ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 1 (IRVOR)
ପିତର ଓ କର୍ଣ୍ଣିଲୀୟ କାଇସରିୟା ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 2 (IRVOR)
ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 3 (IRVOR)
ଦିନେ ଅପରାହ୍ନ ପ୍ରାୟ ତିନି ଘଣ୍ଟା ସମୟରେ ସେ ସ୍ପଷ୍ଟରୂପେ ଗୋଟିଏ ଦର୍ଶନ ପାଇଲେ, ଯେପରି ଈଶ୍ୱରଙ୍କର ଜଣେ ଦୂତ ତାହାଙ୍କ ନିକଟକୁ ଆସି କହୁଅଛନ୍ତି, ହେ କର୍ଣ୍ଣିଲୀୟ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 4 (IRVOR)
ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କ'ଣ ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଈଶ୍ୱରଙ୍କ ଛାମୁରେ ଉଠିଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 5 (IRVOR)
ଏବେ ତୁମ୍ଭେ ଯାଫୋକୁ ଲୋକ ପଠାଇ ଶିମୋନଙ୍କୁ ଡକାଇ ଆଣ, ତାହାଙ୍କ ଉପନାମ ପିତର;
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 6 (IRVOR)
ସେ ଶିମୋନ ନାମକ ଜଣେ ଚର୍ମକାରଙ୍କ ଅତିଥିସ୍ୱରୂପେ ବାସ କରୁଅଛନ୍ତି, ତାହାଙ୍କ ଘର ସମୁଦ୍ରକୂଳରେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 7 (IRVOR)
ତାହାଙ୍କ ସାଙ୍ଗରେ କଥା କହୁଥିବା ଦୂତ ଗଲା ପରେ ସେ ଆପଣା ଗୃହର ଦାସମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ, ପୁଣି, ତାହାଙ୍କର ସେବା କରୁଥିବା ସୈନ୍ୟମାନଙ୍କ ମଧ୍ୟରୁ ଜଣେ ଭକ୍ତ ସୈନ୍ୟକୁ ଡାକିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 8 (IRVOR)
ଆଉ ସେମାନଙ୍କୁ ସମସ୍ତ କଥା ବୁଝାଇ ଯାଫୋକୁ ପଠାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 9 (IRVOR)
ପିତରଙ୍କ ଦର୍ଶନ ପରଦିନ ସେମାନେ ଯାଉ ଯାଉ ଯେତେବେଳେ ସେହି ନଗରର ନିକଟବର୍ତ୍ତୀ ହେଲେ, ସେତେବେଳେ ପିତର ପ୍ରାୟ ଦିନ ବାର ଘଣ୍ଟା ସମୟରେ ପ୍ରାର୍ଥନା କରିବା ନିମନ୍ତେ ଛାତ ଉପରକୁ ଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 10 (IRVOR)
ଆଉ ସେ କ୍ଷୁଧିତ ହୋଇ ଖାଇବାକୁ ଇଚ୍ଛା କଲେ, କିନ୍ତୁ ସେମାନେ ଖାଦ୍ୟ ପ୍ରସ୍ତୁତ କରୁଥିବା ସମୟରେ ସେ ମୂର୍ଚ୍ଛିତ ହୋଇ ଦର୍ଶନ ଦେଖିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 11 (IRVOR)
ଆକାଶ ଖୋଲା ହୋଇଅଛି, ପୁଣି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ପୃଥିବୀ ଉପରକୁ ଖସାଇ ଦିଆଯାଉଅଛି;
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 12 (IRVOR)
ସେଥିରେ ପୃଥିବୀର ସବୁପ୍ରକାର ଚାରିଗୋଡିଆ ପ୍ରାଣୀ, ସରୀସୃପ ଓ ଆକାଶର ପକ୍ଷୀଗୁଡ଼ିକ ଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 13 (IRVOR)
ଆଉ, ତାହାଙ୍କ ପ୍ରତି ଏହି ବାଣୀ ହେଲା, ହେ ପିତର, ଉଠ, ବଧ କରି ଖାଅ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 14 (IRVOR)
କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 15 (IRVOR)
ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 16 (IRVOR)
ଏହି ପ୍ରକାର ତିନି ଥର ହେଲା, ଆଉ ସଙ୍ଗେ ସଙ୍ଗେ ସେହି ପାତ୍ରଟି ଆକାଶକୁ ଉଠାଇ ନିଆଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 17 (IRVOR)
ପିତର ଯେଉଁ ଦର୍ଶନ ପାଇଥିଲେ, ସେଥିର ଅର୍ଥ କ'ଣ, ତାହା ଭାବି ସେ ଅବାକ୍ ହେଉଥିବା ସମୟରେ, ଦେଖ, କର୍ଣ୍ଣିଲୀୟଙ୍କ ପ୍ରେରିତ ଲୋକମାନେ ଶିମୋନଙ୍କ ଗୃହର ଅନୁସନ୍ଧାନ କରି ଦ୍ୱାର ନିକଟରେ ଠିଆ ହୋଇ,
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 18 (IRVOR)
ପିତର ଉପନାମପ୍ରାପ୍ତ ଶିମୋନ ସେଠାରେ ଅତିଥି ସ୍ୱରୂପେ ବାସ କରୁଅଛନ୍ତି କି ନାହିଁ, ତାହା ଡାକି ପଚାରିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 19 (IRVOR)
ପିତର ସେହି ଦର୍ଶନ ବିଷୟ ଚିନ୍ତା କରୁଥିବା ସମୟରେ ଆତ୍ମା ତାହାଙ୍କୁ କହିଲେ, ଦେଖ, ତିନି ଜଣ ଲୋକ ତୁମ୍ଭକୁ ଖୋଜୁଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 20 (IRVOR)
ଉଠ, ତଳକୁ ଯାଇ କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯାଅ, କାରଣ ଆମ୍ଭେ ସେମାନଙ୍କୁ ପଠାଇଅଛୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 21 (IRVOR)
ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି । ତୁମ୍ଭମାନଙ୍କ ଆସିବାର କାରଣ କ'ଣ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 22 (IRVOR)
ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 23 (IRVOR)
ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ । ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 24 (IRVOR)
କର୍ଣ୍ଣିଲୀୟଙ୍କ ଘରେ ପିତର ପରଦିନ ସେମାନେ କାଇସରିିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 25 (IRVOR)
ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 26 (IRVOR)
କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 27 (IRVOR)
ସେଥିରେ ସେ ତାହାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି,
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 28 (IRVOR)
ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୂଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ୱର ମୋତେ ଦେଖାଇଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 29 (IRVOR)
ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି । ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି ?
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 30 (IRVOR)
କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି,
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 31 (IRVOR)
ପୁଣି, ତୁମ୍ଭର ଦାନସବୁ ଈଶ୍ୱରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 32 (IRVOR)
ଅତଏବ ଯାଫୋକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 33 (IRVOR)
ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 34 (IRVOR)
ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 35 (IRVOR)
ପିତରଙ୍କ ଶିକ୍ଷା କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 36 (IRVOR)
ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 37 (IRVOR)
ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ସମୟରୁ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦା ରେ ପ୍ରଚାରିତ ହୋଇଅଛି,
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 38 (IRVOR)
ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 39 (IRVOR)
ପୁଣି, ସେ ଯିହୂଦୀମାନଙ୍କ ଦେଶ ଓ ଯିରୂଶାଲମରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 40 (IRVOR)
ତାହାଙ୍କୁ ଈଶ୍ୱର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 41 (IRVOR)
ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ୱରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ । ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 42 (IRVOR)
ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ୱର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 43 (IRVOR)
ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 44 (IRVOR)
ଅଣଯିହୂଦୀମାନଙ୍କର ପବିତ୍ର ଆତ୍ମା ଲାଭ ପିତର ଏହି ସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 45 (IRVOR)
ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୂଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 46 (IRVOR)
କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ୱରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 47 (IRVOR)
ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ ହୋଇଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କି କେହି ଜଳ ନିଷେଧ କରି ପାରେ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 10 : 48 (IRVOR)
ପୁଣି, ସେ ସେମାନଙ୍କୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ । ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ ।
❮
❯