ଯାତ୍ରା ପୁସ୍ତକ 2 : 1 (IRVOR)
ମୋଶାଙ୍କ ଜନ୍ମ ଏଥିଉତ୍ତାରେ ଲେବୀ ବଂଶଜାତ ଜଣେ ମନୁଷ୍ୟ ଯାଇ ଲେବୀ ବଂଶରୁ ଜାତ ଏକ କନ୍ୟାକୁ ବିବାହ କଲା।
ଯାତ୍ରା ପୁସ୍ତକ 2 : 2 (IRVOR)
ତହୁଁ ସେ ସ୍ତ୍ରୀ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କଲେ; ପୁଣି, ବାଳକକୁ ଅତି ସୁନ୍ଦର ଦେଖି ସେ ତାକୁ ତିନ ମାସ ଯାଏ ଗୋପନରେ ରଖିଲେ।
ଯାତ୍ରା ପୁସ୍ତକ 2 : 3 (IRVOR)
ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀ ତୀରସ୍ଥ ନଳବନରେ ରଖିଲେ।
ଯାତ୍ରା ପୁସ୍ତକ 2 : 4 (IRVOR)
ପୁଣି, ତାହାର କି ଦଶା ହେବ, ତାହା ଦେଖିବା ନିମନ୍ତେ ତାହାର ଭଗିନୀ ଦୂରରେ ଠିଆ ହୋଇ ରହିଲା।
ଯାତ୍ରା ପୁସ୍ତକ 2 : 5 (IRVOR)
ଏଥିଉତ୍ତାରେ ଫାରୋଙ୍କ କନ୍ୟା ସ୍ନାନ ନିମନ୍ତେ ନଦୀକୁ ଆସନ୍ତେ, ତାହାର ସହଚରୀଗଣ ନଦୀ ତୀରରେ ଭ୍ରମଣ କରୁଥିଲେ। ଏଥିମଧ୍ୟରେ ସେ ନଳବନରେ ଗୋଟିଏ ପେଡ଼ି ଦେଖି ତାହା ଆଣିବାକୁ ଆପଣା ଦାସୀକୁ ପଠାଇଲେ।
ଯାତ୍ରା ପୁସ୍ତକ 2 : 6 (IRVOR)
ସେ ପେଡ଼ି ଫିଟାଇ ସେହି ବାଳକକୁ ଦେଖିଲା; ଆଉ ଦେଖ, ସେହି ବାଳକଟି କାନ୍ଦୁଅଛି; ତହିଁରେ ସେ ଦୟା ବହି କହିଲା, “ଏଇଟି ଜଣେ ଏବ୍ରୀୟ ବାଳକ।”
ଯାତ୍ରା ପୁସ୍ତକ 2 : 7 (IRVOR)
ସେତେବେଳେ ତାହାର ଭଗିନୀ ଫାରୋଙ୍କର କନ୍ୟାକୁ କହିଲା, “ମୁଁ ଯାଇ ଆପଣଙ୍କ ନିମନ୍ତେ ଏହି ବାଳକକୁ ସ୍ତନ୍ୟପାନ କରାଇବା ପାଇଁ କି ଏବ୍ରୀୟା ସ୍ତ୍ରୀଗଣ ମଧ୍ୟରୁ ଜଣେ ଧାତ୍ରୀକୁ ଡାକି ଆଣିବି ?”
ଯାତ୍ରା ପୁସ୍ତକ 2 : 8 (IRVOR)
ତହିଁରେ ଫାରୋଙ୍କର କନ୍ୟା କହିଲା, “ଯାଅ,” ତହୁଁ ସେ ବାଳିକା ଯାଇ ସେହି ବାଳକର ମାତାକୁ ଡାକି ଆଣିଲା।
ଯାତ୍ରା ପୁସ୍ତକ 2 : 9 (IRVOR)
ତେବେ ଫାରୋଙ୍କର କନ୍ୟା ତାହାଙ୍କୁ କହିଲା, “ତୁମ୍ଭେ ଏ ବାଳକକୁ ନେଇ ମୋ’ ନିମନ୍ତେ ସ୍ତନ୍ୟପାନ କରାଅ; ମୁଁ ତୁମ୍ଭକୁ ବେତନ ଦେବି,” ତହିଁରେ ସେହି ସ୍ତ୍ରୀ ବାଳକକୁ ନେଇ ସ୍ତନ୍ୟପାନ କରାଇଲା।
ଯାତ୍ରା ପୁସ୍ତକ 2 : 10 (IRVOR)
ଏଥିଉତ୍ତାରେ ବାଳକ ବଢ଼ନ୍ତେ, ସେ ତାକୁ ନେଇ ଫାରୋଙ୍କର କନ୍ୟାକୁ ଦେଲା। ତହିଁରେ ବାଳକ ତାହାର ପୁତ୍ର ହେଲା। ତେଣୁ ସେ ତାହାର ନାମ ମୋଶା* ଆକର୍ଷିତ କିଅବା ବାହାରକୁ ନେବା ଦେଲା; କାରଣ ସେ କହିଲା, “ମୁଁ ଜଳରୁ ଏହାକୁ ଆକର୍ଷଣ କଲି।”
ଯାତ୍ରା ପୁସ୍ତକ 2 : 11 (IRVOR)
ମୋଶାଙ୍କର ମିଦୀୟନକୁ ପଳାୟନ କାଳକ୍ରମେ ମୋଶା ବଡ଼ ହେଲା ଉତ୍ତାରେ ଦିନକରେ ସେ ଆପଣା ଭ୍ରାତୃଗଣ ନିକଟକୁ ଯାଇ ସେମାନଙ୍କୁ ଭାର ବହିବାର ଦେଖିଲେ; ପୁଣି, ଜଣେ ମିସ୍ରୀୟ ତାହାର ଭ୍ରାତୃଗଣ ମଧ୍ୟରୁ ଜଣେ ଏବ୍ରୀଙ୍କୁ ପ୍ରହାର କରୁଥିବାର ଦେଖିଲେ।
ଯାତ୍ରା ପୁସ୍ତକ 2 : 12 (IRVOR)
ଏହେତୁ ସେ ଏଣେତେଣେ ଅନାଇ କାହାକୁ ନ ଦେଖି ସେହି ମିସ୍ରୀୟକୁ ବଧ କରି ବାଲିରେ ପୋତି ଦେଲେ।
ଯାତ୍ରା ପୁସ୍ତକ 2 : 13 (IRVOR)
ଆଉ ଦ୍ୱିତୀୟ ଦିନ ସେ ବାହାରକୁ ଯାଇ ଦୁଇ ଜଣ ଏବ୍ରୀଙ୍କୁ ବିବାଦ କରୁଥିବାର ଦେଖି ଦୋଷୀ ଲୋକଙ୍କୁ କହିଲେ, “ତୁମ୍ଭେ ଆପଣା ଭାଇଙ୍କୁ କାହିଁକି ପ୍ରହାର କରୁଅଛ ?”
ଯାତ୍ରା ପୁସ୍ତକ 2 : 14 (IRVOR)
ତହିଁରେ ସେ କହିଲା, “କିଏ ତୁମ୍ଭକୁ ଆମ୍ଭମାନଙ୍କ ଉପରେ ରାଜା ଓ ବିଚାରକର୍ତ୍ତା କରି ନିଯୁକ୍ତ କରିଅଛି ?” ତୁମ୍ଭେ ଯେପରି ସେହି ମିସ୍ରୀୟ ଲୋକକୁ ବଧ କଲ, ସେହିପରି କି ମୋତେ ବଧ କରିବାକୁ ଚାହୁଁଛ ? ତହିଁରେ ମୋଶା ଭୟଭୀତ ହୋଇ କହିଲେ, “ଏ କଥା ଅବଶ୍ୟ ପ୍ରକାଶିତ ହୋଇଅଛି।”
ଯାତ୍ରା ପୁସ୍ତକ 2 : 15 (IRVOR)
ଏଥିଉତ୍ତାରେ ଫାରୋ ଏ କଥା ଶୁଣି ମୋଶାଙ୍କୁ ବଧ କରିବା ପାଇଁ ଚେଷ୍ଟା କଲେ। ମାତ୍ର ମୋଶା ଫାରୋଙ୍କ ସମ୍ମୁଖରୁ ପଳାଇ ମିଦୀୟନ ଦେଶରେ ବାସ କରିବାକୁ ଯାଇ ଗୋଟିଏ କୂପ ନିକଟରେ ବସିଲେ।
ଯାତ୍ରା ପୁସ୍ତକ 2 : 16 (IRVOR)
ମିଦୀୟନୀୟ ଯାଜକଙ୍କର ସାତୋଟି କନ୍ୟା ଥିଲେ; ସେମାନେ ସେହି ସ୍ଥାନକୁ ଆସି ପିତାଙ୍କ ମେଷପଲକୁ ଜଳପାନ କରାଇବା ପାଇଁ ଜଳ କାଢ଼ି କୁଣ୍ଡ ପରିପୂର୍ଣ୍ଣ କଲେ।
ଯାତ୍ରା ପୁସ୍ତକ 2 : 17 (IRVOR)
ଏଥିମଧ୍ୟରେ ମେଷପାଳକମାନେ ଆସି ସେମାନଙ୍କୁ ତଡ଼ି ଦେବାକୁ ଲାଗିଲେ, ମାତ୍ର ମୋଶା ଉଠି ସେମାନଙ୍କର ସାହାଯ୍ୟ କରି ସେମାନଙ୍କ ମେଷପଲକୁ ଜଳପାନ କରାଇଲେ।
ଯାତ୍ରା ପୁସ୍ତକ 2 : 18 (IRVOR)
ଏଥିଉତ୍ତାରେ ସେମାନେ ଆପଣା ପିତା ରୁୟେଲ ନିକଟକୁ ଯାଆନ୍ତେ, ସେ ସେମାନଙ୍କୁ ପଚାରିଲା, “ଆଜି ତୁମ୍ଭେମାନେ ଏତେ ଶୀଘ୍ର କିପରି ଆସିଲ ?”
ଯାତ୍ରା ପୁସ୍ତକ 2 : 19 (IRVOR)
ତହିଁରେ ସେମାନେ କହିଲେ, “ଜଣେ ମିସ୍ରୀୟ ଲୋକ ମେଷପାଳକମାନଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କଲା, ପୁଣି, ଆମ୍ଭମାନଙ୍କ ନିମନ୍ତେ ଜଳ କାଢ଼ି ମେଷପଲକୁ ଜଳପାନ କରାଇଲା।”
ଯାତ୍ରା ପୁସ୍ତକ 2 : 20 (IRVOR)
ତେବେ ସେ ଆପଣା କନ୍ୟାମାନଙ୍କୁ କହିଲା, “ସେ କେଉଁଠାରେ ? ତୁମ୍ଭେମାନେ ତାକୁ କାହିଁକି ଛାଡ଼ି ଆସିଲ ? ତାକୁ ଡାକ; ସେ ଆମ୍ଭମାନଙ୍କ ସହିତ ଭୋଜନ କରିବ।”
ଯାତ୍ରା ପୁସ୍ତକ 2 : 21 (IRVOR)
ଏଥିଉତ୍ତାରେ ମୋଶା ସେହି ମନୁଷ୍ୟ ସହିତ ବାସ କରିବାକୁ ସମ୍ମତ ହେଲେ; ପୁଣି, ସେ ମୋଶାଙ୍କ ସହିତ ଆପଣା କନ୍ୟା ସିପ୍ପୋରାର ବିବାହ ଦେଲା।
ଯାତ୍ରା ପୁସ୍ତକ 2 : 22 (IRVOR)
ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରନ୍ତେ, ମୋଶା ତାହାର ନାମ ଗେର୍ଶୋମ† ଏଠାର-ପ୍ରବାସୀ ଦେଲେ; କାରଣ ସେ କହିଲେ, “ମୁଁ ବିଦେଶରେ ପ୍ରବାସୀ ହୋଇଅଛି।”
ଯାତ୍ରା ପୁସ୍ତକ 2 : 23 (IRVOR)
ବହୁ କାଳ ଉତ୍ତାରେ ମିସ୍ରୀୟ ରାଜାଙ୍କର ମୃତ୍ୟୁୁ ହେଲା, ପୁଣି, ଇସ୍ରାଏଲ ସନ୍ତାନଗଣ ଦାସ୍ୟକର୍ମ ସକାଶୁ ହାହାକାର ଓ କ୍ରନ୍ଦନ କଲେ ଓ ଦାସ୍ୟକର୍ମ ସକାଶୁ ସେମାନଙ୍କ ଆର୍ତ୍ତନାଦ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେଲା।
ଯାତ୍ରା ପୁସ୍ତକ 2 : 24 (IRVOR)
ତହିଁରେ ପରମେଶ୍ୱର ସେମାନଙ୍କ ଆର୍ତ୍ତସ୍ୱର ଶୁଣିଲେ, ଆଉ ଅବ୍ରହାମ ଓ ଇସ୍ହାକ ଓ ଯାକୁବଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରି,
ଯାତ୍ରା ପୁସ୍ତକ 2 : 25 (IRVOR)
ଇସ୍ରାଏଲ ସନ୍ତାନଗଣ ପ୍ରତି ଦୃଷ୍ଟିପାତ କଲେ ଓ ସେମାନଙ୍କ ଅବସ୍ଥା ଜାଣିଲେ।
❮
❯