ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 1 (IRVOR)
ପାଉଲ ଓ ଶୀଲାଙ୍କ ସହିତ ତୀମଥିଙ୍କ ଯାତ୍ରା ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୂଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 2 (IRVOR)
ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 3 (IRVOR)
ତାଙ୍କୁ ସାଙ୍ଗରେ ନେଇଯିବାକୁ ପାଉଲ ଇଚ୍ଛା କଲେ, ଆଉ ସେହି ସବୁ ଅଞ୍ଚଳରେ ଥିବା ଯିହୂଦୀମାନଙ୍କ ହେତୁ ତାହାଙ୍କୁ ଘେନିଯାଇ ସୁନ୍ନତ କଲେ; କାରଣ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ବୋଲି ସମସ୍ତେ ଜାଣିଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 4 (IRVOR)
ପୁଣି, ସେମାନେ ନଗରସମୁହ ଦେଇ ଯାଉ ଯାଉ ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ନିରୂପିତ ଆଜ୍ଞାସବୁ ପାଳନ କରିବା ନିମନ୍ତେ ସେମାନଙ୍କ ନିକଟରେ ସମର୍ପଣ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 5 (IRVOR)
ଏହି ପ୍ରକାରେ ମଣ୍ଡଳୀସମୂହ ବିଶ୍ୱାସରେ ଦୃଢ଼ୀଭୂତ ହୋଇ ଦିନକୁ ଦିନ ସଂଖ୍ୟାରେ ବୃଦ୍ଧି ପାଇବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 6 (IRVOR)
ମାକିଦନିଆର ଆହ୍ୱାନ ସେମାନେ ଆସିଆରେ ବାକ୍ୟ ପ୍ରଚାର କରିବାକୁ ପବିତ୍ର ଆତ୍ମାଙ୍କ ଦ୍ୱାରା ନିବାରିତ ହୋଇ ଫ୍ରୁଗିଆ ଓ ଗାଲାତୀୟ ଅଞ୍ଚଳ ଦେଇ ଯାତ୍ରା କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 7 (IRVOR)
ଆଉ ସେମାନେ ମୂସିଆ ନିକଟରେ ଉପସ୍ଥିତ ହୋଇ ବୀଥୂନିଆକୁ ଯିବା ପାଇଁ ଚେଷ୍ଟା କଲେ, କିନ୍ତୁ ଯୀଶୁଙ୍କର ଆତ୍ମା ସେମାନଙ୍କୁ ଅନୁମତି ଦେଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 8 (IRVOR)
ସେମାନେ ମୂସିଆ ପାଖ ଦେଇ ତ୍ରୋୟାକୁ ଆସିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 9 (IRVOR)
ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 10 (IRVOR)
ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 11 (IRVOR)
ଲୂଦିଆଙ୍କ ମନ ପରିବର୍ତ୍ତନ ତେଣୁ ତ୍ରୋୟାରୁ ଜାହାଜରେ ଆମ୍ଭେମାନେ ସଳଖ ପଥରେ ସାମଥ୍ରାକୀକୁ ଓ ପରଦିନ ନିୟାପଲିକୁ ଗଲୁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 12 (IRVOR)
ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 13 (IRVOR)
ବିଶ୍ରାମବାରରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 14 (IRVOR)
ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 15 (IRVOR)
ପୁଣି, ସେ ଓ ତାହାଙ୍କର ପରିବାର ବାପ୍ତିଜିତ ହେଲା ଉତ୍ତାରେ ସେ ଆମ୍ଭମାନଙ୍କୁ ବିନତି କରି କହିଲେ, ଆପଣମାନେ ଯଦି ମୋତେ ପ୍ରଭୁଙ୍କ ନିକଟରେ ବିଶ୍ୱସ୍ତ ବୋଲି ବିଚାର କରିଥାଆନ୍ତି, ତେବେ ମୋହର ଗୃହକୁ ଆସି ବାସ କରନ୍ତୁ; ଆଉ ସେ ଆମ୍ଭମାନଙ୍କୁ ବାଧ୍ୟ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 16 (IRVOR)
ଫିଲିପ୍ପୀର କାରାଗାରରେ ପାଉଲ ଓ ଶୀଲା ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ମନ୍ଦ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 17 (IRVOR)
ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 18 (IRVOR)
ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା । କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି । ଏଥିରେ ସେ ସେହି ମୁହୁର୍ତ୍ତରେ ବାହାରିଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 19 (IRVOR)
କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 20 (IRVOR)
ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ,ଏହି ଲୋକଗୁଡ଼ାକ ଯିହୂଦୀ,ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 21 (IRVOR)
ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 22 (IRVOR)
ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 23 (IRVOR)
ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 24 (IRVOR)
ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ କାଠଗଣ୍ଡି ବାନ୍ଧିଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 25 (IRVOR)
କାରାରକ୍ଷକର ପରିବର୍ତ୍ତନ କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 26 (IRVOR)
ସେତେବେଳେ ହଠାତ୍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 27 (IRVOR)
ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 28 (IRVOR)
କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 29 (IRVOR)
ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 30 (IRVOR)
ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କ'ଣ କରିବାକୁ ହେବ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 31 (IRVOR)
ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 32 (IRVOR)
ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ୱରଙ୍କ ବାକ୍ୟ କହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 33 (IRVOR)
ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 34 (IRVOR)
ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ୱରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 35 (IRVOR)
ସକାଳ ହୁଅନ୍ତେ ବିଚାରକର୍ତ୍ତାମାନେ ପଦାତିକମାନଙ୍କୁ ଏହା କହି ପଠାଇଲେ, ସେହି ଲୋକମାନଙ୍କୁ ଛାଡ଼ିଦିଅ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 36 (IRVOR)
ଏଥିରେ କାରାରକ୍ଷକ ପାଉଲଙ୍କୁ ଏହି କଥା କହି ଜଣାଇଲେ, ଆପଣମାନଙ୍କୁ ଛାଡ଼ିଦେବା ନିମନ୍ତେ ବିଚାରକର୍ତ୍ତାମାନେ ଲୋକ ପଠାଇଅଛନ୍ତି । ଏଣୁ ଏବେ ବାହାରି ଆସି ଶାନ୍ତିରେ ଚାଲିଯାଉନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 37 (IRVOR)
କିନ୍ତୁ ପାଉଲ ସେମାନଙ୍କୁ କହିଲେ, ରୋମୀୟ ଲୋକ ଯେ ଆମ୍ଭେମାନେ,ଆମ୍ଭମାନଙ୍କର ବିଚାର ନ କରି ସେମାନେ ପ୍ରକାଶରେ ଆମ୍ଭମାନଙ୍କୁ ପ୍ରହାର କଲା ପରେ କାରାଗାରରେ ପକାଇଅଛନ୍ତି, ଆଉ ଏବେ କି ଗୋପନରେ ଆମ୍ଭମାନଙ୍କୁ ଛାଡ଼ିଦେଉଅଛନ୍ତି ? ତାହା ହେବ ନାହିଁ, ମାତ୍ର ସେମାନେ ନିଜେ ଆସି ଆମ୍ଭମାନଙ୍କୁ ବାହାରକୁ ଘେନିଯାଉନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 38 (IRVOR)
ସେଥିରେ ପଦାତିକମାନେ ବିଚାରକର୍ତ୍ତାମାନଙ୍କୁ ଏହି ସମସ୍ତ କଥା ଜଣାଇଲେ, ପୁଣି, ସେମାନେ ଯେ ରୋମୀୟ ଲୋକ,ଏହା ଶୁଣି ଲୋକମାନେ ଭୟ କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 39 (IRVOR)
ଆଉ ସେମାନେ ଆସି ସେମାନଙ୍କୁ ବିନତି କଲେ, ପୁଣି, ସେମାନଙ୍କୁ ବାହାର କରି ଆଣି ନଗରରୁ ବାହାରିଯିବା ନିମନ୍ତେ ସେମାନଙ୍କୁ ଅନୁରୋଧ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 16 : 40 (IRVOR)
ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ ।
❮
❯