ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 1 (IRVOR)
{ଇକନୀୟରେ କାର୍ଯ୍ୟ} [PS] ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 2 (IRVOR)
କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 3 (IRVOR)
ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 4 (IRVOR)
କିନ୍ତୁ ନଗରର ଲୋକସମୂହ ଦୁଇ ଦଳ ହେଲେ, ଦଳେ ଯିହୂଦୀମାନଙ୍କ ପକ୍ଷରେ ଆଉ ଦଳେ ପ୍ରେରିତମାନଙ୍କ ପକ୍ଷରେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 5 (IRVOR)
ଯେତେବେଳେ ଅଣଯିହୂଦୀ ଓ ଯିହୂଦୀମାନେ ସେମାନଙ୍କର ଅଧ୍ୟକ୍ଷମାନଙ୍କ ସହିତ ସେମାନଙ୍କ ପ୍ରତି ଦୌରାତ୍ମ୍ୟ କରିବାକୁ ଓ ପଥର ଫୋପାଡ଼ିବାକୁ ଉଠିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 6 (IRVOR)
ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 7 (IRVOR)
ଆଉ ସେମାନେ ସେଠାରେ ସୁସମାଚାର ପ୍ରଚାର କରିବାକୁ ଲାଗିଲେ । [PS]
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 8 (IRVOR)
{ଲୁସ୍ତ୍ରା ଓ ଦର୍ବୀରେ କାର୍ଯ୍ୟ} [PS] ଲୁସ୍ତ୍ରାରେ ଜଣେ ଲୋକ ରହୁଥିଲା, ତାହାର ପାଦ ଦୁର୍ବଳ, ସେ ମାତୃଗର୍ଭରୁ ଖଞ୍ଜ, ଆଉ ସେ କେବେ ଚାଲି ନ ଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 9 (IRVOR)
ସେହି ଲୋକଟି ପାଉଲଙ୍କ ପ୍ରଚାର ଶୁଣୁଥିଲା । ପାଉଲ ତାହାକୁ ଏକଦୃଷ୍ଟିରେ ଚାହିଁ ସୁସ୍ଥ ହେବା ପାଇଁ ତାହାର ବିଶ୍ୱାସ ଥିବାର ଦେଖି ଉଚ୍ଚସ୍ୱରରେ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 10 (IRVOR)
ତୁମ୍ଭର ପାଦର ଭାର ଦେଇ ସିଧା ଠିଆ ହୁଅ । ସେଥିରେ ସେ କୁଦା ମାରି ଚାଲିବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 11 (IRVOR)
ପାଉଲ ଯାହା କରିଅଛନ୍ତି, ଲୋକସମୂହ ତାହା ଦେଖି ଲୁକାୟନିଆ ଭାଷାରେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ଦେବତାମାନେ ମନୁଷ୍ୟରୂପରେ ଆମ୍ଭମାନଙ୍କ ମଧ୍ୟକୁ ଓହ୍ଲାଇ ଆସିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 12 (IRVOR)
ସେମାନେ ବର୍ଣ୍ଣବ୍ବାଙ୍କୁ ବୃହସ୍ପତି ବୋଲି କହିଲେ, ପୁଣି, ପାଉଲ ପ୍ରଧାନ ବକ୍ତା ଥିବାରୁ ତାହାଙ୍କୁ ବୁଧ ବୋଲି କହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 13 (IRVOR)
ନଗର ସମ୍ମୁଖରେ ଥିବା ବୃହସ୍ପତିଙ୍କ ମନ୍ଦିରର ଯାଜକ କେତେକ ବୃଷ ଓ ପୁଷ୍ପହାର ଦ୍ୱାରା ନିକଟକୁ ଆଣି ଲୋକସମୂହ ସହିତ ବଳି ଦେବାକୁ ଇଚ୍ଛା କରିଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 14 (IRVOR)
କିନ୍ତୁ ପ୍ରେରିତମାନେ, ଅର୍ଥାତ୍ ବର୍ଣ୍ଣବ୍ବା ଓ ପାଉଲ, ଏହା ଶୁଣି ଆପଣା ଆପଣାର ବସ୍ତ୍ର ଚିରି ଲୋକସମୂହ ମଧ୍ୟକୁ ବେଗେ ଦୌଡ଼ିଯାଇ ଉଚ୍ଚସ୍ୱରରେ କହିବାକୁ ଲାଗିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 15 (IRVOR)
ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 16 (IRVOR)
ସେ ଅତୀତ ପୁରୁଷପରମ୍ପରାରେ ସମସ୍ତ ଜାତିର ଲୋକଙ୍କୁ ଆପଣା ଆପଣା ପଥରେ ଚାଲିବାକୁ ଛାଡ଼ିଦେଇଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 17 (IRVOR)
ତଥାପି ସେ ଆପଣାକୁ ସାକ୍ଷ୍ୟ ବିହୀନ କରି ରଖି ନାହାଁନ୍ତି, କାରଣ ସେ ମଙ୍ଗଳ କରିଅଛନ୍ତି, ଆଉ ଆକାଶରୁ ବୃଷ୍ଟି ଓ ଫଳଦାୟକ ଋତୁ ଗୁଡ଼ିକ ଦେଇ ଭକ୍ଷ ଓ ଆନନ୍ଦରେ ଆପଣମାନଙ୍କ ହୃଦୟ ପରିତୃପ୍ତ କରିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 18 (IRVOR)
ଏହି ସବୁ କଥା କହି ସେମାନେ ଅତି କଷ୍ଟରେ ସେମାନଙ୍କ ଉଦ୍ଦେଶ୍ୟରେ ବଳିଦାନ କରିବାରୁ ଲୋକସମୂହଙ୍କୁ ନିବୃତ୍ତ କଲେ । [PS]
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 19 (IRVOR)
{ଲୁସ୍ତ୍ରାରେ ପାଉଲଙ୍କୁ ପ୍ରସ୍ତରାଘାତ} [PS] କିନ୍ତୁ ଆନ୍ତିୟଖିଆ ଓ ଇକନୀୟରୁ ସେଠାକୁ ଯିହୂଦୀମାନେ ଆସି ଲୋକସମୂହକୁ ପ୍ରବର୍ତ୍ତାଇଲେ, ପୁଣି, ପାଉଲଙ୍କୁ ପଥର ମାରି ସେ ମରିଅଛନ୍ତି ବୋଲି ମନେ କରି ବାହାରକୁ ଟାଣି ଘେନିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 20 (IRVOR)
ମାତ୍ର ଶିଷ୍ୟମାନେ ତାହାଙ୍କୁ ଘେରି ଠିଆ ହୁଅନ୍ତେ ସେ ଉଠି ନଗର ମଧ୍ୟରେ ପ୍ରବେଶ କଲେ । ପରଦିନ ସେ ବର୍ଣ୍ଣବ୍ବାଙ୍କ ସହିତ ଦର୍ବୀକୁ ବାହାରିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 21 (IRVOR)
ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 22 (IRVOR)
ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 23 (IRVOR)
ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ । [PS]
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 24 (IRVOR)
{ସିରିୟାର ଆନ୍ତିୟଖିଆକୁ ପ୍ରତ୍ୟାବର୍ତ୍ତନ} [PS] ପରେ ସେମାନେ ପିସିଦିଆ ମଧ୍ୟ ଦେଇ ପଂଫୂଲିଆକୁ ଆସିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 25 (IRVOR)
ଆଉ ପର୍ଗୀରେ ବାକ୍ୟ ପ୍ରଚାର କରି ଆତ୍ତାଲିଆକୁ ଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 26 (IRVOR)
ସେଠାରୁ ସେମାନେ ଆନ୍ତିୟଖିଆକୁ ଜାହାଜରେ ଯାତ୍ରା କଲେ; ସେମାନେ ଯେଉଁ କାର୍ଯ୍ୟ ସାଧନ କରିଥିଲେ, ତାହା କରିବା ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହରେ ସମର୍ପିତ ହୋଇ ସେ ସ୍ଥାନରୁ ବାହାରିଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 27 (IRVOR)
ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 14 : 28 (IRVOR)
ଆଉ ସେମାନେ ଶିଷ୍ୟମାନଙ୍କ ସହିତ ଅନେକ ଦିନ ପର୍ଯ୍ୟନ୍ତ ରହିଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28

BG:

Opacity:

Color:


Size:


Font: