ଦିତୀୟ ବିବରଣ 9 : 1 (IRVOR)
ଲୋକମାନଙ୍କର ଅବାଧ୍ୟତା ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;
ଦିତୀୟ ବିବରଣ 9 : 2 (IRVOR)
ସେହି ଲୋକମାନେ ଅନାକୀୟମାନଙ୍କ ସନ୍ତାନ, ବଳବାନ ଓ ଲମ୍ବା, ତୁମ୍ଭେ ସେମାନଙ୍କୁ ଜାଣୁଅଛ, ପୁଣି ସେମାନଙ୍କ ବିଷୟରେ ଏହା କୁହାଯିବାର ତୁମ୍ଭେ ଶୁଣିଅଛ ଯେ, ଅନାକର ସନ୍ତାନମାନଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ ?
ଦିତୀୟ ବିବରଣ 9 : 3 (IRVOR)
ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
ଦିତୀୟ ବିବରଣ 9 : 4 (IRVOR)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେଲା ଉତ୍ତାରେ ତୁମ୍ଭେ ଆପଣା ମନେ ମନେ କହିବ ନାହିଁ ଯେ, ଆମ୍ଭ ଧାର୍ମିକତା ସକାଶୁ ସଦାପ୍ରଭୁ ଆମ୍ଭକୁ ଏହି ଦେଶ ଅଧିକାର କରଣାର୍ଥେ ଆଣିଅଛନ୍ତି; ଯେହେତୁ ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ ସଦାପ୍ରଭୁ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
ଦିତୀୟ ବିବରଣ 9 : 5 (IRVOR)
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍‍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
ଦିତୀୟ ବିବରଣ 9 : 6 (IRVOR)
ଏନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଧାର୍ମିକତା ସକାଶୁ ତୁମ୍ଭକୁ ଏହି ଉତ୍ତମ ଦେଶ ଅଧିକାର କରିବାକୁ ଦେଉ ନାହାନ୍ତି, ଏହା ଜ୍ଞାତ ହୁଅ ଯେହେତୁ ତୁମ୍ଭେ ଶକ୍ତଗ୍ରୀବ ଲୋକ।
ଦିତୀୟ ବିବରଣ 9 : 7 (IRVOR)
ତୁମ୍ଭେ ଏହି ପ୍ରାନ୍ତର ମଧ୍ୟରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ କିପରି କ୍ରୁଦ୍ଧ କରାଇଅଛ, ତାହା ସ୍ମରଣ କର, ତୁମ୍ଭେ ତାହା ପାସୋର ନାହିଁ; ତୁମ୍ଭେ ମିସର ଦେଶରୁ ବାହାର ହେବା ଦିନଠାରୁ ଏହି ସ୍ଥାନକୁ ଆସିବା ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇଅଛ।
ଦିତୀୟ ବିବରଣ 9 : 8 (IRVOR)
ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।
ଦିତୀୟ ବିବରଣ 9 : 9 (IRVOR)
ଯେତେବେଳେ ମୁଁ ପ୍ରସ୍ତରଦ୍ୱୟ, ଅର୍ଥାତ୍‍, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ କୃତ ନିୟମର ଦୁଇ ପ୍ରସ୍ତର ଫଳକ ଗ୍ରହଣ କରିବା ପାଇଁ ପର୍ବତ ଉପରକୁ ଗଲି, ସେତେବେଳେ ମୁଁ ପର୍ବତରେ ଚାଳିଶ ଦିନ ଓ ଚାଳିଶ ରାତ୍ରି ରହିଲି; ମୁଁ ଅନ୍ନ ଭୋଜନ କିଅବା ଜଳ ପାନ କଲି ନାହିଁ,
ଦିତୀୟ ବିବରଣ 9 : 10 (IRVOR)
ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖା ଯାଇଥିଲା।
ଦିତୀୟ ବିବରଣ 9 : 11 (IRVOR)
ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍‍, ନିୟମର ଫଳକ ମୋତେ ଦେଲେ।
ଦିତୀୟ ବିବରଣ 9 : 12 (IRVOR)
ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”
ଦିତୀୟ ବିବରଣ 9 : 13 (IRVOR)
ସୁବର୍ଣ୍ଣ ବାଛୁରି ଆହୁରି ସଦାପ୍ରଭୁ ମୋତେ କହିଲେ, “ମୁଁ ଏହି ଲୋକମାନଙ୍କୁ ଦେଖିଅଛି, ଆଉ ଦେଖ, ଏମାନେ ପ୍ରକୃତରେ ଶକ୍ତଗ୍ରୀବ ଲୋକ ଅଟନ୍ତି।”
ଦିତୀୟ ବିବରଣ 9 : 14 (IRVOR)
ଆମ୍ଭଙ୍କୁ ଛାଡ଼ି ଦିଅ, ତହିଁରେ ଆମ୍ଭେ ସେମାନଙ୍କୁ ବିନାଶ କରିବା ଓ ଆକାଶମଣ୍ଡଳ ତଳୁ ସେମାନଙ୍କ ନାମ ଲୋପ କରିବା; ମାତ୍ର ଆମ୍ଭେ ତୁମ୍ଭଠାରୁ ସେମାନଙ୍କ ଅପେକ୍ଷା ଅଧିକ ଶକ୍ତିଶାଳୀ ଓ ଏକ ମହାନ୍ ଗୋଷ୍ଠୀ ଉତ୍ପନ୍ନ କରିବା।
ଦିତୀୟ ବିବରଣ 9 : 15 (IRVOR)
ତହିଁରେ ମୁଁ ଫେରି ପର୍ବତ ତଳକୁ ଆସିଲି, ଆଉ ପର୍ବତ ଅଗ୍ନିରେ ଜ୍ୱଳୁଥିଲା; ଆଉ ନିୟମର ସେହି ଦୁଇ ପ୍ରସ୍ତର ଫଳକ ମୋହର ଦୁଇ ହସ୍ତରେ ଥିଲା।
ଦିତୀୟ ବିବରଣ 9 : 16 (IRVOR)
ତହୁଁ ମୁଁ ଅନାଇଲି, ଆଉ ଦେଖ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରତିକୂଳରେ ପାପ କରିଥିଲ; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ବାଛୁରି ନିର୍ମାଣ କରିଥିଲ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଇଥିଲେ, ତୁମ୍ଭେମାନେ ଶୀଘ୍ର ତହିଁରୁ ବିମୁଖ ହୋଇଥିଲ।
ଦିତୀୟ ବିବରଣ 9 : 17 (IRVOR)
ଏଥିରେ ମୁଁ ସେହି ଦୁଇ ପ୍ରସ୍ତର ଫଳକ ଧରି ଆପଣା ଦୁଇ ହସ୍ତରୁ ଫିଙ୍ଗି ଦେଲି ଓ ତୁମ୍ଭମାନଙ୍କ ସାକ୍ଷାତରେ ତାହା ଭାଙ୍ଗିଲି।
ଦିତୀୟ ବିବରଣ 9 : 18 (IRVOR)
ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ ଦୁଷ୍କର୍ମ କରି ଯେଉଁ ପାପ କରିଥିଲ, ତୁମ୍ଭମାନଙ୍କର ସେହି ସମସ୍ତ ପାପ ସକାଶୁ ମୁଁ ପୂର୍ବ ଥର ପରି ଚାଳିଶ ଦିନ ଓ ଚାଳିଶ ରାତ୍ରି ସଦାପ୍ରଭୁଙ୍କ ସମ୍ମୁଖରେ ମୁହଁ ମାଡ଼ି ପଡ଼ି ରହିଲି; ମୁଁ ଅନ୍ନ ଭୋଜନ କି ଜଳ ପାନ କଲି ନାହିଁ।
ଦିତୀୟ ବିବରଣ 9 : 19 (IRVOR)
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଯେଉଁ କ୍ରୋଧ କଲେ, ସେହି କୋପ ଓ ପ୍ରଚଣ୍ଡତା ଆଗରେ ମୁଁ ଭୀତ ହେଲି। ମାତ୍ର ସଦାପ୍ରଭୁ ସେହି ଥର ମଧ୍ୟ ମୋ’ ପ୍ରତି କର୍ଣ୍ଣପାତ କଲେ।
ଦିତୀୟ ବିବରଣ 9 : 20 (IRVOR)
ଆଉ ସଦାପ୍ରଭୁ ହାରୋଣଙ୍କୁ ବିନାଶ କରିବା ପାଇଁ ଅତିଶୟ କୋପ କଲେ; ମୁଁ ସେସମୟରେ ମଧ୍ୟ ହାରୋଣଙ୍କ ପାଇଁ ପ୍ରାର୍ଥନା କଲି।
ଦିତୀୟ ବିବରଣ 9 : 21 (IRVOR)
ପୁଣି ମୁଁ ତୁମ୍ଭମାନଙ୍କ ପାପ ସ୍ୱରୂପ, ଅର୍ଥାତ୍‍, ସେହି ଯେଉଁ ବାଛୁରି ତୁମ୍ଭେମାନେ ନିର୍ମାଣ କରିଥିଲ, ତାହା ନେଇ ଅଗ୍ନିରେ ଦଗ୍ଧ କଲି ଓ ତାହା ଧୂଳି ପରି ସୂକ୍ଷ୍ମ ହେବା ପର୍ଯ୍ୟନ୍ତ ପେଷି ଚୂର୍ଣ୍ଣ କଲି; ତହୁଁ ମୁଁ ତହିଁର ଧୂଳି ପର୍ବତ ନିର୍ଗତ ଜଳସ୍ରୋତରେ ନିକ୍ଷେପ କଲି।
ଦିତୀୟ ବିବରଣ 9 : 22 (IRVOR)
ପୁଣି ତୁମ୍ଭେମାନେ ତବୀୟେରାରେ, ମଃସାରେ ଓ କିବ୍ରୋତ୍‍-ହତ୍ତାବାରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ।
ଦିତୀୟ ବିବରଣ 9 : 23 (IRVOR)
ତହିଁ ଉତ୍ତାରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ-ବର୍ଣ୍ଣେୟଠାରୁ ତୁମ୍ଭମାନଙ୍କୁ ପଠାଇ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛୁ, ତୁମ୍ଭେମାନେ ଉଠି ଯାଇ ତାହା ଅଧିକାର କର; ସେସମୟରେ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞାର ବିଦ୍ରୋହାଚାରୀ ହେଲ ଓ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ, କିଅବା ତାହାଙ୍କ ରବ ଶୁଣିଲ ନାହିଁ।”
ଦିତୀୟ ବିବରଣ 9 : 24 (IRVOR)
ମୁଁ* ସଦାପ୍ରଭୁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
ଦିତୀୟ ବିବରଣ 9 : 25 (IRVOR)
ଏହିରୂପେ ମୋହର ମୁହଁ ମାଡ଼ି ପଡ଼ିବାର ଚାଳିଶ ଦିନ ଓ ଚାଳିଶ ରାତ୍ରି ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ପୂର୍ବଥର ପରି ମୁହଁ ମାଡ଼ି ପଡ଼ି ରହିଲି; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବାକୁ କହିଥିଲେ।
ଦିତୀୟ ବିବରଣ 9 : 26 (IRVOR)
ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।
ଦିତୀୟ ବିବରଣ 9 : 27 (IRVOR)
ଅବ୍ରହାମ, ଇସ୍‍ହାକ ଓ ଯାକୁବ, ତୁମ୍ଭର ଏହି ଦାସମାନଙ୍କୁ ସ୍ମରଣ କର; ଏହି ଲୋକମାନଙ୍କ ଅବାଧ୍ୟତା ପ୍ରତି, କି ସେମାନଙ୍କ ଦୁଷ୍ଟତା ପ୍ରତି, କିଅବା ସେମାନଙ୍କ ପାପ ପ୍ରତି ଦୃଷ୍ଟି କର ନାହିଁ।
ଦିତୀୟ ବିବରଣ 9 : 28 (IRVOR)
କେଜାଣି, ତୁମ୍ଭେ ଆମ୍ଭମାନଙ୍କୁ ଯେଉଁଠାରୁ ବାହାର କରି ଆଣିଅଛ, ସେହି ଦେଶର ଲୋକେ କହିବେ, ସଦାପ୍ରଭୁ ଏମାନଙ୍କୁ ଯେଉଁ ଦେଶ ଦେବାକୁ ପ୍ରତିଜ୍ଞା କରିଥିଲେ, ସେଠାକୁ ସେମାନଙ୍କୁ ନେଇ ଯାଇ ନ ପାରିବାରୁ ଓ ସେମାନଙ୍କୁ ଘୃଣା କରିବାରୁ ଏହି ପ୍ରାନ୍ତରରେ ବଧ କରିବା ପାଇଁ ବାହାର କରି ଆଣିଅଛନ୍ତି।
ଦିତୀୟ ବିବରଣ 9 : 29 (IRVOR)
ତଥାପି ସେମାନେ ତ ତୁମ୍ଭର ଲୋକ ଓ ତୁମ୍ଭର ଅଧିକାର, ତୁମ୍ଭେ ସେମାନଙ୍କୁ ଆପଣା ମହାଶକ୍ତି ଓ ବିସ୍ତାରିତ ବାହୁ ଦ୍ୱାରା ବାହାର କରି ଆଣିଅଛ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29