ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 1 (IRVOR)
ପ୍ରାର୍ଥନା ଅନୁରୋଧ ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 2 (IRVOR)
ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 3 (IRVOR)
କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 4 (IRVOR)
ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହି ସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 5 (IRVOR)
ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ୱରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାଉନ୍ତୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 6 (IRVOR)
ଆଳସ୍ୟତା ବିରୁଦ୍ଧରେ ଚେତାବନୀ ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 7 (IRVOR)
କାରଣ କିପରି ଅାମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ,
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 8 (IRVOR)
କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 9 (IRVOR)
ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 10 (IRVOR)
କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 11 (IRVOR)
ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାର ଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 12 (IRVOR)
ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 13 (IRVOR)
କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲାନ୍ତ ହୁଅ ନାହିଁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 14 (IRVOR)
ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 15 (IRVOR)
ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 16 (IRVOR)
ଶେଷ ଆଶିଷ ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 17 (IRVOR)
ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ୱରୂପ, ମୁଁ ଏହିପରି ଲେଖେ ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3 : 18 (IRVOR)
ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18