ଦାନିଏଲ 7 : 1 (IRVOR)
ଦାନିୟେଲଙ୍କ ଚାରୋଟି ପଶୁର ଦର୍ଶନ ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।
ଦାନିଏଲ 7 : 2 (IRVOR)
ଦାନିୟେଲ କହିଲେ, “ମୁଁ ରାତ୍ରିକାଳରେ ଦର୍ଶନକ୍ରମେ ଦେଖିଲି ଯେ, ଦେଖ, ମହାସମୁଦ୍ର ଉପରେ ଆକାଶର ଚତୁର୍ଦ୍ଦିଗରୁ ବାୟୁ ପ୍ରଚଣ୍ଡ ରୂପେ ବହିଲା।
ଦାନିଏଲ 7 : 3 (IRVOR)
ପୁଣି, ଏକଆରେକଠାରୁ ଭିନ୍ନ ଚାରି ବୃହତ୍‍ ପଶୁ ସମୁଦ୍ରରୁ ଉଠି ଆସିଲେ।
ଦାନିଏଲ 7 : 4 (IRVOR)
ପ୍ରଥମ ପଶୁ ସିଂହ ତୁଲ୍ୟ ଓ ଉତ୍କ୍ରୋଶ ପକ୍ଷୀ ପରି ତାହାର ଡେଣା ଥିଲା; ମୁଁ ଦେଖୁ ଦେଖୁ ତାହାର ସେହି ଡେଣା ଉପୁଡ଼ା ଗଲା, ଆଉ ସେ ପୃଥିବୀରୁ ଉଠାଗଲା ଓ ମନୁଷ୍ୟ ପରି ଦୁଇ ଚରଣରେ ତାକୁ ଠିଆ କରାଗଲା, ପୁଣି ତାହାକୁ ମନୁଷ୍ୟର ଅନ୍ତଃକରଣ ଦିଆଗଲା।
ଦାନିଏଲ 7 : 5 (IRVOR)
ଏଥିଉତ୍ତାରେ ଦେଖ, ଆଉ ଗୋଟିଏ, ଅର୍ଥାତ୍‍, ଦ୍ୱିତୀୟ ପଶୁ ଭଲ୍ଲୁକର ସଦୃଶ ଥିଲା, ସେ ଏକ ପାର୍ଶ୍ୱରେ ଉଠାଗଲା ଓ ତାହାର ମୁଖରେ ଦନ୍ତ ମଧ୍ୟରେ ତିନି ଖଣ୍ଡ ପଞ୍ଜରା ଥିଲା; ଆଉ, ତାହାକୁ ଏହି କଥା କୁହାଗଲା, ‘ଉଠ, ଅନେକ ଲୋକଙ୍କୁ ଗ୍ରାସ କର।’
ଦାନିଏଲ 7 : 6 (IRVOR)
ଏଉତ୍ତାରେ ମୁଁ ଦେଖିଲି, ଦେଖ, ଚିତାବାଘ ସଦୃଶ ଆଉ ଗୋଟିଏ ପଶୁ, ତାହାର ପିଠିରେ ପକ୍ଷୀର ଚାରି ଡେଣା ଥିଲା; ମଧ୍ୟ ସେ ପଶୁର ଚାରି ମସ୍ତକ ଥିଲା ଆଉ, ତାହାକୁ କର୍ତ୍ତୃତ୍ୱ ଦିଆଗଲା।
ଦାନିଏଲ 7 : 7 (IRVOR)
ଏଥିଉତ୍ତାରେ ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଦେଖ, ଚତୁର୍ଥ ପଶୁ, ସେ ଭୟଙ୍କର, କ୍ଷମତାପନ୍ନ ଓ ଅତିଶୟ ବଳବାନ ଓ ତାହାର ବଡ଼ ବଡ଼ ଲୌହମୟ ଦନ୍ତ ଥିଲା; ସେ ଗ୍ରାସ କଲା ଓ ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟ ଯାହା ରହିଲା, ତାହା ପଦ ତଳେ ଦଳିତ କଲା; ଆଉ, ସେ ତାହାର ପୂର୍ବବର୍ତ୍ତୀ ସବୁ ପଶୁମାନଙ୍କଠାରୁ ଭିନ୍ନ; ପୁଣି ତାହାର ଦଶ ଶୃଙ୍ଗ ଥିଲା।
ଦାନିଏଲ 7 : 8 (IRVOR)
ମୁଁ ସେହି ଶୃଙ୍ଗମାନର ବିଷୟ ଭାବନା କରୁ କରୁ ଦେଖ, ସେହିସବୁର ମଧ୍ୟରେ ଆଉ ଗୋଟିଏ ଶୃଙ୍ଗ ଉଠିଲା, ତାହା କ୍ଷୁଦ୍ର, ତାହା ସମ୍ମୁଖରେ ପ୍ରଥମ ଶୃଙ୍ଗମାନର ମଧ୍ୟରୁ ତିନିଗୋଟି ଶୃଙ୍ଗ ସମୂଳେ ଉତ୍ପାଟିତ ହେଲା; ପୁଣି ଦେଖ, ଏହି ଶୃଙ୍ଗରେ ମନୁଷ୍ୟର ଚକ୍ଷୁ ତୁଲ୍ୟ ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା।
ଦାନିଏଲ 7 : 9 (IRVOR)
ଅନାଦିକାଳୀନ ଈଶ୍ୱରଙ୍କ ଦର୍ଶନ ମୁଁ ଦେଖୁ ଦେଖୁ, କେତେଗୋଟି ସିଂହାସନ ସ୍ଥାପିତ ହେଲା, ପୁଣି ଅନେକ କାଳର ବୃଦ୍ଧ ଉପବିଷ୍ଟ ହେଲେ। ତାହାଙ୍କର ବସ୍ତ୍ର ହିମ ତୁଲ୍ୟ ଶୁକ୍ଳବର୍ଣ୍ଣ, ଓ ତାହାଙ୍କର ମସ୍ତକର କେଶ ବିଶୁଦ୍ଧ ମେଷର ଲୋମ ତୁଲ୍ୟ ଥିଲା। ତାହାଙ୍କର ସିଂହାସନ ଅଗ୍ନିଶିଖାମୟ ଓ ତହିଁର ଚକ୍ରସକଳ ଜ୍ୱଳନ୍ତ ଅଗ୍ନି।
ଦାନିଏଲ 7 : 10 (IRVOR)
ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
ଦାନିଏଲ 7 : 11 (IRVOR)
ସେହି ଶୃଙ୍ଗର କଥିତ ଦର୍ପ-ବାକ୍ୟର ରବ ସକାଶୁ ସେହି ସମୟରେ ମୁଁ ଅନାଇଲି; ମୁଁ ଦେଖିଲି ଯେ, ଶେଷରେ ସେ ପଶୁ ହତ ହେଲା ଓ ତାହାର ଶରୀର ବିନଷ୍ଟ ହେଲା ଓ ସେ ଅଗ୍ନିରେ ଦଗ୍ଧ ହେବା ପାଇଁ ସମର୍ପିତ ହେଲା।
ଦାନିଏଲ 7 : 12 (IRVOR)
ପୁଣି, ଅନ୍ୟ ପଶୁମାନଙ୍କଠାରୁ ସେମାନଙ୍କର କର୍ତ୍ତୃତ୍ୱ ନିଆଗଲା; ତଥାପି ଏକ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ସେମାନଙ୍କର ଆୟୁ ଦୀର୍ଘ କରାଗଲା।
ଦାନିଏଲ 7 : 13 (IRVOR)
ମୁଁ ରାତ୍ରିକାଳର ଦର୍ଶନରେ ଦେଖିଲି, ଆଉ ଦେଖ, ମନୁଷ୍ୟପୁତ୍ର ନ୍ୟାୟ ଏକ ପୁରୁଷ ଆକାଶର ମେଘରେ ଆସିଲେ; ସେ ଅନେକ କାଳର ସେହି ବୃଦ୍ଧଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେମାନେ ତାହାଙ୍କ ଛାମୁକୁ ତାହାଙ୍କୁ ଆଣିଲେ।
ଦାନିଏଲ 7 : 14 (IRVOR)
ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
ଦାନିଏଲ 7 : 15 (IRVOR)
ମୁଁ ଦାନିୟେଲ, ମୋର ଆତ୍ମା ମୋର ଶରୀର ମଧ୍ୟରେ ଶୋକାନ୍ୱିତ ହେଲା ଓ ମୋର ମାନସିକ ଦର୍ଶନ ମୋତେ ଉଦ୍‍ବିଗ୍ନ କଲା।
ଦାନିଏଲ 7 : 16 (IRVOR)
ଦାନିୟେଲଙ୍କ ଦର୍ଶନର ଅର୍ଥ ମୋର ନିକଟରେ ଯେଉଁମାନେ ଠିଆ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଏକ ଜଣର ନିକଟକୁ ମୁଁ ଯାଇ ଏସବୁର ତଥ୍ୟ ପଚାରିଲି। ତହିଁରେ ସେ ମୋତେ ସେହିସବୁର ଅର୍ଥ ଜଣାଇ କହିଲେ।
ଦାନିଏଲ 7 : 17 (IRVOR)
‘ସେହି ଚାରି ବୃହତ୍‍ ପଶୁ ଚାରି ରାଜା ଅଟନ୍ତି, ସେମାନେ ପୃଥିବୀରୁ ଉତ୍ପନ୍ନ ହେବେ।
ଦାନିଏଲ 7 : 18 (IRVOR)
ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍‍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
ଦାନିଏଲ 7 : 19 (IRVOR)
ସେତେବେଳେ ଯେଉଁ ଚତୁର୍ଥ ପଶୁ, ଯେ ଅନ୍ୟ ସକଳରୁ ଭିନ୍ନ, ଅତି ଭୟାନକ, ଯାହାର ଦନ୍ତ ଲୌହମୟ ଓ ନଖସବୁ ପିତ୍ତଳମୟ ଥିଲା, ଯେ ଗ୍ରାସ କଲା, ଭାଙ୍ଗି ଚୂର୍ଣ୍ଣ କଲା ଓ ଅବଶିଷ୍ଟସବୁକୁ ପଦ ତଳେ ଦଳିତ କଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି;
ଦାନିଏଲ 7 : 20 (IRVOR)
ପୁଣି, ତାହାର ମସ୍ତକରେ ଯେଉଁ ଦଶ ଶୃଙ୍ଗ ଥିଲା ଓ ଅନ୍ୟ ଯେଉଁ ଶୃଙ୍ଗ ଉଠିଲା ଓ ଯାହା ସାକ୍ଷାତରେ ତିନି ଶୃଙ୍ଗ ପଡ଼ିଗଲା; ଅର୍ଥାତ୍‍, ସେ ଯେଉଁ ଶୃଙ୍ଗର ଚକ୍ଷୁ ଓ ଅହଙ୍କାର ବାକ୍ୟବାଦୀ ମୁଖ ଥିଲା, ଯାହାର ଆକାର ଆପଣା ସଙ୍ଗୀମାନଙ୍କ ଅପେକ୍ଷା ଦାମ୍ଭିକ ଥିଲା, ତାହାର ତଥ୍ୟ ଜାଣିବାକୁ ମୁଁ ଇଚ୍ଛା କଲି।
ଦାନିଏଲ 7 : 21 (IRVOR)
ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;
ଦାନିଏଲ 7 : 22 (IRVOR)
ଶେଷରେ ସେହି ଅନେକ କାଳର ବୃଦ୍ଧ ଆସିଲେ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ବିଚାର ଭାର ଦତ୍ତ ହେଲା ଓ ପବିତ୍ରଗଣଙ୍କର ରାଜ୍ୟ ଭୋଗ କରିବାର ସମୟ ଉପସ୍ଥିତ ହେଲା।
ଦାନିଏଲ 7 : 23 (IRVOR)
ସେ ଏହିରୂପେ କହିଲେ, ଚତୁର୍ଥ ପଶୁ ପୃଥିବୀର ଚତୁର୍ଥ ରାଜ୍ୟ ହେବ, ତାହା ଅନ୍ୟ ସକଳ ରାଜ୍ୟଠାରୁ ଭିନ୍ନ ହେବ ଓ ସମୁଦାୟ ପୃଥିବୀକୁ ଗ୍ରାସ କରିବ, ଆଉ ଦଳିତ କରି ଖଣ୍ଡ ଖଣ୍ଡ କରିବ ଓ ତାହା ଭାଙ୍ଗି ପକାଇବ।
ଦାନିଏଲ 7 : 24 (IRVOR)
ପୁଣି, ସେହି ଦଶ ଶୃଙ୍ଗର ତାତ୍ପର୍ଯ୍ୟ ଏହି ଯେ, ସେହି ରାଜ୍ୟରୁ ଦଶ ରାଜା ଉତ୍ପନ୍ନ ହେବେ; ସେମାନଙ୍କ ଉତ୍ତାରେ ଆଉ ଜଣେ ଉତ୍ପନ୍ନ ହେବ। ସେ ପୂର୍ବବର୍ତ୍ତୀମାନଙ୍କଠାରୁ ଭିନ୍ନ ହେବ ଓ ସେ ତିନି ରାଜାଙ୍କୁ ଦମନ କରିବ।
ଦାନିଏଲ 7 : 25 (IRVOR)
ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ* ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ଅର୍ଥାତ୍ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।
ଦାନିଏଲ 7 : 26 (IRVOR)
ମାତ୍ର ବିଚାର ସଭା ବସିବ ଓ ସେମାନେ ଶେଷ ପର୍ଯ୍ୟନ୍ତ ତାହାର କର୍ତ୍ତୃତ୍ୱର କ୍ଷୟ ଓ ବିନାଶ କରିବା ପାଇଁ ତାହାଠାରୁ ତାହା ନେବେ।
ଦାନିଏଲ 7 : 27 (IRVOR)
ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।
ଦାନିଏଲ 7 : 28 (IRVOR)
ଏଠାରେ ବୃତ୍ତାନ୍ତର ଶେଷ ମୁଁ ଦାନିୟେଲ, ମୋର ଭାବନା ମୋତେ ଉଦ୍‍ବିଗ୍ନ କଲା ଓ ମୋର ମୁଖ ବିବର୍ଣ୍ଣ ହେଲା, ମାତ୍ର ମୁଁ ସେ କଥା ଆପଣା ମନରେ ରଖିଲି।”

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28