ଦିତୀୟ ବିବରଣ 1 : 1 (IRVOR)
{ହୋରେବ ତ୍ୟାଗ କରିବାକୁ ଆଦେଶ} [PS] ପାରଣ ଓ ତୋଫଲ ଓ ଲାବନ ଓ ହତ୍‍ସେରୋତ ଓ ଦୀଷାହବର ମଧ୍ୟସ୍ଥାନରେ ସୂଫ ସମ୍ମୁଖସ୍ଥିତ ପଦାରେ, ଅର୍ଥାତ୍‍, ଯର୍ଦ୍ଦନର ପୂର୍ବପାରିସ୍ଥିତ ପ୍ରାନ୍ତରରେ ମୋଶା ସମୁଦାୟ ଇସ୍ରାଏଲଙ୍କୁ ଏହିସବୁ କଥା କହିଲେ,
ଦିତୀୟ ବିବରଣ 1 : 2 (IRVOR)
“ସେୟୀର ପର୍ବତ ଦେଇ ହୋରେବଠାରୁ କାଦେଶ-ବର୍ଣ୍ଣେୟ ପର୍ଯ୍ୟନ୍ତ ଏଗାର ଦିନର ଯାତ୍ରା ଅଟେ।”
ଦିତୀୟ ବିବରଣ 1 : 3 (IRVOR)
ସଦାପ୍ରଭୁ ଯେଉଁ ଯେଉଁ କଥା ଇସ୍ରାଏଲ ସନ୍ତାନଗଣକୁ କହିବା ପାଇଁ ମୋଶାଙ୍କୁ ଆଜ୍ଞା ଦେଇଥିଲେ, ତଦନୁସାରେ ମୋଶା ଚାଳିଶତମ ବର୍ଷର ଏକାଦଶ ମାସର ପ୍ରଥମ ଦିନରେ ସେମାନଙ୍କୁ କହିଲେ,
ଦିତୀୟ ବିବରଣ 1 : 4 (IRVOR)
“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ
ଦିତୀୟ ବିବରଣ 1 : 5 (IRVOR)
ଯର୍ଦ୍ଦନର ପୂର୍ବପାରସ୍ଥିତ ମୋୟାବ ଦେଶରେ ମୋଶା ଏହି ବ୍ୟବସ୍ଥା ବ୍ୟାଖ୍ୟା କରିବାକୁ ଆରମ୍ଭ କଲେ।
ଦିତୀୟ ବିବରଣ 1 : 6 (IRVOR)
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ କାଳ ବାସ କରିଅଛ;
ଦିତୀୟ ବିବରଣ 1 : 7 (IRVOR)
ଏବେ ଫେରି ଇମୋରୀୟମାନଙ୍କ ପର୍ବତମୟ ଦେଶ ଓ ତନ୍ନିକଟବର୍ତ୍ତୀ ପଦା ଓ ପର୍ବତ ଓ ତଳଭୂମି ଓ ଦକ୍ଷିଣ ପ୍ରଦେଶ ଓ ସମୁଦ୍ରତୀର ଇତ୍ୟାଦି କିଣାନୀୟମାନଙ୍କ ସମସ୍ତ ଦେଶ ଓ ଲିବାନୋନ ଦେଇ ମହାନଦୀ ଫରାତ୍‍ ପର୍ଯ୍ୟନ୍ତ ଯାତ୍ରା କର।
ଦିତୀୟ ବିବରଣ 1 : 8 (IRVOR)
ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମକୁ ଓ ଇସ୍‍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।” [PS]
ଦିତୀୟ ବିବରଣ 1 : 9 (IRVOR)
{ବିଚାରକର୍ତ୍ତାଙ୍କ ନିଯୁକ୍ତି} [PS] ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ;
ଦିତୀୟ ବିବରଣ 1 : 10 (IRVOR)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।
ଦିତୀୟ ବିବରଣ 1 : 11 (IRVOR)
ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ।
ଦିତୀୟ ବିବରଣ 1 : 12 (IRVOR)
ମୁଁ କିପରି ଏକାକୀ ତୁମ୍ଭମାନଙ୍କର ଏତେ ବୋଝ ଓ ଭାର ଓ ବିବାଦ ସହ୍ୟ କରି ପାରିବି ?
ଦିତୀୟ ବିବରଣ 1 : 13 (IRVOR)
ତୁମ୍ଭେମାନେ ଆପଣା ଆପଣା ବଂଶାନୁସାରେ ଜ୍ଞାନୀ ଓ ବୁଦ୍ଧିମାନ ଓ ବିଖ୍ୟାତ ଲୋକମାନଙ୍କୁ ମନୋନୀତ କର, ମୁଁ ସେମାନଙ୍କୁ ତୁମ୍ଭମାନଙ୍କ ଉପରେ ପ୍ରଧାନ ରୂପେ ନିଯୁକ୍ତ କରିବି।
ଦିତୀୟ ବିବରଣ 1 : 14 (IRVOR)
ଏଥିରେ ତୁମ୍ଭେମାନେ ମୋତେ ଉତ୍ତର ଦେଇ କହିଲ, “ତୁମ୍ଭେ ଯାହା କହିଲ, ତାହା ଆମ୍ଭମାନଙ୍କର କରିବା ଭଲ।”
ଦିତୀୟ ବିବରଣ 1 : 15 (IRVOR)
ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶତପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।
ଦିତୀୟ ବିବରଣ 1 : 16 (IRVOR)
ପୁଣି ମୁଁ ସେ ସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।
ଦିତୀୟ ବିବରଣ 1 : 17 (IRVOR)
ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋ’ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
ଦିତୀୟ ବିବରଣ 1 : 18 (IRVOR)
ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ସମସ୍ତ କର୍ତ୍ତବ୍ୟ କର୍ମ ବିଷୟ ଆଜ୍ଞା ଦେଇଥିଲି। [PS]
ଦିତୀୟ ବିବରଣ 1 : 19 (IRVOR)
{କିଣାନରେ ପ୍ରବେଶ କରିବାକୁ ଅସମ୍ମତ} [PS] ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆମ୍ଭେମାନେ ହୋରେବଠାରୁ ଯାତ୍ରା କଲୁ, ପୁଣି ଇମୋରୀୟମାନଙ୍କ ପର୍ବତମୟ ଦେଶକୁ ଯିବା ପଥରେ ତୁମ୍ଭେମାନେ ଯେଉଁ ବିସ୍ତୀର୍ଣ୍ଣ ଓ ଭୟଙ୍କର ପ୍ରାନ୍ତର ଦେଖିଲ, ତହିଁର ମଧ୍ୟ ଦେଇ ଯାଇ କାଦେଶ-ବର୍ଣ୍ଣେୟରେ ପହଞ୍ଚିଲୁ।
ଦିତୀୟ ବିବରଣ 1 : 20 (IRVOR)
ଏଉତ୍ତାରେ ମୁଁ ତୁମ୍ଭମାନଙ୍କୁ କହିଲି, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଇମୋରୀୟମାନଙ୍କର ଯେଉଁ ପର୍ବତମୟ ଦେଶ ଦେବେ, ସେଠାରେ ତୁମ୍ଭେମାନେ ଉପସ୍ଥିତ ହୋଇଅଛ।
ଦିତୀୟ ବିବରଣ 1 : 21 (IRVOR)
ଦେଖ, ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ଆଗରେ ସେହି ଦେଶ ସମର୍ପଣ କରିଅଛନ୍ତି; ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଯାଇ ତାହା ଅଧିକାର କର; ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ।”
ଦିତୀୟ ବିବରଣ 1 : 22 (IRVOR)
ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆମ୍ଭ ନିକଟକୁ ଆସି କହିଲ, “ଆମ୍ଭେମାନେ ଆପଣାମାନଙ୍କ ଆଗେ ଲୋକ ପଠାଉ, ତହିଁରେ ସେମାନେ ଆମ୍ଭମାନଙ୍କ ନିମନ୍ତେ ଦେଶ ଅନୁସନ୍ଧାନ କରି ଆମ୍ଭମାନଙ୍କୁ କେଉଁ ପଥ ଦେଇ ଯିବାକୁ ହେବ ଓ କେଉଁ କେଉଁ ନଗରରେ ଉପସ୍ଥିତ ହେବାକୁ ହେବ, ତହିଁର ସମ୍ବାଦ ଆମ୍ଭମାନଙ୍କ ନିକଟକୁ ଆଣନ୍ତୁ।
ଦିତୀୟ ବିବରଣ 1 : 23 (IRVOR)
ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।
ଦିତୀୟ ବିବରଣ 1 : 24 (IRVOR)
ତହୁଁ ସେମାନେ ଗମନ କରି ପର୍ବତ ପାର ହୋଇ ଇଷ୍କୋଲ ଉପତ୍ୟକାରେ ପହଞ୍ଚି ଦେଶର ଅନୁସନ୍ଧାନ କଲେ।
ଦିତୀୟ ବିବରଣ 1 : 25 (IRVOR)
ଆଉ ସେମାନେ ହସ୍ତରେ ସେହି ଦେଶର କିଛି କିଛି ଫଳ ଘେନି ଆମ୍ଭମାନଙ୍କ ନିକଟକୁ ଆଣିଲେ ଓ ଆମ୍ଭମାନଙ୍କୁ ସମ୍ବାଦ ଦେଇ କହିଲେ, “ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ଦେଶ ଦେବେ, ତାହା ଏକ ଉତ୍ତମ ଦେଶ।”
ଦିତୀୟ ବିବରଣ 1 : 26 (IRVOR)
ତଥାପି ତୁମ୍ଭେମାନେ ଯିବାକୁ ସମ୍ମତ ହେଲ ନାହିଁ, ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ।
ଦିତୀୟ ବିବରଣ 1 : 27 (IRVOR)
ପୁଣି ତୁମ୍ଭେମାନେ ଆପଣା ଆପଣା ତମ୍ବୁରେ ବଚସା କରି କହିଲ, “ସଦାପ୍ରଭୁ ଆମ୍ଭମାନଙ୍କୁ ଘୃଣା କରିବା ସକାଶୁ ଇମୋରୀୟମାନଙ୍କ ହସ୍ତରେ ସମର୍ପଣ କରି ବିନାଶ କରିବା ନିମନ୍ତେ ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣି ଅଛନ୍ତି।
ଦିତୀୟ ବିବରଣ 1 : 28 (IRVOR)
ଆମ୍ଭେମାନେ କେଉଁଠାକୁ ଯିବା ? ସେହି ଲୋକମାନେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ବଳବାନ ଓ ଉଚ୍ଚ; ନଗରମାନ ବୃହତ୍‍ ଓ ଗଗନସ୍ପର୍ଶୀ ପ୍ରାଚୀର-ବେଷ୍ଟିତ ଆହୁରି ସେହି ସ୍ଥାନରେ ଆମ୍ଭେମାନେ ଅନାକୀୟମାନଙ୍କ ସନ୍ତାନଗଣକୁ ଦେଖିଅଛୁ, ଏହି କଥା କହି ଆମ୍ଭମାନଙ୍କ ଭ୍ରାତୃଗଣ ଆମ୍ଭମାନଙ୍କର ମନୋଭଙ୍ଗ କରିଅଛନ୍ତି।
ଦିତୀୟ ବିବରଣ 1 : 29 (IRVOR)
ତେବେ ମୁଁ ତୁମ୍ଭମାନଙ୍କୁ କହିଲି, “ଭୟଯୁକ୍ତ ହୁଅ ନାହିଁ, କି ସେମାନଙ୍କ ସକାଶୁ ଭୟ କର ନାହିଁ।”
ଦିତୀୟ ବିବରଣ 1 : 30 (IRVOR)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର, ଯେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କରୁଅଛନ୍ତି, ସେ ମିସରରେ ଓ ପ୍ରାନ୍ତରରେ ତୁମ୍ଭମାନଙ୍କ ଦୃଷ୍ଟିଗୋଚରରେ ତୁମ୍ଭମାନଙ୍କ ନିମନ୍ତେ ଯେସମସ୍ତ କାର୍ଯ୍ୟ କଲେ, ତଦନୁସାରେ ସେ ତୁମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବେ।
ଦିତୀୟ ବିବରଣ 1 : 31 (IRVOR)
ଯେହେତୁ ପ୍ରାନ୍ତରରେ ତୁମ୍ଭେ ଦେଖିଅଛ ଯେ, ମନୁଷ୍ୟ ଆପଣା ପୁତ୍ରକୁ ବହିବା ପରି ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଏହି ସ୍ଥାନରେ ପହଞ୍ଚିବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଗମନର ସମସ୍ତ ପଥରେ ତୁମ୍ଭକୁ କିପରି ବହିଅଛନ୍ତି।”
ଦିତୀୟ ବିବରଣ 1 : 32 (IRVOR)
ତଥାପି ଏହି ବିଷୟ ସକାଶେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲ ନାହିଁ !
ଦିତୀୟ ବିବରଣ 1 : 33 (IRVOR)
ସେ ତୁମ୍ଭମାନଙ୍କ ଛାଉଣି ସ୍ଥାପନ କରିବାର ସ୍ଥାନ ଅନ୍ୱେଷଣ କରିବା ପାଇଁ ରାତ୍ରିରେ ଅଗ୍ନି ଦ୍ୱାରା ଓ ଦିବସରେ ମେଘ ଦ୍ୱାରା ତୁମ୍ଭମାନଙ୍କର ଗନ୍ତବ୍ୟ ପଥ ଦେଖାଇବାକୁ ପଥରେ ତୁମ୍ଭମାନଙ୍କ ଆଗେ ଆଗେ ଗମନ କଲେ। [PS]
ଦିତୀୟ ବିବରଣ 1 : 34 (IRVOR)
{ଇସ୍ରାଏଲର ବିଦ୍ରୋହର ଦଣ୍ଡ} [PS] ପୁଣି ସଦାପ୍ରଭୁ ତୁମ୍ଭମାନଙ୍କ ବାକ୍ୟର ରବ ଶୁଣି ରାଗିଲେ ଓ ଶପଥ କରି କହିଲେ,
ଦିତୀୟ ବିବରଣ 1 : 35 (IRVOR)
“ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,
ଦିତୀୟ ବିବରଣ 1 : 36 (IRVOR)
କେବଳ ଯିଫୁନ୍ନିର ପୁତ୍ର କାଲେବ ତାହା ଦେଖିବ ପୁଣି ସେ ଯେଉଁ ଭୂମିରେ ପଦାର୍ପଣ କରିଅଛି, ସେହି ଭୂମି ଆମ୍ଭେ ତାହାକୁ ଓ ତାହାର ସନ୍ତାନଗଣକୁ ଦେବା; କାରଣ ସେ ସଦାପ୍ରଭୁଙ୍କର ସମ୍ପୂର୍ଣ୍ଣ ଅନୁଗତ ଲୋକ।”
ଦିତୀୟ ବିବରଣ 1 : 37 (IRVOR)
ଆଉ ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋ’ ପ୍ରତି କ୍ରୋଧ କରି କହିଲେ, “ତୁମ୍ଭେ ମଧ୍ୟ ସେହି ସ୍ଥାନରେ ପ୍ରବେଶ କରିବ ନାହିଁ,
ଦିତୀୟ ବିବରଣ 1 : 38 (IRVOR)
ତୁମ୍ଭର ପରିଚାରକ ନୂନର ପୁତ୍ର ଯିହୋଶୂୟ ସେହି ସ୍ଥାନରେ ପ୍ରବେଶ କରିବ ତୁମ୍ଭେ ତାହାକୁ ସାହସ ଦିଅ ଯେହେତୁ ସେ ଇସ୍ରାଏଲକୁ ତାହା ଅଧିକାର କରାଇବ।
ଦିତୀୟ ବିବରଣ 1 : 39 (IRVOR)
ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।
ଦିତୀୟ ବିବରଣ 1 : 40 (IRVOR)
ମାତ୍ର ତୁମ୍ଭେମାନେ ବାହୁଡ଼ି ସୂଫ ସାଗର ପଥ ଦେଇ ପ୍ରାନ୍ତରକୁ ଯାତ୍ରା କର।”
ଦିତୀୟ ବିବରଣ 1 : 41 (IRVOR)
ଏଥିରେ ତୁମ୍ଭେମାନେ ଉତ୍ତର କରି ମୋତେ କହିଲ, “ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛନ୍ତି, ଆମ୍ଭେମାନେ ତଦନୁସାରେ ଉଠି ଯାଇ ଯୁଦ୍ଧ କରିବୁ।” ପୁଣି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ଯୁଦ୍ଧାସ୍ତ୍ର ବାନ୍ଧି ପର୍ବତ ଆରୋହଣ କରିବାକୁ ବ୍ୟଗ୍ର ହେଲ।
ଦିତୀୟ ବିବରଣ 1 : 42 (IRVOR)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ସେମାନଙ୍କୁ କୁହ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତୀ ନାହୁଁ, ଏଣୁ ତୁମ୍ଭେମାନେ ଆରୋହଣ କର ନାହିଁ, କିଅବା ଯୁଦ୍ଧ କର ନାହିଁ; କଲେ ଶତ୍ରୁମାନଙ୍କ ସମ୍ମୁଖରେ ଆହତ ହେବ।”
ଦିତୀୟ ବିବରଣ 1 : 43 (IRVOR)
ତହୁଁ ମୁଁ ତୁମ୍ଭମାନଙ୍କୁ ସେହି କଥା କହିଲି, ପୁଣି ତୁମ୍ଭେମାନେ ଶୁଣିଲ ନାହିଁ; ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାର ବିଦ୍ରୋହାଚରଣ କଲ ଓ ଦୁଃସାହସୀ ହେଲ, ଆଉ ପର୍ବତ ଦେଶକୁ ଆକ୍ରମଣ କଲ।
ଦିତୀୟ ବିବରଣ 1 : 44 (IRVOR)
କିନ୍ତୁ ସେହି ପର୍ବତବାସୀ ଇମୋରୀୟ ଲୋକମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ବାହାର ହୋଇ ମହୁମାଛି ପରି ତୁମ୍ଭମାନଙ୍କୁ ତଡ଼ି ସେୟୀରରେ ହର୍ମା ପର୍ଯ୍ୟନ୍ତ ତୁମ୍ଭମାନଙ୍କୁ ପରାସ୍ତ କଲେ।
ଦିତୀୟ ବିବରଣ 1 : 45 (IRVOR)
ତେବେ ତୁମ୍ଭେମାନେ ଫେରି ଆସି ସଦାପ୍ରଭୁଙ୍କ ଛାମୁରେ ରୋଦନ କଲ; ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ରବରେ ମନୋଯୋଗ କଲେ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି କର୍ଣ୍ଣପାତ କଲେ ନାହିଁ।
ଦିତୀୟ ବିବରଣ 1 : 46 (IRVOR)
ତହିଁରେ ତୁମ୍ଭେମାନେ କାଦେଶରେ ବାସ କରି ସେହି ସ୍ଥାନରେ ବହୁ ବର୍ଷ ରହିଲ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46

BG:

Opacity:

Color:


Size:


Font: