ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 1 (IRVOR)
କାଇସରଙ୍କ ନିକଟରେ ପାଉଲଙ୍କ ଆବେଦନ ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମକୁ ଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 2 (IRVOR)
ପୁଣି, ପ୍ରଧାନ ଯାଜକମାନେ ଓ ଯିହୂଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାଙ୍କ ନିକଟରେ ଆବେଦନ କଲେ
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 3 (IRVOR)
ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି ଏଥି ନିମନ୍ତେ ବିନତିପୁର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 4 (IRVOR)
ସେଥିରେ ଫେଷ୍ଟସ୍ ଉତ୍ତର ଦେଲେ, ପାଉଲ କାଇସରିିୟାରେ ବନ୍ଦୀ ହୋଇ ରହିଅଛି, ଆଉ ଆମ୍ଭେ ନିଜେ ଶୀଘ୍ର ସେଠାକୁ ଯାଉଅଛୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 5 (IRVOR)
ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 6 (IRVOR)
ପରେ ସେ ସେମାନଙ୍କ ମଧ୍ୟରେ ଆଠ ବା ଦଶ ଦିନରୁ ଅଧିକ ନ ରହି କାଇସରିୟାକୁ ବାହୁଡ଼ି ଗଲେ, ଆଉ ପରଦିନ ବିଚାରାସନରେ ବସି ପାଉଲଙ୍କୁ ଆଣିବା ନିମନ୍ତେ ଆଦେଶ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 7 (IRVOR)
ସେ ଆସନ୍ତେ ଯିରୂଶାଲମରୁ ଆଗତ ଯିହୂଦୀମାନେ ତାଙ୍କ ଚାରିଆଡ଼େ ଠିଆ ହୋଇ ତାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହି ସବୁ ପ୍ରମାଣ କରି ପାରିଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 8 (IRVOR)
ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୂଦୀମାନଙ୍କ ମୋଶାଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 9 (IRVOR)
କିନ୍ତୁ ଫେଷ୍ଟସ୍ ଯିହୂଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହି ସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 10 (IRVOR)
ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ । ମୁଁ ଯିହୂଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 11 (IRVOR)
ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହି ସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରି ପାରିବେ ନାହିଁ । ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 12 (IRVOR)
ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 13 (IRVOR)
ଆଗ୍ରିପ୍ପା ଓ ବର୍ଣ୍ଣୀକୀଙ୍କ ସମ୍ମୁଖରେ ପାଉଲ କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସଙ୍କୁ ସାକ୍ଷାତ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 14 (IRVOR)
ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 15 (IRVOR)
ମୁଁ ଯିରୂଶାଲମରେ ଥିବା ସମୟରେ ଯିହୂଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 16 (IRVOR)
ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟ ମାନଙ୍କର ବିଧି ନୁହେଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 17 (IRVOR)
ଏଣୁ ସେମାନେ ମୋ ସାଙ୍ଗରେ ଏ ସ୍ଥାନକୁ ଆସନ୍ତେ ମୁଁ ବିଳମ୍ବ ନ କରି ପରଦିନ ବିଚାରାସନରେ ବସି ସେହି ଲୋକକୁ ଆଣିବା ନିମନ୍ତେ ଆଜ୍ଞା ଦେଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 18 (IRVOR)
ଅଭିଯୋଗକାରୀମାନେ ଠିଆ ହୋଇ, ମୁଁ ଯେପ୍ରକାର ଦୋଷର କଥା ଅପେକ୍ଷା କରୁଥିଲି, ସେପରି କୌଣସି ଅଭିଯୋଗ ତାହା ସମ୍ବନ୍ଧରେ ଆଣିଲେ ନାହିଁ,
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 19 (IRVOR)
କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହି ସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 20 (IRVOR)
ଏହି ସମସ୍ତ ବିଷୟ କିପ୍ରକାରେ ଅନୁସନ୍ଧାନ କରିବି ବୋଲି ମୁଁ ହତବୁଦ୍ଧି ହୋଇ, ସେ ଯିରୂଶାଲକୁ ଯାଇ ସେଠାରେ ଏସମସ୍ତ ବିଷୟରେ ବିଚାରିତ ହେବା ପାଇଁ ଇଚ୍ଛା କରେ କି ନାହିଁ, ଏହା ପଚାରିଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 21 (IRVOR)
କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 22 (IRVOR)
ସେଥିରେ ଆଗ୍ରିପ୍ପା ଫେଷ୍ଟସଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ । ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 23 (IRVOR)
ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍ ଆଦେଶ ଅନୁସାରେ ପାଉଲ ଅଣାଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 24 (IRVOR)
ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମରେ ଏହି ସ୍ଥାନରେ ମଧ୍ୟ ଯିହୂଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ ନୁହେଁ ବୋଲି ଚିତ୍କାର କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 25 (IRVOR)
କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 26 (IRVOR)
ମୋର ପ୍ରଭୁଙ୍କ ଛାମୁକୁ ତା'ର ବିଷୟରେ ଲେଖିବା ନିମନ୍ତେ ମୋର କୌଣସି ନିଶ୍ଚିତ ବିଷୟ ନାହିଁ । ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି;
ରେରିତମାନଙ୍କ କାର୍ଯ୍ୟର ବିବରଣ 25 : 27 (IRVOR)
କାରଣ ବନ୍ଦୀକି ପଠାଇବା ସମୟରେ ତା' ବିରୁଦ୍ଧରେ ଅଭିଯୋଗ ଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି ।
❮
❯