ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 1 (IRVOR)
ଜନସମାବେଶରେ ପାଉଲଙ୍କ ସମ୍ଭାଷଣ ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 2 (IRVOR)
ସେ ଏବ୍ରୀ ଭାଷାରେ ସେମାନଙ୍କ ନିକଟରେ କଥା କହୁଅଛନ୍ତି ଶୁଣି ସେମାନେ ଅଧିକ ନୀରବ ହୋଇ ରହିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 3 (IRVOR)
ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 4 (IRVOR)
ମୁଁ ଏହି ମାର୍ଗର ପୁରୁଷ ଓ ସ୍ତ୍ରୀ ଉଭୟଙ୍କୁ ବାନ୍ଧି କାରାଗାରରେ ପକାଇ ମୃତ୍ୟୁ ପର୍ଯ୍ୟନ୍ତ ତାଡ଼ନା କରୁଥିଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 5 (IRVOR)
ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 6 (IRVOR)
ଆପଣା ମନପରିବର୍ତ୍ତନର ବର୍ଣ୍ଣନା
(ପ୍ରେରିତ 9:1-19; 26:12-18)
କିନ୍ତୁ ମୁଁ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକିଉଠିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 7 (IRVOR)
ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 8 (IRVOR)
ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 9 (IRVOR)
ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 10 (IRVOR)
ସେଥିରେ ମୁଁ କହିଲି, ପ୍ରଭୁ ମୁଁ କ'ଣ କରିବି ? ପୁଣି, ପ୍ରଭୁ ମୋତେ କହିଲେ, ଉଠ, ଦମ୍ମେସକକୁ ଯାଅ, ଆଉ ଯେ ସମସ୍ତ କର୍ମ ସାଧନ କରିବା ନିମନ୍ତେ ତୁମ୍ଭ ପାଇଁ ନିରୁପିତ ଅଛି, ସେ ସବୁ ତୁମ୍ଭକୁ ସେଠାରେ କୁହାଯିବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 11 (IRVOR)
ମୁଁ ସେହି ଆଲୋକର ତେଜ ହେତୁ ଦେଖି ନ ପାରିବାରୁ, ମୋ ସାଙ୍ଗରେ ଥିବା ଲୋକମାନଙ୍କ ଦ୍ୱାରା ଚାଳିତ ହୋଇ ଦମ୍ମେସକକୁ ଆସିଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 12 (IRVOR)
ସେହି ସ୍ଥାନରେ ଥିବା ସମସ୍ତ ଯିହୂଦୀଙ୍କ ନିକଟରେ ସୁକ୍ଷାତିସମ୍ପନ୍ନ ହନନୀୟ ନାମକ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ଜଣେ ଭକ୍ତ ଲୋକ,
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 13 (IRVOR)
ମୋ' ନିକଟକୁ ଆସି ପାଖରେ ଠିଆ ହୋଇ ମୋତେ କହିଲେ, ଭାଇ ଶାଉଲ, ଦୃଷ୍ଟିପ୍ରାପ୍ତ ହୁଅ । ସେହି ମୁହୁର୍ତ୍ତରେ ମୁଁ ତାହାଙ୍କ ପ୍ରତି ଦୃଷ୍ଟିପାତ କଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 14 (IRVOR)
ପୁଣି, ସେ କହିଲେ, ଆମ୍ଭମାନଙ୍କର ପିତୃପୁରୁଷଙ୍କର ଈଶ୍ୱର ତାହାଙ୍କ ଇଚ୍ଛା ଜାଣିବା ପାଇଁ ଓ ସେହି ଧାର୍ମିକ ବ୍ୟକ୍ତିଙ୍କୁ ଦେଖିବା ପାଇଁ ପୁଣି, ତାହାଙ୍କ ମୁଖରୁ ବାଣୀ ଶୁଣିବା ପାଇଁ ମନୋନୀତ କରିଅଛନ୍ତି,
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 15 (IRVOR)
କାରଣ ତୁମ୍ଭେ ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ବିଷୟରେ ସମସ୍ତ ଲୋକଙ୍କ ସମ୍ମୁଖରେ ସାକ୍ଷୀ ହେବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 16 (IRVOR)
ଆଉ ତୁମ୍ଭେ ଏବେ କାହିଁକି ବିଳମ୍ବ କରୁଅଛ ? ଉଠ, ବାପ୍ତିଜିତ ହୁଅ, ପୁଣି, ତାହାଙ୍କ ନାମରେ ପ୍ରାର୍ଥନା କରି ନିଜ ପାପସବୁ ଧୋଇ ପକାଅ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 17 (IRVOR)
ଏଥିଉତ୍ତାରେ ମୁଁ ଯିରୂଶାଲମକୁ ଫେରିଆସି ମନ୍ଦିରରେ ପ୍ରାର୍ଥନା କରୁଥିବା ସମୟରେ ମୂର୍ଚ୍ଛିତ ହୋଇ ତାହାଙ୍କୁ ଦର୍ଶନ କଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 18 (IRVOR)
ସେ ମୋତେ କହିଲେ, ବିଳମ୍ବ ନ କରି ଶୀଘ୍ର ଯିରୂଶାଲମରୁ ବାହାରିଯାଅ, କାରଣ ସେମାନେ ଆମ୍ଭ ବିଷୟରେ ତୁମ୍ଭର ସାକ୍ଷ୍ୟ ଗ୍ରହଣ କରିବେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 19 (IRVOR)
ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 20 (IRVOR)
ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 21 (IRVOR)
ପାଉଲ ଓ ସହସ୍ରସେନାପତି ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 22 (IRVOR)
ଲୋକମାନେ ଏହି କଥା ଶୁଣିବା ପରେ ବଡ଼ ପାଟିରେ କହିଲେ, ଏପରି ଲୋକଟାକୁ ପୃଥିବୀରୁ ଦୂର କର, କାରଣ ତାହାର ବଞ୍ଚି ରହିବାର ଉଚିତ ନୁହେଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 23 (IRVOR)
ପୁଣି, ଯେତେବେଳେ ସେମାନେ ଚିତ୍କାର କରି ନିଜ ନିଜ ବସ୍ତ୍ର ଫୋପାଡ଼ି ଆକାଶ ଆଡ଼କୁ ଧୂଳି ପକାଇବାକୁ ଲାଗିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 24 (IRVOR)
ସେତେବେଳେ ସହସ୍ର ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 25 (IRVOR)
ସେମାନେ ତାହାଙ୍କୁ ବେତ୍ରାଘାତ କରିବା ପାଇଁ ବାନ୍ଧିଲା ଉତ୍ତାରେ,ସେ ନିକଟରେ ଠିଆ ହୋଇଥିବା ଶତ ସେନାପତିଙ୍କି କହିଲେ, ଜଣେ ରୋମୀୟ ପ୍ରଜାର ବିଚାର ନ କରି ତାହାକୁ କୋରଡ଼ା ମାରିବା ଆପଣମାନଙ୍କ ପକ୍ଷରେ କି ଆଇନସଙ୍ଗତ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 26 (IRVOR)
ସେହି ଶତସେନାପତି ଏହା ଶୁଣି ସହସ୍ର ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କ'ଣ କରିବାକୁ ଯାଉଅଛନ୍ତି ?
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 27 (IRVOR)
ସେଥିରେ ସହସ୍ର ସେନାପତି ଆସି ତାହାଙ୍କୁ କହିଲେ, ମୋତେ କୁହ, ତୁମ୍ଭେ କି ଜଣେ ରୋମୀୟ ? ସେ କହିଲେ ହଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 28 (IRVOR)
ସେଥିରେ ସହସ୍ର ସେନାପତି ଉତ୍ତର ଦେଲେ, ଅନେକ ଅର୍ଥ ଦେଇ ମୁଁ ଏହି ନାଗରିକ ପଦ ପ୍ରାପ୍ତ ହୋଇଅଛି । ପାଉଲ କହିଲେ, କିନ୍ତୁ ମୁଁ ଜନ୍ମରେ ରୋମୀୟ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 29 (IRVOR)
ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 22 : 30 (IRVOR)
ମହାସଭାର ସମ୍ମୁଖରେ ପାଉଲ କିନ୍ତୁ କାହିଁକି ସେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30