ଦାନିଏଲ 2 : 1 (IRVOR)
{ନବୂଖଦ୍‍ନିତ୍ସରଙ୍କ ସ୍ୱପ୍ନ } ଏଥିଉତ୍ତାରେ ନବୂଖଦ୍‍ନିତ୍ସରର ଶାସନ କାଳର ଦ୍ୱିତୀୟ ବର୍ଷରେ, ନବୂଖଦ୍‍ନିତ୍ସର ସ୍ୱପ୍ନ ଦେଖିଲା; ତହିଁରେ ତାହାର ଆତ୍ମା ଉଦ୍‍ବିଗ୍ନ ହେଲା ଓ ତାହାର ନିଦ୍ରା ଭଗ୍ନ ହେଲା।
ଦାନିଏଲ 2 : 2 (IRVOR)
ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।
ଦାନିଏଲ 2 : 3 (IRVOR)
ପୁଣି, ରାଜା ସେମାନଙ୍କୁ କହିଲା, ମୁଁ ଗୋଟିଏ ସ୍ୱପ୍ନ ଦେଖିଅଛି, ଆଉ ସେହି ସ୍ୱପ୍ନ ବୁଝିବା ପାଇଁ ମୋର ମନ ଚିନ୍ତିତ ହେଉଅଛି।
ଦାନିଏଲ 2 : 4 (IRVOR)
ତହିଁରେ କଲ୍‍ଦୀୟମାନେ ଅରାମୀୟ ଭାଷାରେ ରାଜାକୁ କହିଲେ, ହେ ମହାରାଜ, ଚିରଜୀବୀ ହେଉନ୍ତୁ; ଆପଣଙ୍କ ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ଆମ୍ଭେମାନେ ତହିଁର ଅର୍ଥ ପ୍ରକାଶ କରିବୁ।
ଦାନିଏଲ 2 : 5 (IRVOR)
ରାଜା କଲ୍‍ଦୀୟମାନଙ୍କୁ ଉତ୍ତର ଦେଇ କହିଲା, ମୋ’ଠାରୁ କଥା ବାହାରି ଯାଇଅଛି; ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋତେ ନ ଜଣାଅ, ତେବେ ତୁମ୍ଭେମାନେ ଖଣ୍ଡ ଖଣ୍ଡ ହୋଇ କଟାଯିବ ଓ ତୁମ୍ଭମାନଙ୍କର ଗୃହ ଖତରାଶି କରାଯିବ।
ଦାନିଏଲ 2 : 6 (IRVOR)
ମାତ୍ର ଯଦି ତୁମ୍ଭେମାନେ ସ୍ୱପ୍ନ ଓ ତହିଁର ଅର୍ଥ ପ୍ରକାଶ କର, ତେବେ ତୁମ୍ଭେମାନେ ମୋ’ଠାରୁ ଦାନ, ପୁରସ୍କାର ଓ ମହାସମାଦର ପାଇବ; ଏଥିପାଇଁ ସେହି ସ୍ୱପ୍ନ ଓ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କର।
ଦାନିଏଲ 2 : 7 (IRVOR)
ସେମାନେ ଦ୍ୱିତୀୟ ଥର ଉତ୍ତର ଦେଇ କହିଲେ, ମହାରାଜା, ଆପଣା ଦାସମାନଙ୍କୁ ସ୍ୱପ୍ନଟି ଜଣାଉନ୍ତୁ, ତହିଁରେ ଆମ୍ଭେମାନେ ଅର୍ଥ ପ୍ରକାଶ କରିବୁ।
ଦାନିଏଲ 2 : 8 (IRVOR)
ରାଜା ଉତ୍ତର କରି କହିଲା, ମୋ’ଠାରୁ କଥା ବାହାରି ଯାଇଅଛି, ଏହା ଦେଖି ତୁମ୍ଭେମାନେ ସମୟ ବିଳମ୍ବ କରିବାର ଇଚ୍ଛା କରୁଅଛ, ଏହା ମୁଁ ନିଶ୍ଚୟ ଜାଣେ।
ଦାନିଏଲ 2 : 9 (IRVOR)
ମାତ୍ର ତୁମ୍ଭେମାନେ ଯଦି ସେହି ସ୍ୱପ୍ନ ମୋତେ ନ ଜଣାଅ; ତେବେ ତୁମ୍ଭମାନଙ୍କ ନିମନ୍ତେ ଏକମାତ୍ର ବ୍ୟବସ୍ଥା ଅଛି; କାରଣ ସମୟର ପରିବର୍ତ୍ତନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ମୋ’ ଛାମୁରେ ମିଥ୍ୟା ଓ ପ୍ରବଞ୍ଚନା ବାକ୍ୟ କହିବା ପାଇଁ ପ୍ରସ୍ତୁତ କରିଅଛ; ଏଥିପାଇଁ ତୁମ୍ଭେମାନେ ସ୍ୱପ୍ନଟି ମୋତେ ଜଣାଅ, ତାହାହେଲେ ତୁମ୍ଭେମାନେ ଯେ ତହିଁର ଅର୍ଥ ମୋ’ ନିକଟରେ ପ୍ରକାଶ କରି ପାରିବ, ଏହା ମୁଁ ଜାଣିବି।
ଦାନିଏଲ 2 : 10 (IRVOR)
କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।
ଦାନିଏଲ 2 : 11 (IRVOR)
ପୁଣି, ମହାରାଜା ଯାହା ଚାହାନ୍ତି, ତାହା ଅସାଧାରଣ ବିଷୟ ଓ ଯେଉଁମାନଙ୍କର ନିବାସ ମାଂସ ଦେହରେ ନୁହେଁ, ସେହି ଦେବଗଣ ବିନୁ ଆଉ କେହି ମହାରାଜାଙ୍କ ଛାମୁରେ ତାହା ପ୍ରକାଶ କରି ନ ପାରେ।
ଦାନିଏଲ 2 : 12 (IRVOR)
ଏହି କାରଣରୁ ରାଜା କ୍ରୁଦ୍ଧ ଓ ପ୍ରଚଣ୍ଡ କୋପାନ୍ୱିତ ହୋଇ ବାବିଲର ସକଳ ବିଦ୍ୱାନ୍‍ ଲୋକଙ୍କୁ ବଧ କରିବାକୁ ଆଜ୍ଞା ଦେଲା।
ଦାନିଏଲ 2 : 13 (IRVOR)
ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।
ଦାନିଏଲ 2 : 14 (IRVOR)
ଦାନିୟେଲଙ୍କୁ ସ୍ୱପ୍ନର ଅର୍ଥ ପ୍ରକାଶ ସେତେବେଳେ ଅରୀୟୋକ୍‍ ନାମକ ଯେଉଁ ରାଜସେନାପତି ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ କରିବା ପାଇଁ ନିର୍ଗତ ହୋଇଥିଲା, ତାହାକୁ ଦାନିୟେଲ ବିବେଚନାରେ ଓ ଜ୍ଞାନରେ ଉତ୍ତର ଦେଲେ;
ଦାନିଏଲ 2 : 15 (IRVOR)
ସେ ରାଜସେନାପତି ଅରୀୟୋକ୍‍କୁ ଉତ୍ତର କରି କହିଲେ, ରାଜାଜ୍ଞା ଏଡ଼େ ବ୍ୟଗ୍ର କାହିଁକି ? ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ବୃତ୍ତାନ୍ତ ଜଣାଇଲା।
ଦାନିଏଲ 2 : 16 (IRVOR)
ଏଥିରେ ଦାନିୟେଲ ରାଜାଙ୍କ ନିକଟକୁ ଯାଇ ଆପଣା ପାଇଁ ଗୋଟିଏ ସମୟ ନିରୂପଣ କରିବାକୁ ପ୍ରାର୍ଥନା କଲେ, ତାହା କଲେ ମହାରାଜାଙ୍କ ନିକଟରେ ସ୍ୱପ୍ନର ଅର୍ଥ ପ୍ରକାଶ କରିବି ବୋଲି କହିଲେ।
ଦାନିଏଲ 2 : 17 (IRVOR)
ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍‍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
ଦାନିଏଲ 2 : 18 (IRVOR)
ଏଥିପାଇଁ ଏହି ନିଗୂଢ଼ ବିଷୟରେ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଅନୁଗ୍ରହ ପ୍ରାର୍ଥନା କରିବା ପାଇଁ ଆପଣା ସଙ୍ଗୀ ହନାନୀୟ, ମୀଶାୟେଲ ଓ ଅସରୀୟକୁ ସେହି ବୃତ୍ତାନ୍ତ ଜଣାଇଲେ।
ଦାନିଏଲ 2 : 19 (IRVOR)
ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।
ଦାନିଏଲ 2 : 20 (IRVOR)
ଦାନିୟେଲ ଉତ୍ତର କରି କହିଲେ, ପରମେଶ୍ୱରଙ୍କର ନାମ ସଦା ସର୍ବଦା ଧନ୍ୟ ହେଉ; କାରଣ ଜ୍ଞାନ ଓ ପରାକ୍ରମ ତାହାଙ୍କର;
ଦାନିଏଲ 2 : 21 (IRVOR)
ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;
ଦାନିଏଲ 2 : 22 (IRVOR)
ସେ ଗଭୀର ଓ ଗୁପ୍ତ ବିଷୟସବୁ ପ୍ରକାଶ କରନ୍ତି; ଅନ୍ଧକାରରେ ଯାହା ଅଛି, ତାହା ସେ ଜାଣନ୍ତି ଓ ତାହାଙ୍କ ନିକଟରେ ଜ୍ୟୋତିଃ ବାସ କରଇ।
ଦାନିଏଲ 2 : 23 (IRVOR)
ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।
ଦାନିଏଲ 2 : 24 (IRVOR)
ଏହେତୁ ବାବିଲୀୟ ବିଦ୍ୱାନ୍‍ଗଣକୁ ବିନାଶ କରିବା ପାଇଁ ରାଜାର ନିଯୁକ୍ତ ଅରୀୟୋକ୍‍ ନିକଟକୁ ଦାନିୟେଲ ଗଲେ; ସେ ଯାଇ ତାହାକୁ ଏହିପରି କହିଲେ, ବାବିଲୀୟ ବିଦ୍ୱାନ୍‍ମାନଙ୍କୁ ବଧ ନ କରନ୍ତୁ; ରାଜାଙ୍କ ଛାମୁକୁ ମୋତେ ନେଇ ଯାଉନ୍ତୁ, ମୁଁ ରାଜାଙ୍କ ନିକଟରେ ଅର୍ଥ ପ୍ରକାଶ କରିବି।
ଦାନିଏଲ 2 : 25 (IRVOR)
ତହିଁରେ ଅରୀୟୋକ୍‍ ଦାନିୟେଲଙ୍କୁ ଶୀଘ୍ର ରାଜା ଛାମୁକୁ ନେଇ ରାଜାକୁ ଏରୂପ କହିଲା, ନିର୍ବାସିତ ଯିହୁଦାର ସନ୍ତାନଗଣ ମଧ୍ୟରେ ମୁଁ ଜଣେ ମନୁଷ୍ୟ ପାଇଅଛି, ସେ ମହାରାଜାଙ୍କୁ ଅର୍ଥ ଜଣାଇବେ।
ଦାନିଏଲ 2 : 26 (IRVOR)
ରାଜା ସେହି ଦାନିୟେଲ, ଯାହାଙ୍କ ନାମ ବେଲ୍‍ଟଶତ୍ସର ଥିଲା, ତାଙ୍କୁ ଉତ୍ତର କରି କହିଲା, ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ତୁମ୍ଭେ କି ତାହା ଓ ତହିଁର ଅର୍ଥ ମୋତେ ଜଣାଇପାର ?
ଦାନିଏଲ 2 : 27 (IRVOR)
ଦାନିୟେଲ ରାଜାଙ୍କ ଛାମୁରେ ଉତ୍ତର କରି କହିଲେ, ମହାରାଜା ଯେଉଁ ନିଗୂଢ଼ କଥା ପଚାରି ଅଛନ୍ତି, ତାହା ବିଦ୍ୱାନ୍‍ ଲୋକ କିଅବା ଗଣକ ଅବା ମନ୍ତ୍ରବେତ୍ତା ଅଥବା ଶୁଭାଶୁଭବାଦୀମାନେ ମହାରାଜାଙ୍କ ଛାମୁରେ ପ୍ରକାଶ କରି ପାରନ୍ତି ନାହିଁ;
ଦାନିଏଲ 2 : 28 (IRVOR)
ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍‍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
ଦାନିଏଲ 2 : 29 (IRVOR)
ହେ ମହାରାଜ, ଶଯ୍ୟା ଉପରେ ଆପଣଙ୍କ ମନରେ ଭବିଷ୍ୟଦ୍‍ ଘଟଣା ବିଷୟକ ଚିନ୍ତା ଉପସ୍ଥିତ ହେଲା; ଆଉ ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ସେ ଯାହା ଘଟିବ, ତାହା ଆପଣଙ୍କ ପ୍ରତି ପ୍ରକାଶ କରିଅଛନ୍ତି।
ଦାନିଏଲ 2 : 30 (IRVOR)
ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋ’ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।
ଦାନିଏଲ 2 : 31 (IRVOR)
ସ୍ୱପ୍ନର ଅର୍ଥ ହେ ମହାରାଜ, ଆପଣ ଦେଖୁ ଦେଖୁ ଏକ ପ୍ରକାଣ୍ଡ ପ୍ରତିମା ଦେଖିଲେ, ଅତି ବିକ୍ରମୀ ଓ ଅତିଶୟ ତେଜୋବିଶିଷ୍ଟ ସେହି ପ୍ରତିମା ଆପଣଙ୍କ ସମ୍ମୁଖରେ ଠିଆ ହେଲା ଓ ତହିଁର ଦୃଶ୍ୟ ଭୟଙ୍କର ଥିଲା।
ଦାନିଏଲ 2 : 32 (IRVOR)
ସେହି ପ୍ରତିମାର ମସ୍ତକ ଶୁଦ୍ଧ ସୁବର୍ଣ୍ଣମୟ, ତାହାର ବକ୍ଷ ଓ ବାହୁ ରୌପ୍ୟମୟ, ତାହାର ଉଦର ଓ ଜଙ୍ଘ ପିତ୍ତଳମୟ,
ଦାନିଏଲ 2 : 33 (IRVOR)
ତାହାର ଚରଣ ଲୌହମୟ ଓ ତାହାର ପାଦର କିଛି ଅଂଶ ଲୌହମୟ, କିଛି ମୃତ୍ତିକାମୟ ଥିଲା।
ଦାନିଏଲ 2 : 34 (IRVOR)
ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
ଦାନିଏଲ 2 : 35 (IRVOR)
ଏଥିରେ ଲୌହ, ମୃତ୍ତିକା, ପିତ୍ତଳ, ରୂପା ଓ ସୁନା ଏକ ସଙ୍ଗରେ ଖଣ୍ଡ ଖଣ୍ଡ ହୋଇ ଭଙ୍ଗା ଗଲା, ଆଉ ଗ୍ରୀଷ୍ମକାଳୀନ ଖଳାର ତୁଷ ପରି ହେଲା; ଆଉ, ବାୟୁ ସେସବୁକୁ ଉଡ଼ାଇ ନେଇଗଲା ଓ ସେସବୁର ପାଇଁ ଆଉ ସ୍ଥାନ ମିଳିଲା ନାହିଁ; ପୁଣି, ସେହି ପ୍ରତିମାକୁ ଆଘାତ କଲା ଯେଉଁ ପ୍ରସ୍ତର, ତାହା ବଢ଼ି ଏକ ମହାପର୍ବତ ହେଲା, ଆଉ ସମୁଦାୟ ପୃଥିବୀକୁ ପରିପୂର୍ଣ୍ଣ କଲା।
ଦାନିଏଲ 2 : 36 (IRVOR)
ସ୍ୱପ୍ନଟି ଏହି; ଏବେ ଆମ୍ଭେମାନେ ମହାରାଜାଙ୍କ ଛାମୁରେ ତହିଁର ଅର୍ଥ ଜଣାଇବୁ।
ଦାନିଏଲ 2 : 37 (IRVOR)
ହେ ମହାରାଜ, ଆପଣ ରାଜାଧିରାଜ; ସ୍ୱର୍ଗସ୍ଥ ପରମେଶ୍ୱର ଆପଣଙ୍କୁ ରାଜ୍ୟ, ପରାକ୍ରମ, କ୍ଷମତା ଓ ମହିମା ଦେଇଅଛନ୍ତି।
ଦାନିଏଲ 2 : 38 (IRVOR)
ଆଉ, ଯେକୌଣସି ସ୍ଥାନରେ ମନୁଷ୍ୟ-ସନ୍ତାନଗଣ ବାସ କରନ୍ତି, ସେହି ସ୍ଥାନର ଭୂଚର ପଶୁଗଣ ଓ ଆକାଶର ପକ୍ଷୀଗଣକୁ ସେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛନ୍ତି ଓ ସେହି ସକଳର ଉପରେ ଆପଣଙ୍କୁ କର୍ତ୍ତୃତ୍ୱ ଦେଇଅଛନ୍ତି; ଆପଣ ହିଁ ସେହି ସୁବର୍ଣ୍ଣମୟ ମସ୍ତକ ଅଟନ୍ତି।
ଦାନିଏଲ 2 : 39 (IRVOR)
ପୁଣି, ଆପଣଙ୍କ ଉତ୍ତାରେ ଆପଣଙ୍କଠାରୁ ନ୍ୟୁନ ଆଉ ଗୋଟିଏ ରାଜ୍ୟ ଉଠିବ ଓ ତହିଁ ଉତ୍ତାରେ ପିତ୍ତଳମୟ ତୃତୀୟ ଏକ ରାଜ୍ୟ ଉଠିବ, ତାହା ସମୁଦାୟ ପୃଥିବୀ ଉପରେ କର୍ତ୍ତୃତ୍ୱ କରିବ।
ଦାନିଏଲ 2 : 40 (IRVOR)
ପୁଣି, ଚତୁର୍ଥ ରାଜ୍ୟ ଲୌହ ତୁଲ୍ୟ ଦୃଢ଼ ହେବ; କାରଣ ଲୌହ ଯେପରି ସକଳ ଦ୍ରବ୍ୟ ଖଣ୍ଡ ଖଣ୍ଡ କରି ଆୟତ୍ତ କରେ ଓ ଲୌହ ଯେପରି ଏହିସବୁକୁ ଚୂର୍ଣ୍ଣ କରେ, ସେହିପରି ସେହି ରାଜ୍ୟ ଖଣ୍ଡ ଖଣ୍ଡ କରି ଭାଙ୍ଗି ସବୁ ଚୂର୍ଣ୍ଣ କରିବ।
ଦାନିଏଲ 2 : 41 (IRVOR)
ଆହୁରି, ଆପଣ ଯେପରି ଦେଖିଲେ ଯେ, ପାଦ ଓ ପାଦର ଅଙ୍ଗୁଳି କିଛି କୁମ୍ଭକାରର ମୃତ୍ତିକାମୟ ଓ କିଛି ଲୌହମୟ ଥିଲା, ସେପରି ସେ ରାଜ୍ୟ ବିଭକ୍ତ ରାଜ୍ୟ ହେବ; ମାତ୍ର ତହିଁରେ ଲୌହର ଦୃଢ଼ତା ରହିବ, କାରଣ କର୍ଦ୍ଦମରେ ଲୌହ ମିଶ୍ରିତ ଥିବାର ଆପଣ ଦେଖିଲେ।
ଦାନିଏଲ 2 : 42 (IRVOR)
ପୁଣି, ପାଦର ଅଙ୍ଗୁଳିସବୁ ଯେପରି କିଛି ଲୌହମୟ ଓ କିଛି ମୃତ୍ତିକାମୟ ଥିଲା, ସେପରି ରାଜ୍ୟର ଏକାଂଶ ଦୃଢ଼ ଓ ଏକାଂଶ ଭଗ୍ନ ହେବ।
ଦାନିଏଲ 2 : 43 (IRVOR)
ଆଉ, ଆପଣ ଯେପରି କର୍ଦ୍ଦମ ସଙ୍ଗରେ ଲୌହ ମିଶ୍ରିତ ଥିବାର ଦେଖିଲେ, ସେପରି ସେମାନେ ମନୁଷ୍ୟମାନଙ୍କ ବଂଶ ସଙ୍ଗେ ଆପେ ମିଶ୍ରିତ ହେବେ; ମାତ୍ର ଲୌହ ଯେପରି ମୃତ୍ତିକାରେ ମିଶ୍ରିତ ହୁଏ ନାହିଁ, ତଦ୍ରୂପ ସେମାନେ ପରସ୍ପର ସଂଲଗ୍ନ ହୋଇ ରହିବେ ନାହିଁ।
ଦାନିଏଲ 2 : 44 (IRVOR)
ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
ଦାନିଏଲ 2 : 45 (IRVOR)
କାରଣ ପର୍ବତରୁ ହସ୍ତ ବିନା ଛେଦିତ ଏକ ପ୍ରସ୍ତର ଯେ ସେହି ଲୌହ, ପିତ୍ତଳ, ମୃତ୍ତିକା, ରୂପା ଓ ସୁନାକୁ ଚୂର୍ଣ୍ଣ କଲା, ଏହା ଆପଣ ଦେଖିଲେ; ଯାହା ଏଥିଉତ୍ତାରେ ଘଟିବ, ତାହା ମହାନ ପରମେଶ୍ୱର ମହାରାଜାଙ୍କୁ ଜ୍ଞାତ କରାଇ ଅଛନ୍ତି; ପୁଣି, ଏହି ସ୍ୱପ୍ନ ନିଶ୍ଚିତ ଓ ତହିଁର ଅର୍ଥ ସତ୍ୟ।
ଦାନିଏଲ 2 : 46 (IRVOR)
ଦାନିୟେଲ ଉନ୍ନୀତ ସେତେବେଳେ ରାଜା ନବୂଖଦ୍‍ନିତ୍ସର ମୁହଁ ମାଡ଼ି ପଡ଼ି ଦାନିୟେଲଙ୍କୁ ପ୍ରଣାମ କଲା ଓ ଲୋକମାନେ ଯେପରି ତାଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଓ ସୁଗନ୍ଧି ଧୂପ ଉତ୍ସର୍ଗ କରିବେ, ଏହା ଆଜ୍ଞା କଲା।
ଦାନିଏଲ 2 : 47 (IRVOR)
ରାଜା ଦାନିୟେଲଙ୍କୁ ଉତ୍ତର କରି କହିଲା, ତୁମ୍ଭେ ଏହି ନିଗୂଢ଼ କଥା ପ୍ରକାଶ କରିବାକୁ ସମର୍ଥ ହୋଇଅଛ, ଏଥିପାଇଁ ନିଶ୍ଚୟ ତୁମ୍ଭର ପରମେଶ୍ୱର ଈଶ୍ୱରଗଣର ଈଶ୍ୱର ଓ ରାଜାଗଣର ପ୍ରଭୁ ଓ ନିଗୂଢ଼ ବିଷୟମାନର ପ୍ରକାଶକ ଅଟନ୍ତି।
ଦାନିଏଲ 2 : 48 (IRVOR)
ତହୁଁ ରାଜା ଦାନିୟେଲଙ୍କୁ ମହାନ କରି ଅନେକ ବହୁମୂଲ୍ୟ ଉପହାର ଦେଲା, ଆଉ ବାବିଲର ସମୁଦାୟ ପ୍ରଦେଶ ଉପରେ କର୍ତ୍ତୃତ୍ୱ ପଦ ଦେଇ ବାବିଲସ୍ଥ ଯାବତୀୟ ବିଦ୍ୱାନ୍‍ ଲୋକଙ୍କ ଉପରେ ତାଙ୍କୁ ପ୍ରଧାନ ଅଧିପତି କଲା।
ଦାନିଏଲ 2 : 49 (IRVOR)
ପୁଣି, ଦାନିୟେଲ ରାଜା ନିକଟରେ ନିବେଦନ କରନ୍ତେ, ରାଜା ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋଙ୍କୁ ବାବିଲ ପ୍ରଦେଶର କାର୍ଯ୍ୟରେ ନିଯୁକ୍ତ କଲା; ମାତ୍ର ଦାନିୟେଲ ରାଜଦ୍ୱାରରେ ରହିଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49