ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 1 (IRVOR)
ବର୍ଣ୍ଣବ୍ବା ଓ ଶାଉଲଙ୍କୁ ପ୍ରେରଣ ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 2 (IRVOR)
ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 3 (IRVOR)
ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 4 (IRVOR)
କୁପ୍ରରେ କାର୍ଯ୍ୟ ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 5 (IRVOR)
ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୂଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 6 (IRVOR)
ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀକୁ ଦେଖିଲେ; ସେ ଜଣେ ଯିହୂଦୀ, ଆଉ ତାହାର ନାମ ବର୍ଯୀଶୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 7 (IRVOR)
ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି । ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ୱରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 8 (IRVOR)
କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 9 (IRVOR)
ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 10 (IRVOR)
ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 11 (IRVOR)
ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ । ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 12 (IRVOR)
ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 13 (IRVOR)
ପିସିଦିଆର ଆନ୍ତିୟଖିଆରେ କାର୍ଯ୍ୟ ପରେ ପାଉଲ ଓ ତାଙ୍କ ସଙ୍ଗୀମାନେ ପାଫରୁ ଜଳଯାତ୍ରା କରି ପଂଫୂଲିଆର ପର୍ଗୀକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲାମକୁ ବାହୁଡ଼ିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 14 (IRVOR)
ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 15 (IRVOR)
ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର କଥା ଅଛି, ତେବେ କହନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 16 (IRVOR)
ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ୱର ଭୟକାରୀମାନେ, ଶ୍ରବଣ କରନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 17 (IRVOR)
ଏହି ଇସ୍ରାଏଲ ଜାତିର ଈଶ୍ୱର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 18 (IRVOR)
ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 19 (IRVOR)
ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ସେମାନଙ୍କ ଦେଶ ଅଧିକାରସ୍ୱରୂପେ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 20 (IRVOR)
ଏଥିଉତ୍ତାରେ ଭାବବାଦୀ ଶାମୁଏଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 21 (IRVOR)
ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ୱର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 22 (IRVOR)
ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦକୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 23 (IRVOR)
ତାହାଙ୍କ ବଂଶରୁ ଈଶ୍ୱର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 24 (IRVOR)
ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 25 (IRVOR)
ଆଉ ଯୋହନ ଆପଣାର ନିରୂପିତ କର୍ମ ସମାପ୍ତ କରୁ କରୁ କହିଲେ, ମୁଁ ଯେ ବୋଲି ତୁମ୍ଭେମାନେ ମନେ କରୁଅଛ, ମୁଁ ସେ ନୁହେଁ । କିନ୍ତୁ ଦେଖ, ମୋ ପଛରେ ଜଣେ ଆସୁଅଛନ୍ତି, ତାହାଙ୍କ ପାଦର ପାଦୁକା ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 26 (IRVOR)
ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 27 (IRVOR)
କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 28 (IRVOR)
ଆଉ ପ୍ରାଣଦଣ୍ଡର କୌଣସି କାରଣ ନ ପାଇଲେ ସୁଦ୍ଧା ତାହାଙ୍କୁ ବଧ କରିବା ନିମନ୍ତେ ପୀଲାତଙ୍କୁ ନିବେଦନ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 29 (IRVOR)
ପୁଣି, ତାହାଙ୍କ ବିଷୟରେ ଯାହାସବୁ ଲେଖା ଅଛି, ସେ ସମସ୍ତ ପୂର୍ଣ୍ଣ କଲା ଉତ୍ତାରେ ତାହାଙ୍କୁ କ୍ରୁଶରୁ ଓହ୍ଲାଇ ଆଣି ସମାଧିରେ ରଖିଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 30 (IRVOR)
କିନ୍ତୁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 31 (IRVOR)
ପୁଣି, ଯେଉଁମାନେ ତାହାଙ୍କ ସହିତ ଗାଲିଲୀରୁ ଯିରୂଶାଲମକୁ ଆସିଥିଲେ, ସେମାନେ ଅନେକ ଦିନ ପର୍ଯ୍ୟନ୍ତ ତାହାଙ୍କ ଦର୍ଶନ ପାଇଲେ; ସେମାନେ ବର୍ତ୍ତମାନ ଲୋକମାନଙ୍କ ନିକଟରେ ତାହାଙ୍କର ସାକ୍ଷୀ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 32 (IRVOR)
ଆଉ ପିତୃପୁରୁଷମାନଙ୍କ ନିକଟରେ କୃତ ପ୍ରତିଜ୍ଞା ବିଷୟରେ ଆମ୍ଭେମାନେ ଆପଣମାନଙ୍କୁ ଏହି ସୁସମାଚାର ଜଣାଉଅଛୁ ଯେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 33 (IRVOR)
ଈଶ୍ୱର ଯୀଶୁଙ୍କୁ ଉତ୍ଥାପନ କରି ସେମାନଙ୍କର ସନ୍ତାନ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପ୍ରତି ସେହି ପ୍ରତିଜ୍ଞା ସଫଳ କରିଅଛନ୍ତି, ଯେପରି ଗୀତସଂହିତା ଦୁଇ ଅଧ୍ୟାୟରେ ମଧ୍ୟ ଲେଖା ଅଛି, "ତୁମ୍ଭେ ଆମ୍ଭର ପୁତ୍ର, ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ" ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 34 (IRVOR)
ସେ ଯେ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି; ପୁଣି, ସେ ଯେ ଆଉ କ୍ଷୟସ୍ଥାନକୁ ଫେରିବେ ନାହିଁ, ଏବିଷୟରେ ସେ ଏହି ପ୍ରକାର କହିଅଛନ୍ତି, ଆମ୍ଭେ ଦାଉଦଙ୍କ ନିକଟରେ ପ୍ରତିଜ୍ଞାତ ପବିତ୍ର ଓ ଅଟଳ ଆଶୀର୍ବାଦ ସବୁ ତୁମ୍ଭମାନଙ୍କୁ ପ୍ରଦାନ କରିବା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 35 (IRVOR)
ପୁଣି, ସେ ମଧ୍ୟ ଆଉ ଗୋଟିଏ ଗୀତସଂହିତାରେ କହିଅଛନ୍ତି, ''ତୁମ୍ଭେ ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।''
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 36 (IRVOR)
ଦାଉଦ ତ ଆପଣା ସମକାଳୀନ ଲୋକମାନଙ୍କ ମଧ୍ୟରେ ଈଶ୍ୱରଙ୍କର ସଙ୍କଳ୍ପ ଅନୁସାରେ ସେବକର କାର୍ଯ୍ୟ କଲା ଉତ୍ତାରେ ମହାନିଦ୍ରାପ୍ରାପ୍ତ ହେଲେ ଏବଂ ଆପଣା ପିତୃପୁରୁଷମାନଙ୍କ ନିକଟରେ ସମାଧିସ୍ଥ ହୋଇ କ୍ଷୟ ପାଇଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 37 (IRVOR)
କିନ୍ତୁ ଯାହାଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେ କ୍ଷୟ ପାଇ ନାହାଁନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 38 (IRVOR)
ଅତଏବ, ହେ ଭାଇମାନେ, ଆପଣମାନେ ଏହା ଅବଗତ ହେଉନ୍ତୁ, ଏହି ବ୍ୟକ୍ତିଙ୍କ ଦ୍ୱାରା ଆପଣମାନଙ୍କ ନିକଟରେ ପାପ କ୍ଷମା ପ୍ରଚାର କରାଯାଉଅଛି,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 39 (IRVOR)
ପୁଣି, ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ସମସ୍ତ ବିଷୟରୁ ଆପଣମାନେ ମୁକ୍ତ ହୋଇ ଧାର୍ମିକ ଗଣିତ ହୋଇ ପାରିଲେ ନାହିଁ, ବିଶ୍ୱାସକାରୀ ପ୍ରତ୍ୟେକ ଲୋକ ତାହାଙ୍କ ଦ୍ୱାରା ସେହି ସମସ୍ତ ବିଷୟରୁ ମୁକ୍ତ ହୋଇ ଧାର୍ମିକ ଗଣିତ ହୁଅନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 40 (IRVOR)
ତେଣୁ ସାବଧାନ, କାଳେ ଭାବବାଦୀମାନଙ୍କ ଶାସ୍ତ୍ରରେ ଯାହା କୁହାଯାଇଅଛି, ତାହା ଯେପରି ଆପଣମାନଙ୍କ ପ୍ରତି ନ ଘଟେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 41 (IRVOR)
"ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ"।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 42 (IRVOR)
ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହି ସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 43 (IRVOR)
ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 44 (IRVOR)
ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କଠାରେ ପ୍ରଚାର କାର୍ଯ୍ୟ ଆରମ୍ଭ ପୁଣି, ପରବର୍ତ୍ତୀ ବିଶ୍ରାମବାରରେ ପ୍ରାୟ ସମସ୍ତ ନଗରବାସୀ ଈଶ୍ୱରଙ୍କ ବାକ୍ୟ ଶୁଣିବା ନିମନ୍ତେ ଏକତ୍ରିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 45 (IRVOR)
କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 46 (IRVOR)
ସେଥିରେ ପାଉଲ ଓ ବର୍ଣ୍ଣବ୍ବା ସାହସପୂର୍ବକ କହିଲେ, ପ୍ରଥମରେ ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ବାକ୍ୟ କୁହାଯିବା ଆବଶ୍ୟକ ଥିଲା; ଆପଣମାନେ ତାହା ଅଗ୍ରାହ୍ୟ କରି ଆପଣା ଆପଣାକୁ ଅନନ୍ତ ଜୀବନର ଅଯୋଗ୍ୟ ବୋଲି ବିଚାର କରୁଥିବାରୁ, ଦେଖନ୍ତୁ, ଆମ୍ଭେମାନେ ଅଣଯିହୂଦୀମାନଙ୍କ ନିକଟକୁ ଯାଉଅଛୁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 47 (IRVOR)
କାରଣ ପ୍ରଭୁ ଆମ୍ଭମାନଙ୍କୁ ଏହି ପ୍ରକାର ଆଜ୍ଞା ଦେଇଅଛନ୍ତି, "ଆମ୍ଭେ ତୁମ୍ଭକୁ ଅଣଯିହୂଦୀମାନଙ୍କ ନିମନ୍ତେ ଆଲୋକସ୍ୱରୂପେ ସ୍ଥାପନ କରିଅଛୁ, ଯେପରି ତୁମ୍ଭେ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ପରିତ୍ରାଣ ଆଣିବ" ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 48 (IRVOR)
ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 49 (IRVOR)
ଆଉ ସମୁଦାୟ ଅଞ୍ଚଳରେ ପ୍ରଭୁଙ୍କର ବାକ୍ୟ ବ୍ୟାପିଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 50 (IRVOR)
କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 51 (IRVOR)
ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 13 : 52 (IRVOR)
ଆଉ ଶିଷ୍ୟମାନେ ଆନନ୍ଦରେ ଓ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବାକୁ ଲାଗିଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52