ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 1 (IRVOR)
ସ୍ତିଫାନଙ୍କ ବକ୍ତୃତା ସେଥିରେ ମହାଯାଜକ ପଚାରିଲେ,ଏହି ସମସ୍ତ ଅଭିଯୋଗ କି ସତ୍ୟ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 2 (IRVOR)
ସ୍ତିଫାନ କହିଲେ, ହେ ଭାଇ ଓ ପିତାମାନେ, ଶୁଣନ୍ତୁ । ଆମ୍ଭମାନଙ୍କର ପିତା ଅବ୍ରହାମ ହାରଣରେ ବାସ କରିବା ପୂୂର୍ବେ ଯେତେବେଳେ ସେ ମେସପଟାମିଆରେ ଥିଲେ,ସେତେବେଳେ ସେ ଗୌରବମୟ ଈଶ୍ୱର ତାହାଙ୍କୁ ଦର୍ଶନ ଦେଇ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 3 (IRVOR)
ତୁମ୍ଭେ ସ୍ୱଦେଶରୁ ଓ ଆପଣା ଆତ୍ମୀୟମାନଙ୍କ ମଧ୍ୟରୁ ବାହାରି ଆସ, ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଦେଶ ଦେଖାଇବା, ସେହି ଦେଶକୁ ଯାଅ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 4 (IRVOR)
ସେଥିରେ କଲଦୀୟମାନଙ୍କ ଦେଶରୁ ବାହାରି ସେ ହାରଣରେ ବାସ କଲେ, ପୁଣି, ତାହାଙ୍କ ପିତାଙ୍କ ମୃତ୍ୟୁ ଉତ୍ତାରେ ସେଠାରୁ, ଆପଣମାନେ ଏବେ ଯେଉଁ ଦେଶରେ ବାସ କରୁଅଛନ୍ତି,ଏହି ଦେଶକୁ ଈଶ୍ୱର ତାହାଙ୍କୁ ନେଇଆସିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 5 (IRVOR)
ଆଉ, ସେ ତାହାଙ୍କୁ ସେଥିରେ କୌଣସି ଅଧିକାର ଦେଲେ ନାହିଁ, ନା, ଏକ ପାଦ ପରିମିତ ଭୂମି ହିଁ ଦେଲେ ନାହିଁ, ପୁଣି, ସେତେବେଳେ ତାହାଙ୍କର ସନ୍ତାନ ନ ଥିଲେ ସୁଦ୍ଧା ସେ ତାହାଙ୍କୁ ଓ ତାହାଙ୍କ ଭବିଷ୍ୟଦ ବଂଶଧରକୁ ତାହା ଅଧିକାର କରିବା ନିମନ୍ତେ ଦେବେ ବୋଲି ପ୍ରତିଜ୍ଞା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 6 (IRVOR)
ଈଶ୍ୱର ଏହିପରି କହିଲେ, ତାହାଙ୍କ ବଂଶ ବିଦେଶରେ ପ୍ରବାସ କରିବେ ଏବଂ ସେ ସ୍ଥାନର ଲୋକେ ସେମାନଙ୍କୁ ଚାରି ଶହ ବର୍ଷ ପର୍ଯ୍ୟନ୍ତ ଦାସତ୍ୱରେ ରଖି ସେମାନଙ୍କ ପ୍ରତି ଅତ୍ୟାଚାର କରିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 7 (IRVOR)
ପୁଣି, ଈଶ୍ୱର କହିଲେ, ସେମାନେ ଯେଉଁ ଜାତିର ଦାସ ହେବେ, ଆମ୍ଭେ ତାହାର ବିଚାର କରିବା; ତାହା ପରେ ସେମାନେ ବାହାରି ଆସି ଏହି ସ୍ଥାନରେ ଆମ୍ଭର ଉପାସନା କରିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 8 (IRVOR)
ଆଉ, ସେ ତାହାଙ୍କୁ ସୁନ୍ନତର ନିୟମ ପ୍ରଦାନ କଲେ, ପୁଣି, ତଦନୁସାରେ ଅବ୍ରହାମ ଇସ୍‌ହାକଙ୍କୁ ଜନ୍ମ ଦେଇ ଅଷ୍ଟମ ଦିନରେ ତାହାଙ୍କୁ ସୁନ୍ନତ କଲେ; ଇସ୍‌ହାକ ଯାକୁବଙ୍କୁ ପୁଣି, ଯାକୁବ ବାର ଜଣ ପିତୃକୁଳପତିଙ୍କୁ ଜନ୍ମ ଦେଇ ସେପରି କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 9 (IRVOR)
ପିତୃକୁଳପତିମାନେ ଯୋଷେଫଙ୍କୁ ଈର୍ଷା କରି ମିସରକୁ ନିଆଯିବା ନିମନ୍ତେ ତାହାଙ୍କୁ ବିକ୍ରୟ କଲେ; କିନ୍ତୁ ଈଶ୍ୱର ତାହାଙ୍କ ସହିତ ଥିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 10 (IRVOR)
ପୁଣି, ତାଙ୍କ ସମସ୍ତ କ୍ଲେଶରୁ ତାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ଦେଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 11 (IRVOR)
ପରେ ସମସ୍ତ ମିସର ଓ କିଣାନରେ ଦୁର୍ଭିକ୍ଷ ପଡ଼ିଲା, ପୁଣି, ମହାକ୍ଲେଶ ଘଟିଲା, ଆମ୍ଭମାନଙ୍କ ପିତୃପୁରୁଷମାନେ ଖାଦ୍ୟ ପାଇ ପାରିଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 12 (IRVOR)
କିନ୍ତୁ ମିସରରେ ଶସ୍ୟ ଅଛି ବୋଲି ଶୁଣି, ଯାକୁବ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ପ୍ରଥମରେ ପ୍ରେରଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 13 (IRVOR)
ପୁଣି, ଦ୍ୱିତୀୟ ଥର ଯୋଷେଫ ଆପଣା ଭାଇମାନଙ୍କ ନିକଟରେ ପରିଚିତ ହେଲେ, ଆଉ ଫାରୋ ଯୋଷେଫଙ୍କ ଜାତିର ପରିଚୟ ପାଇଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 14 (IRVOR)
ତା'ପରେ ଯୋଷେଫ ଆପଣା ପିତା ଯାକୁବ ଓ ପଞ୍ଚସ୍ତରି ଜଣ ଜ୍ଞାତିକୁଟୁମ୍ବ ସମସ୍ତଙ୍କୁ ଡକାଇପଠାଇଲେ । ସେଥିରେ ଯାକୁବ ମିସରକୁ ଗଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 15 (IRVOR)
ପୁଣି, ସେ ନିଜେ ଓ ଆମ୍ଭମାନଙ୍କର ପିତୃପୁରୁଷମାନେ ପ୍ରାଣତ୍ୟାଗ କଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 16 (IRVOR)
ଆଉ ସେମାନେ ଶିଖିମକୁ ନିଆଯାଇ, ଅବ୍ରହାମ ସେଠାର ହମୋର ସନ୍ତାନମାନଙ୍କଠାରୁ ଯେଉଁ ସମାଧି ରୌପ୍ୟ ମୂୂଲ୍ୟ ଦେଇ କ୍ରୟ କରିଥିଲେ, ସେଥିରେ ସମାଧିସ୍ଥ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 17 (IRVOR)
କିନ୍ତୁ ଈଶ୍ୱର ଅବ୍ରହାମଙ୍କ ନିକଟରେ ଯେଉଁ ପ୍ରତିଜ୍ଞା କରିଥିଲେ, ସେହି ପ୍ରତିଜ୍ଞା ସଫଳ ହେବା ସମୟ ସନ୍ନିକଟ ହୁଅନ୍ତେ, ଲୋକମାନେ ମିସରରେ ବୃଦ୍ଧି ପାଇ ବହୁସଂଖ୍ୟକ ହୋଇ ଉଠିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 18 (IRVOR)
ଅବଶେଷରେ ମିସରରେ ଆଉ ଜଣେ ରାଜା ହେଲେ, ସେ ଯୋଷେଫଙ୍କୁ ଜାଣି ନ ଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 19 (IRVOR)
ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥି ନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 20 (IRVOR)
ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ୱରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 21 (IRVOR)
ପରେ ସେ ଯେତେବେଳେ ବାହାରେ ପକାଗଲେ, ସେତେବେଳେ ଫାରୋଙ୍କ କନ୍ୟା ତାହାଙ୍କୁ ଉଠାଇନେଇ ଆପଣା ପୁତ୍ରରୂପେ ପ୍ରତିପାଳନ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 22 (IRVOR)
ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 23 (IRVOR)
ତା'ଙ୍କୁ ଚାଳିଶ ବର୍ଷ ପୂର୍ଣ୍ଣ ହେଉଥିବା ସମୟରେ ଆପଣା ଭାଇମାନଙ୍କୁ, ଅର୍ଥାତ୍ ଇସ୍ରାଏଲ ସନ୍ତାନମାନଙ୍କୁ, ପରିଦର୍ଶନ କରିବା ନିମନ୍ତେ ତା'ଙ୍କ ଇଚ୍ଛା ଜାତ ହେଲା ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 24 (IRVOR)
ସେତେବେଳେ ଜଣକ ପ୍ରତି ଅନ୍ୟାୟ କରାଯାଉଥିବା ଦେଖି ସେ ତାହାର ସପକ୍ଷ ହେଲେ ଓ ସେହି ମିସରୀୟଲୋକକୁ ବଧ କରି ଅତ୍ୟାଚାରିତ ହେଉଥିବା ଲୋକ ପ୍ରତି ଅନ୍ୟାୟର ପ୍ରତିକାର କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 25 (IRVOR)
ତାହାଙ୍କ ହସ୍ତ ଦ୍ୱାରା ଈଶ୍ୱର ଯେ ତାହାଙ୍କ ଭାଇମାନଙ୍କୁ ଉଦ୍ଧାର କରୁଅଛନ୍ତି,ଏହା ସେମାନେ ବୁଝିବେ ବୋଲି ସେ ମନେ କରିଥିଲେ, କିନ୍ତୁ ସେମାନେ ବୁଝିଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 26 (IRVOR)
ପରଦିନ ସେମାନେ ଝଗଡ଼ା କରୁଥିବା ସମୟରେ ସେ ଦେଖା ଦେଇ ସେମାନଙ୍କୁ ମିଳନ କରିବା ଉଦ୍ଦେଶ୍ୟରେ କହିଲେ, ଆହେ, ତୁମ୍ଭେମାନେ ପରସ୍ପର ଭାଇ, କାହିଁକି ଏକ ଆରେକ ପ୍ରତି ଅନ୍ୟାୟ କରୁଅଛ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 27 (IRVOR)
କିନ୍ତୁ ଯେଉଁ ଜଣକ ପ୍ରତିବାସୀ ପ୍ରତି ଅନ୍ୟାୟ କରୁଥିଲା, ସେ ତାହାଙ୍କୁ ପେଲିଦେଇ କହିଲା, କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ଶାସନକର୍ତ୍ତା ଓ ବିଚାରକସ୍ୱରୂପେ ନିଯୁକ୍ତ କଲା ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 28 (IRVOR)
କାଲି ଯେପରି ସେହି ମିସରୀୟକୁ ବଧ କରିଥିଲ, ସେପରି କି ମୋତେ ବଧ କରିବାକୁ ଇଚ୍ଛା କରୁଅଛ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 29 (IRVOR)
ଏହି କଥା ଶୁଣି ମୋଶା ପଳାଇଯାଇ ମିଦୀୟନ ଦେଶରେ ପ୍ରବାସୀ ହେଲେ; ସେଠାରେ ତାହାଙ୍କର ଦୁଇ ପୁତ୍ର ଜନ୍ମ ହେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 30 (IRVOR)
ପରେ ଚାଳିଶ ବର୍ଷ ପୂର୍ଣ୍ଣ ହୁଅନ୍ତେ ସୀନୟ ପର୍ବତର ପ୍ରାନ୍ତରରେ ଜଣେ ଦୂତ ଗୋଟିଏ ବୁଦାର ଅଗ୍ନିଶିଖାରେ ତାହାଙ୍କୁ ଦର୍ଶନ ଦେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 31 (IRVOR)
ମୋଶା ସେହି ଦୃଶ୍ୟ ଦେଖି ଚମତ୍କୃତ ହେଲେ, ପୁଣି, ଭଲରୂପେ ଦେଖିବା ନିମନ୍ତେ ନିକଟକୁ ଯାଉଥିବା ସମୟରେ ପ୍ରଭୁଙ୍କର ଏହି ବାଣୀ ହେଲା,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 32 (IRVOR)
ଆମ୍ଭେ ତୁମ୍ଭ ପିତୃପୁରୁଷମାନଙ୍କ ଈଶ୍ୱର, ଅବ୍ରହାମ, ଇସ୍‌ହାକ ଓ ଯାକୁବର ଈଶ୍ୱର । ସେଥିରେ ମୋଶା କମ୍ପି ଉଠି, ଭଲରୂପେ ଦେଖିବାକୁ ସାହାସ କଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 33 (IRVOR)
ତା'ପରେ ପ୍ରଭୁ ତାହାଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼ିପକାଅ, କାରଣ ତୁମ୍ଭେ ଯେଉଁ ସ୍ଥାନରେ ଠିଆ ହୋଇଅଛ, ତାହା ପବିତ୍ର ଭୂମି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 34 (IRVOR)
ମିସରରେ ମୋର ଯେଉଁ ଲୋକମାନେ ଅଛନ୍ତି, ମୁଁ ସେମାନଙ୍କର କ୍ଲେଶ ନିଶ୍ଚୟ ଦେଖିଅଛି ଓ ସେମାନଙ୍କର ଆର୍ତ୍ତନାଦ ଶୁଣିଛି, ପୁଣି, ସେମାନଙ୍କୁ ଉଦ୍ଧାର କରିବା ନିମନ୍ତେ ଓହ୍ଲାଇ ଆସିଅଛି, ଆଉ ଏବେ ଆସ, ମୁଁ ତୁମ୍ଭକୁ ମିସରକୁ ପ୍ରେରଣ କରିବି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 35 (IRVOR)
କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 36 (IRVOR)
ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 37 (IRVOR)
ଏହି ମୋଶା ଇସ୍ରାଏଲର ସନ୍ତାନମାନଙ୍କୁ କହିଲେ, ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 38 (IRVOR)
ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 39 (IRVOR)
ଆମ୍ଭମାନଙ୍କର ପିତୃପୁରୁଷମାନେ ତାହାଙ୍କର ଆଜ୍ଞାବହ ହେବାକୁ ଇଚ୍ଛା ନ କରି ତାହାଙ୍କୁ ଅଗ୍ରାହ୍ୟ କଲେ, ପୁଣି, ଆପଣା ଆପଣା ହୃଦୟରେ ମିସରକୁ ବାହୁଡ଼ିଯାଇ ହାରୋଣଙ୍କୁ କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 40 (IRVOR)
ଆମ୍ଭମାନଙ୍କ ଆଗେ ଆଗେ ଯିବା ନିମନ୍ତେ ଆମ୍ଭମାନଙ୍କ ପାଇଁ ଦେବତାମାନଙ୍କୁ ନିର୍ମାଣ କର, କାରଣ ଏହି ଯେଉଁ ମୋଶା ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ତାହାଙ୍କ ପ୍ରତି କଅଣ ଘଟିଅଛି, ତାହା ଆମ୍ଭେମାନେ ଜାଣୁ ନାହୁଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 41 (IRVOR)
ଆଉ ସେହି ସମୟରେ ସେମାନେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଏବଂ ସେହି ପ୍ରତିମା ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରି ଆପଣା ଆପଣା ହସ୍ତନିର୍ମିତ ବସ୍ତୁରେ ଆନନ୍ଦ କରିବାକୁ ଲାଗିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 42 (IRVOR)
କିନ୍ତୁ ଈଶ୍ୱର ବିମୁଖ ହୋଇ ସେମାନଙ୍କୁ ଆକାଶବାହିନୀର ଉପାସନା କରିବାକୁ ଛାଡ଼ିଦେଲେ, ଯେପରି ଭାବବାଦୀମାନଙ୍କ ଶାସ୍ତ୍ରରେ ଲେଖା ଅଛି, ହେ ଇସ୍ରାଏଲ ବଂଶ, ପ୍ରାନ୍ତରରେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ କଅଣ ଆମ୍ଭ ଉଦ୍ଦେଶ୍ୟରେ ପଶୁବଳି ଓ ନୈବେଦ୍ୟ ଉତ୍ସର୍ଗ କରିଥିଲ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 43 (IRVOR)
ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୁର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ । ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 44 (IRVOR)
ତୁମ୍ଭେ ଯେଉଁ ଆଦର୍ଶ ଦେଖିଅଛ, ତଦନୁସାରେ ସାକ୍ଷ୍ୟ ତମ୍ବୁ ନିର୍ମାଣ କର ବୋଲି ମୋଶାଙ୍କୁ ଯେ କହିଥିଲେ, ତାହାଙ୍କ ଆଦେଶ ଅନୁଯାୟୀ ଆମ୍ଭମାନଙ୍କ ପିତୃପୁରୁଷମାନେ ପ୍ରାନ୍ତରରେ ସାକ୍ଷ୍ୟ ତମ୍ବୁ ପାଇଥିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 45 (IRVOR)
ଆଉ ଆମ୍ଭମାନଙ୍କ ପିତୃପୁରୁଷମାନେ ତାହା ପ୍ରାପ୍ତ ହୋଇ, ଈଶ୍ୱର ସେମାନଙ୍କ ସମ୍ମୁଖରୁ ଯେଉଁ ଜାତିମାନଙ୍କୁ ବାହାର କରିଦେଲେ, ସେହି ଜାତିମାନଙ୍କ ଅଧିକାରରେ ସେମାନେ ଯିହୋଶୂୟଙ୍କ ନେତୃତ୍ତ୍ୱରେ ପ୍ରବେଶ କରି ତାହା ଦାଉଦଙ୍କ ସମୟ ପର୍ଯ୍ୟନ୍ତ ରଖିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 46 (IRVOR)
ଦାଉଦ ଈଶ୍ୱରଙ୍କ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇ ଯାକୁବଙ୍କର ଈଶ୍ୱରଙ୍କ ନିମନ୍ତେ ଗୋଟିଏ ବାସସ୍ଥାନ ଆୟୋଜନ କରିବା ପାଇଁ ପ୍ରାର୍ଥନା କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 47 (IRVOR)
କିନ୍ତୁ ଶଲୋମନ ଈଶ୍ୱରଙ୍କ ନିମନ୍ତେ ଗୋଟିଏ ମନ୍ଦିର ନିର୍ମାଣ କଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 48 (IRVOR)
ତଥାପି ଯେ ମହାନ ଈଶ୍ୱର, ସେ ହସ୍ତନିର୍ମିତ ଗୃହରେ ବାସ କରନ୍ତି ନାହିଁ, ଯେପରି ଭାବବାଦୀ କହନ୍ତି,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 49 (IRVOR)
ସ୍ୱର୍ଗ ଆମ୍ଭର ସିଂହାସନ, ପୃଥିବୀ ଆମ୍ଭର ପାଦପୀଠ; ପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭ ନିମନ୍ତେ କି ପ୍ରକାର ଗୃହ ନିର୍ମାଣ କରିବ ? କିମ୍ବା ଆମ୍ଭର ବିଶ୍ରାମସ୍ଥାନ କାହିଁ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 50 (IRVOR)
ଆମ୍ଭର ହସ୍ତ କ'ଣ ଏହି ସମସ୍ତ ବିଷୟ ସୃଷ୍ଟି କରି ନାହିଁ ?
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 51 (IRVOR)
ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 52 (IRVOR)
ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 53 (IRVOR)
ଆପଣମାନେ ଦୂତମାନଙ୍କ ଦ୍ୱାରା ଆଦିଷ୍ଟ (ଆଦ୍ୟ) ପ୍ରତିଷ୍ଠିତ ବ୍ୟବସ୍ଥା ପାଇଥିଲେ, କିନ୍ତୁ ତାହା ପାଳନ କଲେ ନାହିଁ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 54 (IRVOR)
ପ୍ରସ୍ତରାଘାତରେ ସ୍ତିଫାନଙ୍କ ମୃତ୍ୟୁ ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 55 (IRVOR)
କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 56 (IRVOR)
ଦେଖନ୍ତୁ, ମୁଁ ସ୍ୱର୍ଗକୁ ଖୋଲା ହୋଇଥିବା ଓ ମନୁଷ୍ୟପୁତ୍ରଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖୁଅଛି ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 57 (IRVOR)
କିନ୍ତୁ ସେମାନେ ଉଚ୍ଚସ୍ୱରରେ ଚିତ୍କାର କରି ଆପଣା ଆପଣା କର୍ଣ୍ଣ ବନ୍ଦ କଲେ, ଆଉ ଏକସଙ୍ଗରେ ତାହାଙ୍କ ଉପରେ ମାଡ଼ିପଡ଼ିଲେ,
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 58 (IRVOR)
ପୁଣି, ସେମାନେ ତାହାଙ୍କ ନଗରରୁ ବାହାର କରିଦେଇ ପଥର ଫୋପାଡ଼ି ମାରିବାକୁ ଲାଗିଲେ; ଆଉ, ସାକ୍ଷୀମାନେ ଶାଉଲ ନାମକ ଜଣେ ଯୁବକଙ୍କ ପାଦ ପାଖରେ ଆପଣା ଆପଣା ବସ୍ତ୍ର ରଖିଲେ ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 59 (IRVOR)
ଯେତେବେଳେ ସେମାନେ ସ୍ତିଫାନଙ୍କୁ ପଥର ଫୋପାଡ଼ି ମାରୁଥିଲେ, ସେତେବେଳେ ସେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ଯୀଶୁ, ମୋହର ଆତ୍ମା ଗ୍ରହଣ କର ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7 : 60 (IRVOR)
ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ । ସେ ଏହା କହି ମହାନିଦ୍ରା (ମୃତ୍ୟୁ) ପ୍ରାପ୍ତ ହେଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60