ଯାତ୍ରା ପୁସ୍ତକ 23 : 1 (IRVOR)
ନ୍ୟାୟ ବିଚାର ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
ଯାତ୍ରା ପୁସ୍ତକ 23 : 2 (IRVOR)
ତୁମ୍ଭେ ଦୁଷ୍କର୍ମ କରିବାକୁ ବହୁ ଲୋକର ପଶ୍ଚାଦ୍ବର୍ତ୍ତୀ ହେବ ନାହିଁ, ପୁଣି, ନ୍ୟାୟ ବିଚାର ଅନ୍ୟଥା କରିବା ପାଇଁ ବହୁ ଲୋକର ପକ୍ଷ ହୋଇ ପ୍ରତିବାଦ କରିବ ନାହିଁ;
ଯାତ୍ରା ପୁସ୍ତକ 23 : 3 (IRVOR)
କିଅବା ବିଚାରରେ ଦରିଦ୍ରର ପକ୍ଷପାତ କରିବ ନାହିଁ।
ଯାତ୍ରା ପୁସ୍ତକ 23 : 4 (IRVOR)
ତୁମ୍ଭେ ଆପଣା ଶତ୍ରୁର ଗୋରୁ କି ଗଧକୁ ପଥ ହୁଡ଼ି ଯିବାର ଦେଖିଲେ, ଅବଶ୍ୟ ତାହା ନିକଟକୁ ତାକୁ ଘେନିଯିବ।
ଯାତ୍ରା ପୁସ୍ତକ 23 : 5 (IRVOR)
ଯଦି ତୁମ୍ଭେ ଆପଣା ଶତ୍ରୁର ଗର୍ଦ୍ଦଭକୁ ଭାର ତଳେ ପଡ଼ିଥିବାର ଦେଖ, ତାକୁ ଛାଡ଼ି ଯିବାରୁ ନିବୃତ୍ତ ହୁଅ, ତୁମ୍ଭେ ଅବଶ୍ୟ ତାହା ସଙ୍ଗରେ ତାକୁ ମୁକ୍ତ କରିବ।
ଯାତ୍ରା ପୁସ୍ତକ 23 : 6 (IRVOR)
ଦରିଦ୍ରର ବିଚାରରେ ତୁମ୍ଭେ ତାହା ପ୍ରତି ଅନ୍ୟାୟ କରିବ ନାହିଁ।
ଯାତ୍ରା ପୁସ୍ତକ 23 : 7 (IRVOR)
ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।
ଯାତ୍ରା ପୁସ୍ତକ 23 : 8 (IRVOR)
ତୁମ୍ଭେ ଲାଞ୍ଚ ନେବ ନାହିଁ, କାରଣ ଲାଞ୍ଚ ଦୃଷ୍ଟି ଥିବା ଲୋକମାନଙ୍କୁ* କିଅବା ବିଚାରକର୍ତ୍ତାମାନଙ୍କୁ ଅନ୍ଧ କରି ଦିଏ ଓ ଧାର୍ମିକମାନଙ୍କର ବାକ୍ୟ ଅନ୍ୟଥା କରେ।
ଯାତ୍ରା ପୁସ୍ତକ 23 : 9 (IRVOR)
ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
ଯାତ୍ରା ପୁସ୍ତକ 23 : 10 (IRVOR)
ସପ୍ତମ ବର୍ଷ ଓ ସପ୍ତମ ଦିନ ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।
ଯାତ୍ରା ପୁସ୍ତକ 23 : 11 (IRVOR)
ମାତ୍ର ସପ୍ତମ ବର୍ଷରେ ତାକୁ ବିଶ୍ରାମ ଦେବ ଓ ପଡ଼ିଆ ରଖିବ; ତହିଁରେ ତୁମ୍ଭର ଦରିଦ୍ରମାନେ ଖାଇବାକୁ ପାଇବେ; ସେମାନେ ଯାହା ଅବଶିଷ୍ଟ ରଖିବେ, ତାହା ବନ ପଶୁମାନେ ଖାଇବେ। ପୁଣି, ତୁମ୍ଭ ଦ୍ରାକ୍ଷାକ୍ଷେତ୍ର ଓ ଜୀତ ବୃକ୍ଷ ପ୍ରତି ମଧ୍ୟ ସେହିରୂପ କରିବ।
ଯାତ୍ରା ପୁସ୍ତକ 23 : 12 (IRVOR)
ତୁମ୍ଭେ ଛଅ ଦିନ ଆପଣା କର୍ମ କରି ସପ୍ତମ ଦିନରେ ବିଶ୍ରାମ କରିବ, ତହିଁରେ ତୁମ୍ଭର ଗୋରୁ ଓ ଗର୍ଦ୍ଦଭ ବିଶ୍ରାମ ପାଇବେ, ପୁଣି, ତୁମ୍ଭ ଦାସୀପୁତ୍ର ଓ ବିଦେଶୀ ଲୋକ ଆଶ୍ୱାସ ପାଇବେ।
ଯାତ୍ରା ପୁସ୍ତକ 23 : 13 (IRVOR)
ଆମ୍ଭେ ତୁମ୍ଭମାନଙ୍କୁ ଯାହା ଯାହା କହିଅଛୁ, ସେସମସ୍ତ ବିଷୟରେ ସାବଧାନ ହୁଅ; ଅନ୍ୟ ଦେବଗଣର ନାମ ସ୍ମରଣ କରାଅ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ ତାହା ଶୁଣା ନ ଯାଉ।
ଯାତ୍ରା ପୁସ୍ତକ 23 : 14 (IRVOR)
ତିନୋଟି ବିଶେଷ ଉତ୍ସବ ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ଆମ୍ଭ ଉଦ୍ଦେଶ୍ୟରେ ଉତ୍ସବ କରିବ।
ଯାତ୍ରା ପୁସ୍ତକ 23 : 15 (IRVOR)
ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।
ଯାତ୍ରା ପୁସ୍ତକ 23 : 16 (IRVOR)
ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।
ଯାତ୍ରା ପୁସ୍ତକ 23 : 17 (IRVOR)
ବର୍ଷ ମଧ୍ୟରେ ତିନି ଥର ତୁମ୍ଭର ସମସ୍ତ ପୁଂଜାତି, ପ୍ରଭୁ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବେ।
ଯାତ୍ରା ପୁସ୍ତକ 23 : 18 (IRVOR)
ତୁମ୍ଭେ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଆମ୍ଭ ବଳିର ରକ୍ତ ଉତ୍ସର୍ଗ କରିବ ନାହିଁ; ପୁଣି, ଆମ୍ଭ ଉତ୍ସବ-ସମ୍ପର୍କୀୟ ମେଦ ରାତ୍ରିଯାକ ପ୍ରଭାତ ପର୍ଯ୍ୟନ୍ତ ରଖିବ ନାହିଁ।
ଯାତ୍ରା ପୁସ୍ତକ 23 : 19 (IRVOR)
ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗ ବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।
ଯାତ୍ରା ପୁସ୍ତକ 23 : 20 (IRVOR)
ପ୍ରତିଜ୍ଞା ଓ ନିର୍ଦ୍ଦେଶ ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
ଯାତ୍ରା ପୁସ୍ତକ 23 : 21 (IRVOR)
ତାହାଙ୍କ ବିଷୟରେ ସାବଧାନ ହୁଅ ଓ ତାହାଙ୍କ ରବରେ ଅବଧାନ କର; ତାହାଙ୍କର ଅସନ୍ତୋଷ ଜନ୍ମାଅ ନାହିଁ; କାରଣ ସେ ତୁମ୍ଭମାନଙ୍କ ଅଧର୍ମ କ୍ଷମା କରିବେ ନାହିଁ; ଯେହେତୁ ତାହାଙ୍କଠାରେ ଆମ୍ଭର ନାମ ଅଛି।
ଯାତ୍ରା ପୁସ୍ତକ 23 : 22 (IRVOR)
ମାତ୍ର ତୁମ୍ଭେ ଯଦି ନିତାନ୍ତ ତାହାଙ୍କ ରବରେ ମନୋଯୋଗ କରିବ, ପୁଣି, ଆମ୍ଭେ ଯାହା ସବୁ କହୁ, ତାହା କରିବ; ତେବେ ଆମ୍ଭେ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ଓ ତୁମ୍ଭ ଶତ୍ରୁମାନଙ୍କର ଶତ୍ରୁ ହେବା।
ଯାତ୍ରା ପୁସ୍ତକ 23 : 23 (IRVOR)
କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।
ଯାତ୍ରା ପୁସ୍ତକ 23 : 24 (IRVOR)
ତୁମ୍ଭେ ସେମାନଙ୍କ ଦେବଗଣକୁ ପ୍ରଣାମ କରିବ ନାହିଁ ଓ ସେମାନଙ୍କର ସେବା କରିବ ନାହିଁ, ପୁଣି, ସେମାନଙ୍କ କ୍ରିୟାନୁସାରେ କ୍ରିୟା କରିବ ନାହିଁ; ମାତ୍ର ସେମାନଙ୍କୁ† ଅର୍ଥାତ୍ ପ୍ରତିମାଗଣ କିଅବା ମୂର୍ତ୍ତିଗଣ ସମୂଳେ ଉତ୍ପାଟନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ।
ଯାତ୍ରା ପୁସ୍ତକ 23 : 25 (IRVOR)
ତୁମ୍ଭେମାନେ ଆପଣାମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କର ସେବା କରିବ; ତହିଁରେ ସେ ତୁମ୍ଭମାନଙ୍କ ଅନ୍ନ ଓ ଜଳରେ ଆଶୀର୍ବାଦ କରିବେ, ପୁଣି, ଆମ୍ଭେ ତୁମ୍ଭ ମଧ୍ୟରୁ ରୋଗ ଦୂର କରିବା।
ଯାତ୍ରା ପୁସ୍ତକ 23 : 26 (IRVOR)
ତୁମ୍ଭ ଦେଶରେ କାହାରି ଗର୍ଭପାତ ହେବ ନାହିଁ, ପୁଣି, କେହି ବନ୍ଧ୍ୟା ହେବ ନାହିଁ; ଆମ୍ଭେ ତୁମ୍ଭ ଆୟୁର ପରିମାଣ ପୂର୍ଣ୍ଣ କରିବା।
ଯାତ୍ରା ପୁସ୍ତକ 23 : 27 (IRVOR)
ଆମ୍ଭେ ତୁମ୍ଭ ଆଗେ ଆଗେ ଆମ୍ଭ ବିଷୟକ ଭୟ ପ୍ରେରଣ କରିବା; ପୁଣି, ତୁମ୍ଭେ ଯେଉଁସବୁ ଲୋକଙ୍କ ନିକଟରେ ଉପସ୍ଥିତ ହେବ, ସେମାନଙ୍କୁ ବ୍ୟାକୁଳ କରିବା ଓ ଆମ୍ଭେ ତୁମ୍ଭର ଶତ୍ରୁଗଣକୁ ବିମୁଖ କରିବା।
ଯାତ୍ରା ପୁସ୍ତକ 23 : 28 (IRVOR)
ଆମ୍ଭେ ତୁମ୍ଭ ଆଗେ ଆଗେ ବିରୁଡ଼ିମାନଙ୍କୁ ପଠାଇବା; ସେମାନେ ହିବ୍ବୀୟ, କିଣାନୀୟ ଓ ହିତ୍ତୀୟମାନଙ୍କୁ ତୁମ୍ଭ ସମ୍ମୁଖରୁ ଘଉଡ଼ାଇ ଦେବେ।
ଯାତ୍ରା ପୁସ୍ତକ 23 : 29 (IRVOR)
ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
ଯାତ୍ରା ପୁସ୍ତକ 23 : 30 (IRVOR)
ତୁମ୍ଭେ ଯେପର୍ଯ୍ୟନ୍ତ ବର୍ଦ୍ଧିତ ହୋଇ ନାହଁ ଓ ଦେଶ ଅଧିକାର କରି ନାହଁ, ସେପର୍ଯ୍ୟନ୍ତ ଆମ୍ଭେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ କ୍ରମେ କ୍ରମେ ଘଉଡ଼ାଇ ଦେବା।
ଯାତ୍ରା ପୁସ୍ତକ 23 : 31 (IRVOR)
ପୁଣି, ଆମ୍ଭେ ସୂଫ ସାଗରଠାରୁ ପଲେଷ୍ଟୀୟମାନଙ୍କର ସମୁଦ୍ର ପର୍ଯ୍ୟନ୍ତ ଓ ପ୍ରାନ୍ତରଠାରୁ ଫରାତ୍ ନଦୀ ପର୍ଯ୍ୟନ୍ତ ତୁମ୍ଭର ସୀମା ନିରୂପଣ କରିବା; କାରଣ ଆମ୍ଭେ ସେହି ଦେଶ ନିବାସୀମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କରିବା; ତହିଁରେ ତୁମ୍ଭେ ଆପଣା ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବ।
ଯାତ୍ରା ପୁସ୍ତକ 23 : 32 (IRVOR)
ତୁମ୍ଭେ ସେମାନଙ୍କ ସହିତ କିମ୍ବା ସେମାନଙ୍କ ଦେବଗଣ ସହିତ କୌଣସି ନିୟମ ସ୍ଥିର କରିବ ନାହିଁ।
ଯାତ୍ରା ପୁସ୍ତକ 23 : 33 (IRVOR)
ସେମାନେ ତୁମ୍ଭ ଦେଶରେ ବାସ କରିବେ ନାହିଁ, କଲେ ସେମାନେ ଆମ୍ଭ ବିରୁଦ୍ଧରେ ତୁମ୍ଭକୁ ପାପ କରାଇବେ; ଯେହେତୁ ତୁମ୍ଭେ ଯଦି ସେମାନଙ୍କ ଦେବଗଣର ସେବା କର, ତେବେ ତାହା ଅବଶ୍ୟ ତୁମ୍ଭର ଫାନ୍ଦ ସ୍ୱରୂପ ହେବ।
❮
❯