ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 1 (IRVOR)
{ପବିତ୍ର ଆତ୍ମାଙ୍କ ଅବତରଣ} [PS] ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 2 (IRVOR)
ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା,
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 3 (IRVOR)
ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଉହ୍ଲାଇ ଆସିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 4 (IRVOR)
ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 5 (IRVOR)
ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୂଦୀମାନେ ଆସି ଯିରୂୂଶାଲମରେ ବାସ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 6 (IRVOR)
ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 7 (IRVOR)
ପୁଣି, ସେମାନେ ଆଚମ୍ବିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ,ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କ'ଣ ଗାଲିଲୀୟ ନୁହଁନ୍ତି ?
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 8 (IRVOR)
ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 9 (IRVOR)
ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସପଟାମିଆ, ଯିହୂଦା ଦେଶ ଓ କାପ୍ପାଦକିଆ, ପନ୍ତ ଓ ଆସିଆ,
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 10 (IRVOR)
ଫ୍ରୁଗିଆ ଓ ଫଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୂଦୀ ଓ ଯିହୂଦୀ ଧର୍ମାବଲମ୍ବୀ ପ୍ରବାସୀ,
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 11 (IRVOR)
ପୁଣି, କ୍ରୀତୀୟ ଓ ଆରବୀୟ ଲୋକ ଯେ ଆମ୍ଭେମାନେ, ଆମ୍ଭେମାନେ ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ୱରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 12 (IRVOR)
ଆଉ, ସମସ୍ତେ ଆଚମ୍ବିତ ଓ ଅବାକ୍ ହୋଇ ପରସ୍ପର କହିବାକୁ ଲାଗିଲେ,ଏହାର ଅର୍ଥ କ'ଣ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 13 (IRVOR)
କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି । [PS]
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 14 (IRVOR)
{ପିତରଙ୍କ ବକ୍ତୃତା} [PS] କିନ୍ତୁ ପିତର ଏଗାରଜଣଙ୍କ ସହିତ ଠିଆ ହୋଇ ଉଚ୍ଚ ସ୍ଵରରେ ସେମାନଙ୍କ ନିକଟରେ ବକ୍ତୃତା ଦେଇ କହିଲେ, ହେ ଯିହୂଦୀ ଲୋକେ, ଓ ଯିରୂଶାଲମ ନିବାସୀ ସମସ୍ତେ, ଆପଣମାନେ ଏହା ଜାଣନ୍ତୁ ଓ ମୋହର କଥା ଶୁଣନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 15 (IRVOR)
କାରଣ ଆପଣମାନେ ଯେପରି ମନେ କରୁଅଛନ୍ତି,ଏମାନେ ସେପରି ମାତାଲ ନୁହଁନ୍ତି, ଯେଣୁ ବର୍ତ୍ତମାନ ସମୟ ସକାଳ ନଅ ଘଣ୍ଟା ମାତ୍ର ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 16 (IRVOR)
କିନ୍ତୁ ଯୋୟେଲ ଭାବବାଦୀଙ୍କ ଦ୍ୱାରା ଯାହା ଉକ୍ତ ଅଛି,ଏହା ସେହି ଘଟଣା ଅଟେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 17 (IRVOR)
ଈଶ୍ୱର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଅାମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 18 (IRVOR)
ହଁ, ସେହି କାଳରେ ଅାମ୍ଭେ ନିଜ ଦାସଦାସୀ, ଉଭୟ ପୁରୁଷ ଓ ସ୍ତ୍ରୀମାନଙ୍କ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ସେମାନେ ଭାବବାଣୀ କହିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 19 (IRVOR)
ଅାମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୂତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 20 (IRVOR)
ପ୍ରଭୁଙ୍କର ମହତ ଓ ପ୍ରସିଦଧ ଦିନର ଆଗମନ ପୂର୍ବରେ, ସୂର୍ଯ୍ୟ ଅନ୍ଧକାରମୟ ଓ ଚନ୍ଦ୍ର ରକ୍ତମୟ ହୋଇଯିବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 21 (IRVOR)
ଆଉ,ଏପରି ଘଟିବ ଯେ, ଯେ କେହି ପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ପରିତ୍ରାଣ ପାଇବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 22 (IRVOR)
ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 23 (IRVOR)
ସେହି ବ୍ୟକ୍ତି ଈଶ୍ୱରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 24 (IRVOR)
କିନ୍ତୁ ଈଶ୍ୱର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 25 (IRVOR)
ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 26 (IRVOR)
ତେଣୁ ମୋହର ହୃଦୟ ପ୍ରଫୁଲ୍ଲ ଓ ମୋହର ଜିହ୍ୱା ଉଲ୍ଲସିତ ହେଲା, ଆହୁରି ମୋହର ଶରୀର ମଧ୍ୟ ଭରସାରେ ବାସ କରିବ,
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 27 (IRVOR)
କାରଣ ତୁମ୍ଭେ ମୋହର ପ୍ରାଣକୁ ପାତାଳରେ ପରିତ୍ୟାଗ କରିବ ନାହିଁ, କିଅବା ଆପଣା ପବିତ୍ର ଜଣକୁ କ୍ଷୟ ପାଇବାକୁ ଦେବ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 28 (IRVOR)
ତୁମ୍ଭେ ମୋତେ ଜୀବନର ପଥ ଜ୍ଞାତ କରାଇଅଛ, ତୁମ୍ଭେ ଆପଣା ଛାମୁରେ ମୋତେ ଆନନ୍ଦରେ ପୂର୍ଣ୍ଣ କରିବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 29 (IRVOR)
ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 30 (IRVOR)
ରାଜା ଦାଉଦ ଜଣେ ଭାବବାଦୀ ଭାବରେ ତାହାଙ୍କର ଔରସଜାତ ଜଣଙ୍କୁ ତାଙ୍କ ସିଂହାସନରେ ରାଜା କରି ବସାଇବା ପାଇଁ ପରମେଶ୍ୱର ତାକୁ ପ୍ରତିଜ୍ଞା କରିଥିଲେ ବୋଲି ଜାଣିଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 31 (IRVOR)
ଏହା ଜାଣିବାରୁ ସେ ଭବିଷ୍ୟଦ ଦର୍ଶନ ଦ୍ୱାରା ଖ୍ରୀଷ୍ଟଙ୍କର ପୁନରୁତ୍ଥାନ ବିଷୟରେ କହିଥିଲେ, କାରଣ ସେ ପାତାଳରେ ପରିତ୍ୟକ୍ତ ହେଲେ ନାହିଁ, କିଅବା ତାହାଙ୍କ ଶରୀର କ୍ଷୟ ପାଇଲା ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 32 (IRVOR)
ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 33 (IRVOR)
ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 34 (IRVOR)
କାରଣ ଦାଉଦ ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 35 (IRVOR)
ଅାମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ "ଆମ୍ଭର ଦକ୍ଷିଣରେ ବସିଥାଅ" ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 36 (IRVOR)
ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ୱର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 37 (IRVOR)
ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 38 (IRVOR)
ସେଥିରେ ପିତର ସେମାନଙ୍କୁ କହିଲେ, ଆପଣମାନେ ମନ ପରିବର୍ତ୍ତନ କରନ୍ତୁ, ଆଉ ନିଜ ନିଜ ପାପ କ୍ଷମା ନିମନ୍ତେ ପ୍ରତ୍ୟେକ ଜଣ ଯୀଶୁଖ୍ରୀଷ୍ଟଙ୍କ ନାମରେ ବାପ୍ତିଜିତ ହେଉନ୍ତୁ; ତାହାହେଲେ ଆପଣମାନେ ପବିତ୍ର ଆତ୍ମାଙ୍କର ଦାନ ପ୍ରାପ୍ତ ହେବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 39 (IRVOR)
କାରଣ ଏହି ପ୍ରତିଜ୍ଞା ଆପଣମାନଙ୍କ ନିମନ୍ତେ, ଆପଣମାନଙ୍କର ସନ୍ତାନସନ୍ତତିମାନଙ୍କ ନିମନ୍ତେ, ପୁଣି, ଦୂରବର୍ତ୍ତୀ ଯେତେ ଲୋକଙ୍କୁ ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଆପଣା ନିକଟକୁ ଡାକିବେ, ସେହି ସମସ୍ତଙ୍କ ନିମନ୍ତେ ଅଟେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 40 (IRVOR)
ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, "ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ" ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 41 (IRVOR)
ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ । [PS]
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 42 (IRVOR)
{ବିଶ୍ୱାସୀମାନଙ୍କ ସହଭାଗିତା} [PS] ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 43 (IRVOR)
ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 44 (IRVOR)
ମାତ୍ର ଯେଉଁମାନେ ବିଶ୍ୱାସ କଲେ, ସେମାନେ ସମସ୍ତେ ଏକତ୍ର ରହି ସବୁ ପଦାର୍ଥ ସାଧାରଣ ସମ୍ପତ୍ତି ବୋଲି ଜ୍ଞାନ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 45 (IRVOR)
ପୁଣି, ସେମାନେ ଆପଣା ଆପଣା ସ୍ଥାବର ଅସ୍ଥାବର ସମ୍ପତ୍ତି ବିକ୍ରୟ କରି, ଯାହାର ଯେପରି ପ୍ରୟୋଜନ ସେହି ଅନୁସାରେ ସମସ୍ତଙ୍କୁ ବାଣ୍ଟିଦେବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 46 (IRVOR)
ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 2 : 47 (IRVOR)
ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47

BG:

Opacity:

Color:


Size:


Font: