ଉପଦେଶକ 10 : 1 (IRVOR)
ମଲା ମାଛି ଗନ୍ଧବଣିକର ସୁଗନ୍ଧି ତୈଳ ଦୁର୍ଗନ୍ଧ କରି ପକାଏ; ତଦ୍ରୂପ ଅଳ୍ପ ମୂର୍ଖତା ଜ୍ଞାନ ଓ ସମ୍ଭ୍ରମଠାରୁ ଅଧିକ ଭାରୀ।
ଉପଦେଶକ 10 : 2 (IRVOR)
ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ।
ଉପଦେଶକ 10 : 3 (IRVOR)
ଆହୁରି, ମୂର୍ଖ ପଥରେ ଗମନ କଲା ବେଳେ ତାହାର ବୁଦ୍ଧିର ଅଭାବ ଦେଖାଯାଏ, ପୁଣି ସେ ପ୍ରତ୍ୟେକକୁ କହେ ଯେ, ସେ ମୂର୍ଖ।
ଉପଦେଶକ 10 : 4 (IRVOR)
ତୁମ୍ଭ ଉପରେ ଶାସନକର୍ତ୍ତାର ମନରେ ବିରୁଦ୍ଧଭାବ ଉତ୍ପନ୍ନ ହେଲେ, ଆପଣା ସ୍ଥାନ ଛାଡ଼ ନାହିଁ; କାରଣ ଅଧୀନତା ସ୍ୱୀକାର ଦ୍ୱାରା ମହା ମହା ଅନିଷ୍ଟ କ୍ଷାନ୍ତ ହୁଏ।
ଉପଦେଶକ 10 : 5 (IRVOR)
ମୁଁ ସୂର୍ଯ୍ୟ ତଳେ ଏକ ମନ୍ଦ ବିଷୟ ଦେଖିଅଛି, ତାହା ଶାସନକର୍ତ୍ତାଠାରୁ ଉତ୍ପନ୍ନ ଭୁଲ୍ ତୁଲ୍ୟ ଅଟେ;
ଉପଦେଶକ 10 : 6 (IRVOR)
ମୂର୍ଖତା ଅତି ଉଚ୍ଚ ପଦରେ ସ୍ଥାପିତ ହୁଏ, ପୁଣି ଧନୀ ନୀଚ ସ୍ଥାନରେ ବସେ।
ଉପଦେଶକ 10 : 7 (IRVOR)
ମୁଁ ଦାସମାନଙ୍କୁ ଅଶ୍ୱ ଉପରେ ଓ ଅଧିପତିମାନଙ୍କୁ ଦାସ ତୁଲ୍ୟ ପାଦଗତିରେ ଗମନ କରିବାର ଦେଖିଅଛି।
ଉପଦେଶକ 10 : 8 (IRVOR)
ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ବେଢ଼ା ଭାଙ୍ଗେ, ତାହାକୁ ସର୍ପ କାମୁଡ଼ିବ।
ଉପଦେଶକ 10 : 9 (IRVOR)
ଯେଉଁ ଲୋକ ପଥର ଖୋଳେ, ସେ ତଦ୍ଦ୍ୱାରା ଆଘାତ ପାଇବ; ପୁଣି, ଯେ କାଠ ଚିରେ, ସେ ତଦ୍ଦ୍ୱାରା ଆପଦଗ୍ରସ୍ତ ହୁଏ।
ଉପଦେଶକ 10 : 10 (IRVOR)
ଲୁହା ଦନ୍ଥରା ହେଲେ ଯଦି କେହି ତାହାର ଦାଢ଼ ନ ପଜାଏ, ତେବେ ତାହା ଉତ୍ତାରେ ଅଧିକ ବଳ ପ୍ରୟୋଗ କରିବାକୁ ହୁଏ; ମାତ୍ର କର୍ତ୍ତବ୍ୟକୁ ଦେଖାଇବା ପାଇଁ ଜ୍ଞାନ ଫଳଦାୟକ।
ଉପଦେଶକ 10 : 11 (IRVOR)
ସର୍ପ ମନ୍ତ୍ରମୁଗ୍ଧ ହେବା ପୂର୍ବରୁ କାମୁଡ଼ିଲେ ଗୁଣିଆର କିଛି ଲାଭ ନାହିଁ।
ଉପଦେଶକ 10 : 12 (IRVOR)
ଜ୍ଞାନୀର ମୁଖର ବାକ୍ୟ ଅନୁଗ୍ରହଜନକ; ମାତ୍ର ମୂର୍ଖର ନିଜ ଓଷ୍ଠାଧର ତାହାକୁ ଗ୍ରାସ କରିବ।
ଉପଦେଶକ 10 : 13 (IRVOR)
ତାହାର ମୁଖର ବାକ୍ୟାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶେଷ ଦୁଃଖଦାୟୀ ପାଗଳାମି ଅଟେ।
ଉପଦେଶକ 10 : 14 (IRVOR)
ମୂର୍ଖ ବହୁତ କଥା କହେ; ତଥାପି କଅଣ ହେବ, ମନୁଷ୍ୟ ଜାଣେ ନାହିଁ; ଆଉ, ତାହା ଉତ୍ତାରେ ଯାହା ଘଟିବ, କିଏ ତାହାକୁ ଜଣାଇ ପାରେ ?
ଉପଦେଶକ 10 : 15 (IRVOR)
ପ୍ରତ୍ୟେକ ମୂର୍ଖର ପରିଶ୍ରମ ତାହାକୁ କ୍ଳାନ୍ତ କରେ, କାରଣ କିପରି ନଗରକୁ ଯିବାର ହୁଏ, ତାହା ସେ ଜାଣେ ନାହିଁ।
ଉପଦେଶକ 10 : 16 (IRVOR)
ହେ ଦେଶ, ତୁମ୍ଭର ରାଜା ଯଦି ବାଳକ* ବାଳକ ଅର୍ଥାତ୍ ଦାସ ହୁଏ ଓ ତୁମ୍ଭର ଅଧିପତିଗଣ ଯଦି ପ୍ରଭାତରେ ଭୋଜନ କରନ୍ତି, ତେବେ ତୁମ୍ଭେ ସନ୍ତାପର ପାତ୍ର।
ଉପଦେଶକ 10 : 17 (IRVOR)
ହେ ଦେଶ, କୁଳୀନର ପୁତ୍ର ଯେବେ ତୁମ୍ଭର ରାଜା ହୁଏ ଓ ତୁମ୍ଭର ଅଧିପତିଗଣ ଯେବେ ମତ୍ତତା ନିମନ୍ତେ ନୁହେଁ, ମାତ୍ର ବଳ ନିମନ୍ତେ ଉପଯୁକ୍ତ ସମୟରେ ଭୋଜନ କରନ୍ତି, ତେବେ ତୁମ୍ଭେ ଧନ୍ୟ !
ଉପଦେଶକ 10 : 18 (IRVOR)
ଆଳସ୍ୟରେ ଛାତ ବସିଯାଏ, ପୁଣି ହସ୍ତର ଶିଥିଳତାରେ ଗୃହରେ ଜଳ ଝରେ।
ଉପଦେଶକ 10 : 19 (IRVOR)
ହାସ୍ୟ ନିମନ୍ତେ ଭୋଜ ପ୍ରସ୍ତୁତ ହୁଏ, ପୁଣି ଦ୍ରାକ୍ଷାରସ ଜୀବନ ଆନନ୍ଦିତ କରେ; ଧନ ସବୁ କାର୍ଯ୍ୟରେ ଆସେ।
ଉପଦେଶକ 10 : 20 (IRVOR)
ରାଜାଙ୍କୁ ଅଭିଶାପ ଦିଅ ନାହିଁ, ନା ମନେ ମନେ ହିଁ ଦିଅ ନାହିଁ; ଆଉ, ଧନୀକୁ ଆପଣା ଶୟନ ଗୃହରେ ଅଭିଶାପ ଦିଅ ନାହିଁ; କାରଣ ଶୂନ୍ୟର ପକ୍ଷୀ ସେହି ରବ ଘେନି ଯିବ ଓ ପକ୍ଷଧାରୀ ସେ କଥା ଜଣାଇ ଦେବ।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20