ଆମୋଷ 8 : 1 (IRVOR)
ଚତୁର୍ଥ ଦର୍ଶନ - ଏକ ଡାଲା ଫଳ ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।
ଆମୋଷ 8 : 2 (IRVOR)
ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।
ଆମୋଷ 8 : 3 (IRVOR)
ପୁଣି, ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି; “ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”
ଆମୋଷ 8 : 4 (IRVOR)
ଇସ୍ରାଏଲର ସର୍ବନାଶ ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ।
ଆମୋଷ 8 : 5 (IRVOR)
“ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ ?
ଆମୋଷ 8 : 6 (IRVOR)
ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।”
ଆମୋଷ 8 : 7 (IRVOR)
ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ।
ଆମୋଷ 8 : 8 (IRVOR)
ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ।
ଆମୋଷ 8 : 9 (IRVOR)
ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା।
ଆମୋଷ 8 : 10 (IRVOR)
ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।”
ଆମୋଷ 8 : 11 (IRVOR)
ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ।
ଆମୋଷ 8 : 12 (IRVOR)
ଲୋକମାନେ ଏକ ସମୁଦ୍ର ଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବ ଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ।
ଆମୋଷ 8 : 13 (IRVOR)
ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।
ଆମୋଷ 8 : 14 (IRVOR)
ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।”
❮
❯
1
2
3
4
5
6
7
8
9
10
11
12
13
14