ଉପଦେଶକ 4 : 1 (IRVOR)
ଜଗତରେ ଅନ୍ୟାୟ ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।
ଉପଦେଶକ 4 : 2 (IRVOR)
ଏହେତୁ ମୁଁ ବର୍ତ୍ତମାନ ଜୀବିତ ଲୋକମାନଙ୍କ ଅପେକ୍ଷା ଏଥି ପୂର୍ବରୁ ମୃତମାନଙ୍କର ଅଧିକ ପ୍ରଶଂସା କଲି;
ଉପଦେଶକ 4 : 3 (IRVOR)
ମାତ୍ର ଯେଉଁ ଲୋକ ଆଜି ପର୍ଯ୍ୟନ୍ତ ଜନ୍ମି ନାହିଁ ଓ ସୂର୍ଯ୍ୟ ତଳେ କୃତ ମନ୍ଦ କର୍ମ ଦେଖି ନାହିଁ, ତାହାକୁ ମୁଁ ସେହି ଉଭୟଙ୍କ ଅପେକ୍ଷା ଅଧିକ ଉତ୍ତମ ଜ୍ଞାନ କଲି।
ଉପଦେଶକ 4 : 4 (IRVOR)
ତହୁଁ ମୁଁ ସମସ୍ତ ପରିଶ୍ରମ ଓ ପ୍ରତ୍ୟେକ ଦକ୍ଷ କାର୍ଯ୍ୟ ଦେଖିଲି ଯେ, ତହିଁ ସକାଶୁ ମନୁଷ୍ୟ ଆପଣା ପ୍ରତିବାସୀର ଈର୍ଷାପାତ୍ର ହୁଏ। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
ଉପଦେଶକ 4 : 5 (IRVOR)
ମୂର୍ଖ ଆପଣା ହସ୍ତ ଏକତ୍ର ମୁଠା କରି ଆପଣା ମାଂସ ଭୋଜନ କରେ।[* ଆପଣା ମାଂସ ଭୋଜନ କରେ। ଅର୍ଥାତ୍ ଆପଣାକୁ ବିନାଶ କରେ ]
ଉପଦେଶକ 4 : 6 (IRVOR)
ପରିଶ୍ରମ ଓ ବାୟୁର ପଶ୍ଚାଦ୍ଧାବନ ସହିତ ଦୁଇ ମୁଠି ଅପେକ୍ଷା ଶାନ୍ତି ସହିତ ଏକ ମୁଠି ଭଲ।
ଉପଦେଶକ 4 : 7 (IRVOR)
ତେବେ ମୁଁ ଫେରି ସୂର୍ଯ୍ୟ ତଳେ ଅସାରତା ଦେଖିଲି।
ଉପଦେଶକ 4 : 8 (IRVOR)
କୌଣସି ଲୋକ ଏକାକୀ ଥାଏ ଓ ତାହାର ଦ୍ୱିତୀୟ କେହି ନାହିଁ; କିଅବା ତାହାର ପୁତ୍ର କି ଭ୍ରାତା ନାହିଁ; ତଥାପି ତାହାର ସମସ୍ତ ପରିଶ୍ରମର ସୀମା ନାହିଁ, ଅଥବା ଧନରେ ତାହାର ଚକ୍ଷୁ ତୃପ୍ତ ନୁହେଁ। ସେ କହେ, ତେବେ ମୁଁ କାହା ପାଇଁ ପରିଶ୍ରମ କରୁଅଛି ଓ ଆପଣା ପ୍ରାଣକୁ ମଙ୍ଗଳରୁ ବଞ୍ଚିତ କରିଅଛି ? ଏହା ହିଁ ଅସାର ଓ ଅତ୍ୟନ୍ତ କ୍ଲେଶଜନକ।
ଉପଦେଶକ 4 : 9 (IRVOR)
ସଙ୍ଗୀର ମୂଲ୍ୟ ଏକ ଜଣରୁ ଦୁଇ ଜଣ ଭଲ, କାରଣ ସେମାନେ ଆପଣା ଆପଣା ପରିଶ୍ରମର ଉତ୍ତମ ଫଳ ପ୍ରାପ୍ତ ହୁଅନ୍ତି।
ଉପଦେଶକ 4 : 10 (IRVOR)
ସେମାନେ ପଡ଼ିଲେ, ଜଣେ ଆପଣା ସଙ୍ଗୀକୁ ଉଠାଇବ; ମାତ୍ର ଯେ ପଡ଼ିବା ବେଳେ ଏକାକୀ ଥାଏ ଓ ଯାହାକୁ ଉଠାଇବା ପାଇଁ ଅନ୍ୟ ନ ଥାଏ, ସେ ସନ୍ତାପର ପାତ୍ର।
ଉପଦେଶକ 4 : 11 (IRVOR)
ଆହୁରି, ଦୁଇ ଜଣ ଏକତ୍ର ଶୟନ କଲେ ଉଷ୍ଣ ହୁଅନ୍ତି; ମାତ୍ର ଜଣେ କିପରି ଏକାକୀ ଉଷ୍ଣ ହୋଇପାରେ ?
ଉପଦେଶକ 4 : 12 (IRVOR)
ଯେବେ କେହି ଏକାକୀ ଥିବା ଲୋକକୁ ପରାସ୍ତ କରେ, ତେବେ ଦୁଇ ଜଣ ତାହାର ପ୍ରତିବାଧା କରିବେ; ପୁଣି, ତ୍ରିଗୁଣ ରଜ୍ଜୁ ଶୀଘ୍ର ଛିଣ୍ଡି ଯାଏ ନାହିଁ।
ଉପଦେଶକ 4 : 13 (IRVOR)
ଲୋକପ୍ରିୟତା ଚାଲିଯାଏ ଯେଉଁ ବୃଦ୍ଧ ଓ ନିର୍ବୋଧ ରାଜା ଆଉ କୌଣସି ପରାମର୍ଶ ଗ୍ରହଣ କରିବାକୁ ଜାଣେ ନାହିଁ, ତାହା ଅପେକ୍ଷା ଦରିଦ୍ର ଓ ଜ୍ଞାନବାନ ଯୁବା ଲୋକ ଭଲ।
ଉପଦେଶକ 4 : 14 (IRVOR)
କାରଣ ସେ ରାଜା ହେବା ପାଇଁ କାରାଗାରରୁ ବାହାର ହୋଇ ଆସିଲା; ଆହୁରି, ସେ ତାହାର ରାଜ୍ୟରେ ଦରିଦ୍ର ହୋଇ ଜନ୍ମି ଥିଲା।
ଉପଦେଶକ 4 : 15 (IRVOR)
ମୁଁ ସୂର୍ଯ୍ୟ ତଳେ ଗମନକାରୀ ସମସ୍ତ ପ୍ରାଣୀକୁ ଦେଖିଲି ଯେ, ସେମାନେ ସେହି ଯୁବାର, ଯେଉଁ ଦ୍ୱିତୀୟ ବ୍ୟକ୍ତି ଏହାର ସ୍ଥାନରେ ଉଠିଲା, ତାହାର ସଙ୍ଗୀ।
ଉପଦେଶକ 4 : 16 (IRVOR)
ସେ ଯେଉଁମାନଙ୍କର ଅଧ୍ୟକ୍ଷ ହେଲା, ସେହି ଲୋକମାନେ ଅସଂଖ୍ୟ; ତଥାପି ଉତ୍ତରକାଳୀନ ଲୋକମାନେ ତାହାଠାରେ ଆନନ୍ଦ କରିବେ ନାହିଁ। ନିଶ୍ଚୟ ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।
❮
❯
1
2
3
4
5
6
7
8
9
10
11
12
13
14
15
16