ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 1 (IRVOR)
{ହନନୀୟ ଓ ଶଫୀରା} [PS] ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 2 (IRVOR)
ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 3 (IRVOR)
ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 4 (IRVOR)
ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 5 (IRVOR)
ଏହି ସବୁ କଥା ଶୁଣି ହନନୀୟ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା । ସେଥିରେ ଯେତେ ଲୋକ ଏହା ଶୁଣିଲେ, ସମସ୍ତେ ଅତିଶୟ ଭୟ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 6 (IRVOR)
ଆଉ, ଯୁବକମାନେ ଉଠି ତାହାକୁ ଲୁଗାରେ ଗୁଡ଼ାଇଲେ ଏବଂ ବାହାରକୁ ଘେନିଯାଇ ସମାଧି ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 7 (IRVOR)
ପ୍ରାୟ ତିନି ଘଣ୍ଟା ପରେ ତାହାର ଭାର୍ଯ୍ୟା ଆସିଲା, କିନ୍ତୁ କ'ଣ ଘଟିଅଛି, ତାହା ସେ ଜାଣି ନ ଥିଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 8 (IRVOR)
ଆଉ, ପିତର ତାହାକୁ ଉତ୍ତର ଦେଲେ, "କୁହ ତ, ତୁମ୍ଭେମାନେ କଅଣ ଏତିକି ଟଙ୍କାରେ ଭୂମି ବିକ୍ରୟ କଲ" ? ସେ କହିଲା, ହଁ, ସେତିକିରେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 9 (IRVOR)
ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 10 (IRVOR)
ସେହିକ୍ଷଣୀ ସେ ତାହାଙ୍କ ପାଦ ତଳେ କଚାଡ଼ି ହୋଇ ପଡ଼ି ପ୍ରାଣତ୍ୟାଗ କଲା, ପୁଣି, ଯୁବକମାନେ ଭିତରକୁ ଆସି ତାହାକୁ ମୃତ ଦେଖି ବାହାରକୁ ବହିନେଇଗଲେ ଏବଂ ତାହାର ସ୍ୱାମୀ ପାଖରେ ତାହାକୁ ସମାଧି ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 11 (IRVOR)
ସେଥିରେ ସମୁଦାୟ ମଣ୍ଡଳୀ ଓ ଯେତେ ଲୋକ ଏହି ସବୁ ବିଷୟ ଶୁଣିଲେ, ସେମାନେ ସମସ୍ତେ ଅତିଶୟ ଭୟଭୀତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 12 (IRVOR)
{ଅଲୌକିକ ଆଶ୍ଚର୍ଯ୍ୟକର୍ମ} [PS] ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 13 (IRVOR)
କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 14 (IRVOR)
ପୁଣି, ଆହୁରି ଅଧିକ ଅନେକ ପୁରୁଷ ଓ ସ୍ତ୍ରୀ ବିଶ୍ୱାସ କରି ପ୍ରଭୁଙ୍କ ସହିତ ସଂଯୁକ୍ତ ହେବାକୁ ଲାଗିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 15 (IRVOR)
ଏପରିକି, ପିତର ଆସିବା ସମୟରେ ଅନ୍ତତଃ ତାହାଙ୍କ ଛାୟା ଯେପରି ରୋଗୀମାନଙ୍କ ମଧ୍ୟରୁ କାହାରି କାହାରି ଉପରେ ପଡ଼େ,ଏଥି ନିମନ୍ତେ ଲୋକମାନେ ସେମାନଙ୍କୁ ଦାଣ୍ଡକୁ ବୋହିନେଇ ଆସି ଶେଯ ଓ ଖଟିଆରେ ରଖିଦେଉଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 16 (IRVOR)
ଯିରୂଶାଲମର ଚତୁର୍ଦ୍ଦିଗସ୍ଥ ନଗରସମୂହରୁ ଲୋକସମୂୂହ ମଧ୍ୟ ରୋଗୀମାନଙ୍କୁ ଓ ଅଶୁଚି ଆତ୍ମା ଦ୍ୱାରା ଆକ୍ରାନ୍ତ ଲୋକମାନଙ୍କୁ ଆଣି ଏକତ୍ର ହେଉଥିଲେ, ଆଉ ସେମାନେ ସମସ୍ତେ ସୁସ୍ଥ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 17 (IRVOR)
{ପ୍ରେରିତମାନଙ୍କ ପ୍ରତି ତାଡ଼ନା} [PS] ପରେ ମହାଯାଜକ ଓ ତାହାଙ୍କ ସଙ୍ଗୀ ସମସ୍ତେ, ଅର୍ଥାତ୍, ସାଦ୍ଦୂକୀ ଦଳ, ଈର୍ଷାରେ ପ୍ରଜ୍ଜ୍ୱଳିତ ହୋଇ ଉଠିଲେ
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 18 (IRVOR)
ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 19 (IRVOR)
କିନ୍ତୁ ପ୍ରଭୁଙ୍କର ଜଣେ ଦୂତ ରାତ୍ରିକାଳରେ କାରାଗାରର ଦ୍ୱାରସବୁ ଫିଟାଇଦେଲେ ଓ ସେମାନଙ୍କୁ ବାହାର କରି ଆଣି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 20 (IRVOR)
"ଯାଅ, ମନ୍ଦିର ମଧ୍ୟରେ ଠିଆ ହୋଇ ଲୋକମାନଙ୍କୁ ଏହି ଜୀବନ ସମ୍ବନ୍ଧୀୟ ସମସ୍ତ କଥା କୁହ" ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 21 (IRVOR)
ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 22 (IRVOR)
କିନ୍ତୁ କର୍ମଚାରୀମାନେ ଯାଇ କାରାଗାରରେ ସେମାନଙ୍କୁ ନ ପାଇ ଫେରିଆସି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 23 (IRVOR)
"ଆମ୍ଭେମାନେ ଦେଖିଲୁ, କାରାଗାର ଦୃଢ଼ରୂପେ ରୁଦ୍ଧ ହୋଇଅଛି ଓ ଦ୍ୱାରଗୁଡ଼ିକରେ ରକ୍ଷକମାନେ ଠିଆ ହୋଇଅଛନ୍ତି, କିନ୍ତୁ ଦ୍ୱାର ଫିଟାନ୍ତେ ଭିତରେ ଆମ୍ଭେମାନେ କାହାକୁ ପାଇଲୁ ନାହିଁ ।"
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 24 (IRVOR)
ଏହି ସବୁ କଥା ଶୁଣି ମନ୍ଦିରର ସେନାପତି ଓ ପ୍ରଧାନ ଯାଜକମାନେ ଏଥିର ପରିଣାମ କ'ଣ ହେବ ଭାବି ସେମାନଙ୍କ ବିଷୟରେ ଅବାକ୍ ହେବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 25 (IRVOR)
ଏପରି ସମୟରେ ଜଣେ ଆସି ସେମାନଙ୍କୁ ସମ୍ବାଦ ଦେଲା, ଦେଖନ୍ତୁ, ଆପଣମାନେ ଯେଉଁ ଲୋକମାନଙ୍କୁ କାରାଗାରରେ ରଖିଥିଲେ, ସେମାନେ ମନ୍ଦିରରେ ଠିଆ ହୋଇ ଲୋକମାନଙ୍କୁ ଶିକ୍ଷା ଦେଉଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 26 (IRVOR)
ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ,ଏହା ଭୟ କରୁଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 27 (IRVOR)
ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 28 (IRVOR)
"ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ନାମରେ ଶିକ୍ଷା ଦେବାକୁ ଅତି ଦୃଢ଼ରୂପେ ନିଷେଧ କରିଥିଲୁୁ", ତଥାପି "ଦେଖ, ତୁମ୍ଭେମାନେ ତୁମ୍ଭମାନଙ୍କ ଶିକ୍ଷାରେ ଯିରୂୂଶାଲମ ପୂୂର୍ଣ୍ଣ କରି ସେହି ଲୋକର ରକ୍ତପାତର ଦୋଷ ଆମ୍ଭମାନଙ୍କ ଉପରେ ବର୍ତ୍ତାଇବାକୁ ଚାହୁଁଅଛ ।"
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 29 (IRVOR)
କିନ୍ତୁ ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ , ମନୁଷ୍ୟମାନଙ୍କର ଆଜ୍ଞା ଅପେକ୍ଷା ବରଂ ଈଶ୍ୱରଙ୍କ ଆଜ୍ଞା ପାଳନ କରିବା କର୍ତ୍ତବ୍ୟ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 30 (IRVOR)
ଯେଉଁ ଯୀଶୁଙ୍କୁ ଆପଣମାନେ କ୍ରୁଶରେ ଟଙ୍ଗାଇ ବଧ କରିଥିଲେ, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର ତାହାଙ୍କୁ ଉଠାଇଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 31 (IRVOR)
ପୁଣି, ସେ ଯେପରି ଇସ୍ରାଏଲକୁ ମନ ପରିବର୍ତ୍ତନ ଓ ପାପ କ୍ଷମା ଦାନ କରନ୍ତି, ଏଥି ନିମନ୍ତେ ଈଶ୍ୱର ଆପଣା ଦକ୍ଷିଣ ହସ୍ତ ଦ୍ୱାରା ଅଧିପତି ଓ ତ୍ରାଣକର୍ତ୍ତା ସ୍ୱରୂୂପେ ଉନ୍ନତ କରିଅଛନ୍ତି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 32 (IRVOR)
ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 33 (IRVOR)
ଏହି କଥା ଶୁଣି ସେମାନେ ଅତିଶୟ ରାଗିଗଲେ ଓ ସେମାନଙ୍କୁ ବଧ କରିବା ନିମନ୍ତେ ସ୍ଥିର କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 34 (IRVOR)
କିନ୍ତୁ ଗମଲୀୟେଲ୍ ନାମକ ଜଣେ ଫାରୂଶୀ, ଯେ କି ମୋଶାଙ୍କ ବ୍ୟବସ୍ଥା ଶିକ୍ଷକ ଓ ସମସ୍ତଙ୍କ ନିକଟରେ ସମ୍ମାନପାତ୍ର ଥିଲେ, ସେ ମହାସଭାରେ ଠିଆ ହୋଇ ପ୍ରେରିତମାନଙ୍କୁ କିଛି ସମୟ ନିମନ୍ତେ ବାହାର କରିଦେବାକୁ ଆଜ୍ଞା ଦେଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 35 (IRVOR)
ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କ'ଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 36 (IRVOR)
କାରଣ ଏଥିପୂୂର୍ବେ ଥିଉଦା ଉଠି ନିଜକୁ ଜଣେ ମହାପୁରୁଷ ବୋଲି କହିଲା, ଆଉ ପ୍ରାୟ ଚାରି ଶହ ଲୋକ ତାହା ସହିତ ଯୋଗ ଦେଲେ; ସେ ହତ ହେଲା, ପୁଣି, ଯେତେ ଲୋକ ତାହାର ଅନୁସରଣ କଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ଓ ବିଫଳ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 37 (IRVOR)
ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପାଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 38 (IRVOR)
ଏବେ ମୁଁ ଆପଣମାନଙ୍କୁ କହୁଅଛି, ଆପଣମାନେ ଏହି ଲୋକମାନଙ୍କ ପ୍ରତି କିଛି ନ କରି ସେମାନଙ୍କୁ ଛାଡ଼ିଦିଅନ୍ତୁ, କାରଣ ଏହି ମନ୍ତ୍ରଣା ବା ଏହି କର୍ମ ଯଦି ମନୁଷ୍ୟଠାରୁ ହୋଇଥାଏ, ତାହାହେଲେ ତା'ହା ଉଚ୍ଛିନ୍ନ ହୋଇଯିବ;
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 39 (IRVOR)
କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 40 (IRVOR)
ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 41 (IRVOR)
ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;
ରେରିତମାନଙ୍କ କାର୍ଯ୍ୟର ବିବରଣ 5 : 42 (IRVOR)
ଆଉ ସେମାନେ ପ୍ରତିଦିନ ମନ୍ଦିରରେ ଓ ଘରେ ଘରେ ଶିକ୍ଷା ଦେବାକୁ ଓ ଯୀଶୁ ଯେ ଖ୍ରୀଷ୍ଟ,ଏହି ସୁସମାଚାର ପ୍ରଚାର କରିବାକୁ ବନ୍ଦ କଲେ ନାହିଁ । [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42

BG:

Opacity:

Color:


Size:


Font: