ଉପଦେଶକ 3 : 1 (IRVOR)
ସମସ୍ତ ବିଷୟର ନିରୂପିତ ସମୟ
ଉପଦେଶକ 3 : 2 (IRVOR)
ସବୁ ବିଷୟର ଉଚିତ୍ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ୍ ସମୟ ଅଛି; ଜନ୍ମ ହେବାର ସମୟ ଓ ମରିବାର ସମୟ; ରୋପିବାର ସମୟ, ଯାହା ରୋପିତ ହେଲା, ତାହା ଉପାଡ଼ିବାର ସମୟ;
ଉପଦେଶକ 3 : 3 (IRVOR)
ବଧ କରିବାର ସମୟ ଓ ସୁସ୍ଥ କରିବାର ସମୟ; ଭାଙ୍ଗିବାର ସମୟ ଓ ନିର୍ମାଣ କରିବାର ସମୟ,
ଉପଦେଶକ 3 : 4 (IRVOR)
ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
ଉପଦେଶକ 3 : 5 (IRVOR)
ପ୍ରସ୍ତର ପକାଇବାର ସମୟ ଓ ପ୍ରସ୍ତର ସଂଗ୍ରହ କରିବାର ସମୟ; ଆଲିଙ୍ଗନ କରିବାର ସମୟ ଓ ଆଲିଙ୍ଗନରୁ ନିବୃତ୍ତ ହେବାର ସମୟ,
ଉପଦେଶକ 3 : 6 (IRVOR)
ଅନ୍ଵେଷଣ କରିବାର ସମୟ ଓ ହଜାଇବାର ସମୟ; ରଖିବାର ସମୟ ଓ ପକାଇ ଦେବାର ସମୟ;
ଉପଦେଶକ 3 : 7 (IRVOR)
ଚିରିବାର ସମୟ ଓ ସିଲେଇ କରିବାର ସମୟ; ନୀରବ ରହିବାର ସମୟ ଓ କଥା କହିବାର ସମୟ;
ଉପଦେଶକ 3 : 8 (IRVOR)
ପ୍ରେମ କରିବାର ସମୟ ଓ ଘୃଣା କରିବାର ସମୟ; ଯୁଦ୍ଧର ସମୟ ଓ ଶାନ୍ତିର ସମୟ ଅଛି।
ଉପଦେଶକ 3 : 9 (IRVOR)
ଈଶ୍ୱର ଦତ୍ତ କାର୍ଯ୍ୟ କର୍ମକାରୀ ବ୍ୟକ୍ତିର ଆପଣା ପରିଶ୍ରମରେ କି ଲାଭ ?
ଉପଦେଶକ 3 : 10 (IRVOR)
ପରମେଶ୍ୱର ମନୁଷ୍ୟ ସନ୍ତାନଗଣକୁ ବ୍ୟସ୍ତ ହେବା ପାଇଁ ଯେଉଁ କାର୍ଯ୍ୟ ଦେଇଅଛନ୍ତି, ତାହା ମୁଁ ଦେଖିଅଛି।
ଉପଦେଶକ 3 : 11 (IRVOR)
ସେ ପ୍ରତ୍ୟେକ ବିଷୟକୁ ତାହାର ସମୟରେ ଶୋଭିତ କରିଅଛନ୍ତି; ମଧ୍ୟ ସେ ସେମାନଙ୍କ ହୃଦୟରେ ଅନନ୍ତ କାଳ ରଖିଅଛନ୍ତି; ତଥାପି ପରମେଶ୍ୱର ପ୍ରଥମଠାରୁ ଶେଷ ପର୍ଯ୍ୟନ୍ତ ଯେଉଁ କାର୍ଯ୍ୟ କରିଅଛନ୍ତି, ମନୁଷ୍ୟ ତହିଁର ତତ୍ତ୍ୱ ପାଇ ପାରେ ନାହିଁ।
ଉପଦେଶକ 3 : 12 (IRVOR)
ମୁଁ ଜାଣେ ଯେ, ଯାବଜ୍ଜୀବନ ଆନନ୍ଦ ଓ ସୁକର୍ମ କରିବା ଅପେକ୍ଷା ସେମାନଙ୍କର ଆଉ କୌଣସି ମଙ୍ଗଳ ବିଷୟ ନାହିଁ।
ଉପଦେଶକ 3 : 13 (IRVOR)
ଆହୁରି, ପ୍ରତ୍ୟେକ ମନୁଷ୍ୟ ଭୋଜନ ପାନ କରି ଆପଣା ସକଳ ପରିଶ୍ରମରେ ସୁଖଭୋଗ କରିବ, ଏହା ପରମେଶ୍ୱରଙ୍କ ଦାନ।
ଉପଦେଶକ 3 : 14 (IRVOR)
ମୁଁ ଜାଣେ ଯେ, ପରମେଶ୍ୱର ଯାହା କିଛି କରନ୍ତି, ତାହା ଅନନ୍ତକାଳସ୍ଥାୟୀ; ତାହା ବଢ଼ାଯାଇ ନ ପାରେ, କିଅବା ତାହା ଊଣା କରାଯାଇ ନ ପାରେ; ଆଉ ମନୁଷ୍ୟମାନେ ପରମେଶ୍ୱରଙ୍କ ସମ୍ମୁଖରେ ଭୀତ ହେବା ପାଇଁ ସେ ତାହା କରିଅଛନ୍ତି।
ଉପଦେଶକ 3 : 15 (IRVOR)
ଯାହା ଅଛି, ତାହା ଥିଲା; ପୁଣି, ଯାହା ହେବ, ତାହା ହିଁ ଥିଲା; ଆଉ, ଯାହା ଗତ ହୋଇଅଛି, ପରମେଶ୍ୱର ତାହା ପୁନର୍ବାର ଅନ୍ଵେଷଣ କରନ୍ତି।
ଉପଦେଶକ 3 : 16 (IRVOR)
ଶେଷ ଦଶା ଆହୁରି, ମୁଁ ସୂର୍ଯ୍ୟ ତଳେ ବିଚାର ସ୍ଥାନରେ ଦେଖିଲି, ସେଠାରେ ଦୁଷ୍ଟତା ଅଛି, ପୁଣି ଧର୍ମସ୍ଥାନରେ ଦେଖିଲି, ସେଠାରେ ହେଁ ଦୁଷ୍ଟତା ଅଛି।
ଉପଦେଶକ 3 : 17 (IRVOR)
ମୁଁ ମନେ ମନେ କହିଲି, “ପରମେଶ୍ୱର ଧାର୍ମିକ ଓ ଦୁଷ୍ଟର ବିଚାର କରିବେ; କାରଣ ପ୍ରତ୍ୟେକ ମନସ୍କାମନା ଓ ପ୍ରତ୍ୟେକ କାର୍ଯ୍ୟ ପାଇଁ ସମୟ ଅଛି।”
ଉପଦେଶକ 3 : 18 (IRVOR)
ମୁଁ ମନେ ମନେ କହିଲି, “ପରମେଶ୍ୱର ଯେପରି ମନୁଷ୍ୟ ସନ୍ତାନମାନଙ୍କୁ ପରୀକ୍ଷା କରିବେ ଓ ସେମାନେ ନିଜେ ଯେ କେବଳ ପଶୁ ତୁଲ୍ୟ, ଏହା ଯେପରି ସେମାନେ ଦେଖିବେ, ଏଥିପାଇଁ ସେମାନଙ୍କ ସକାଶୁ ଏହା ହେଉଅଛି।”
ଉପଦେଶକ 3 : 19 (IRVOR)
କାରଣ ମନୁଷ୍ୟ ସନ୍ତାନଗଣ ପ୍ରତି ଯାହା ଘଟେ, ପଶୁମାନଙ୍କ ପ୍ରତି ତାହା ଘଟେ; ସମସ୍ତଙ୍କ ପ୍ରତି ହିଁ ଏକରୂପ ଘଟଣା ଘଟେ; ଏ ଯେପରି ମରେ, ସେ ସେପରି ମରେ; ପୁଣି, ସମସ୍ତଙ୍କ ପ୍ରାଣ ବାୟୁ ଏକ; ଆଉ, ପଶୁଠାରୁ ମନୁଷ୍ୟର କୌଣସି ପ୍ରାଧାନ୍ୟ ନାହିଁ; କାରଣ ସବୁ ଅସାର।
ଉପଦେଶକ 3 : 20 (IRVOR)
ସମସ୍ତେ ଏକ ସ୍ଥାନକୁ ଯାଆନ୍ତି; ସମସ୍ତେ ଧୂଳିରୁ ଉତ୍ପନ୍ନ ଓ ସମସ୍ତେ ପୁନର୍ବାର ଧୂଳିରେ ଲୀନ ହୁଅନ୍ତି।
ଉପଦେଶକ 3 : 21 (IRVOR)
ମନୁଷ୍ୟର ଆତ୍ମା ଉର୍ଦ୍ଧ୍ୱଗାମୀ ଓ ପଶୁର ଆତ୍ମା ପୃଥିବୀର ଅଧୋଗାମୀ ହୁଏ ବୋଲି କିଏ ଜାଣେ ?
ଉପଦେଶକ 3 : 22 (IRVOR)
ଏହେତୁ ମନୁଷ୍ୟ ସ୍ୱକର୍ମରେ ଆନନ୍ଦ କରିବା ଅପେକ୍ଷା ଆଉ ତାହାର କିଛି ଅଧିକ ମଙ୍ଗଳ ନାହିଁ ବୋଲି ମୁଁ ଦେଖିଲି; କାରଣ ଏହା ହିଁ ତାହାର ଅଧିକାର; ଆଉ, ତାହା ପରେ ଯାହା ଘଟିବ, ତାହା ଦେଖିବା ପାଇଁ କିଏ ତାହାକୁ ଫେରାଇ ଆଣି ପାରେ ?

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22