ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 1 (IRVOR)
ଖ୍ରୀଷ୍ଟଙ୍କ ଶରୀର ମଧ୍ୟରେ ଏକତା ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 2 (IRVOR)
ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 3 (IRVOR)
ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 4 (IRVOR)
ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୁତ ହୋଇଅଛ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 5 (IRVOR)
ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ୱର ଓ ପିତା;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 6 (IRVOR)
ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 7 (IRVOR)
କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 8 (IRVOR)
ଏଥି ନିମନ୍ତେ ଉକ୍ତ ଅଛି, ସେ ଊର୍ଦ୍ଧ୍ୱକୁ ଆରୋହଣ କରି ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 9 (IRVOR)
(ସେ ଆରୋହଣ କଲେ ବୋଲି କହିଲେ ଅର୍ଥ କ'ଣ? ନା, ସେ ମଧ୍ୟ ନିଚସ୍ଥ ପୃଥିବୀକୁ ଅବତରଣ କରିଥିଲେ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 10 (IRVOR)
ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ମଧ୍ୟ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ଆରୋହଣ କଲେ।)
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 11 (IRVOR)
ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 12 (IRVOR)
ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 13 (IRVOR)
ଶେଷରେ ଯେପରି ଆମ୍ଭମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ୱରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 14 (IRVOR)
ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 15 (IRVOR)
କିନ୍ତୁୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 16 (IRVOR)
ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 17 (IRVOR)
ନୂତନ ଜୀବନର ଆଚରଣ ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 18 (IRVOR)
ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 19 (IRVOR)
ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 20 (IRVOR)
କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 21 (IRVOR)
ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 22 (IRVOR)
ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 23 (IRVOR)
ପୁଣି, ତୁମ୍ଭମାନଙ୍କ ମନରେ ନୂତନୀକୃତ ହୋଇ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 24 (IRVOR)
ଯେଉଁ ନୂତନ ସ୍ୱଭାବ ଈଶ୍ୱରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 25 (IRVOR)
ଅତଏବ ମିଥ୍ୟା ପରିତ୍ୟାଗ କରି ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀ ସହିତ ସତ୍ୟ ଆଳାପ କର, କାରଣ ଆମ୍ଭେମାନେ ପରସ୍ପରର ଅଙ୍ଗପ୍ରତ୍ୟଙ୍ଗ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 26 (IRVOR)
କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 27 (IRVOR)
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 28 (IRVOR)
ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥି ନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 29 (IRVOR)
ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 30 (IRVOR)
ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 31 (IRVOR)
ସମସ୍ତ ପ୍ରକାର କଟୁ ଭାବ, ରାଗ, କ୍ରୋଧ, କଳହ ଓ ନିନ୍ଦା, ପୁଣି, ସମସ୍ତ ପ୍ରକାର ହିଂସା ତୁମ୍ଭମାନଙ୍କଠାରୁ ଦୁର ହେଉ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4 : 32 (IRVOR)
ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର ।
❮
❯