ଦିତୀୟ ବିବରଣ 28 : 1 (IRVOR)
{ଆଜ୍ଞାବହତାର ଆଶୀର୍ବାଦ} [PS] ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ ଯତ୍ନପୂର୍ବକ କର୍ଣ୍ଣପାତ କରିବ, ତେବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ପୃଥିବୀସ୍ଥ ସମସ୍ତ ଦେଶୀୟ ଲୋକଙ୍କ ଅପେକ୍ଷା ତୁମ୍ଭକୁ ଶ୍ରେଷ୍ଠ କରିବେ।
ଦିତୀୟ ବିବରଣ 28 : 2 (IRVOR)
ଯଦି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବ ଶୁଣିବ, ତେବେ ଏହିସବୁ ଆଶୀର୍ବାଦ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭର ସଙ୍ଗ ଧରିବ।
ଦିତୀୟ ବିବରଣ 28 : 3 (IRVOR)
ତୁମ୍ଭେ ନଗରରେ ଧନ୍ୟ ହେବ ଓ କ୍ଷେତ୍ରରେ ଧନ୍ୟ ହେବ।
ଦିତୀୟ ବିବରଣ 28 : 4 (IRVOR)
ତୁମ୍ଭ ଶରୀରର ଫଳ, ତୁମ୍ଭ ଭୂମିର ଫଳ ଓ ତୁମ୍ଭ ପଶୁର ଫଳ, ଅର୍ଥାତ୍‍, ଗୋବତ୍ସ ଓ ମେଷପଲର ଶାବକ ଧନ୍ୟ ହେବ।
ଦିତୀୟ ବିବରଣ 28 : 5 (IRVOR)
ତୁମ୍ଭ ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଧନ୍ୟ ହେବ।
ଦିତୀୟ ବିବରଣ 28 : 6 (IRVOR)
ତୁମ୍ଭେ ଗୃହକୁ ଆସିବା ବେଳେ ଧନ୍ୟ ଓ ଗୃହରୁ ବାହାରେ ଯିବା ବେଳେ ଧନ୍ୟ ହେବ।
ଦିତୀୟ ବିବରଣ 28 : 7 (IRVOR)
ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଉଠିବା ଶତ୍ରୁମାନଙ୍କୁ ତୁମ୍ଭ ଆଗେ ଆଗେ ପରାସ୍ତ କରାଇବେ; ସେମାନେ ଏକ ପଥ ଦେଇ ତୁମ୍ଭ ବିରୁଦ୍ଧରେ ଆସିବେ, ମାତ୍ର ସାତ ପଥ ଦେଇ ତୁମ୍ଭ ସମ୍ମୁଖରୁ ପଳାଇବେ।
ଦିତୀୟ ବିବରଣ 28 : 8 (IRVOR)
ସଦାପ୍ରଭୁ ତୁମ୍ଭ ଅମାରରେ ଓ ଯେଉଁ ଯେଉଁ କର୍ମରେ ତୁମ୍ଭେ ହସ୍ତ ଦେବ, ସେହି ସବୁରେ ଆଶୀର୍ବାଦପ୍ରାପ୍ତି ଆଜ୍ଞା କରିବେ; ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତହିଁରେ ସେ ତୁମ୍ଭକୁ ଆଶୀର୍ବାଦ କରିବେ।
ଦିତୀୟ ବିବରଣ 28 : 9 (IRVOR)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ ଓ ତାହାଙ୍କ ପଥରେ ଗମନ କଲେ, ସଦାପ୍ରଭୁ ଆପଣା ଶପଥ ଅନୁସାରେ ତୁମ୍ଭକୁ ଆପଣା ପବିତ୍ର ଲୋକ କରି ସ୍ଥାପନ କରିବେ।
ଦିତୀୟ ବିବରଣ 28 : 10 (IRVOR)
ପୁଣି ତୁମ୍ଭେ ସଦାପ୍ରଭୁଙ୍କ ନାମରେ ପ୍ରସିଦ୍ଧ ଅଛ ବୋଲି ପୃଥିବୀସ୍ଥ ସମସ୍ତ ଲୋକ ଦେଖିବେ ଓ ସେମାନେ ତୁମ୍ଭ ବିଷୟରେ ଭୀତ ହେବେ।
ଦିତୀୟ ବିବରଣ 28 : 11 (IRVOR)
ସଦାପ୍ରଭୁ ତୁମ୍ଭକୁ ଯେଉଁ ଦେଶ ଦେବାକୁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେଠାରେ ତୁମ୍ଭକୁ ସନ୍ତାନ ଦେଇ, ତୁମ୍ଭ ପଶୁମାନଙ୍କୁ ଫଳ ଦେଇ ଓ ତୁମ୍ଭ ଭୂମିରୁ ଫଳ ଦେଇ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ।
ଦିତୀୟ ବିବରଣ 28 : 12 (IRVOR)
ସଦାପ୍ରଭୁ ଯଥା ସମୟରେ ତୁମ୍ଭ ଭୂମିରେ ବୃଷ୍ଟି ଦେବାକୁ ଓ ତୁମ୍ଭ ହସ୍ତର ସମସ୍ତ କର୍ମରେ ଆଶୀର୍ବାଦ କରିବାକୁ ଆପଣା ଆକାଶ ରୂପ ଉତ୍ତମ ଭଣ୍ଡାର ତୁମ୍ଭ ପ୍ରତି ମୁକ୍ତ କରିବେ; ତହିଁରେ ତୁମ୍ଭେ ଅନେକ ଗୋଷ୍ଠୀୟ ଲୋକମାନଙ୍କୁ ଋଣ ଦେବ, ମାତ୍ର ତୁମ୍ଭେ ଋଣ ନେବ ନାହିଁ।
ଦିତୀୟ ବିବରଣ 28 : 13 (IRVOR)
ଆଉ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ମାନିବାକୁ ଓ କରିବାକୁ ମୁଁ ଆଜି ତୁମ୍ଭକୁ ଆଦେଶ କରୁଅଛି, ସେହି ସବୁ ଯଦି ତୁମ୍ଭେ ଶୁଣିବ ଓ ମୁଁ ଆଜି ତୁମ୍ଭମାନଙ୍କୁ ଯେଉଁ ଯେଉଁ ବାକ୍ୟ ଆଜ୍ଞା କରୁଅଛି, ତୁମ୍ଭେ ତହିଁ ମଧ୍ୟରୁ କୌଣସି ବାକ୍ୟର ଦକ୍ଷିଣରେ କି ବାମରେ ଫେରି ଅନ୍ୟ ଦେବତାଗଣର ସେବା କରିବା ପାଇଁ ସେମାନଙ୍କ ଅନୁଗାମୀ ନ ହେବ,
ଦିତୀୟ ବିବରଣ 28 : 14 (IRVOR)
ତେବେ ସଦାପ୍ରଭୁ ତୁମ୍ଭକୁ ମସ୍ତକ କରିବେ, ଲାଙ୍ଗୁଳ କରିବେ ନାହିଁ; ତୁମ୍ଭେ କେବଳ ଉପରିସ୍ଥ ହେବ, ପୁଣି ନୀଚସ୍ଥ ହେବ ନାହିଁ। [PS]
ଦିତୀୟ ବିବରଣ 28 : 15 (IRVOR)
{ଅନାଜ୍ଞାବହତାର ଅଭିଶାପ} [PS] ମାତ୍ର ମୁଁ ଆଜି ତୁମ୍ଭକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ଆଦେଶ କରୁଅଛି, ସେହି ସବୁ ମାନିବା ପାଇଁ ଓ କରିବା ପାଇଁ ଯଦି ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ ନ କରିବ, ତେବେ ଏହିସବୁ ଅଭିଶାପ ତୁମ୍ଭ ଉପରେ ବର୍ତ୍ତିବ ଓ ତୁମ୍ଭ ସଙ୍ଗ ଧରିବ।
ଦିତୀୟ ବିବରଣ 28 : 16 (IRVOR)
ତୁମ୍ଭେ ନଗରରେ ଶାପଗ୍ରସ୍ତ ହେବ ଓ କ୍ଷେତ୍ରରେ ଶାପଗ୍ରସ୍ତ ହେବ।
ଦିତୀୟ ବିବରଣ 28 : 17 (IRVOR)
ତୁମ୍ଭର ଚାଙ୍ଗୁଡ଼ି ଓ ମଇଦା ଦଳିବା ପାତ୍ର ଶାପଗ୍ରସ୍ତ ହେବ।
ଦିତୀୟ ବିବରଣ 28 : 18 (IRVOR)
ତୁମ୍ଭ ଔରଷର ସନ୍ତାନ, ଭୂମିରଫଳ, ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ;
ଦିତୀୟ ବିବରଣ 28 : 19 (IRVOR)
ତୁମ୍ଭେ ଗୃହକୁ ଆସିବା ବେଳେ ଶାପଗ୍ରସ୍ତ ହେବ ଓ ତୁମ୍ଭେ ଗୃହରୁ ବାହାରକୁ ଯିବା ବେଳେ ଶାପଗ୍ରସ୍ତ ହେବ।
ଦିତୀୟ ବିବରଣ 28 : 20 (IRVOR)
ତୁମ୍ଭେ ଆପଣାର ଯେଉଁ ମନ୍ଦ କର୍ମ ଦ୍ୱାରା ମୋତେ ତ୍ୟାଗ କଲ, ତହିଁ ହେତୁ ତୁମ୍ଭର ସଂହାର ଓ ଶୀଘ୍ର ବିନାଶ ହେବା ପର୍ଯ୍ୟନ୍ତ ତୁମ୍ଭ ହସ୍ତର ସମସ୍ତ କର୍ମରେ ସଦାପ୍ରଭୁ ତୁମ୍ଭ ପ୍ରତି ଅଭିଶାପ, ବ୍ୟାକୁଳତା ଓ ଭର୍ତ୍ସନା ପଠାଇବେ।
ଦିତୀୟ ବିବରଣ 28 : 21 (IRVOR)
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।
ଦିତୀୟ ବିବରଣ 28 : 22 (IRVOR)
ସଦାପ୍ରଭୁ ଯକ୍ଷ୍ମା ଓ ଜ୍ୱର ଓ ଜ୍ୱାଳା ଓ ଅତିଦାହ ଓ ଅନାବୃଷ୍ଟି ଓ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭକୁ ଆଘାତ କରିବେ; ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସେହି ସବୁ ତୁମ୍ଭର ପଶ୍ଚାତ୍‍ଗାମୀ ହେବେ।
ଦିତୀୟ ବିବରଣ 28 : 23 (IRVOR)
ପୁଣି ତୁମ୍ଭ ମସ୍ତକ-ଉପରିସ୍ଥ ଆକାଶ ପିତ୍ତଳ ହେବ ଓ ତୁମ୍ଭ ନୀଚସ୍ଥିତ ପୃଥିବୀ ଲୁହା ହେବ।
ଦିତୀୟ ବିବରଣ 28 : 24 (IRVOR)
ସଦାପ୍ରଭୁ ତୁମ୍ଭ ଦେଶରେ ଜଳ ବଦଳେ ଧୂଳି ଓ ବାଲି ବର୍ଷାଇବେ, ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ତାହା ଆକାଶରୁ ତୁମ୍ଭ ଉପରେ ପଡ଼ିବ।
ଦିତୀୟ ବିବରଣ 28 : 25 (IRVOR)
ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।
ଦିତୀୟ ବିବରଣ 28 : 26 (IRVOR)
ଆଉ ତୁମ୍ଭ ଶବ ଖଚର ପକ୍ଷୀଗଣର ଓ ଭୂଚର ପଶୁଗଣର ଭକ୍ଷ୍ୟ ହେବ; କେହି ସେମାନଙ୍କୁ ଅଡ଼ାଇ ଦେବାକୁ ନ ଥିବ।
ଦିତୀୟ ବିବରଣ 28 : 27 (IRVOR)
ସଦାପ୍ରଭୁ ତୁମ୍ଭକୁ ମିସ୍ରୀୟ ବଥ ଓ ଅର୍ଶ ଓ ଜାଦୁ ଓ କୁଣ୍ଡିଆ ଦ୍ୱାରା ଆଘାତ କରିବେ, ଏହି ସବୁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।
ଦିତୀୟ ବିବରଣ 28 : 28 (IRVOR)
ସଦାପ୍ରଭୁ ତୁମ୍ଭକୁ ଉନ୍ମାଦ ଓ ଅନ୍ଧତା ଓ ଚିତ୍ତର ସ୍ତବ୍ଧତା ଦ୍ୱାରା ଆଘାତ କରିବେ।
ଦିତୀୟ ବିବରଣ 28 : 29 (IRVOR)
ତହିଁରେ ଅନ୍ଧ ଅନ୍ଧକାରରେ ଦରାଣ୍ଡି ହେଲା ପରି ତୁମ୍ଭେ ମଧ୍ୟାହ୍ନ ସମୟରେ ଦରାଣ୍ଡି ବୁଲିବ ଓ ତୁମ୍ଭେ ଆପଣା ପଥରେ କୃତକାର୍ଯ୍ୟ ହେବ ନାହିଁ; ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ ଅପହୃତ ହେବ, କେହି ତୁମ୍ଭକୁ ଉଦ୍ଧାର କରିବାକୁ ନ ଥିବ।
ଦିତୀୟ ବିବରଣ 28 : 30 (IRVOR)
ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ,
ଦିତୀୟ ବିବରଣ 28 : 31 (IRVOR)
ତୁମ୍ଭ ଗୋରୁ ତୁମ୍ଭ ଆଗରେ ହତ ହେବ, ମାତ୍ର ତୁମ୍ଭେ ତାହାର ମାଂସ ଭୋଜନ କରି ପାରିବ ନାହିଁ; ତୁମ୍ଭ ଗର୍ଦ୍ଦଭ ତୁମ୍ଭ ସାକ୍ଷାତରେ ବଳପୂର୍ବକ ନିଆଯିବ, ମାତ୍ର ତାହା ତୁମ୍ଭକୁ ଫେରାଇ ଦିଆଯିବ ନାହିଁ; ତୁମ୍ଭ ମେଷ ତୁମ୍ଭ ଶତ୍ରୁମାନଙ୍କୁ ଦିଆଯିବ, ମାତ୍ର ଉଦ୍ଧାର କରିବାକୁ କେହି ତୁମ୍ଭର ନ ଥିବ।
ଦିତୀୟ ବିବରଣ 28 : 32 (IRVOR)
ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ।
ଦିତୀୟ ବିବରଣ 28 : 33 (IRVOR)
ତୁମ୍ଭର ଅଜ୍ଞାତ ଏକ ଗୋଷ୍ଠୀ ତୁମ୍ଭ ଭୂମିର ଓ ତୁମ୍ଭ ସକଳ ପରିଶ୍ରମର ଫଳ ଭୋଗ କରିବ; ପୁଣି ତୁମ୍ଭେ ସର୍ବଦା କେବଳ ଉପଦ୍ରବଗ୍ରସ୍ତ ଓ କ୍ଲେଶପ୍ରାପ୍ତ ହେବ।
ଦିତୀୟ ବିବରଣ 28 : 34 (IRVOR)
ତୁମ୍ଭର ଚକ୍ଷୁ ଯାହା ଦେଖିବ, ତହିଁ ସକାଶୁ ତୁମ୍ଭେ ପାଗଳ ହେବ।
ଦିତୀୟ ବିବରଣ 28 : 35 (IRVOR)
ସଦାପ୍ରଭୁ ତୁମ୍ଭର ଜାନୁ, ଜଙ୍ଘ ଓ ତଳିପାରୁ ମସ୍ତକ ପର୍ଯ୍ୟନ୍ତ ବ୍ୟଥାଦାୟୀ ବଥ ଦ୍ୱାରା ତୁମ୍ଭକୁ ଆଘାତ କରିବେ, ତହିଁରୁ ତୁମ୍ଭେ ସୁସ୍ଥ ହୋଇ ପାରିବ ନାହିଁ।
ଦିତୀୟ ବିବରଣ 28 : 36 (IRVOR)
ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।
ଦିତୀୟ ବିବରଣ 28 : 37 (IRVOR)
ପୁଣି, ସଦାପ୍ରଭୁ ତୁମ୍ଭକୁ ଯେଉଁ ସବୁ ଗୋଷ୍ଠୀୟ ଲୋକଙ୍କ ମଧ୍ୟକୁ ନେଇଯିବେ, ସେମାନଙ୍କ ନିକଟରେ ତୁମ୍ଭେ ଆଶଙ୍କାର, ଗଳ୍ପର ଓ ଉପହାସର ବିଷୟ ହେବ।
ଦିତୀୟ ବିବରଣ 28 : 38 (IRVOR)
ତୁମ୍ଭେ କ୍ଷେତ୍ରକୁ ବହୁତ ବିହନ ବହି ନେବ, ମାତ୍ର ଅଳ୍ପ ସଂଗ୍ରହ କରିବ; କାରଣ ପଙ୍ଗପାଳ ତାହା ଖାଇ ପକାଇବ।
ଦିତୀୟ ବିବରଣ 28 : 39 (IRVOR)
ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ରୋପି ପ୍ରସ୍ତୁତ କରିବ, ମାତ୍ର ଦ୍ରାକ୍ଷାରସ ପାନ କରିବାକୁ କି ଦ୍ରାକ୍ଷାଫଳ ସଂଗ୍ରହ କରିବାକୁ ପାଇବ ନାହିଁ; କାରଣ ପୋକ ତାହା ଖାଇ ପକାଇବ।
ଦିତୀୟ ବିବରଣ 28 : 40 (IRVOR)
ତୁମ୍ଭର ସମସ୍ତ ସୀମାରେ ଜୀତବୃକ୍ଷ ହେବ, ମାତ୍ର ତୁମ୍ଭେ ଆପେ ତୈଳ ମର୍ଦ୍ଦନ କରିବାକୁ ପାଇବ ନାହିଁ; କାରଣ ତୁମ୍ଭ ଜୀତବୃକ୍ଷର ଫଳ ଝଡ଼ି ପଡ଼ିବ।
ଦିତୀୟ ବିବରଣ 28 : 41 (IRVOR)
ତୁମ୍ଭେ ପୁତ୍ର ଓ କନ୍ୟା ଜନ୍ମ କରିବ, ମାତ୍ର ସେମାନେ ତୁମ୍ଭର ହେବେ ନାହିଁ; କାରଣ ସେମାନେ ବନ୍ଦୀ ହୋଇ ଯିବେ।
ଦିତୀୟ ବିବରଣ 28 : 42 (IRVOR)
ତୁମ୍ଭର ସମୁଦାୟ ବୃକ୍ଷ ଓ ଭୂମିର ଫଳ ପଙ୍ଗପାଳ ନଷ୍ଟ କରିବ।
ଦିତୀୟ ବିବରଣ 28 : 43 (IRVOR)
ତୁମ୍ଭ ମଧ୍ୟବର୍ତ୍ତୀ ବିଦେଶୀ ଲୋକ ତୁମ୍ଭଠାରୁ ଆହୁରି ଆହୁରି ଉପରକୁ ଉଠିବ, ମାତ୍ର ତୁମ୍ଭେ ଆହୁରି ଆହୁରି ତଳକୁ ଆସିବ।
ଦିତୀୟ ବିବରଣ 28 : 44 (IRVOR)
ସେ ତୁମ୍ଭକୁ ଋଣ ଦେବ, ମାତ୍ର ତୁମ୍ଭେ ତାହାକୁ ଋଣ ଦେଇ ପାରିବ ନାହିଁ; ସେ ମସ୍ତକ ହେବ, ତୁମ୍ଭେ ଲାଙ୍ଗୁଳ ହେବ।
ଦିତୀୟ ବିବରଣ 28 : 45 (IRVOR)
ଆଉ ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ଏହିସବୁ ଅଭିଶାପ ତୁମ୍ଭ ଉପରକୁ ଆସିବ, ତୁମ୍ଭ ପଛେ ପଛେ ଗୋଡ଼ାଇବ ଓ ତୁମ୍ଭ ସଙ୍ଗ ଧରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣାର ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କଲେ, ତାହା ପାଳନ କରିବା ପାଇଁ ତୁମ୍ଭେ ତାହାଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
ଦିତୀୟ ବିବରଣ 28 : 46 (IRVOR)
ଆଉ ସେହି ସବୁ ଅଭିଶାପ ତୁମ୍ଭ ଉପରେ ଓ ଯୁଗାନୁକ୍ରମେ ତୁମ୍ଭ ବଂଶ ଉପରେ ଚିହ୍ନ ଓ ଆଶ୍ଚର୍ଯ୍ୟକର୍ମ ସ୍ୱରୂପ ହୋଇ ରହିବ;
ଦିତୀୟ ବିବରଣ 28 : 47 (IRVOR)
କାରଣ ତୁମ୍ଭେ ସର୍ବ ପ୍ରକାର ସମ୍ପତ୍ତି ବହୁଳ ରୂପେ ପାଇଲେ ହେଁ ଆନନ୍ଦରେ ଓ ପ୍ରଫୁଲ୍ଲ ଚିତ୍ତରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ସେବା କଲ ନାହିଁ।
ଦିତୀୟ ବିବରଣ 28 : 48 (IRVOR)
ଏହେତୁ ସଦାପ୍ରଭୁ ଯେଉଁ ଶତ୍ରୁମାନଙ୍କୁ ତୁମ୍ଭ ବିରୁଦ୍ଧରେ ପଠାଇବେ, ତୁମ୍ଭେ କ୍ଷୁଧାରେ, ତୃଷାରେ, ଉଲଙ୍ଗତାରେ ଓ ସର୍ବ ପ୍ରକାର ଅଭାବରେ ସେମାନଙ୍କର ଦାସ୍ୟକର୍ମ କରିବ; ଆଉ ଶତ୍ରୁ [* ଅର୍ଥାତ୍ ସଦାପ୍ରଭୁ] ତୁମ୍ଭକୁ ବିନଷ୍ଟ କରିବା ପର୍ଯ୍ୟନ୍ତ ତୁମ୍ଭ କାନ୍ଧରେ ଲୁହାର ଯୁଆଳି ଦେବ।
ଦିତୀୟ ବିବରଣ 28 : 49 (IRVOR)
ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
ଦିତୀୟ ବିବରଣ 28 : 50 (IRVOR)
ସେହି ଗୋଷ୍ଠୀ ଭୟଙ୍କର ବଦନବିଶିଷ୍ଟ, ସେ ବୃଦ୍ଧର ମୁଖାପେକ୍ଷା କରିବ ନାହିଁ, କିଅବା ଯୁବାକୁ ଦୟା କରିବ ନାହିଁ।
ଦିତୀୟ ବିବରଣ 28 : 51 (IRVOR)
ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।
ଦିତୀୟ ବିବରଣ 28 : 52 (IRVOR)
ଆଉ ତୁମ୍ଭର ସମୁଦାୟ ଦେଶସ୍ଥ ଯେଉଁ ସମସ୍ତ ଉଚ୍ଚ ଓ ଦୁର୍ଗମ ପ୍ରାଚୀରରେ ତୁମ୍ଭେ ଭରସା ରଖିଲ, ତାହାସବୁ ପତିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭର ସମସ୍ତ ନଗରଦ୍ୱାରରେ ତୁମ୍ଭକୁ ଅବରୋଧ କରିବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେଇଅଛନ୍ତି, ତହିଁର ସମସ୍ତ ନଗରଦ୍ୱାରରେ ସେ ତୁମ୍ଭକୁ ଅବରୋଧ କରିବ।
ଦିତୀୟ ବିବରଣ 28 : 53 (IRVOR)
ଅବରୋଧ କାଳେ ଓ ତୁମ୍ଭ ଶତ୍ରୁମାନେ ତୁମ୍ଭକୁ ଯେଉଁ ବିପଦରେ ପକାଇବେ, ସେହି ସମୟରେ ତୁମ୍ଭେ ନିଜ ଶରୀରର ଫଳ, ଅର୍ଥାତ୍‍, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦତ୍ତ ନିଜ ପୁତ୍ର ଓ ନିଜ କନ୍ୟାମାନଙ୍କ ମାଂସ ଖାଇବ।
ଦିତୀୟ ବିବରଣ 28 : 54 (IRVOR)
ସେହି ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଥିବା ଲୋକ କୋମଳ ଓ ଅତି ସୁକୁମାର ଆପଣା ଭାଇ ପ୍ରତି ଓ ଆପଣା ବକ୍ଷଃସ୍ଥାୟିନୀ ଭାର୍ଯ୍ୟା ପ୍ରତି ଓ ଆପଣାର ଅବଶିଷ୍ଟ ରହିଥିବା ସନ୍ତାନମାନଙ୍କ ପ୍ରତି ଏପରି କୁଦୃଷ୍ଟି କରିବ,
ଦିତୀୟ ବିବରଣ 28 : 55 (IRVOR)
ଯେ ତାହାର କିଛିମାତ୍ର ନ ଥିବାରୁ ସେ ଆପଣାର ଯେଉଁ ସନ୍ତାନର ମାଂସ ଖାଇବ, ତହିଁରୁ ସେମାନଙ୍କର କାହାରିକୁ କିଛି ଦେବ ନାହିଁ।
ଦିତୀୟ ବିବରଣ 28 : 56 (IRVOR)
ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;
ଦିତୀୟ ବିବରଣ 28 : 57 (IRVOR)
ଆହୁରି ଆପଣା ଦୁଇ ପାଦ ମଧ୍ୟରୁ ନିର୍ଗତ ଗର୍ଭପୁଷ୍ପ ପ୍ରତି ଓ ଆପଣା ଜନ୍ମ କରିଥିବା ସନ୍ତାନମାନଙ୍କ ପ୍ରତି (କୁଦୃଷ୍ଟି କରିବ), କାରଣ ସବୁ ବିଷୟର ଅଭାବ ସକାଶୁ ସେ ସେମାନଙ୍କୁ ଗୋପନରେ ଖାଇବ।
ଦିତୀୟ ବିବରଣ 28 : 58 (IRVOR)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;
ଦିତୀୟ ବିବରଣ 28 : 59 (IRVOR)
ତେବେ ସଦାପ୍ରଭୁ ତୁମ୍ଭର ଆଘାତ ଓ ତୁମ୍ଭ ବଂଶର ଆଘାତ, ଅର୍ଥାତ୍‍, ମହତ୍ ଓ ଚିରସ୍ଥାୟୀ ଆଘାତ, ପୁଣି ବ୍ୟଥାଜନକ ଓ ଚିରସ୍ଥାୟୀ ରୋଗ ଆଶ୍ଚର୍ଯ୍ୟ ରୂପ କରିବେ।
ଦିତୀୟ ବିବରଣ 28 : 60 (IRVOR)
ପୁଣି ତୁମ୍ଭେ ଯେଉଁ ମିସ୍ରୀୟ ମହାବ୍ୟାଧି ବିଷୟରେ ଭୀତ ହେଲ, ତାହାସବୁ ସେ ପୁନର୍ବାର ତୁମ୍ଭ ପ୍ରତି ଘଟାଇବେ; ତାହାସବୁ ତୁମ୍ଭଠାରେ ଲାଗି ରହିବ।
ଦିତୀୟ ବିବରଣ 28 : 61 (IRVOR)
ମଧ୍ୟ ଏହି ବ୍ୟବସ୍ଥା-ପୁସ୍ତକରେ ଲେଖା ନ ଥିବା ସମସ୍ତ ରୋଗ ଓ ଆଘାତ ତୁମ୍ଭର ବିନାଶ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପ୍ରତି ଘଟାଇବେ।
ଦିତୀୟ ବିବରଣ 28 : 62 (IRVOR)
ତହିଁରେ ତୁମ୍ଭେମାନେ ବହୁସଂଖ୍ୟକ ସକାଶୁ ଆକାଶର ତାରାଗଣ ପରି ହେଲେ ମଧ୍ୟ ଅଳ୍ପସଂଖ୍ୟକ ହୋଇ ରହିବ; ଯେହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କଲ ନାହିଁ।
ଦିତୀୟ ବିବରଣ 28 : 63 (IRVOR)
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।
ଦିତୀୟ ବିବରଣ 28 : 64 (IRVOR)
ପୁଣି, ସଦାପ୍ରଭୁ ପୃଥିବୀର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ସମସ୍ତ ଗୋଷ୍ଠୀ ମଧ୍ୟରେ ତୁମ୍ଭକୁ ଛିନ୍ନଭିନ୍ନ କରିବେ; ଆଉ ସେଠାରେ ତୁମ୍ଭେ ଆପଣାର ଓ ଆପଣା ପୂର୍ବପୁରୁଷଗଣର ଅଜ୍ଞାତ କାଷ୍ଠ ଓ ପ୍ରସ୍ତରମୟ ଅନ୍ୟ ଦେବତାଗଣର ସେବା କରିବ।
ଦିତୀୟ ବିବରଣ 28 : 65 (IRVOR)
ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍‍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।
ଦିତୀୟ ବିବରଣ 28 : 66 (IRVOR)
ତୁମ୍ଭ ଜୀବନ ତୁମ୍ଭ ସାକ୍ଷାତରେ ସଂଶୟରେ ଦୋହଲିବ ପୁଣି, ତୁମ୍ଭେ ରାତି ଓ ଦିନ ଆଶଙ୍କା କରିବ ଓ ତୁମ୍ଭ ଜୀବନ ଉପରେ ତୁମ୍ଭେ ନିର୍ଭର କରି ପାରିବ ନାହିଁ;
ଦିତୀୟ ବିବରଣ 28 : 67 (IRVOR)
ତୁମ୍ଭେ ଯେଉଁ ଆଶଙ୍କା କରିବ, ତୁମ୍ଭ ହୃଦୟର ସେହି ଆଶଙ୍କା ସକାଶୁ ଓ ତୁମ୍ଭେ ଯାହା ଦେଖିବ, ତୁମ୍ଭ ଚକ୍ଷୁର ସେହି ଦର୍ଶନ ସକାଶୁ ସକାଳ ହେଲେ ତୁମ୍ଭେ କହିବ, ଆହା, ସନ୍ଧ୍ୟା ହୁଅନ୍ତା କି ! ପୁଣି ସନ୍ଧ୍ୟା ହେଲେ ତୁମ୍ଭେ କହିବ, ଆହା, ସକାଳ ହୁଅନ୍ତା କି !
ଦିତୀୟ ବିବରଣ 28 : 68 (IRVOR)
ଆଉ ଯେଉଁ ପଥ ବିଷୟରେ ମୁଁ ତୁମ୍ଭକୁ କହିଲି ଯେ, “ତୁମ୍ଭେ ଆଉ ତାହା ଦେଖିବ ନାହିଁ, ସଦାପ୍ରଭୁ ସେହି ପଥ ଦେଇ ଜାହାଜରେ ପୁନର୍ବାର ମିସରକୁ ତୁମ୍ଭକୁ ଆଣିବେ; ପୁଣି, ସେଠାରେ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କ ହସ୍ତରେ ଆପଣା ଆପଣାକୁ ଦାସ ଓ ଦାସୀ ରୂପେ ବିକିବ, ମାତ୍ର କେହି ତୁମ୍ଭମାନଙ୍କୁ କିଣିବ ନାହିଁ।” [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68

BG:

Opacity:

Color:


Size:


Font: