ଉପଦେଶକ 5 : 1 (IRVOR)
{ପରମେଶ୍ୱରଙ୍କ ଭୟ} [PS] ତୁମ୍ଭେ ପରମେଶ୍ୱରଙ୍କ ଗୃହକୁ ଯିବା ବେଳେ ସାବଧାନରେ ଆପଣା ଚରଣ ରଖ; କାରଣ ମୂର୍ଖମାନଙ୍କର ବଳି ଉତ୍ସର୍ଗ କରିବା ଅପେକ୍ଷା ଶ୍ରବଣାର୍ଥେ ନିକଟବର୍ତ୍ତୀ ହେବାର ଉତ୍ତମ; ଯେଣୁ ସେମାନେ ମନ୍ଦ କର୍ମ କରନ୍ତି ବୋଲି ଜାଣନ୍ତି ନାହିଁ। [QBR]
ଉପଦେଶକ 5 : 2 (IRVOR)
ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ [QBR2] ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; [QBR] କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; [QBR2] ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର। [QBR]
ଉପଦେଶକ 5 : 3 (IRVOR)
କାରଣ କାର୍ଯ୍ୟର ବାହୁଲ୍ୟରେ ସ୍ୱପ୍ନ ହୁଏ; [QBR2] ପୁଣି ବାକ୍ୟର ବାହୁଲ୍ୟରେ ମୂର୍ଖର ରବ ହୁଏ। [QBR]
ଉପଦେଶକ 5 : 4 (IRVOR)
ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, [QBR2] ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; [QBR] କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; [QBR2] ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର। [QBR]
ଉପଦେଶକ 5 : 5 (IRVOR)
ମାନତ କରି ପରିଶୋଧ ନ କରିବା ଅପେକ୍ଷା [QBR2] ତୁମ୍ଭର ମାନତ ନ କରିବାର ଭଲ। [PE][PS]
ଉପଦେଶକ 5 : 6 (IRVOR)
ତୁମ୍ଭ ଶରୀରକୁ ପାପ କରାଇବା ପାଇଁ ତୁମ୍ଭ ମୁଖକୁ ଦିଅ ନାହିଁ; କିଅବା ଏହା ଭୁଲବଶତଃ ହେଲା ବୋଲି ଦୂତ ସାକ୍ଷାତରେ କୁହ ନାହିଁ; କାହିଁକି ପରମେଶ୍ୱର ତୁମ୍ଭ ରବରେ କ୍ରୁଦ୍ଧ ହୋଇ ତୁମ୍ଭ ହସ୍ତର କାର୍ଯ୍ୟ ବିନାଶ କରିବେ ?
ଉପଦେଶକ 5 : 7 (IRVOR)
କାରଣ ସ୍ୱପ୍ନ ଓ ଅସାରତାର ବାହୁଲ୍ୟ ଓ ବହୁ ବାକ୍ୟ ଦ୍ୱାରା ଏହିପରି ଘଟେ; ମାତ୍ର ତୁମ୍ଭେ ପରମେଶ୍ୱରଙ୍କୁ ଭୟ କର। ସମ୍ମାନ, ସମ୍ପଦର ଅସାରତା [PE][PS]
ଉପଦେଶକ 5 : 8 (IRVOR)
ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।
ଉପଦେଶକ 5 : 9 (IRVOR)
ଆହୁରି, ପୃଥିବୀର ଫଳ ସମସ୍ତଙ୍କ ନିମନ୍ତେ; କ୍ଷେତ୍ର ଦ୍ୱାରା ରାଜା ଆପେ ସେବିତ ହୁଅନ୍ତି। [QBR]
ଉପଦେଶକ 5 : 10 (IRVOR)
ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; [QBR2] କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; [QBR3] ଏହା ହିଁ ଅସାର। [QBR]
ଉପଦେଶକ 5 : 11 (IRVOR)
ସମ୍ପତ୍ତି ବୃଦ୍ଧି ପାଇଲେ, ତହିଁର ଭୋକ୍ତାମାନେ ବୃଦ୍ଧି ପାଆନ୍ତି; [QBR2] ଏଣୁ ଆପଣା ଚକ୍ଷୁରେ ଦେଖିବା ଛଡ଼ା ତହିଁର ଅଧିକାରୀର କି ଲାଭ ? [QBR]
ଉପଦେଶକ 5 : 12 (IRVOR)
ଶ୍ରମଜୀବୀ ଲୋକ ଅଳ୍ପ ବା ବହୁତ ଖାଇଲେ ହେଁ ତାହାର ନିଦ୍ରା ସୁଖକର ହୁଏ; [QBR2] ମାତ୍ର ଧନବାନର ପୂର୍ଣ୍ଣତା ତାହାକୁ ନିଦ୍ରା ଯିବାକୁ ଦେବ ନାହିଁ। [QBR]
ଉପଦେଶକ 5 : 13 (IRVOR)
ଧନ ଅଧିକାରୀ ଦ୍ୱାରା ଆପଣା ଅମଙ୍ଗଳ ନିମନ୍ତେ ଧନ ରକ୍ଷିତ ହୁଏ, [QBR2] ଏହି ଏକ ବ୍ୟାଧି ସ୍ୱରୂପ ଅନିଷ୍ଟ ମୁଁ ସୂର୍ଯ୍ୟ ତଳେ ଦେଖିଅଛି; [QBR]
ଉପଦେଶକ 5 : 14 (IRVOR)
ଆଉ, ଦୁର୍ଘଟଣା ଦ୍ୱାରା ସେହିସବୁ ଧନ କ୍ଷୟ ପାଏ; [QBR2] ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ। [QBR]
ଉପଦେଶକ 5 : 15 (IRVOR)
ସେ ଆପଣା ମାତୃଗର୍ଭରୁ ଯେପରି ଆସିଲା, [QBR2] ସେପରି ଉଲଙ୍ଗ ହୋଇ ଆସିବା ପରି ଫେରିଯିବ, [QBR] ଆଉ ସେ ଆପଣା ପରିଶ୍ରମ ପାଇଁ ସ୍ୱହସ୍ତରେ ଯାହା ବହି ନେଇ ପାରିବ, [QBR2] ଏପରି କିଛି ସଙ୍ଗେ ନେବ ନାହିଁ। [QBR]
ଉପଦେଶକ 5 : 16 (IRVOR)
ପୁଣି, ସେ ଯେପରି ଆସିଲା, ସର୍ବତୋଭାବେ ଯେ ସେପରି ଯିବ, [QBR2] ଏହା ହିଁ ବ୍ୟାଧି ସ୍ୱରୂପ ଅନିଷ୍ଟ; [QBR3] ଏଣୁ ବାୟୁ ନିମନ୍ତେ ସେ ପରିଶ୍ରମ କଲେ, ତାହାର କି ଲାଭ ? [QBR]
ଉପଦେଶକ 5 : 17 (IRVOR)
ଆହୁରି, ସେ ଯାବଜ୍ଜୀବନ ଅନ୍ଧକାରରେ ଆହାର କରେ, [* ଆହାର କରେ, ଅର୍ଥାତ୍ ବିତାଏ] [QBR2] ପୁଣି ସେ ଅତିଶୟ ବିରକ୍ତ ହୁଏ, [QBR3] ଆଉ ତାହାକୁ ପୀଡ଼ା ଓ କୋପ ଘଟେ। [PE][PS]
ଉପଦେଶକ 5 : 18 (IRVOR)
ଦେଖ, ଭୋଜନ ଓ ପାନ କରିବାର ଓ ପରମେଶ୍ୱରଙ୍କ ଦତ୍ତ ପରମାୟୁ ମଧ୍ୟରେ ମନୁଷ୍ୟ ସୂର୍ଯ୍ୟ ତଳେ ଯେଉଁ ଯେଉଁ ପରିଶ୍ରମ କରେ, ସେହି ସମସ୍ତ ପରିଶ୍ରମରେ ସୁଖଭୋଗ କରିବାର, ଏହା ହିଁ ତାହା ପକ୍ଷରେ ଉତ୍ତମ ଓ ମନୋହର ବୋଲି ମୁଁ ଦେଖିଅଛି; କାରଣ ଏହା ହିଁ ତାହାର ଅଂଶ।
ଉପଦେଶକ 5 : 19 (IRVOR)
ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
ଉପଦେଶକ 5 : 20 (IRVOR)
ଯେହେତୁ ସେ ଆପଣା ପରମାୟୁର ଦିନସବୁ ଅଧିକ ସ୍ମରଣ କରିବ ନାହିଁ; କାରଣ ପରମେଶ୍ୱର ତାହାର ହୃଦୟରେ ଆନନ୍ଦ ଜନ୍ମାଇ ତାହାକୁ ଉତ୍ତର ଦିଅନ୍ତି। [PE]

1 2 3 4 5 6 7 8 9 10 11 12 13 14 15 16 17 18 19 20

BG:

Opacity:

Color:


Size:


Font: