ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 1 (IRVOR)
ପବିତ୍ର ଆତ୍ମାଙ୍କ ପ୍ରତିଜ୍ଞା ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 2 (IRVOR)
ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟ ନେଇ ମୁଁ ପ୍ରଥମ ଲୂକ ପୁସ୍ତକଟି ଲେଖିଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 3 (IRVOR)
ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ୱାରା ସେମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟ ଗୁଡ଼ିକ କହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 4 (IRVOR)
ଥରେ ସେମାନଙ୍କ ସହିତ ଭୋଜନରେ ବସିବା ସମୟରେ ସେ ସେମାନଙ୍କୁ ଏହି ଆଜ୍ଞା ଦେଲେ, ତୁମ୍ଭେମାନେ ଯିରୂଶାଲମରୁ ପ୍ରସ୍ଥାନ କର ନାହିଁ, କିନ୍ତୁ ପିତାଙ୍କର ଯେଉଁ ପ୍ରତିଜ୍ଞା ବିଷୟ ମୋ'ଠାରୁ ଶୁଣିଅଛ, ସେଥିର ଅପେକ୍ଷାରେ ରହିଥାଅ;
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 5 (IRVOR)
କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 6 (IRVOR)
ଯୀଶୁଙ୍କ ସ୍ୱର୍ଗାରୋହଣ ଅତଏବ, ସେମାନେ ଏକତ୍ର ହୋଇ ତାହାଙ୍କୁ ପଚାରିବାକୁ ଲାଗିଲେ; "ହେ ପ୍ରଭୁ, ଆପଣ କଣ ଏହି ସମୟରେ ଇସ୍ରାଏଲ ହସ୍ତରେ ପୁନର୍ବାର ରାଜ୍ୟଭାର ସମର୍ପଣ କରୁଅଛନ୍ତି ?"
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 7 (IRVOR)
ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 8 (IRVOR)
କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 9 (IRVOR)
ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 10 (IRVOR)
ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 11 (IRVOR)
ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 12 (IRVOR)
ଯିହୂୂଦାରସ୍ଥାନ ପୂରଣ ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ । ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 13 (IRVOR)
ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 14 (IRVOR)
ଏମାନେ ସମସ୍ତେ ସ୍ତ୍ରୀଲୋକମାନଙ୍କ ସହିତ ଏବଂ ଯୀଶୁଙ୍କ ମାତା ମରିୟମ ଓ ତାହାଙ୍କ ଭାଇମାନଙ୍କ ସହିତ ଏକ ମନରେ ପ୍ରାର୍ଥନାରେ ଲାଗି ରହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 15 (IRVOR)
ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 16 (IRVOR)
ମୋର ଭାଇମାନେ, ଯେଉଁ ଯିହୂଦା ଯୀଶୁଙ୍କୁ ଧରିବା ଲୋକମାନଙ୍କୁ ବାଟ ଦେଖାଇଥିଲା, ତାହା ବିଷୟରେ ପବିତ୍ର ଆତ୍ମା ପୂର୍ବରୁ ଦାଉଦଙ୍କ ମୁଖରେ ଯାହା କହିଥିଲେ, ସେହି ଶାସ୍ତ୍ରୀୟ ବାକ୍ୟ ସଫଳ ହେବା ଆବଶ୍ୟକ ଥିଲା;
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 17 (IRVOR)
କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 18 (IRVOR)
ଏହି ଲୋକ (ଯିହୂଦା) ଅଧର୍ମର ମୁଲ୍ୟ ଦ୍ୱାରା ଖଣ୍ଡିଏ କ୍ଷେତ ପାଇଲା, ପୁଣି, ସେ ମୁଣ୍ଡ ମାଡ଼ି ହୋଇ ପଡ଼ିବାରୁ ତାହାର ପେଟ ଫାଟିଗଲା ଓ ଅନ୍ତବୁଜୁଳି ବାହାରିପଡ଼ିଲା;
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 19 (IRVOR)
ଆଉ, ଏହା ଯିରୂୂଶାଲମରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ 'ହକଲ୍ଦମା', ଅର୍ଥାତ୍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 20 (IRVOR)
ଆଉ, ଗୀତସଂହିତାରେ ଲେଖା ଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ । ଏବଂ ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 21 (IRVOR)
ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 22 (IRVOR)
ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 23 (IRVOR)
ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 24 (IRVOR)
"ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 25 (IRVOR)
ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ ।"
ରେରିତମାନଙ୍କ କାର୍ଯ୍ୟର ବିବରଣ 1 : 26 (IRVOR)
ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ ।
❮
❯