କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 1 (IRVOR)
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 2 (IRVOR)
ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର । ବିବିଧ ପରାମର୍ଶ ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ;
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 3 (IRVOR)
ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 4 (IRVOR)
ତାହା ଉଚିତ୍ ମତରେ କଥା କହି ପ୍ରକାଶ କରି ପାରେ ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 5 (IRVOR)
ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 6 (IRVOR)
ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 7 (IRVOR)
ଶେଷ ଶୁଭେଚ୍ଛା ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ;
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 8 (IRVOR)
ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 9 (IRVOR)
ତାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 10 (IRVOR)
ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି,
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 11 (IRVOR)
ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 12 (IRVOR)
ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 13 (IRVOR)
କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 14 (IRVOR)
ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 15 (IRVOR)
ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 16 (IRVOR)
ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥି ନିମନ୍ତେ ଯତ୍ନ କର ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 17 (IRVOR)
ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 18 (IRVOR)
ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର । ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18