଶୁ ତାଙ୍କୁ ଧନ୍ୟବାଦ ଦେବା ନିମନ୍ତେ ସେ ଆପଣା ପୁତ୍ର ଯୋରାମ୍କୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷର ସଙ୍ଗେ ତୟିର ଯୁଦ୍ଧ ଥିଲା। ପୁଣି ଯୋରାମ୍ ଆପଣା ସଙ୍ଗେ ରୂପା, ସୁନା, ଓ ପିତ୍ତଳର ପାତ୍ର ନେଇ ଆସିଥିଲା।
ଦିତୀୟ ଶାମୁୟେଲ 8 : 11 (IRVOR)
ଦାଉଦ ରାଜା ଏହିସବୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ, ପୁଣି ଯେଉଁ ସମସ୍ତ ଗୋଷ୍ଠୀକୁ ବଶୀଭୂତ କରିଥିଲେ, ସେମାନଙ୍କଠାରୁ,
ଦିତୀୟ ଶାମୁୟେଲ 8 : 12 (IRVOR)
ଅର୍ଥାତ୍, ଅରାମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟ ଲୋକ ଓ ଅମାଲେକୀୟମାନଙ୍କଠାରୁ ପ୍ରାପ୍ତ ସୁନା ଓ ରୂପା, ପୁଣି ସୋବାର ରାଜା ରହୋବର ପୁତ୍ର ହଦଦେଷରଠାରୁ ପ୍ରାପ୍ତ ଲୁଟିତ ଦ୍ରବ୍ୟ ମଧ୍ୟ ପବିତ୍ର କରିଥିଲେ।
ଦିତୀୟ ଶାମୁୟେଲ 8 : 13 (IRVOR)
ଆହୁରି ଦାଉଦ ଲବଣ ଉପତ୍ୟକାରେ ଅରାମୀୟମାନଙ୍କର ଅଠର ହଜାର ଲୋକ ବଧ କରି ଫେରି ଆସି ବଡ଼ ନାମ ପାଇଲେ।
ଦିତୀୟ ଶାମୁୟେଲ 8 : 14 (IRVOR)
ପୁଣି ସେ ଇଦୋମ ଦେଶରେ ପ୍ରହରୀଦଳ ସ୍ଥାପନ କଲେ; ସେ ଇଦୋମର ସର୍ବତ୍ର ପ୍ରହରୀଦଳ ସ୍ଥାପନ କଲେ, ଆଉ ଇଦୋମୀୟ ଲୋକ ସମସ୍ତେ ଦାଉଦଙ୍କର ଦାସ ହେଲେ। ଆଉ ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦେଲେ।
ଦିତୀୟ ଶାମୁୟେଲ 8 : 15 (IRVOR)
ଏହିରୂପେ ଦାଉଦ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କଲେ; ପୁଣି ଦାଉଦ ଆପଣାର ସମସ୍ତ ଲୋକ ପ୍ରତି ବିଚାର ଓ ନ୍ୟାୟ କଲେ।
ଦିତୀୟ ଶାମୁୟେଲ 8 : 16 (IRVOR)
ଆଉ ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ ଥିଲା;
ଦିତୀୟ ଶାମୁୟେଲ 8 : 17 (IRVOR)
ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍ ଯାଜକ ଥିଲେ; ସରାୟ ଲେଖକ ଥିଲା;
ଦିତୀୟ ଶାମୁୟେଲ 8 : 18 (IRVOR)
ଆଉ ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା, ପୁଣି ଦାଉଦଙ୍କର ପୁତ୍ରମାନେ ରାଜକୀୟ ଉପଦେଷ୍ଟା* ରାଜକୀୟ ଉପଦେଷ୍ଟା କିଅବା ଯାଜକଗଣ ଥିଲେ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18