ଆମୋଷ 9 : 1 (IRVOR)
ପଞ୍ଚମ ଦର୍ଶନ - ପରମେଶ୍ୱରଙ୍କ ବିଚାର ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।
ଆମୋଷ 9 : 2 (IRVOR)
ସେମାନେ ଖୋଳି ପାତାଳ ପର୍ଯ୍ୟନ୍ତ ଗଲେ ହେଁ ସେଠାରୁ ଆମ୍ଭର ହସ୍ତ ସେମାନଙ୍କୁ ଧରି ଆଣିବ ଓ ସେମାନେ ଆକାଶ ପର୍ଯ୍ୟନ୍ତ ଉଠିଲେ ହେଁ ଆମ୍ଭେ ସେହି ସ୍ଥାନରୁ ସେମାନଙ୍କୁ ତଳକୁ ଆଣିବା।
ଆମୋଷ 9 : 3 (IRVOR)
ପୁଣି, ସେମାନେ କର୍ମିଲର ଶୃଙ୍ଗରେ ଆପଣାମାନଙ୍କୁ ଲୁଚାଇଲେ ହେଁ ଆମ୍ଭେ ସେସ୍ଥାନରୁ ଅନୁସନ୍ଧାନ କରି ସେମାନଙ୍କୁ ଧରି ଆଣିବା ଓ ସେମାନେ ଆମ୍ଭ ଦୃଷ୍ଟିରୁ ସମୁଦ୍ରର ତଳେ ଲୁଚିଲେ ହେଁ ଆମ୍ଭେ ସେସ୍ଥାନରେ ସର୍ପକୁ ଆଜ୍ଞା କରିବା, ତହିଁରେ ସେ ସେମାନଙ୍କୁ ଦଂଶନ କରିବ।
ଆମୋଷ 9 : 4 (IRVOR)
ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”
ଆମୋଷ 9 : 5 (IRVOR)
କାରଣ ଯେ ପୃଥିବୀକୁ ସ୍ପର୍ଶ କରନ୍ତେ, ତାହା ତରଳି ଯାଏ, ଆଉ ତନ୍ନିବାସୀ ସମସ୍ତେ ଶୋକ କରନ୍ତି; ସେ ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଅଟନ୍ତି; ପୁଣି, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ପରି ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ପୁନର୍ବାର ହ୍ରାସ ହେବ।
ଆମୋଷ 9 : 6 (IRVOR)
ଯେ ଆକାଶରେ ଆପଣା କୋଠରି ଶ୍ରେଣୀ ନିର୍ମାଣ କରନ୍ତି ଓ ପୃଥିବୀ ଉପରେ ଆପଣା ଚନ୍ଦ୍ରାତପ ସ୍ଥାପନ କରିଅଛନ୍ତି; ଯେ ସମୁଦ୍ରର ଜଳସମୂହକୁ ଡାକି ପୃଥିବୀ ଉପରେ ଢାଳନ୍ତି; ତାହାଙ୍କର ନାମ ସଦାପ୍ରଭୁ।
ଆମୋଷ 9 : 7 (IRVOR)
ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଆମ୍ଭ ନିକଟରେ କି କୂଶୀୟ ସନ୍ତାନଗଣର ତୁଲ୍ୟ ନୁହଁ ? ଆମ୍ଭେ କି ଇସ୍ରାଏଲକୁ ମିସର ଦେଶରୁ ଓ ପଲେଷ୍ଟୀୟମାନଙ୍କୁ କପ୍ତୋର ଦେଶରୁ ଓ ଅରାମୀୟମାନଙ୍କୁ କୀର୍‍ ଦେଶରୁ ଆଣି ନାହୁଁ ?
ଆମୋଷ 9 : 8 (IRVOR)
ଦେଖ, ପ୍ରଭୁ ସଦାପ୍ରଭୁଙ୍କର ଚକ୍ଷୁ ଏହି ପାପିଷ୍ଠ ରାଜ୍ୟ ଉପରେ ଅଛି ଓ ଆମ୍ଭେ ପୃଥିବୀରୁ ତାହା ଉଚ୍ଛିନ୍ନ କରିବା; କେବଳ ଯାକୁବ ବଂଶକୁ ଆମ୍ଭେ ନିଃଶେଷ ରୂପେ ଉଚ୍ଛିନ୍ନ କରିବା ନାହିଁ, ଏହା ସଦାପ୍ରଭୁ କହନ୍ତି।”
ଆମୋଷ 9 : 9 (IRVOR)
“କାରଣ ଦେଖ, ଆମ୍ଭେ ଆଜ୍ଞା କରିବା ଓ ଆମ୍ଭେ ଯାବତୀୟ ଗୋଷ୍ଠୀ ମଧ୍ୟରେ ଇସ୍ରାଏଲ ବଂଶକୁ ଚାଲୁଣୀର ଶସ୍ୟକୁ ଚଲାଇବା ପରି ଚଲାଇବା, ତଥାପି ଏକ କଣିକା ଭୂମିରେ ପଡ଼ିବ ନାହିଁ।
ଆମୋଷ 9 : 10 (IRVOR)
ଆମ୍ଭ ଲୋକମାନଙ୍କ ମଧ୍ୟରୁ ଯେଉଁ ପାପୀମାନେ କୁହନ୍ତି, ଅମଙ୍ଗଳ ଦୌଡ଼ି ଆମ୍ଭମାନଙ୍କୁ ଧରିବ ନାହିଁ; କିଅବା ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେବ ନାହିଁ, ସେସମସ୍ତେ ଖଡ୍ଗ ଦ୍ୱାରା ହତ ହେବେ।”
ଆମୋଷ 9 : 11 (IRVOR)
ଇସ୍ରାଏଲୀୟର ପୁନଃ ପ୍ରତିଷ୍ଠା “ସେଦିନ ଆମ୍ଭେ ଦାଉଦର ପତିତ ତମ୍ବୁ ପୁନର୍ବାର ଉତ୍‍ଥାପନ କରିବା ଓ ତହିଁର ଫଟା ସ୍ଥାନ ସବୁ ବନ୍ଦ କରିବା; ପୁଣି, ତାହାର ଉଜାଡ଼ ସ୍ଥାନ ସବୁ ପୁନର୍ବାର ଉଠାଇବା ଓ ପୂର୍ବକାଳର ନ୍ୟାୟ ତାହା ନିର୍ମାଣ କରିବା;
ଆମୋଷ 9 : 12 (IRVOR)
ତହିଁରେ ସେମାନେ ଆମ୍ଭ ନାମରେ ଖ୍ୟାତ ଇଦୋମର ଅବଶିଷ୍ଟାଂଶକୁ ଓ ଯାବତୀୟ ଗୋଷ୍ଠୀକୁ ଅଧିକାର କରିବେ।” ଏହି କର୍ମର ସାଧନକର୍ତ୍ତା ସଦାପ୍ରଭୁ ଏହା କହନ୍ତି।
ଆମୋଷ 9 : 13 (IRVOR)
ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ହଳବାହକ ଶସ୍ୟ କଟାଳିର ପଛେ ଓ ଦ୍ରାକ୍ଷାପେଷକ ବୀଜବୁଣାଳୀର ପଛେ ଲାଗି ରହିବ, ଏପରି ସମୟ ଆସୁଅଛି ଓ ପର୍ବତଗଣ ମିଷ୍ଟ ଦ୍ରାକ୍ଷାରସ ଝରାଇବ, ଆଉ ଉପପର୍ବତସକଳ ତରଳି ଯିବେ।
ଆମୋଷ 9 : 14 (IRVOR)
ପୁଣି, ଆମ୍ଭେ ଆପଣା ଲୋକ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ତହିଁରେ ସେମାନେ ଧ୍ୱଂସିତ ନଗରସବୁ ପୁନଃ ନିର୍ମାଣ କରି ତହିଁ ମଧ୍ୟରେ ବାସ କରିବେ ଓ ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରି ତହିଁରୁ ଦ୍ରାକ୍ଷାରସ ପାନ କରିବେ; ଆହୁରି, ସେମାନେ ଉଦ୍ୟାନ ପ୍ରସ୍ତୁତ କରି ତହିଁର ଫଳ ଭୋଗ କରିବେ।
ଆମୋଷ 9 : 15 (IRVOR)
ପୁଣି, ଆମ୍ଭେ ସେମାନଙ୍କୁ ସେମାନଙ୍କ ଦେଶରେ ରୋପଣ କରିବା, ତହିଁରେ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତହିଁରୁ ସେମାନେ ଆଉ ଉତ୍ପାଟିତ ହେବେ ନାହିଁ।” ଏହା ସଦାପ୍ରଭୁ ତୁମ୍ଭ ପରମେଶ୍ୱର କହନ୍ତି।

1 2 3 4 5 6 7 8 9 10 11 12 13 14 15