ଉପଦେଶକ 12 : 1 (IRVOR)
ଆଉ, ତୁମ୍ଭେ ଯୌବନ କାଳରେ ଆପଣା ସୃଷ୍ଟିକର୍ତ୍ତାଙ୍କୁ ସ୍ମରଣ କର; ଯେହେତୁ ଦୁଃସମୟ ଆସୁଅଛି, ଯେଉଁସବୁ ବର୍ଷରେ ତୁମ୍ଭେ କହିବ, “ଏହିସବୁରେ ମୋହର କିଛି ସୁଖ ନାହିଁ, ସେହିସବୁ ବର୍ଷ ସନ୍ନିକଟ ହେଉଅଛି।”
ଉପଦେଶକ 12 : 2 (IRVOR)
ସେହି ସମୟରେ ସୂର୍ଯ୍ୟ, ଦୀପ୍ତି, ଚନ୍ଦ୍ର ଓ ତାରାଗଣ ଅନ୍ଧକାରମୟ ହେବେ, ପୁଣି ବୃଷ୍ଟି ଉତ୍ତାରେ ପୁନର୍ବାର ମେଘ ହେବ;
ଉପଦେଶକ 12 : 3 (IRVOR)
ସେହି ଦିନ ଗୃହ ରକ୍ଷକମାନେ ଥରହର ହେବେ ଓ ବଳବାନ ଲୋକେ ଆପେ ନତ ହେବେ ଓ ପେଷିକାମାନେ ଅଳ୍ପ ହେବାରୁ କର୍ମରୁ ନିବୃତ୍ତ ହେବେ, ପୁଣି ଝରକାରେ ଦୃଷ୍ଟିକାରିଣୀମାନେ ଅନ୍ଧକାରଗ୍ରସ୍ତା ହେବେ;
ଉପଦେଶକ 12 : 4 (IRVOR)
ଓ ପଥଆଡ଼େ ଦ୍ୱାର ରୁଦ୍ଧ ହେବ, ସେହି ସମୟରେ ପେଷଣ ଶବ୍ଦ କ୍ଷୀଣ ହେବ, ପୁଣି ପକ୍ଷୀର ନାଦରେ ଲୋକ ଜାଗି ଉଠିବ ଓ ବାଦ୍ୟକାରିଣୀ କନ୍ୟାଗଣ କ୍ଷୀଣ ହେବେ;
ଉପଦେଶକ 12 : 5 (IRVOR)
ଆହୁରି, ସେମାନେ ଉଚ୍ଚ ସ୍ଥାନ ବିଷୟରେ ଭୀତ ହେବେ ଓ ପଥରେ ତ୍ରାସ ହେବ; ଆଉ, ବାଦାମ ବୃକ୍ଷ ପୁଷ୍ପିତ ହେବ ଓ ଫଡ଼ିଙ୍ଗ ଆପଣା ଭାରରେ ଭାରଗ୍ରସ୍ତ ହେବ ଓ କାମନା ନିସ୍ତେଜ ହେବ; କାରଣ ମନୁଷ୍ୟ ଆପଣା ଚିର ନିବାସକୁ* ଚିର ନିବାସକୁ ଅର୍ଥାତ୍ ମୃତ୍ୟୁର ସ୍ଥାନକୁ ଯାଏ ଓ ଶୋକକାରୀମାନେ ପଥରେ ଭ୍ରମଣ କରନ୍ତି;
ଉପଦେଶକ 12 : 6 (IRVOR)
ସେହି ସମୟରେ ରୂପାର ତାର ହୁଗୁଳା ହେବ, ସୁବର୍ଣ୍ଣ ପାତ୍ର ଭଗ୍ନ ହେବ, ମାଟିର ପାତ୍ର ଜଳସ୍ରୋତ ନିକଟରେ ଚୂର୍ଣ୍ଣ ହେବ ଓ କୂପରେ ଚକ୍ର ଭଗ୍ନ ହେବ;
ଉପଦେଶକ 12 : 7 (IRVOR)
ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।
ଉପଦେଶକ 12 : 8 (IRVOR)
ଉପଦେଶକ କହନ୍ତି, “ଅସାରର ଅସାର, ସବୁ ହିଁ ଅସାର।”
ଉପଦେଶକ 12 : 9 (IRVOR)
ସାର କଥା ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
ଉପଦେଶକ 12 : 10 (IRVOR)
ଉପଦେଶକ ମନୋହର ବାକ୍ୟ ଓ ଯାହା ସରଳ ଭାବରେ ଲେଖାଗଲା, ସେହି ସତ୍ୟ ବାକ୍ୟ ପାଇବାକୁ ଅନ୍ଵେଷଣ କଲେ।
ଉପଦେଶକ 12 : 11 (IRVOR)
ଜ୍ଞାନବାନ‍ର ବାକ୍ୟସବୁ ଅଙ୍କୁଶ ସ୍ୱରୂପ ଓ ସଭାପତିଗଣର ବାକ୍ୟ ଦୃଢ଼ବଦ୍ଧ ଲୌହ କଣ୍ଟକ ସ୍ୱରୂପ, ତାହାସବୁ ଏକ ପାଳକ ଦ୍ୱାରା ଦତ୍ତ ହୋଇଅଛି।
ଉପଦେଶକ 12 : 12 (IRVOR)
ଆହୁରି, ହେ ମୋହର ପୁତ୍ର, ତୁମ୍ଭେ ଉପଦେଶ ଗ୍ରହଣ କର; ଅନେକ ପୁସ୍ତକ ରଚନା କରିବାର ଶେଷ ନାହିଁ; ପୁଣି, ବହୁ ଅଭ୍ୟାସ ଶରୀରର କ୍ଳାନ୍ତିଜନକ।
ଉପଦେଶକ 12 : 13 (IRVOR)
ସାର କଥା ଏହି; ସବୁ ଶୁଣାଯାଇଅଛି; ପରମେଶ୍ୱରଙ୍କୁ ଭୟ କର ଓ ତାହାଙ୍କର ଆଜ୍ଞାସବୁ ପାଳନ କର; କାରଣ ଏହା ହିଁ ମନୁଷ୍ୟର ପୂର୍ଣ୍ଣ କର୍ତ୍ତବ୍ୟ କର୍ମ।
ଉପଦେଶକ 12 : 14 (IRVOR)
ଯେହେତୁ ପରମେଶ୍ୱର ପ୍ରତ୍ୟେକ କର୍ମ, ପୁଣି ଭଲ କି ମନ୍ଦ ପ୍ରତ୍ୟେକ ଗୁପ୍ତ ବିଷୟ ବିଚାରରେ ଆଣିବେ।

1 2 3 4 5 6 7 8 9 10 11 12 13 14