ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 1 (IRVOR)
ଥେସଲନୀକୀରେ କାର୍ଯ୍ୟ ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୂଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 2 (IRVOR)
ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 3 (IRVOR)
ପୁଣି, ଖ୍ରୀଷ୍ଟଙ୍କର ଯେ ଦୁଃଖଭୋଗ ଓ ମୃତମାନଙ୍କ ମଧ୍ୟରୁ ଉତ୍ଥାନ କରିବା ଆବଶ୍ୟକ ଥିଲା, ଆଉ ସେ ଯେଉଁ ଯୀଶୁଙ୍କୁ ସେମାନଙ୍କ ନିକଟରେ ଘୋଷଣା କରୁଅଛନ୍ତି, ସେ ଯେ ଖ୍ରୀଷ୍ଟ,ଏହାର ସ୍ପଷ୍ଟ ପ୍ରମାଣ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 4 (IRVOR)
ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୂଦୀମତାବଲମ୍ବୀ ଗ୍ରୀକ୍ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 5 (IRVOR)
କିନ୍ତୁ ଯିହୂଦୀମାନେ ଈର୍ଷାରେ ଜଳିଉଠି ବଜାରର କେତେକ ଦୁଷ୍ଟ ଲୋକଙ୍କୁ ସାଙ୍ଗରେ ଘେନି ଲୋକଗହଳ କରି ନଗରରେ ଗଣ୍ଡଗୋଳ ଲଗାଇଦେଲେ, ଆଉ ଯାସୋନଙ୍କ ଗୃହ ଆକ୍ରମଣ କରି ସେମାନଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ପାଇଁ ଚେଷ୍ଟା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 6 (IRVOR)
ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରି ପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 7 (IRVOR)
ଯୀଶୁ ନାମରେ ଆଉ ଜଣେ ରାଜା ଅଛି ବୋଲି କହି ଏମାନେ ସମସ୍ତେ କାଇସରଙ୍କ ଆଜ୍ଞାର ବିରୁଦ୍ଧାଚରଣ କରୁଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 8 (IRVOR)
ସେମାନଙ୍କର ଏହି କଥା ଶୁଣି ଲୋକସମୂହ ଓ ନଗରର ଶାସନକର୍ତ୍ତାମାନେ ବିଚଳିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 9 (IRVOR)
ପରେ ସେମାନେ ଯାସୋନ ଓ ତାହାଙ୍କ ସଙ୍ଗୀମାନଙ୍କଠାରୁ ଜାମିନ୍ ନେଇ ସେମାନଙ୍କୁ ଛାଡ଼ି ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 10 (IRVOR)
ବେରିୟାରେ କାର୍ଯ୍ୟ ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 11 (IRVOR)
ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 12 (IRVOR)
ତେଣୁ ସେମାନଙ୍କ ମଧ୍ୟରୁ ଅନେକେ ଓ ଗ୍ରୀକ୍ମାନଙ୍କ ମଧ୍ୟରୁ ଅନେକ ସମ୍ଭ୍ରାନ୍ତ ମହିଳା ଓ ପୁରୁଷ ମଧ୍ୟ ବିଶ୍ୱାସ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 13 (IRVOR)
କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଈଶ୍ୱରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 14 (IRVOR)
ସେଥିରେ ଭାଇମାନେ ଅବିଳମ୍ବରେ ପାଉଲଙ୍କୁ ସମୁଦ୍ର ଆଡ଼କୁ ଯିବା ପାଇଁ ପଠାଇଦେଲେ, ଆଉ ଶୀଲା ଓ ତୀମଥି ସେହି ସ୍ଥାନରେ ରହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 15 (IRVOR)
କିନ୍ତୁ ଯେଉଁମାନେ ପାଉଲଙ୍କୁ ସାଙ୍ଗରେ ଘେନିଗଲେ, ସେମାନେ ତାହାଙ୍କୁ ଏଥେନ୍ସ୍ ପର୍ଯ୍ୟନ୍ତ ଆଣିଲେ, ଆଉ ଶୀଲା ଓ ତୀମଥି ଯେପରି ଅତିଶୀଘ୍ର ତାହାଙ୍କ ନିକଟକୁ ଆସନ୍ତି, ଏହି ଆଜ୍ଞା ପାଇ ସେମାନେ ପ୍ରସ୍ଥାନ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 16 (IRVOR)
ଆଥିନୀରେ ପାଉଲଙ୍କ କାର୍ଯ୍ୟ ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 17 (IRVOR)
ତେଣୁ ସେ ସମାଜଗୃହରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 18 (IRVOR)
ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 19 (IRVOR)
ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କ'ଣ ବୋଲି ଆମ୍ଭେମାନେ ଜାଣି ପାରିବା କି ?
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 20 (IRVOR)
କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କ'ଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 21 (IRVOR)
ଆଥିନୀରେ ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 22 (IRVOR)
ଆରିୟପାଗରେ ପାଉଲଙ୍କ ପ୍ରଚାର ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀର ଲୋକମାନେ , ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 23 (IRVOR)
କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, 'ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 24 (IRVOR)
ଯେଉଁ ଈଶ୍ୱର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିରସମୂହରେ ବାସ କରନ୍ତି ନାହିଁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 25 (IRVOR)
କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 26 (IRVOR)
ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି,
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 27 (IRVOR)
ସେମାନେ ଯେପରି ଈଶ୍ୱରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାଁନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 28 (IRVOR)
କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, "କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ ।"
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 29 (IRVOR)
ତେବେ, ଆମ୍ଭେମାନେ ଈଶ୍ୱରଙ୍କର ବଂଶ ହେବାରୁ ଈଶ୍ୱରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ ନୁହେଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 30 (IRVOR)
ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 31 (IRVOR)
କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 32 (IRVOR)
ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 33 (IRVOR)
ଏହି ପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 17 : 34 (IRVOR)
କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ ।
❮
❯