ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 1 (IRVOR)
ପିତାମାତା ଏବଂ ସନ୍ତାନ ହେ ପିଲାମାନେ, ପ୍ରଭୁଙ୍କ ସକାଶେ ଆପଣା ଆପଣା ପିତାମାତାଙ୍କର ଆଜ୍ଞାବହ ହୁଅ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 2 (IRVOR)
କାରଣ ତାହା ଯଥାର୍ଥ । "ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),"
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 3 (IRVOR)
ଯେପରି ତୁମ୍ଭର ମଙ୍ଗଳ ହେବ, ଆଉ ତୁମ୍ଭେ ପୃଥିବୀରେ ଦୀର୍ଘାୟୁ ବଞ୍ଚିବ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 4 (IRVOR)
ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 5 (IRVOR)
କ୍ରୀତଦାସ ଏବଂ ମୁନିବ ହେ ଦାସମାନେ, ତୁମ୍ଭେମାନେ ଯେପରି ଖ୍ରୀଷ୍ଟଙ୍କର ଆଜ୍ଞାବହ ଅଟ, ସେହିପରି ଭୟ ଓ କମ୍ପ ସହ ହୃଦୟର ସରଳତାରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କର ଆଜ୍ଞାବହ ହୁଅ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 6 (IRVOR)
ମନୁଷ୍ୟକୁ ସନ୍ତୁଷ୍ଟ କଲାପରି ଦୃଷ୍ଟି ଆଗରେ ତାହା କର ନାହିଁ, କିନ୍ତୁ ଖ୍ରୀଷ୍ଟଙ୍କ ଦାସ ପରି ଅନ୍ତର ସହ ଈଶ୍ୱରଙ୍କ ଇଚ୍ଛା ସାଧନ କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 7 (IRVOR)
ସ୍ୱାଧିନ କି ପରାଧିନ, ଯେ କେହି ସତ୍କର୍ମ କରେ, ସେ ଯେ ପ୍ରଭୁଙ୍କଠାରୁ ସେଥିର ପୁରସ୍କାର ପାଇବ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 8 (IRVOR)
ଏହା ଜାଣି ମନୁଷ୍ୟର ସେବା କଲାପରି ନୁହେଁ, ମାତ୍ର ପ୍ରଭୁଙ୍କ ସେବା କଲାପରି ସ୍ୱଚ୍ଛନ୍ଦରେ ସେବା କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 9 (IRVOR)
ଆଉ ହେ କର୍ତ୍ତାମାନେ, ସେହିପରି ଭାବେ ସେମାନଙ୍କ ପ୍ରତି ବ୍ୟବହାର କର, ତର୍ଜନଗର୍ଜନ କରିବାରୁ ନିବୃତ୍ତ ହୁଅ; ସମସ୍ତଙ୍କର ପ୍ରଭୁ ଯେ ସ୍ୱର୍ଗରେ ଅଛନ୍ତି; ପୁଣି, ତାହାଙ୍କ ନିକଟରେ କୌଣସି ମୁଖାପେକ୍ଷା ନାହିଁ, ଏହା ଜାଣ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 10 (IRVOR)
ଈଶ୍ୱରଦତ୍ତ ସମସ୍ତ ସଜ୍ଜା ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 11 (IRVOR)
ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇ ପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 12 (IRVOR)
କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 13 (IRVOR)
ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥି ନିମନ୍ତେ ଈଶ୍ୱରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 14 (IRVOR)
ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଉରସ୍ତ୍ରାଣ ପରିଧାନ କର,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 15 (IRVOR)
ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇଥାଅ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 16 (IRVOR)
ଯେପରି ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧାର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 17 (IRVOR)
ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାବ କର ଓ ଆତ୍ମାଙ୍କ ଖ‌ଡ୍ଗ , ଅର୍ଥାତ୍ ଈଶ୍ୱରଙ୍କ ବାକ୍ୟ ଧାରଣ କର;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 18 (IRVOR)
ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 19 (IRVOR)
ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 20 (IRVOR)
ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 21 (IRVOR)
ଶେଷ ଶୁଭେଚ୍ଛା ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖି‌କ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 22 (IRVOR)
ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 23 (IRVOR)
ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଭାଇମାନଙ୍କ ପ୍ରତି ଶାନ୍ତି ଓ ବିଶ୍ୱାସ ସହିତ ପ୍ରେମ ବର୍ତ୍ତୁ ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6 : 24 (IRVOR)
ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24