ଦିତୀୟ ବିବରଣ 34 : 1 (IRVOR)
ମୋଶାଙ୍କ ମୃତ୍ୟୁୁ ଏଥିଉତ୍ତାରେ ମୋଶା ମୋୟାବ ପଦାରୁ ନବୋ ପର୍ବତକୁ, ଅର୍ଥାତ୍‍, ଯିରୀହୋ ସମ୍ମୁଖସ୍ଥିତ ପିସ୍‍ଗା ଶୃଙ୍ଗ ଆରୋହଣ କଲେ। ତହିଁରେ ସଦାପ୍ରଭୁ ଗିଲୀୟଦଠାରୁ ଦାନ୍ ପର୍ଯ୍ୟନ୍ତ ସବୁ ଦେଶ;
ଦିତୀୟ ବିବରଣ 34 : 2 (IRVOR)
ପୁଣି, ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ନପ୍ତାଲି ଓ ଇଫ୍ରୟିମ ଓ ମନଃଶି ଓ ଯିହୁଦାର ସମସ୍ତ ଦେଶ;
ଦିତୀୟ ବିବରଣ 34 : 3 (IRVOR)
ଆଉ ସୋୟର ପର୍ଯ୍ୟନ୍ତ ଦକ୍ଷିଣ ଦେଶ ଓ ଖର୍ଜ୍ଜୁରପୁର-ଯିରୀହୋ ଦେଶସ୍ଥ ଉପତ୍ୟକାର ପଦା ଦେଖାଇଲେ।
ଦିତୀୟ ବିବରଣ 34 : 4 (IRVOR)
ପୁଣି, ସଦାପ୍ରଭୁ ତାଙ୍କୁ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା ବୋଲି ଯେଉଁ ଦେଶ ବିଷୟରେ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରି କହିଥିଲୁ, ସେହି ଦେଶ ଏହି; ଆମ୍ଭେ ତାହା ତୁମ୍ଭକୁ ସ୍ୱଚକ୍ଷୁରେ ଦେଖାଇଲୁ, ମାତ୍ର ତୁମ୍ଭେ ପାର ହୋଇ ସେଠାକୁ ଯିବ ନାହିଁ।”
ଦିତୀୟ ବିବରଣ 34 : 5 (IRVOR)
ତହୁଁ ସଦାପ୍ରଭୁଙ୍କ ସେବକ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେହି ସ୍ଥାନରେ ମୋୟାବ ଦେଶରେ ମଲେ।
ଦିତୀୟ ବିବରଣ 34 : 6 (IRVOR)
ପୁଣି, ସେ ମୋୟାବ ଦେଶରେ ବେଥ୍-ପିୟୋର ସମ୍ମୁଖସ୍ଥ ଉପତ୍ୟକାରେ ତାଙ୍କୁ କବର ଦେଲେ; ମାତ୍ର ଆଜି ପର୍ଯ୍ୟନ୍ତ ତାଙ୍କର କବରସ୍ଥାନ କେହି ଜାଣେ ନାହିଁ।
ଦିତୀୟ ବିବରଣ 34 : 7 (IRVOR)
ମରଣ କାଳରେ ମୋଶାଙ୍କୁ ଏକ ଶହ କୋଡ଼ିଏ ବର୍ଷ ବୟସ ହୋଇଥିଲା; ତାଙ୍କର ଚକ୍ଷୁ ଧନ୍ଦଳା ହୋଇ ନ ଥିଲା କିଅବା ତାଙ୍କର ସ୍ୱାଭାବିକ ବଳ ହ୍ରାସ ପାଇ ନ ଥିଲା।
ଦିତୀୟ ବିବରଣ 34 : 8 (IRVOR)
ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।
ଦିତୀୟ ବିବରଣ 34 : 9 (IRVOR)
ମୋଶା ନୂନର ପୁତ୍ର ଯିହୋଶୂୟଙ୍କର ମସ୍ତକରେ ହସ୍ତାର୍ପଣ କରିଥିବାରୁ ସେ ଜ୍ଞାନଦାୟକ ଆତ୍ମାରେ ପରିପୂର୍ଣ୍ଣ ଥିଲେ; ପୁଣି ଇସ୍ରାଏଲ ସନ୍ତାନଗଣ ତାଙ୍କର କଥା ଶୁଣି ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କରିବାକୁ ଲାଗିଲେ।
ଦିତୀୟ ବିବରଣ 34 : 10 (IRVOR)
ମାତ୍ର ସଦାପ୍ରଭୁ ଯାହା ସଙ୍ଗେ ମୁଖାମୁଖି ଆଳାପ କରିଥିଲେ
ଦିତୀୟ ବିବରଣ 34 : 11 (IRVOR)
ଓ ଯାହାଙ୍କୁ ସଦାପ୍ରଭୁ ମିସର ଦେଶରେ ଫାରୋ ପ୍ରତି ଓ ତାଙ୍କର ସମସ୍ତ ଦାସ ପ୍ରତି ଓ ତାଙ୍କର ସମସ୍ତ ଦେଶ ପ୍ରତି ଯାହା କରିବା ପାଇଁ ପଠାଇଥିଲେ, ସେହିସବୁ ଚିହ୍ନ ଓ ଆଶ୍ଚର୍ଯ୍ୟ କର୍ମ ବିଷୟରେ,
ଦିତୀୟ ବିବରଣ 34 : 12 (IRVOR)
ପୁଣି, ମୋଶା ସମସ୍ତ ବାହୁବଳ ଏବଂ ଯେଉଁ ସବୁ ଭୟାନକ କର୍ମ ସମଗ୍ର ଇସ୍ରାଏଲ ଦୃଷ୍ଟିରେ କରିଥିଲେ, ସେହି ସବୁ ତୁଳନାରେ ମୋଶାଙ୍କ ସଦୃଶ ଆଉ କୌଣସି ଭବିଷ୍ୟଦ୍‍ବକ୍ତା ସେହି ଦିନଠାରୁ ଇସ୍ରାଏଲ ମଧ୍ୟରେ ଉତ୍ପନ୍ନ ହୋଇ ନାହାନ୍ତି।

1 2 3 4 5 6 7 8 9 10 11 12