ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 1 (IRVOR)
ସୁସମାଚାର ନିଗୂଢତତ୍ତ୍ୱର ପ୍ରକାଶ ଏଥି ନିମନ୍ତେ ମୁଁ ପାଉଲ, ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ସକାଶେ ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 2 (IRVOR)
ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ୱରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 3 (IRVOR)
ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 4 (IRVOR)
ତାହା ପଢି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋର ଜ୍ଞାନର ପରିଚୟ ପାଇ ପାର;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 5 (IRVOR)
ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 6 (IRVOR)
ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 7 (IRVOR)
ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 8 (IRVOR)
ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 9 (IRVOR)
ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ୱରଙ୍କଠାରେ ପ୍ରାଚୀନ କାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କ'ଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 10 (IRVOR)
ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 11 (IRVOR)
ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 12 (IRVOR)
ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ୱରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 13 (IRVOR)
ଅତଏବ ମୁଁ ଅନୁରୋଧ କରେ ଯେ, ତୁମ୍ଭମାନଙ୍କ ନିମନ୍ତେ ମୋହର ଯେଉଁ କ୍ଲେଶ ଭୋଗ, ସେଥିସକାଶେ ହତାଶ ହୁଅ ନାହିଁ, ତାହା ତ ତୁମ୍ଭମାନଙ୍କ ଗୌରବ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 14 (IRVOR)
ଆତ୍ମିକ ଶକ୍ତି ନିମନ୍ତେ ପ୍ରାର୍ଥନା ଏଥି ନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 15 (IRVOR)
ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 16 (IRVOR)
ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 17 (IRVOR)
ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 18 (IRVOR)
ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 19 (IRVOR)
ଆଉ ସେହି ପ୍ରକାରେ ଈଶ୍ୱରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 20 (IRVOR)
ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3 : 21 (IRVOR)
ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ । ଆମେନ୍।
❮
❯
1
2
3
4
5
6
7
8
9
10
11
12
13
14
15
16
17
18
19
20
21