ଉପଦେଶକ 1 : 1 (IRVOR)
ସମସ୍ତ ଅସାର
ଉପଦେଶକ 1 : 2 (IRVOR)
ଦାଉଦଙ୍କର ପୁତ୍ର, ଯିରୂଶାଲମସ୍ଥ ରାଜା, ଉପଦେଶକଙ୍କର ବାକ୍ୟମାଳା। ଉପଦେଶକ କହୁଅଛନ୍ତି, “ଅସାରର ଅସାର, ଅସାରର ଅସାର, ସକଳ ହିଁ ଅସାର।
ଉପଦେଶକ 1 : 3 (IRVOR)
ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହୁଏ, ତାହାର ସେହିସବୁରୁ କି ଲାଭ ?
ଉପଦେଶକ 1 : 4 (IRVOR)
ଏକ ପିଢ଼ି ଯାଏ ଓ ଅନ୍ୟ ପିଢ଼ି ଆସେ; କିନ୍ତୁ ପୃଥିବୀ ସଦାକାଳ ଥାଏ।
ଉପଦେଶକ 1 : 5 (IRVOR)
ମଧ୍ୟ ସୂର୍ଯ୍ୟ ଉଦିତ ହୁଏ ଓ ସୂର୍ଯ୍ୟ ଅସ୍ତ ହୁଏ, ପୁଣି ଆପଣା ଉଦୟ ସ୍ଥାନକୁ ଯିବା ପାଇଁ ସତ୍ୱର ହୁଏ।
ଉପଦେଶକ 1 : 6 (IRVOR)
ବାୟୁ ଦକ୍ଷିଣ ଦିଗକୁ ଯାଏ ଓ ଉତ୍ତର ଦିଗକୁ ଫେରେ; ଆପଣା ପଥରେ ସର୍ବଦା ଘୁରେ ଓ ବାୟୁ ଆପଣା ଚକ୍ରକୁ ପୁନର୍ବାର ଫେରେ।
ଉପଦେଶକ 1 : 7 (IRVOR)
ନଦୀସବୁ ସମୁଦ୍ରକୁ ବହିଯାଆନ୍ତି, ତଥାପି ସମୁଦ୍ର ପୂର୍ଣ୍ଣ ହୁଏ ନାହିଁ; ନଦୀସବୁ ଆପଣା ଆପଣା ଗମନ ସ୍ଥାନକୁ ପୁନର୍ବାର ଗମନ କରନ୍ତି।
ଉପଦେଶକ 1 : 8 (IRVOR)
ସମଗ୍ର ବିଷୟ କ୍ଳାନ୍ତିପୂର୍ଣ୍ଣ; ମନୁଷ୍ୟ ତାହା ବର୍ଣ୍ଣନା କରି ପାରେ ନାହିଁ; ଚକ୍ଷୁ ଦର୍ଶନରେ ତୃପ୍ତ ନୁହେଁ, କିଅବା କର୍ଣ୍ଣ ଶ୍ରବଣରେ ତୃପ୍ତ ନୁହେଁ।
ଉପଦେଶକ 1 : 9 (IRVOR)
ଯାହା ହୋଇଅଛି, ତାହା ହିଁ ହେବ ଓ ଯାହା କରାଯାଇଅଛି, ତାହା ହିଁ କରାଯିବ; ପୁଣି, ସୂର୍ଯ୍ୟ ତଳେ କୌଣସି ନୂତନ ବିଷୟ ନାହିଁ।
ଉପଦେଶକ 1 : 10 (IRVOR)
ଯାହା ବିଷୟରେ ମନୁଷ୍ୟମାନେ କହନ୍ତି, ଦେଖ, ଏହା ନୂତନ, ଏହାପରି କି କୌଣସି ବିଷୟ ଅଛି ? ତାହା ତ ଏଥିପୂର୍ବେ ଆମ୍ଭମାନଙ୍କ ପୂର୍ବକାଳୀନ ସମୟରେ ଥିଲା।
ଉପଦେଶକ 1 : 11 (IRVOR)
ପୂର୍ବକାଳୀନ ଲୋକମାନଙ୍କ ବିଷୟରେ କିଛି ସ୍ମରଣ ନ ଥାଏ; କିଅବା ଭବିଷ୍ୟତରେ ଯେଉଁମାନେ ଉତ୍ପନ୍ନ ହେବେ, ସେମାନଙ୍କ ସ୍ମରଣ ହିଁ ଉତ୍ତରକାଳୀନ ଭବିଷ୍ୟତ ଲୋକମାନଙ୍କ ମଧ୍ୟରେ ନ ଥିବ।”
ଉପଦେଶକ 1 : 12 (IRVOR)
ଜ୍ଞାନର ଅସାରତା ମୁଁ ଉପଦେଶକ, ଯିରୂଶାଲମରେ ଇସ୍ରାଏଲ ଉପରେ ରାଜା ଥିଲି।
ଉପଦେଶକ 1 : 13 (IRVOR)
ପୁଣି, ଆକାଶ ତଳେ କୃତ ସମସ୍ତ ବିଷୟ ଜ୍ଞାନ ଦ୍ୱାରା ଆଲୋଚନା ଓ ଅନୁସନ୍ଧାନ କରିବା ପାଇଁ ମନୋଯୋଗ କଲି; ଏତଦ୍ଦ୍ୱାରା ପରମେଶ୍ୱର ଯେ ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବାକୁ ଦେଇଅଛନ୍ତି, ଏହା ଅତ୍ୟନ୍ତ କ୍ଲେଶଜନକ।
ଉପଦେଶକ 1 : 14 (IRVOR)
ସୂର୍ଯ୍ୟ ତଳେ କୃତ ସମସ୍ତ କାର୍ଯ୍ୟ ମୁଁ ନିରୀକ୍ଷଣ କରିଅଛି; ଆଉ ଦେଖ, ସବୁ ଅସାର, ବାୟୁର ପଶ୍ଚାଦ୍ଧାବନମାତ୍ର।
ଉପଦେଶକ 1 : 15 (IRVOR)
ଯାହା ବଙ୍କା, ତାହା ସଳଖ କରାଯାଇ ନ ପାରେ ପୁଣି, ଯାହା ଅଭାବ, ତାହା ଗଣିତ ହୋଇ ନ ପାରେ।
ଉପଦେଶକ 1 : 16 (IRVOR)
ମୁଁ ଆପଣା ହୃଦୟରେ ଭାବି କହିଲି, “ଦେଖ, ଯିରୂଶାଲମରେ ମୋ’ ପୂର୍ବେ ଥିବା ସମସ୍ତ ଲୋକଙ୍କ ଅପେକ୍ଷା ମୁଁ ବହୁତ ଜ୍ଞାନ ପ୍ରାପ୍ତ ହୋଇଅଛି; ଆହୁରି, ମୋହର ହୃଦୟ ଜ୍ଞାନ ଓ ବିଦ୍ୟାରେ ମହା ଅନୁଭବୀ ହୋଇଅଛି।”
ଉପଦେଶକ 1 : 17 (IRVOR)
ତହୁଁ ମୁଁ ଜ୍ଞାନର ତତ୍ତ୍ୱ, ପୁଣି ପାଗଳାମି ଓ ଅଜ୍ଞାନତାର ତତ୍ତ୍ୱ ଜାଣିବା ପାଇଁ ମନୋଯୋଗ କଲି; ଏହା ହିଁ ବାୟୁର ପଶ୍ଚାଦ୍ଧାବନ ବୋଲି ଜାଣିଲି।
ଉପଦେଶକ 1 : 18 (IRVOR)
କାରଣ ବହୁତ ଜ୍ଞାନରେ ବହୁତ କ୍ଲେଶ ଥାଏ; ପୁଣି, ଯେ ବିଦ୍ୟା ବୃଦ୍ଧି କରେ, ସେ ଦୁଃଖ ବୃଦ୍ଧି କରେ।

1 2 3 4 5 6 7 8 9 10 11 12 13 14 15 16 17 18