ଦିତୀୟ ବିବରଣ 3 : 1 (IRVOR)
ଏଉତ୍ତାରେ ଆମ୍ଭେମାନେ ଫେରି ବାଶନର ପଥ ଦେଇ ଗମନ କଲୁ; ତହିଁରେ ବାଶନର ରାଜା ଓଗ୍‍ ଅାସି ଅାକ୍ରମଣ କଲେ, ପୁଣି ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ବାହାରି ଇଦ୍ରିୟୀକୁ ଆସିଲେ।
ଦିତୀୟ ବିବରଣ 3 : 2 (IRVOR)
ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତୁମ୍ଭେ ଯେପରି ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନ ପ୍ରତି କରିଅଛ, ସେପରି ତାହା ପ୍ରତି ମଧ୍ୟ କରିବ।
ଦିତୀୟ ବିବରଣ 3 : 3 (IRVOR)
ଏହିରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ମଧ୍ୟ ବାଶନ-ରାଜା ଓଗ୍‍କୁ ଓ ତାହାର ସମସ୍ତ ପ୍ରଜାଙ୍କୁ ଆମ୍ଭମାନଙ୍କ ହସ୍ତରେ ସମର୍ପଣ କଲେ; ତହିଁରେ ଆମ୍ଭେମାନେ ତାହାକୁ ଏପରି ପରାଜୟ କଲୁ ଯେ, ତାହାର କେହି ଅବଶିଷ୍ଟ ରହିଲା ନାହିଁ।
ଦିତୀୟ ବିବରଣ 3 : 4 (IRVOR)
ସେସମୟରେ ଆମ୍ଭେମାନେ ତାହାର ସମସ୍ତ ନଗର ହସ୍ତଗତ କଲୁ, ସେମାନଙ୍କଠାରୁ ଯାହା ହସ୍ତଗତ ନ କଲୁ, ଏପରି ଗୋଟିଏ ନଗର ରହିଲା ନାହିଁ; ଷାଠିଏ ନଗର, ଅର୍ଗୋବର ସମସ୍ତ ଅଞ୍ଚଳ, ଅର୍ଥାତ୍‍, ବାଶନସ୍ଥ ଓଗ୍‍ର ରାଜ୍ୟ (ହସ୍ତଗତ କଲୁ)।
ଦିତୀୟ ବିବରଣ 3 : 5 (IRVOR)
ସେହିସବୁ ନଗର ଉଚ୍ଚ ପ୍ରାଚୀର ଓ ଦ୍ୱାର ଓ ଅର୍ଗଳରେ ସୁରକ୍ଷିତ ଥିଲା; ତାହା ଛଡ଼ା ଅନେକ ପ୍ରାଚୀରହୀନ ନଗର ଥିଲା।
ଦିତୀୟ ବିବରଣ 3 : 6 (IRVOR)
ଆମ୍ଭେମାନେ ହିଷ୍‍ବୋନ-ରାଜା ସୀହୋନ ପ୍ରତି ଯେରୂପ କରିଥିଲୁ, ସେରୂପ ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ, ସ୍ତ୍ରୀ ଓ ବାଳକ ସମେତ ପ୍ରତ୍ୟେକ ବସତି ନଗର ସମ୍ପୂର୍ଣ୍ଣ ରୂପେ ବିନଷ୍ଟ କଲୁ।
ଦିତୀୟ ବିବରଣ 3 : 7 (IRVOR)
ମାତ୍ର ଆମ୍ଭେମାନେ ସମସ୍ତ ପଶୁ ଓ ନଗରର ଲୁଟିତ ଦ୍ରବ୍ୟାଦି ଆପଣାମାନଙ୍କ ନିମନ୍ତେ ଲୁଟ ସ୍ୱରୂପେ ଗ୍ରହଣ କଲୁ।
ଦିତୀୟ ବିବରଣ 3 : 8 (IRVOR)
ସେହି ସମୟରେ ଆମ୍ଭେମାନେ ଯର୍ଦ୍ଦନର ପୂର୍ବପାରିସ୍ଥ ଇମୋରୀୟମାନଙ୍କ ଦୁଇ ରାଜାଙ୍କର ହସ୍ତରୁ ଅର୍ଣ୍ଣୋନ-ଉପତ୍ୟକାଠାରୁ ହର୍ମୋଣ ପର୍ବତ ପର୍ଯ୍ୟନ୍ତ ସମସ୍ତ ଦେଶ ହସ୍ତଗତ କଲୁ।
ଦିତୀୟ ବିବରଣ 3 : 9 (IRVOR)
(ସୀଦୋନୀୟମାନେ ସେହି ହର୍ମୋଣ ପର୍ବତକୁ ସିରିୟୋନ କହନ୍ତି ଓ ଇମୋରୀୟମାନେ ତାହାକୁ ସନୀର୍‍ କହନ୍ତି)।
ଦିତୀୟ ବିବରଣ 3 : 10 (IRVOR)
ଆମ୍ଭେମାନେ ସମଭୂମିର ସମସ୍ତ ନଗର ଓ ସଲଖା ଓ ଇଦ୍ରିୟୀ ପର୍ଯ୍ୟନ୍ତ ସମସ୍ତ ଗିଲୀୟଦ ଓ ସମସ୍ତ ବାଶନ, ଅର୍ଥାତ୍‍, ବାଶନସ୍ଥିତ ଓଗ୍‍ ରାଜ୍ୟର ସମସ୍ତ ନଗର ହସ୍ତଗତ କଲୁ।
ଦିତୀୟ ବିବରଣ 3 : 11 (IRVOR)
(ଅବଶିଷ୍ଟ ରଫାୟୀୟମାନଙ୍କ ମଧ୍ୟରୁ କେବଳ ବାଶନ-ରାଜା ଓଗ୍‍ ଅବଶିଷ୍ଟ ରହିଲା, ଦେଖ, ତାହାର ଖଟ ଲୌହମୟ ଖଟ; ତାହା କି ଅମ୍ମୋନ-ସନ୍ତାନଗଣର ରବ୍ବାରେ ନାହିଁ ? ମନୁଷ୍ୟ-ହସ୍ତର ପରିମାଣାନୁସାରେ ତାହା ଲମ୍ବାରେ ନଅ ହାତ ଓ ଓସାରରେ ଚାରି ହାତ)।
ଦିତୀୟ ବିବରଣ 3 : 12 (IRVOR)
ଏହି ସମୟରେ ଆମ୍ଭେମାନେ ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ସେହି ସମସ୍ତ ଦେଶ ଅଧିକାର କଲୁ; ତହିଁରେ ମୁଁ ଗିଲୀୟଦର ପର୍ବତମୟ ଦେଶର ଅର୍ଦ୍ଧେକ ଓ ତହିଁର ନଗରସବୁ ରୁବେନୀୟମାନଙ୍କୁ ଓ ଗାଦୀୟମାନଙ୍କୁ ଦେଲି।
ଦିତୀୟ ବିବରଣ 3 : 13 (IRVOR)
ପୁଣି ମୁଁ ଗିଲୀୟଦର ଅବଶିଷ୍ଟ ଅଂଶ ଓ ସମସ୍ତ ବାଶନ, ଅର୍ଥାତ୍‍, ଓଗ୍‍ର ରାଜ୍ୟ, ବିଶେଷରେ ସମୁଦାୟ ବାଶନ ସହିତ ଅର୍ଗୋବର ସମସ୍ତ ଅଞ୍ଚଳ ମନଃଶିର ଅର୍ଦ୍ଧ ବଂଶକୁ ଦେଲି (ତାହା ରଫାୟୀୟ ଦେଶ ବୋଲି ବିଖ୍ୟାତ।
ଦିତୀୟ ବିବରଣ 3 : 14 (IRVOR)
ମନଃଶିର ପୁତ୍ର ଯାୟୀର, ଗଶୂରୀୟ ଓ ମାଖାଥୀୟ ସୀମା ପର୍ଯ୍ୟନ୍ତ ଅର୍ଗୋବର ସମସ୍ତ ଅଞ୍ଚଳ ହସ୍ତଗତ କରି ଆପଣା ନାମାନୁସାରେ ଆଜି ପର୍ଯ୍ୟନ୍ତ ବାଶନ ଦେଶର ସେହି ସମସ୍ତ ସ୍ଥାନର ନାମ ହବୋତ୍‍-ଯାୟୀର [* ଅର୍ଥାତ୍ ଯାୟୀରର ବାସସ୍ଥାନ] ରଖିଲା)।
ଦିତୀୟ ବିବରଣ 3 : 15 (IRVOR)
ପୁଣି ମୁଁ ମାଖୀରକୁ ଗିଲୀୟଦ ଦେଲି।
ଦିତୀୟ ବିବରଣ 3 : 16 (IRVOR)
ଆଉ ଗିଲୀୟଦଠାରୁ ଅର୍ଣ୍ଣୋନ-ଉପତ୍ୟକା, ଅର୍ଥାତ୍‍, ଉପତ୍ୟକାର ମଧ୍ୟସ୍ଥାନ ଓ ତହିଁର ସୀମା ସମେତ, ପୁଣି ସେହିଠାରୁ ଅମ୍ମୋନ-ସନ୍ତାନଗଣର ସୀମା ଯବ୍ବୋକ୍‍ ନଦୀ ପର୍ଯ୍ୟନ୍ତ;
ଦିତୀୟ ବିବରଣ 3 : 17 (IRVOR)
ଆଉ କିନ୍ନେରତ୍‍ଠାରୁ ପାଦଭୂମିସ୍ଥ ସମୁଦ୍ର, ଅର୍ଥାତ୍‍, ପିସ୍‍ଗାର ଅଧଃସ୍ଥିତ ଲବଣ ସମୁଦ୍ର ପର୍ଯ୍ୟନ୍ତ ପୂର୍ବ ଦିଗବର୍ତ୍ତୀ ପଦାଭୂମି ଓ ଯର୍ଦ୍ଦନ ଓ ତହିଁର ଅଞ୍ଚଳ ରୁବେନୀୟ ଓ ଗାଦୀୟ ଲୋକମାନଙ୍କୁ ଦେଲି।
ଦିତୀୟ ବିବରଣ 3 : 18 (IRVOR)
ଏଥିଉତ୍ତାରେ ମୁଁ ସେହି ସମୟରେ ତୁମ୍ଭମାନଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଧିକାରାର୍ଥେ ତୁମ୍ଭମାନଙ୍କୁ ଏହି ଦେଶ ଦେଇ ଅଛନ୍ତି; ତୁମ୍ଭମାନଙ୍କ ମଧ୍ୟରୁ ସମସ୍ତ ବୀରପୁରୁଷ ସସଜ୍ଜ ହୋଇ ତୁମ୍ଭମାନଙ୍କ ଭ୍ରାତୃଗଣ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପାର ହୋଇଯିବେ।
ଦିତୀୟ ବିବରଣ 3 : 19 (IRVOR)
ମାତ୍ର ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ନଗର ଦେଇଅଛି, ସେହିସବୁ ନଗରରେ ତୁମ୍ଭମାନଙ୍କ ଭାର୍ଯ୍ୟା ଓ ବାଳକଗଣ ଓ ପଶୁମାନେ ବାସ କରିବେ; କାରଣ ମୁଁ ଜାଣେ, ତୁମ୍ଭମାନଙ୍କର ଅନେକ ପଶୁ ଅଛି।
ଦିତୀୟ ବିବରଣ 3 : 20 (IRVOR)
ଏଉତ୍ତାରେ ସଦାପ୍ରଭୁ ତୁମ୍ଭମାନଙ୍କ ଭ୍ରାତୃଗଣକୁ ତୁମ୍ଭମାନଙ୍କ ତୁଲ୍ୟ ବିଶ୍ରାମ ଦେଲେ ଓ ଯର୍ଦ୍ଦନର ସେପାରିରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଯେଉଁ ଦେଶ ସେମାନଙ୍କୁ ଦେବେ, ସେମାନେ ମଧ୍ୟ ସେହି ଦେଶ ଅଧିକାର କଲେ ତୁମ୍ଭେମାନେ ପ୍ରତ୍ୟେକେ ମୋହର ଦତ୍ତ ଆପଣା ଆପଣା ଅଧିକାରକୁ ଫେରିଯିବ।”
ଦିତୀୟ ବିବରଣ 3 : 21 (IRVOR)
ଆଉ ମୁଁ ସେହି ସମୟରେ ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲି, “ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଏହି ଦୁଇ ରାଜାଙ୍କ ପ୍ରତି ଯାହା କରିଅଛନ୍ତି, ତୁମ୍ଭେ ତାହା ସ୍ୱଚକ୍ଷୁରେ ଦେଖିଅଛ; ତୁମ୍ଭେ ପାର ହୋଇ ଯେଉଁ ଯେଉଁ ରାଜ୍ୟ ବିରୁଦ୍ଧରେ ଯାଉଅଛ, ସେସବୁ ରାଜ୍ୟ ପ୍ରତି ସଦାପ୍ରଭୁ ତଦ୍ରୂପ କରିବେ।
ଦିତୀୟ ବିବରଣ 3 : 22 (IRVOR)
ତୁମ୍ଭେମାନେ ସେମାନଙ୍କୁ ଭୟ କରିବ ନାହିଁ; କାରଣ ଯେ ତୁମ୍ଭମାନଙ୍କ ସପକ୍ଷରେ ଯୁଦ୍ଧ କରନ୍ତି, ସେହି ସଦାପ୍ରଭୁ ତ ତୁମ୍ଭମାନଙ୍କ ପରମେଶ୍ୱର ଅଟନ୍ତି।” [PS]
ଦିତୀୟ ବିବରଣ 3 : 23 (IRVOR)
{କିଣାନରେ ମୋଶାଙ୍କୁ ନିଷେଧ} [PS] ସେହି ସମୟରେ ମୁଁ ସଦାପ୍ରଭୁଙ୍କୁ ବିନତି କରି କହିଲି,
ଦିତୀୟ ବିବରଣ 3 : 24 (IRVOR)
“ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି ?
ଦିତୀୟ ବିବରଣ 3 : 25 (IRVOR)
ମୁଁ ବିନୟ କରୁଅଛି, ମୋତେ ସେପାରିକି ଯିବାକୁ ଓ ଯର୍ଦ୍ଦନର ସେପାରିସ୍ଥିତ ସେହି ଉତ୍ତମ ଦେଶ, ସେହି ରମଣୀୟ ପର୍ବତ ଓ ଲିବାନୋନ ଦେଖିବାକୁ ଦିଅ।”
ଦିତୀୟ ବିବରଣ 3 : 26 (IRVOR)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ସକାଶୁ ମୋ’ ଉପରେ କ୍ରୋଧ କଲେ ଓ ମୋ’ କଥା ଶୁଣିଲେ ନାହିଁ; ଆଉ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭର ଯଥେଷ୍ଟ ହେଲାଣି ଏ ବିଷୟରେ ଆମ୍ଭକୁ ଆଉ କୁହ ନାହିଁ।
ଦିତୀୟ ବିବରଣ 3 : 27 (IRVOR)
ପିସ୍‍ଗାର ଶୃଙ୍ଗକୁ ଚଢ଼ି ଯାଅ, ଆଉ ପଶ୍ଚିମ ଓ ଉତ୍ତର ଓ ଦକ୍ଷିଣ ଓ ପୂର୍ବ ଆଡ଼େ ଅନାଇ ଦେଖ ଓ ଆପଣା ଚକ୍ଷୁରେ ତାହା ନିରୀକ୍ଷଣ କର; କାରଣ ତୁମ୍ଭେ ଏହି ଯର୍ଦ୍ଦନ ପାର ହେବ ନାହିଁ।
ଦିତୀୟ ବିବରଣ 3 : 28 (IRVOR)
ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।
ଦିତୀୟ ବିବରଣ 3 : 29 (IRVOR)
ଏହିରୂପେ ଆମ୍ଭେମାନେ ବେଥ୍-ପିୟୋର ସମ୍ମୁଖସ୍ଥିତ ଉପତ୍ୟକାରେ ବାସ କଲୁ। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: